୪୦ ଟଙ୍କା ପାଇଁ ଜୀବନ ଗଲା

ଭଦ୍ରକ,୨୦ା୩(ସନାତନ ରାଉତ): ମାତ୍ର ୪୦ ଟଙ୍କା ପାଇଁ ଜଣେ ଗ୍ରାହକଙ୍କ ମାଡ଼ରେ ଦୋକାନୀଙ୍କର ଜୀବନ ଯାଇଛି। ଏପରି ଅଭାବନୀୟ ଘଟଣା ଘଟିଛି ଭଦ୍ରକ ଜିଲା ଚରମ୍ପା ଅଞ୍ଚଳରେ। ଭଦ୍ରକ ବ୍ଲକ ସାବରଙ୍ଗ ଥାନା ବଣିଆ ଗ୍ରାମର ବିଜୟ ପଣ୍ଡା ଚରମ୍ପା ପଥରଆଡ଼ିରେ ଏକ ତେଜରାତି ଦୋକାନ କରିଥିଲେ। ବୁଧବାର ସକାଳେ ଦୋକାନ ଖୋଲିବା ପରେ ଚରମ୍ପା ୨ ନଂ ଓ୍ବାର୍ଡର କାମେଶ ପରିଡ଼ା ସଉଦା ନେବାକୁ ଆସିଥିଲେ। ସଉଦା ନେବା ପରେ ସଉଦା ବାବଦକୁ ୧୮୦ ଟଙ୍କା ବଦଳରେ ଫୋନ୍‌ ପେ’ ରେ ୧୪୦ ଟଙ୍କା ଦେଇ ପଳାଇ ଯାଉଥିଲେ। ଦୋକାନୀ ବିଜୟ ଆଉ ୪୦ ଟଙ୍କା ଦେବାକୁ ତାଙ୍କୁ ଡାକିଥିଲେ।  ସକାଳୁ ବଇନି ହୋଇନାହିଁ ୪୦ ଟଙ୍କା ବାକି ଦେବି ନାହିଁ କହିଥିଲେ। ଉଭୟଙ୍କ ମଧ୍ୟରେ ଏହି କଥାରୁ ଯୁକ୍ତିତର୍କ ପରେ କାମେଶ ରାଗିଯାଇ ବିଜୟଙ୍କୁ ଧକ୍କା ମାରିଥିଲେ। ବିଜୟ ତଳେ ପଡ଼ିଯିବା ସହ ସଂଜ୍ଞାହୀନ ହୋଇ ଯାଇଥିଲେ। ପାଖ ଦୋକାନୀମାନେ ତାଙ୍କୁ ଭଦ୍ରକ ଜିଲା ମୁଖ୍ୟ ଚିକିତ୍ସାଳୟ ନେଇଥିବା ବେଳେ ଡାକ୍ତର ମୃତ ଘୋଷଣା କରିଥିଲେ। ଏନେଇ ତାଙ୍କ ପୁତୁରା ନଳିନୀ କୁମାର ପଣ୍ଡା ଟାଉନ ଥାନାରେ ଲିଖିତ ଅଭିଯୋଗ କରିଛନ୍ତି। ପୋଲିସ ମୃତଦେହ ବ୍ୟବଚ୍ଛେଦ କରିବା ସହ ମାମଲା ରୁଜୁ କରି ତଦନ୍ତ ଆରମ୍ଭ କରିଛି।


Enter your email to get our daily news in your inbox.

All Right Reserved By Dharitri.Com

ସରକାରଙ୍କ ଅଣଦେଖା: ଭୋଟ ବର୍ଜନ ଚେତାବନୀ ଦେଲେ ଗ୍ରାମବାସୀ

ଭବାନୀପାଟଣା,୯ା୫(ଉତ୍ତମ କୁମାର ଦାଶ): ଗ୍ରାମାଞ୍ଚଳର ବିକାଶ ପାଇଁ ବିଭିନ୍ନ ଯୋଜନାରେ ସରକାର କୋଟି କୋଟି ଟଙ୍କା ଖର୍ଚ୍ଚ କରୁଛନ୍ତି। ହେଲେ ପ୍ରଶାସନିକ ଅବହେଳା ଓ ଜନପ୍ରତିନିଧିମାନଙ୍କ...

୧୩ରେ ପ୍ରଥମ ମତଦାନ: ୭୦୩ କେନ୍ଦ୍ରର ହେବ ଓ୍ବେବ୍‌କାଷ୍ଟ

ଛତ୍ରପୁର,୯ା୫(ସନ୍ତୋଷ ପାଢ଼ୀ/ଦିଲୀପ ସାମଲ): ଗଞ୍ଜାମ ଜିଲାରେ ଆଉ ତିନି ଦିନ ପରେ ୧୩ ତାରିଖ ଦିନ ବ୍ରହ୍ମପୁର ଲୋକସଭା ଏବଂ ଛତ୍ରପୁର, ଗୋପାଳପୁର, ବ୍ରହ୍ମପୁର, ଦିଗପହଣ୍ଡି...

ଖର୍ଚ୍ଚ ସମ୍ବନ୍ଧୀୟ ଆପତ୍ତି ଅଭିଯୋଗ ଆସିଲେ ତୁରନ୍ତ ଜଣାଅ

ଭଦ୍ରକ,୯।୫ (ସନାତନ ରାଉତ)-ଭଦ୍ରକ ଲୋକ ସଭା ଓ ଜିଲାର ୫ ବିଧାନସଭା ନିର୍ବାଚନମଣ୍ଡଳୀ ପାଇଁ ନିର୍ବାଚନ ଆୟୋଗଙ୍କ ଦ୍ୱାରା ୩ଜଣ ଖର୍ଚ୍ଚ ପର୍ଯ୍ୟବେକ୍ଷକଙ୍କୁ ନିଯୁକ୍ତ କରାଯାଇଛି।...

ବିଧାୟକ, ଏମ୍‌ପି ପ୍ରାର୍ଥୀଙ୍କ ପାଇଁ ଭୋଟ୍‌ ଭିକ୍ଷା କରୁଛନ୍ତି କେସିଙ୍ଗା ନଗରପାଳ

କେସିଙ୍ଗା,୯ା୫(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ଏନ୍‌ଏସିର ଓ୍ବାର୍ଡ ନମ୍ବର ୬ରେ ନଗରପାଳ ନୃପରାଜ ଯାଦବ ପ୍ରଚଣ୍ଡ ଟାଣଖରାକୁ ଖାତିର ନ କରି ଓ୍ବାର୍ଡ ନଂ...

ଚିଲିକାରେ ବ୍ରିଜ୍‌ ନିର୍ମାଣ ହେବ: ଓଡ଼ିଶା ପାଇଁ ଏହି ସବୁ ଘୋଷଣା କଲେ ନୀତିନ ଗଡ଼କରୀ

ପୁରୀ,୯।୫: କେନ୍ଦ୍ର ପରିବହନ ମନ୍ତ୍ରୀ ନୀତିନ ଗଡ଼କରୀ ଗୁରୁବାର କୃଷ୍ଣପ୍ରସାଦରେ ନିଜର ଅଭିଭାଷଣ ରଖିଛନ୍ତି। ଏହି ସମୟରେ ଗଡ଼କରୀ ଓଡ଼ିଶା ପାଇଁ ଅନେକ ଘୋଷଣା କରିଛନ୍ତି।...

୨ ଶହ କୋଟି ଟଙ୍କାରେ ନିର୍ମାଣ ହେବ ପାରାଦୀପ ଏୟାରପୋର୍ଟ: ଗଡ଼କାରୀ

ପୁରୀ,୯।୫: କେନ୍ଦ୍ର ପରିବହନ ମନ୍ତ୍ରୀ ନୀତିନ ଗଡ଼କରୀ ଗୁରୁବାର ପୁରୀରେ ପହଞ୍ଚି ଶ୍ରୀ ଜଗନ୍ନାଥଙ୍କୁ ଦର୍ଶନ କରିଛନ୍ତି। ଏହା ପରେ କୃଷ୍ଣପ୍ରସାଦରେ ବିରାଟ ଜନସଭାରେ ଉଦ୍‌ବୋଧନ...

୧୧ରେ ବରଗଡ଼ ଆସିବେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି

ବରଗଡ଼,୯ା୫(ପ୍ରେମାନନ୍ଦ ଖମାରୀ): ଆସନ୍ତା ୧୧ତାରିଖ ଶନିବାର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ବରଗଡ଼ ଗସ୍ତରେ ଆସିବା କାର୍ଯ୍ୟକ୍ରମ ରହିଛି। ମିଳିଥିବା ସୂଚନାନୁଯାୟୀ, ମୋଦି ସେହିଦିନ ବରଗଡ଼ ସହର...

ନାମାଙ୍କନ କଲେ କୋରେଇ ବିଜେଡି ବିଧାୟିକା ପ୍ରାର୍ଥିନୀ ସଂଧ୍ୟାରାଣୀ ଦାସ

ଯାଜପୁର, ୯।୫: କୋରେଇ ବିଧାନସଭା ଆସନ ପାଇଁ ବିଜୁ ଜନତା ଦଳ ପ୍ରାର୍ଥିନୀ ସଂଧ୍ୟାରାଣୀ ଦାସ ଗୁରୁବାର ନାମାଙ୍କନ ଦାଖଲ କରିଛନ୍ତି। ପ୍ରଥମେ ପାଣିକୋଇଲି ତାରିଣୀ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri