Odisha Elections 2024

ଆଜି ସରିବ ଯୁକ୍ତ୨ ପରୀକ୍ଷା: ୧୫ ଦିନ ମଧ୍ୟରେ ବାହାରିବ ଫଳାଫଳ

ଭୁବନେଶ୍ୱର, ୨୦।୩ (ଅସମାପିକା ସାହୁ): ଉଚ୍ଚ ମାଧ୍ୟମିକ ଶିକ୍ଷା ପରିଷଦ (ସିଏଚ୍‌ଏସ୍‌ଇ) ଦ୍ୱାରା ପରିଚାଳିତ ଯୁକ୍ତ୨ ପରୀକ୍ଷା ବୁଧବାର ଶେଷ ହେବ। ଶେଷଦିନ କଳା, ବାଣିଜ୍ୟ ଓ ଧନ୍ଦାମୂଳକ ବିଭାଗର ପରୀକ୍ଷା ରହିଛି। ଚଳିତ ବର୍ଷ ଗୋଟିଏ ଦିନରେ କଳା, ବିଜ୍ଞାନ, ବାଣିଜ୍ୟ ଓ ଧନ୍ଦାମୂଳକ ରେଜଲ୍ଟ ପ୍ରକାଶ ପାଇବ। ଏ ନେଇ ପୂର୍ବରୁ ସିଏଚ୍‌ଏସ୍‌ଇ ପକ୍ଷରୁ ସୂଚନା ଦିଆଯାଇଥିଲା। ନିର୍ବାଚନକୁ ଦୃଷ୍ଟିରେ ରଖି ମେ’ ୧୫ ତାରିଖ ଭିତରେ ରେଜଲ୍ଟ ପ୍ରକାଶ କରାଯିବାର ଯୋଜନା ରହିଛି। ପରୀକ୍ଷା ସରିବାର ଦୁଇଦିନ ପରେ ଅର୍ଥାତ୍‌ ମାର୍ଚ୍ଚ ୨୨ ତାରିଖରୁ ଖାତା ଦେଖା ଆରମ୍ଭ ହେବ। ଦୁଇଟି ପର୍ଯ୍ୟାୟରେ ଖାତାଦେଖା ହେବ। ମାର୍ଚ୍ଚ ୨୨ରୁ ଏପ୍ରିଲ ୨ ତାରିଖ ପର୍ଯ୍ୟନ୍ତ ପ୍ରଥମ ପର୍ଯ୍ୟାୟ ମୂଲ୍ୟାୟନ ହେବ। ସେହିପରି ଏପ୍ରିଲ ୪ରୁ ଏପ୍ରିଲ ୧୫ ତାରିଖ ପର୍ଯ୍ୟନ୍ତ ଦ୍ୱିତୀୟ ପର୍ଯ୍ୟାୟ ମୂଲ୍ୟାୟନ କରାଯିବ। ସବୁବର୍ଷ ପରି ଚଳିତବର୍ଷ ମଧ୍ୟ ଅନ୍‌ଲାଇନ ଓ ଅଫ୍‌ଲାଇନରେ ଖାତାଦେଖା ହେବ। କଳା, ବିଜ୍ଞାନ ଓ ବାଣିଜ୍ୟ ଅନ୍‌ଲାଇନରେ ଖାତାଦେଖା ହେବ। ଧନ୍ଦାମୂଳକ ଶିକ୍ଷାର ମୂଲ୍ୟାୟନ ଅଫ୍‌ଲାଇନରେ ହେବ। ଚଳିତ ବର୍ଷ ଖାତାଦେଖାରେ ପ୍ରାୟ ୧୫ ହଜାର ଅଧ୍ୟାପିକା ଓ ଅଧ୍ୟାପକ ନିୟୋଜିତ ହେବେ। ସୂଚନାଯୋଗ୍ୟ, ଯୁକ୍ତ୨ ପରୀକ୍ଷା ଫେବୃଆରୀ ୧୬ରୁ ଆରମ୍ଭ ହୋଇଥିଲା। ଚଳିତ ବର୍ଷ ୩ ଲକ୍ଷ ୮୬ ହଜାର ୨୫୦ ଜଣ ଛାତ୍ରୀଛାତ୍ର ପରୀକ୍ଷା ଦେଉଛନ୍ତି। ସେମାନଙ୍କ ମଧ୍ୟରେ ରେଗୁଲାର ୩ ଲକ୍ଷ ୬୦ ହଜାର ୧୯୮ ଏବଂ ଏକ୍ସରେଗୁଲାର ପରୀକ୍ଷାର୍ଥୀ ୨୬ ହଜାର ୫୨ ଜଣ ରହିଛନ୍ତି। କଳାରେ ୨ ଲକ୍ଷ ୩୭ ହଜାର ୭୫୦, ବିଜ୍ଞାନରେ ୧ ଲକ୍ଷ ୧୬ ହଜାର ୬୨୦, ବାଣିଜ୍ୟରେ ୨୬ ହଜାର ୮୯ ଏବଂ ଧନ୍ଦାମୂଳକରେ ୫ ହଜାର ୭୯୧ ଜଣ ଏଥର ପରୀକ୍ଷା ଦେଉଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ରାଜନୀତି ଜାଣିନି, କେବଳ କାମ କରିବା ଜାଣିଛି: ପାଣ୍ଡିଆନ୍‌

ଭୁବନେଶ୍ୱର, ୧୭।୫ (ବନ୍ଦନା ସେଠୀ) – ମୁଖ୍ୟମନ୍ତ୍ରୀ ସାଲିଆସାହିବାସୀଙ୍କ ଭଲ ଚାହାନ୍ତି। ପ୍ରାକୃତିକ ବିପର୍ଯ୍ୟୟ ବେଳେ ସେମାନଙ୍କ କଥା ଆଗ ଚିନ୍ତା କରନ୍ତି। ଅନ୍ୟ ରାଜନୈତିକ...

ରାଜ୍ୟ ନେତାଙ୍କ ଲେଖାକୁ ଶୁଆ ଭଳି ଗାଇ ଦେଉଛନ୍ତି ଭାଜପାର ଟୁରିଷ୍ଟ ନେତା:ବିଜେଡି

ଭୁବନେଶ୍ୱର,୧୭।୫(ଶର୍ମିଷ୍ଠା ପାଣିଗ୍ରାହୀ)- ଭାଜପାର ମାଳ ମାଳ ଟୁରିଷ୍ଟ ନେତା ଏବେ ଓଡିଶାରେ। ଯେଉଁମାନେ ଓଡିଶା ବିଷୟରେ କିଛି ଜାଣିନାହାନ୍ତି। ରାଜ୍ୟ ନେତା ଯାହା ଲେଖା ଦେଉଛନ୍ତି,...

୨୦-୨୧ରେ ହିଟ୍‌ଓ୍ବେଭ୍‌ ପାଇଁ ୟେଲୋ ଓ୍ବାର୍ନିଂ

ଭୁବନେଶ୍ୱର, ୧୭।୫(ଅସମାପିକା ସାହୁ)-ରାଜ୍ୟରେ ଗ୍ରୀଷ୍ମପ୍ରବାହ ଆହୁରି ଅସହ୍ୟ ହେବ। ବିଶେଷକରି ଆଭ୍ୟନ୍ତରୀଣ ଓଡ଼ିଶାରେ ପ୍ରବଳ ଗ୍ରୀଷ୍ମପ୍ରବାହ ସହ ଗୁଳୁଗୁଳି ଅନୁଭୂତ ହେବ ବୋଲି ପାଣିପାଗ ବିଭାଗ...

ବଙ୍ଗୋପସାଗରରେ ଦାନା ବାନ୍ଧୁଛି ଲଘୁଚାପ

ଭୁବନେଶ୍ୱର, ୧୭।୫(ଅସମାପିକା ସାହୁ)- ବଙ୍ଗୋପସାଗରରେ ଦାନା ବାନ୍ଧୁଛି ଲଘୁଚାପ। ଆସନ୍ତା ୨୦ ତାରିଖ ବେଳକୁ ଦକ୍ଷିଣ-ପୂର୍ବ ବଙ୍ଗୋପସାଗର ଓ ଏହାର ପାର୍ଶ୍ୱବର୍ତ୍ତୀ ଉତ୍ତର ଆଣ୍ଡାମାନ ସାଗରରେ...

ଶନିବାର ଓଡ଼ିଶା ଆସିବେ ସଚିନ ପାଇଲଟ୍‌

ଭୁବନେଶ୍ୱର, ୧୭।୫(ଅସମାପିକା ସାହୁ): ଅଖିଳ ଭାରତ କଂଗ୍ରେସ କମିଟି (ଏଆଇସିସି)ର ସାଧାରଣ ସମ୍ପାଦକ ସଚିନ ପାଇଲଟ ନିର୍ବାଚନୀ ପ୍ରଚାର ପାଇଁ ଶନିବାର ଓଡ଼ିଶା ଆସୁଛନ୍ତି। ବାଲେଶ୍ୱରର...

ଅନୁଭବଙ୍କ ବଡ଼ ବୟାନ, ମୁଣ୍ଡ ବିକିନି…

ଭୁବନେଶ୍ୱର,୧୭।୫: ଅନୁଭବ ମହାନ୍ତି କରିଛନ୍ତି ପ୍ରେସମିଟ । ଯେଉଁଠି ବିଜେଡି ଉପରେ ବର୍ଷିଛନ୍ତି ଅନୁଭବ ମହାନ୍ତି । ଆଗରୁ ଯେଉଁ ବିଜେଡି ଥିଲା ଆଉ ଏବେର...

ନିର୍ବାଚନ ବେଳେ ଓଡ଼ିଶା ଆସନ୍ତି ପଲିଟିକାଲ ଟୁରିଷ୍ଟ: ନବୀନ

ଭୁବନେଶ୍ୱର, ୧୭।୫(ଅସମାପିକା ସାହୁ): କେନ୍ଦ୍ରୀୟ ଭାଜପା ନେତାଙ୍କୁ ମୁଖ୍ୟମନ୍ତ୍ରୀ ତଥା ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକ କଡ଼ା ସମାଲୋଚନା କରିଛନ୍ତି। ଭାଜପାର କେନ୍ଦ୍ରୀୟ ନେତାଙ୍କୁ ପଲିଟିକାଲ...

ଖଲ୍ଲିକୋଟ ରାଜନୈତିକ ହିଂସା: ବଡ଼ ବୟାନ ଦେଲେ ମୃତ ଦିଲ୍ଲୀପଙ୍କ ସ୍ତ୍ରୀ

ଖଲ୍ଲିକୋଟ,୧୭।୫: ଖଲ୍ଲିକୋଟ ନିର୍ବାଚନୀ ହିଂସା ମାମଲାରେ ପ୍ରତିକ୍ରିୟା ରଖିଛନ୍ତି ମୃତ ଦିଲ୍ଲୀପଙ୍କ ସ୍ତ୍ରୀ। ସେ କହିଛନ୍ତି, ମୋ ସ୍ବାମୀ ଦଳ ପରିବର୍ତ୍ତନ କରିବାରୁ ତାଙ୍କୁ ହତ୍ୟା...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri