ନାବାଳିକାଙ୍କୁ ବଳାତ୍କାର: ଅଭିଯୁକ୍ତଙ୍କୁ ୧୦ ବର୍ଷ ଜେଲ

ଜଗତ୍‌ସିଂହପୁର, ୧୯ା୩(ପ୍ରମୋଦ କୁମାର ନାୟକ):ତିର୍ତ୍ତୋଲ ଥାନା ଅଞ୍ଚଳରେ ୨୦୧୮ରେ ଜଣେ ୧୬ ବର୍ଷୀୟା ନାବାଳିକାଙ୍କୁ ଅପହରଣ ପରେ ଅନ୍ୟ ରାଜ୍ୟରେ ରଖାଯାଇ ବଳାତ୍କାର କରାଯାଇଥିବା ଅଭିଯୋଗ ହୋଇଥିଲା। ଏହି ମାମଲାର ରାୟ ସୋମବାର ପ୍ରକାଶ ପାଇଛି। ଏହାର ବିଚାର କରି ଜଗତ୍‌ସିଂହପୁର ସ୍ବତନ୍ତ୍ର ପୋକ୍ସୋ କୋର୍ଟ ବିଚାରପତି ଅଜୟ କୁମାର ମହାନ୍ତି ମୁଦାଲା କ୍ରୀଷ୍ଣାନନ୍ଦପୁର ଥାନା ଅନ୍ତର୍ଗତ ବିଶନପୁର ଗ୍ରାମର ସୁବୋଧ ମଲ୍ଲିକ ଓରଫ ଗଣେଶ(୨୭)ଙ୍କୁ ୧୦ ବର୍ଷ ଜେଲଦଣ୍ଡରେ ଦଣ୍ଡିତ କରିଛନ୍ତି। ଏଥିସହ ୧୫ ହଜାର ଟଙ୍କା ଜରିମାନା ଧାର୍ଯ୍ୟ କରିଛନ୍ତି। ଏହି ରାଶି ଅନାଦାୟରେ ଅଧିକ ୩ ମାସ ଜେଲ ଦଣ୍ଡ ଭୋଗିବାକୁ ପଡ଼ିବ। ଏଥିସହ ପୀଡ଼ିତାଙ୍କୁ କ୍ଷତିପୂରଣ ବାବଦରେ ୫ ଲକ୍ଷ ଟଙ୍କା ଦେବାକୁ ଜିଲା ଆଇନ ସେବା ପ୍ରାଧିକରଣକୁ ନିର୍ଦ୍ଦେଶ ଦିଆଯାଇଥିବା ରାୟରେ ଉଲ୍ଲେଖ ଅଛି।
ଏ ସମ୍ପର୍କରେ ସରକାରଙ୍କ ପକ୍ଷରୁ ମାମଲା ପରିଚାଳନା କରିଥିବା ଓକିଲ ଦୋଳଗୋବିନ୍ଦ ଦାଶ କହିଛନ୍ତି, ୧୬ା୯ା୧୮ ରାତିରେ ଏହି ଅଘଟଣ ଘଟିଥିଲା। ନାବାଳିକା ଘରେ ଶୋଇଥିଲେ। ଭୋର ପ୍ରାୟ ୪ଟା ବେଳେ ଉଠିବା ବେଳକୁ ପରିବାର ସଦସ୍ୟ ଝିଅକୁ ପାଇ ନ ଥିଲେ। ବିଚଳିତ ହେବା ସହ ସକାଳେ ଖୋଜାଖୋଜି କଲା ପରେ ଜଣାଯାଇଥିଲା ଯେ ନାବାଳିକାଙ୍କୁ ଅଭିଯୁକ୍ତ ଗଣେଶ ଅପହରଣ କରି ନେଇଛନ୍ତି। ତା’ପରଦିନ ନାବାଳିକାଙ୍କ ପରିବାର ପକ୍ଷରୁ ତିର୍ତ୍ତୋଲ ଥାନାରେ ଅଭିଯୋଗ କରାଯାଇଥିଲା। ଏହାକୁ ଭିତ୍ତି କରି ପୋଲିସ ମାମଲା (ନଂ. ୨୩୨/୧୮) ରୁଜୁ କରିଥିଲା। ୧୨ ଦିନ ପରେ ପୋଲିସ ପୀଡିତାଙ୍କ ସହ ଗଣେଶଙ୍କୁ କୋଲକାତାରୁ ଧରିଥିଲା। ପଚରାଉଚୁରା ପରେ ଜଣାପଡ଼ିଥିଲା ଯେ, ପୀଡ଼ିତାଙ୍କୁ ଗଣେଶ ପ୍ରଥମେ ବାଇକ୍‌ରେ ତାଙ୍କ ମାଉସୀ ଘର ସାଲେପୁର ଓ ପରେ ବସ୍‌ରେ କୋଲକାତା ନେଇ ଯାଇଥିଲେ। ସେଠାରେ ଭଡ଼ା ଘରେ ରଖି ବଳାତ୍କାର କରିଥିଲେ। ଏହି ମାମଲାରେ ୧୫ ଜଣ ସାକ୍ଷୀଙ୍କ ବୟାନକୁ ଭିତ୍ତିକରି ବିଚାରପତି ଉପରୋକ୍ତ ରାୟ ଶୁଣାଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

କ୍ଷମତାକୁ ଆସିଲେ ମହିଳାଙ୍କୁ ୫୦ ହଜାର ଟଙ୍କାର କୁପନ: ଧର୍ମେନ୍ଦ୍ର

ଦେବଗଡ଼,୯।୫(ଶଶାଙ୍କ ଶେଖର ଝାଙ୍କର): ରାଜ୍ୟରେ ଭାଜପା କ୍ଷମତାକୁ ଆସିଲେ ଧାନର ସର୍ବନିମ୍ନ ଦର ୩୧ଶହ ଟଙ୍କା ଧାର୍ଯ୍ୟ ହେବ। ପ୍ରତ୍ୟେକ ମହିଳାଙ୍କୁ ୫୦ ହଜାର ଟଙ୍କାର...

ବସୁଧା ଯୋଜନା ବାଟବଣା

ନୂଆପଡ଼ା,୯ା୫ (ମକାରୁ ବେମାଲ)ନୂଆପଡା ଜିଲା କୋମନା ବ୍ଲକ ଅନ୍ତର୍ଗତ ସିଆଲଲଟି ପଞ୍ଚାୟତ କରଙ୍ଗାଭଟା ଗାଁରେ ଉତ୍କଟ ଜଳ ସଙ୍କଟ ଦେଖାଦେଇଛି। ପ୍ରବଳ ଗ୍ରୀଷ୍ମ ପ୍ରବାହ ଯୋଗୁ...

‘ମୋର କିଛି ହେଲେ ସ୍ବାମୀ ଓ ବିଧାୟକ ଦାୟୀ’

ଚାନ୍ଦବାଲି,୯ା୫(କିଷାନ ପାତ୍ର): ଭଦ୍ରକ ଜିଲା ଚାନ୍ଦବାଲି ରାଜନୀତି ଘଡ଼ିକେ ଘୋଡ଼ା ଛୁଟୁଛି। ନିର୍ବାଚନ ପରିବେଶ ସରଗରମ ଥିବା ବେଳେ ଚାନ୍ଦବାଲିର ପୂର୍ବତନ ବ୍ଲକ୍‌ ଅଧ୍ୟକ୍ଷା ମାନସୀ...

ଜାଳେଣିର ବିକଳ୍ପ ଶୁଖିଲା ପତ୍ର

କେନ୍ଦୁଝର,୯।୫(ନରେଶ୍‌ ଚନ୍ଦ୍ର ପଟ୍ଟନାୟକ/ଦୀପକ ମିଶ୍ର)ମନୁଷ୍ୟ ସଭ୍ୟତା ସହ ଜଙ୍ଗଲ ବହୁଆଗରୁ ଜଡ଼ିତ। ଜଙ୍ଗଲ ଖାଦ୍ୟ, ବସ୍ତ୍ର, ବାସ ଆଦି ଯୋଗାଇ ଦେଇଥାଏ। ବର୍ତ୍ତମାନ ସମୟରେ ବିଭିନ୍ନ...

କଳାଧାନ ଚାଷ: ଜଳାଭାବ ଯୋଗୁ ଆଶଙ୍କାରେ ଚାଷୀ

ପାରଳାଖେମୁଣ୍ଡି, ୯ା୫ (ଗିରିଧାରୀ ପରିଛା):ଗଜପତି ଜିଲାରେ ମୂଲ୍ୟବାନ କଳାଧାନ ଚାଷ ହେଉଛି। ଏହି କଳା ଧାନ ଚାଷ ଓଡ଼ିଶାର ବରଗଡ ଜିଲା ସମେତ ଅନ୍ୟାନ୍ୟ ଜିଲାରେ...

ଆଇଟିଆଇ ସ୍ଥାପନ କରିବ ‘ଓ୍ବେଷ୍ଟ ଟୁ ଓ୍ବେଲଥ’ ମଡେଲ ବୁଥ୍‌

ବ୍ରହ୍ମପୁର,୯ା୫(ଅଶୋକ କୁମାର ସାହୁ):ବ୍ରହ୍ମପୁର ସଂସଦୀୟ କ୍ଷେତ୍ରରେ ଆସନ୍ତା ୧୩ ତାରିଖରେ ସାଧାରଣ ନିର୍ବାଚନ ମତଦାନ ହେବ । ଭୋଟରଙ୍କୁ ସଚେତନ କରିବା ପାଇଁ ଭିନ୍ନ ମଡେଲ...

ମାଟିର ପୁଅ, ଆମଦାନୀ ନେତାଙ୍କୁ ନେଇ ରାଜନୀତି

ଜଗତ୍‌ସିଂହପୁର, ୯ା୫(ପ୍ରମୋଦ କୁମାର ନାୟକ)ଜଗତ୍‌ସିଂହପୁର ବିଧାନସଭା ନିର୍ବାଚନମଣ୍ଡଳୀରେ ମାଟିର ପୁଅ ଓ ଆମଦାନୀ ନେତାଙ୍କୁ ନେଇ ଆଲୋଚନା ଜୋର ଧରିଛି। ବିଗତ ୨ଟି ନିର୍ବାଚନ କଥା...

କେନ୍ଦ୍ରାପଡ଼ା କେନାଲ ବନ୍ଧରେ ୧୨ଫୁଟର ଘାଇ

ଡେରାବିଶ,୯ା୫(ବେବର୍ତ୍ତା ଅଜୟ ଦାସ)କେନ୍ଦ୍ରାପଡ଼ା ମୁଖ୍ୟ କେନାଲ ଶାଖାର ୮ ନଂ. କେନାଲ ବନ୍ଧରେ ମଙ୍ଗଳବାର ସନ୍ଧ୍ୟାରେ ୧୨ଫୁଟ୍‌ର ଘାଇ ସୃଷ୍ଟି ହୋଇଛି। ଫଳରେ କେନ୍ଦ୍ରାପଡ଼ା ଜିଲା...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri