Odisha Elections 2024
Posted inଜାତୀୟ

ଦାଦା-ପୁତୁରା ପୁଣି ମୁହାଁମୁହିଁ

ପାଟନା/ନୂଆଦିଲ୍ଲୀ,୧୯ା୩:ଜାତୀୟ ଗଣତାନ୍ତ୍ରିକ ମେଣ୍ଟ (ଏନ୍‌ଡିଏ) ସୋମବାର ବିହାରରେ ଆସନ ବୁଝାମଣା ସୂତ୍ର ଉପରେ ଆନୁଷ୍ଠାନିକ ଭାବେ ଘୋଷଣା କରିଛି। ୪୦ ଲୋକ ସଭା ଆସନ ମଧ୍ୟରୁ ଭାଜପା ୧୭ଟିରେ ପ୍ରାର୍ଥୀ ଦେଇ ବଡ଼ଭାଇ ଭୂମିକା ନେବାକୁ ଥିବାବେଳେ ମୁଖ୍ୟମନ୍ତ୍ରୀ ନୀତୀଶ କୁମାରଙ୍କ ସଂଯୁକ୍ତ ଜନତା ଦଳ (ଜେଡିୟୁ) ୧୬ ଆସନରେ ଲଢ଼ିବ। ସେହିପରି ପୂର୍ବତନ କେନ୍ଦ୍ରମନ୍ତ୍ରୀ ରାମବିଳାସ ପାଶ୍ୱାନଙ୍କ ପୁଅ ଚିରାଗ ପାଶ୍ୱାନଙ୍କ ଲୋକ ଜନଶକ୍ତି ପାର୍ଟି (ଏଲ୍‌ଜେପି)କୁ ୫ ଆସନରେ ଲଢ଼ିବା ପାଇଁ ସୁଯୋଗ ମିଳିଥିବାବେଳେ ଜିତନରାମ ମାଞ୍ଝିଙ୍କ ହିନ୍ଦୁସ୍ଥାନୀ ଆଓ୍ବାମ ମୋର୍ଚ୍ଚା (ଏଚ୍‌ଏଏମ୍‌) ଏବଂ ଉପେନ୍ଦ୍ର କୁଶଓ୍ବାହାଙ୍କ ରାଷ୍ଟ୍ରୀୟ ଲୋକ ମୋର୍ଚ୍ଚା (ଆର୍‌ଏଲ୍‌ଏମ୍‌)କୁ ମାତ୍ର ଗୋଟିଏ ଲେଖାଏ ଆସନ ମିଳିଥିବା ବିହାର ଭାଜପା ପ୍ରଭାରୀ ବିନୋଦ ତାଓ୍ବଡେ ଏକ ଖବରଦାତା ସମ୍ମିଳନୀରେ ସୂଚନା ଦେଇଛନ୍ତି।
ରାମବିଳାସଙ୍କ ଭାଇ ତଥା କେନ୍ଦ୍ର ଖାଦ୍ୟ ପ୍ରକ୍ରିୟାକରଣ ଶିଳ୍ପ ମନ୍ତ୍ରୀ ପଶୁପତି କୁମାର ପାରସଙ୍କୁ କୌଣସି ଗୋଟିଏ ହେଲେ ଆସନରେ ପ୍ରତିଦ୍ୱନ୍ଦ୍ୱିତା ପାଇଁ ଏନ୍‌ଡିଏ ଟିକେଟ ଦେଇନାହିଁ। ଏଥିରେ ପାରସ ଅସନ୍ତୁଷ୍ଟ ହୋଇ ବିରୋଧୀ ମେଣ୍ଟ ଇଣ୍ଡିଆ ଆଡ଼କୁ ଢଳୁଥିବା କୁହାଯାଉଛି। ଏତିକି ନୁହେଁ, ସେ ଖୁବ୍‌ଶୀଘ୍ର କେନ୍ଦ୍ରମନ୍ତ୍ରୀ ପଦରୁ ଇସ୍ତଫା ଦେଇପାରନ୍ତି ବୋଲି ମଧ୍ୟ ଚର୍ଚ୍ଚା ହେଉଛି। କାରଣ ଗତ ନିର୍ବାଚନରେ ରାମ ବିଳାସ ପାଶ୍ୱାନଙ୍କ ପାରମ୍ପରିକ ଆସନ ହାଜିପୁରରୁ ବିଜୟୀ ହୋଇଥିବା ପାରସଙ୍କ ପାଇଁ ଅଡ଼ୁଆ ସ୍ଥିତି ଉପୁଜିଛି।
ବିହାର ଏଲ୍‌ଜେପି (ରାମ ବିଳାସ) ମୁଖ୍ୟ ରାଜୁ ତିଓ୍ବାରୀ କହିଛନ୍ତି, ଚିରାଗ ହାଜିପୁର ଆସନରୁ ନିର୍ବାଚନ ଲଢ଼ିବେ। ଇତିମଧ୍ୟରେ ବିହାର ଭାଜପା ମୁଖ୍ୟ ସମ୍ରାଟ ଚୌଧରୀ କହିଛନ୍ତି, ପାରସଙ୍କ ସହ ଆଲୋଚନା ଚାଲିଛି। ପ୍ରକାଶ ଯେ, ୨୦୧୯ ଲୋକ ସଭା ନିର୍ବାଚନରେ ବିହାରରେ ଏନ୍‌ଡିଏ ୩୯ ଆସନ ଦଖଲ କରିଥିଲା। ଭାଜପା ୧୭, ଜେଡିୟୁ ୧୬ ଏବଂ ମିଳିତ ଏଲ୍‌ଜେପିକୁ ୬ ଆସନରେ ସଫଳତା ମିଳିଥିଲା। ଏଥର ବିହାରରେ ସମସ୍ତ ୭ ପର୍ଯ୍ୟାୟ (ଏପ୍ରିଲ ୧୯, ୨୬, ମେ’ ୭, ୧୩, ୨୦, ୨୫ ଓ ଜୁନ୍‌ ୧)ରେ ନିର୍ବାଚନ ଅନୁଷ୍ଠିତ ହେବାକୁ ଯାଉଛି।


Enter your email to get our daily news in your inbox.

All Right Reserved By Dharitri.Com

କାଳବୈଶାଖୀ ନେଲା ୧୧ ଜୀବନ

କୋଲକାତା,୧୬।୫: ଗୁରୁବାର ପଶ୍ଚିମବଙ୍ଗର ମାଲଦାଠାରେ ପ୍ରକୃତି ତାଣ୍ଡବ ରଚିଛି। ବାତ୍ୟା ପରେ ବିଭିନ୍ନ ସ୍ଥାନରେ ବଜ୍ରପାତ ଘଟିଥିବାର ସୂଚନା ମିଳିଛି ଯେଉଁଥିରେ ଏପର୍ଯ୍ୟନ୍ତ ୧୧ ଜଣଙ୍କର...

ଏନଡିଏରେ ସାମିଲ ହେଲେ ଦାଗି ନେତାଙ୍କ ପ୍ରତି ସଫ୍ଟ ହୋଇ ଯାଉଛି କେନ୍ଦ୍ରୀୟ ଏଜେନ୍ସି? ଜବାବ ରଖିଲେ ପ୍ରଧାନମନ୍ତ୍ରୀ

ନୂଆଦିଲ୍ଲୀ,୧୬।୫: ଲୋକ ସଭା ନିର୍ବାଚନ ପାଇଁ ଚାରୋଟି ପର୍ଯ୍ୟାୟ ଭୋଟ ଗ୍ରହଣ କରାଯାଇଛି। ୪୦୦ ଟି ଆସନ ଲକ୍ଷ୍ୟ ହାସଲ କରିବା ପାଇଁ ଭାରତୀୟ ଜନତା...

ଆରମ୍ଭ ହେଲା ହୋମ ଭୋଟିଂ, ୧୦୨୨ ଭୋଟର ଘରେ ଭୋଟ ଦେବାକୁ ବାଛିଲେ ବିକଳ୍ପ

ନୂଆଦିଲ୍ଲୀ,୧୬।୫: ମେ ୨୫ରେ ଲୋକ ସଭା ନିର୍ବାଚନର ଷଷ୍ଠ ପର୍ଯ୍ୟାୟରେ ଗୁରୁଗ୍ରାମ ଲୋକ ସଭା ଆସନରେ ମତଦାନ ଅନୁଷ୍ଠିତ ହେବ। ଏଭଳି ପରିସ୍ଥିତିରେ ଗୁରୁଗ୍ରାମର କୌଣସି...

ପୋଲିସକୁ ବୟାନ ଦେଲେ ଶ୍ୱାତି ମାଲିଓ୍ବାଲ, କହିଲେ ସମ୍ପୂର୍ଣ୍ଣ ଘଟଣାକ୍ରମ

ନୂଆଦିଲ୍ଲୀ,୧୬।୫: ଦୀର୍ଘ ସମୟର ଅପେକ୍ଷା କରିବା ପରେ ରାଜ୍ୟ ସଭା ଏମପି ଶ୍ୱାତି ମାଲିୱାଲ ଶେଷରେ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜରିୱାଲଙ୍କ ଘର ନିକଟରେ ତାଙ୍କ ଉପରେ...

ଜବାବ ଦେଲେ ଯୋଗୀ

ଲକ୍ଷ୍ନୌ,୧୬।୫: ଉତ୍ତରପ୍ରଦେଶ ସମେତ ସମଗ୍ର ଦେଶରେ ଚାରୋଟି ପର୍ଯ୍ୟାୟ ଭୋଟ ଗ୍ରହଣ କରାଯାଇଛି ଏବଂ ତିନୋଟି ପର୍ଯ୍ୟାୟ ଭୋଟ ବାକି ଅଛ ଏହି ପରିପ୍ରେକ୍ଷୀରେ, ରାଜନୈତିକ...

ଆଜି ନୁହେଁତ କାଲି ନିଶ୍ଚୟ ନେବି ପ୍ରତିଶୋଧ, କାହାଠାରୁ ପ୍ରତିଶୋଧ ନେବାକୁ କହୁଛନ୍ତି ମମତା?

କୋଲକାତା,୧୬।୫: ନିର୍ବାଚନ ପ୍ରଚାର ପାଇଁ ପଶ୍ଚିମବଙ୍ଗର ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ ପୂର୍ବ ମେଦିନୀପୁରର ତାମୁଲକ ଲୋକ ସଭା ନିର୍ବାଚନମଣ୍ଡଳୀରେ ପହଞ୍ଚିଥିଲେ। ଏହି ସମୟରେ, ସେ ୨୦୨୧...

ନାତି ପାଇଁ ଏଥର ଜନ୍ମଦିନ ପାଳିବେ ନାହିଁ ଦେବେଗୌଡା

ବେଙ୍ଗାଲୁରୁ,୧୬।୫: ପୂର୍ବତନ ପ୍ରଧାନମନ୍ତ୍ରୀ ଏଚଡି ଦେବେଗୌଡା ଚଳିତ ବର୍ଷ ତାଙ୍କ ଜନ୍ମଦିନ ପାଳନ କରିବେ ନାହିଁ। ଗୁରୁବାର ସେ କହିଛନ୍ତି ଯେ ତାଙ୍କ ନାତି ତଥା...

ଦିଗବିଜୟ ପହଞ୍ଚିଲେ ସୁପ୍ରିମକୋର୍ଟ, କଂଗ୍ରେସ କହିଲା ପରିଣାମ ପୂର୍ବରୁ ଘାବରେଇଲାଣି ଭାଜପା

ନୂଆଦିଲ୍ଲୀ,୧୬।୫: ରାଜଭର ଷ୍ଟ୍ରଙ୍ଗରୁମରେ ସିମ୍ବଲ ଲୋଡିଂ ୟୁନିଟ (SLU) ନ ମିଳିବା ସମ୍ପର୍କରେ ଦିଗବିଜୟ ସିଂ ସୁପ୍ରିମକୋର୍ଟଙ୍କ ନିକଟରେ ପହଞ୍ଚିଛନ୍ତି। କଂଗ୍ରେସ କହିଛି ଯେ ଫଳାଫଳ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri