ଯାତ୍ରୀବାହୀ ବସ୍‌କୁ ପିଟିଲା ଲୁହାଛଡ଼ ବୋଝେଇ ପିକ୍‌ଅପ୍‌, ଚାଲିଗଲା ଡ୍ରାଇଭରଙ୍କ ଜୀବନ

ଜି.ଉଦୟଗିରି, ୧୯।୩( ଶିଶିର ପଟ୍ଟନାୟକ): କନ୍ଧମାଳ ଜିଲା କଳିଙ୍ଗା ଜି.ଉଦୟଗିରି ମଧ୍ୟରେ ଥିବା ମାଲାନ ସୁଗା ଛକ ନିକଟରେ ମଙ୍ଗଳବାର ମର୍ମନ୍ତୁଦ ଦୁର୍ଘଟଣା ଘଟିଛି।   ଏକ ଯାତ୍ରୀବାହୀ ମିନି ବସ ସହ ଲୁହା ଛଡ଼ ବୋଝେଇ ମାକ୍ସ ପିକ୍‌ଅପ୍‌ ଭ୍ୟାନ୍‌ ମୁହାଁମୁହିଁ ଧକ୍କା ହେବା ଫଳରେ ବସ୍‌ ଡ୍ରାଇଭରଙ୍କ ମୃତ୍ୟୁ ଘଟିଛି। ମୃତକ ହେଲେ ଆଦିକନ୍ଦ ପଣ୍ଡା।
ସୂଚନାନୁଯାୟୀ, ‘ସିଲକ ସଫାରୀ’ ନାମକ  ଯାତ୍ରୀବାହୀ ମିନି ବସ (OR-୦୨ AX -୯୨୭୪) ଜି.ଉଦୟଗିରିରୁ ଫୁଲବାଣୀ ଅଭିମୁଖେ ଯାଉଥିଲା। ସେହିଭଳି ଲୁହା ଛଡ଼ ବୋଝେଇ ମାକ୍ସ ପିକଅପ ଭ୍ୟାନ (OD-୩୩-AA -୯୭୮୮) ଭୁବନେଶ୍ୱରରୁ ବାଲିଗୁଡ଼ା ଅଭିମୁଖେ ଆସୁଥିଲା। ଦିନ ଗୋଟାଏ ପାଖାପାଖି ଉଭୟ ଗାଡ଼ି ମଧ୍ୟରେ ମୁହାଁମୁହିଁ ଧକ୍କା ହେବା ଫଳରେ  ବସ  ଡ୍ରାଇଭର  ଆଦିକନ୍ଦଙ୍କ ମୃତ୍ୟୁ ଘଟିଛି । ତାଙ୍କୁ ଜି.ଉଦୟଗିରି  ଗୋଷ୍ଟି ସ୍ବାସ୍ଥ୍ୟକେନ୍ଦ୍ରରେ ଚିକିତ୍ସା ପରେ ବ୍ରହ୍ମପୁର ସ୍ଥାନାନ୍ତର କରାଯାଇଥିଲା। ହେଲେ ଭଞ୍ଜନଗର ପାଖାପାଖି ତାଙ୍କ ଅବସ୍ଥା ଗୁରୁତର ହୋଇଥିଲା। ପରେ ଭଞ୍ଜନଗର ହସ୍ପିଟାଲରେ ତାଙ୍କୁ ଦେଖାଇବା ପରେ ଡାକ୍ତର ତାଙ୍କୁ ମୃତ ଘୋଷଣା କରିଥିଲେ ବୋଲି ତାଙ୍କ ପରିବାର ଲୋକେ କହିଛନ୍ତି।
ମୃତ ଡ୍ରାଇଭର ଆଦିକନ୍ଧଙ୍କ ଘର ଜି.ଉଦୟଗିରି ସହରରେ। ଅପରପକ୍ଷେ ବସରେ ବସିଥିବା  ଦଶରୁ ଊର୍ଦ୍ଧ୍ୱ ଯାତ୍ରୀ ମଧ୍ୟ  ଆହତ ହୋଇଛନ୍ତି ।   ପିକଅପ ଭ୍ୟାନ୍‌ ଡ୍ରାଇଭର ସାମାନ୍ୟ ଆହତ ହୋଇଛନ୍ତି। ସମସ୍ତ ଆହତଙ୍କୁ ୧୦୮ ଆମ୍ବୁଲାନ୍ସ ଯୋଗେ ଅଣାଯାଇ ଜି ଉଦୟଗିରି ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରରେ ପ୍ରାଥମିକ ଚିକିତ୍ସା କରାଯାଉଛ। ଦୁର୍ଘ ଟଣା ସ୍ଥଳରେ ଜି.ଉଦୟଗିରି ପୋଲିସ ଏସ୍‌ଆଇ ଅନନ୍ତ କୁମାର ପ୍ରଧାନ ଏବଂ ଟିମ୍‌ ପହଞ୍ଚି ସମସ୍ତଙ୍କୁ ଉଦ୍ଧାର କରି ହସ୍ପିଟାଲ ପହଞ୍ଚାଇବା ସହ ଘଟଣାର ତଦନ୍ତ କରୁଛନ୍ତି ।

Enter your email to get our daily news in your inbox.

All Right Reserved By Dharitri.Com

ଯୋଡ଼ାରେ ବାୟୁ ପ୍ରଦୂଷଣ ଗମ୍ଭୀର ସ୍ଥିତିରେ

ଯୋଡ଼ା,୬ା୧୨(ମାନସ ମହାନ୍ତି): କେନ୍ଦୁଝର ଜିଲା ଯୋଡ଼ା ଅଞ୍ଚଳରେ ବାୟୁ ପ୍ରଦୂଷଣର ଗମ୍ଭୀର ସ୍ଥିତିରେ ରହିଛି। ଯୋଡ଼ା, ଆଖପାଖ ଅଞ୍ଚଳରେ ସବୁଜିମା, ବନାଞ୍ଚଳ ଥାଇ ମଧ୍ୟ ବାୟୁ...

୨ ଡିଗ୍ରୀ ତଳେ ଶିମିଳିପାଳ: ବନ୍ୟପ୍ରାଣୀଙ୍କ ଉପରେ ପ୍ରଭାବ

ବାରିପଦା,୬ା୧୨(ନୀଳାଦ୍ରି ବିହାରୀ ଦଣ୍ଡପାଟ): ମୟୂରଭଞ୍ଜ ଜିଲାରେ ଶୀତର ଲହରୀ ବୃଦ୍ଧି ପାଉଛି। ଶିମିଳିପାଳରେ ପାରଦ ୨ ଡିଗ୍ରୀ ତଳକୁ ଖସିଆସିଛି। ତାପମାତ୍ରା ହ୍ରାସ ପାଇଥିବାରୁ ବନ୍ୟପ୍ରାଣୀଙ୍କ...

ପୁଣି ଜନନୀ ଯନ୍ତ୍ରଣା: ରାସ୍ତା ନ ଥିବାରୁ ଗାଁକୁ ଗଲାନି ଆମ୍ବୁଲାନ୍ସ, ଶେଷରେ…

ମୋହନା,୬ା୧୨(ମନ୍ମଥ ମିଶ୍ର): ଗଜପତି ଜିଲା ମୋହନା ବ୍ଲକର ଢେପାଗୁଡ଼ା ପଞ୍ଚାୟତରେ ଜନନୀ ଯନ୍ତ୍ରଣା ଥମିବାରେ ନାଁ ଧରୁନି । ରାସ୍ତା ନ ଥିବାରୁ କେଉଁଠି ଭାର...

ଦୁଇ ପୁଅ ଭାଜପାରେ ମିଶିବା ପରେ ପ୍ରତିକ୍ରିୟା ରଖିଲେ ପ୍ରଫୁଲ୍ଲ, କହିଲେ ରାଜନୀତିରେ..

ଭୁବନେଶ୍ୱର,୬।୧୨: ଦୁଇ ପୁଅ ଏବଂ ଭଉଣୀ ଭାଜପାରେ ମିଶିବା ପରେ ବିଜେଡି ନେତା ପ୍ରଫୁଲ୍ଲ ସାମଲ ପ୍ରଥମ ଥର ପାଇଁ ପ୍ରତିକ୍ରିୟା ରଖିଛନ୍ତି। ପ୍ରଫୁଲ୍ଲ ପ୍ରତିକ୍ରିୟାରେ...

ଗୋଟିଏ ଜୁଇରେ ଜଳିଲା ସ୍ବାମୀ-ସ୍ତ୍ରୀଙ୍କ ମୃତଦେହ, କାନ୍ଦ ବୋବାଳିରେ ଫାଟୁଛି ଗାଁ

ଦିଗପହଣ୍ଡି,୬ା୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି-ବ୍ରହ୍ମପୁର ୧୭ ନଂ ରାଜ୍ୟ ରାଜପଥର ଗଣିଆନାଳ ଛକ ମା ’ କୁରେଇଶୁଣି ମନ୍ଦିର ନିକଟରେ ଶୁକ୍ରବାର ଏକ...

ଗାଁକୁ ଫେରିବା ବେଳେ ବାଇକ୍‌କୁ ଧକ୍କାଦେଲା ବୁଲେଟ୍‌, ଚାଲିଗଲା ସଳିତା ବିକାଳିଙ୍କ ଜୀବନ

ଦିଗପହଣ୍ଡି,୬ା୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ପାଟପୁର ଥାନା ଖଲିଙ୍ଗି ବାସୁଦେବପୁର ଶାସନ ଗ୍ରାମର ବାସୁ ଓରଫ ଦେବେନ୍ଦ୍ର ସାହୁ(୪୫)ଙ୍କର ଶନିବାର ସନ୍ଧ୍ୟାରେ...

ଫେରିଲେ ୩ ଯବାନ: ବାଜାବାଣ, ନାଚରେ ଦୁଲୁକିଲା ଗାଁ ଦାଣ୍ଡ

କେନ୍ଦୁଝର,୬।୧୨(ନରେଶ ଚନ୍ଦ୍ର ପଟ୍ଟନାୟକ): ଦେଶ ସେବା ପାଇଁ ଯାଇ ବିଭିନ୍ନ ସ୍ଥାନରେ ନିଯୁକ୍ତି ପାଇଥିବାକେନ୍ଦୁଝର ସଦର ବ୍ଳକ ଅଧୀନ ନରସିଂହପୁର, ବନାଯୋଡି, ସିଲିସୁଆଁ ଗ୍ରାମର ୩ଜଣ...

ଦମ୍‌ଦାର ବିଜୟ: ୨-୧ରେ ସିରିଜ କବଜା କଲା ଟିମ୍‌ ଇଣ୍ଡିଆ

ବିଶାଖାପାଟଣା,୬।୧୨: ବିଶାଖାପାଟଣାରେ ଶନିବାର ଖେଳାଯାଇଥିବା ତୃତୀୟ ଦିନିକିଆ ମ୍ୟଚ୍‌ରେ ଯଶସ୍ବୀ ଜୟସ୍ବାଲଙ୍କ ଦମ୍‌ଦାର ଶତକ ସହ ଭାରତ ୯ ଉଇକେଟରେ ବିଜୟ ହାସଲ କରିଛି। ଏହା...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri