ଆତଙ୍କବାଦୀ ସଂଗଠନ ଆଇଏସ୍‌ଆଇଏସ୍‌ର ଭାରତ ମୁଖ୍ୟ ଗିରଫ

ନୂଆଦିଲ୍ଲୀ,୨୧।୩: ଲୋକ ସଭା ନିର୍ବାଚନ ପୂର୍ବରୁ ସୁରକ୍ଷା ଏଜେନ୍ସିଂମାନଙ୍କୁ ବଡ଼ ସଫଳତା। କୁଖ୍ୟାତ ଆତଙ୍କବାଦୀ ସଙ୍ଗଠନ ଆଇଏସ୍‌ଆଇଏସ୍‌ର ଭାରତ ଚିଫ୍‌(ମୁଖ୍ୟ) ହାରିଶ ଫାରୁକି ଗିରଫ ହୋଇଛନ୍ତି। ଆସାମର ଧୁବରୀରେ ଭାରତ-ବାଂଲାଦେଶ ଅନ୍ତଃରାଷ୍ଟ୍ରୀୟ ସୀମା ନିକଟରୁ ତାଙ୍କୁ ଗିରଫ କରାଯାଇଛି। ହାରିଶ ଫାରୁକିଙ୍କ ସହ ତାଙ୍କର ଜଣେ ସହଯୋଗୀ ରେହାନଙ୍କୁ ବି ଏସ୍‌ଟିଏଫ୍‌ ଗିରଫ କରିଥିବା ଜଣାପଡ଼ିଛି। ତେବେ ଫାରୁକିଙ୍କୁ ଗିରଫ କରି ଅନେକ ବଡ଼ ଆକ୍ରମଣ ଯୋଜନାକୁ ଏସ୍‌ଟିଏଫ୍‌ ପଣ୍ଡ କରିଛି ବୋଲି କୁହାଯାଉଛି।

ପୋଲିସଠାରୁ ମିଳିଥିବା ସୂଚନାନୁଯାୟୀ, ଆଇଏସ୍‌ଆଇଏସ୍‌ର ଏହି ଦୁଇ ସଦସ୍ୟ ବାଂଲାଦେଶ ସୀମା ଦେଇ ଭାରତରେ ପ୍ରବେଶ କରି ବଡ଼ ଧରଣର ଆତଙ୍କବାଦୀ କାର୍ଯ୍ୟକଳାପ କରିବାକୁ ଷଡଯନ୍ତ୍ର କରୁଥିବା ଏସ୍‌ଟିଏଫ୍‌କୁ ସୂଚନା ମିଳିଥିଲା। ଏହାପରେ ଉଭୟଙ୍କୁ ଧରିବା ନିମନ୍ତେ ଏସ୍‌ଟିଏଫ୍‌ର ଏକ ସ୍ବତନ୍ତ୍ର ଟିମ ଗଠିତ ହୋଇଥିଲା। ଏହି ଟିମ ମଙ୍ଗଳବାର ସନ୍ଧ୍ୟାରୁ ବିଭିନ୍ନ ସ୍ଥାନରେ ଚଢ଼ାଉ କରିବା ଆରମ୍ଭ କରିଥିଲା। ହାରିଶ ଫାରୁକି ଓ ରେହାନ ସୀମା ଡେଇଁ ଭାରତରେ ପ୍ରବେଶ କରି ଧୁବରୀର ଧର୍ମଶାଳା ଅଞ୍ଚଳରେ ଥିଲେ। ଏନେଇ ସୂଚନା ପାଇବା ପରେ ଏସ୍‌ଟିଏଫ୍‌ ଟିମ ଉଭୟଙ୍କୁ କାବୁ କରିବାକୁ ସକ୍ଷମ ହୋଇଛି।
ତେବେ ଗିରଫ ହୋଇଥିବା ଆତଙ୍କବାଦୀମାନେ ନିର୍ବାଚନ ପୂର୍ବରୁ ଭାରତର ବିଭିନ୍ନ ସ୍ଥାନରେ ଆତଙ୍କୀ କାର୍ଯ୍ୟକଳାପ ଘଟାଇବାକୁ ଯୋଜନା କରୁଥିଲେ। ସେମାନେ ଭାତରରେ ଆତଙ୍କବାଦ ସଙ୍ଗଠନକୁ ସୁଦୃଢ କରିବାକୁ ଚେଷ୍ଟା କରୁଥିଲେ। ସେମାନଙ୍କ ବିରୋଧରେ ଦିଲ୍ଲୀ, ଲକ୍ଷ୍ନୌ ସମେତ ବିଭିନ୍ନ ସ୍ଥାନରେ ମାମଲା ରୁଜୁ ହୋଇଛି।

Enter your email to get our daily news in your inbox.

All Right Reserved By Dharitri.Com

ଏହି ମୋଗଲ ଶାସକ ପ୍ରତିଦିନ ପିଉଥିଲେ ଗଙ୍ଗାଜଳ, କାରଣ ଜାଣିଲେ…

ଗଙ୍ଗାକୁ ବିଶ୍ୱର ସବୁଠାରୁ ପବିତ୍ର ନଦୀ ବୋଲି ବିବେଚନା କରାଯାଏ। ଭାରତରେ ଗଙ୍ଗାକୁ ମାତା ବୋଲି କୁହାଯାଏ। ଧାର୍ମିକ ବିଶ୍ୱାସ ଅନୁଯାୟୀ, ଗଙ୍ଗାରେ ସ୍ନାନ କରିବା...

ଗୁଣପୁର ରେଳ ଷ୍ଟେଶନରେ ଯୁବକଙ୍କୁ ଧକ୍କା ଦେଲା ଟ୍ରେନ, ମୃତଦେହ ଉପରେ ପୁଣି ମାଡ଼ିଗଲା ଇଞ୍ଜିନ

ଗୁଣପୁର,୨୧ା୧(ସଂକେତ ପାତ୍ର): ଗୁଣପୁର ରେଳ ଷ୍ଟେଶନରେ ଦୁର୍ଘଟଣା । ଟ୍ରନ ଧକ୍କାରେ ଯୁବକଙ୍କର ମୃତ୍ୟୁ ହୋଇଥିବା ଜଣାପଡ଼ିଛି । ତେବେ ଯୁବକଙ୍କ ଅସାବଧାନତା ପାଇଁ ଦୁର୍ଘଟଣା...

ଗଛରେ ଚଢ଼ି କାଠ କାଟୁଥିଲେ ଶ୍ରମିକ, ହଠାତ୍‌ ଘଟିଲା ଏମିତି…

କେନ୍ଦ୍ରାପଡ଼ା,୨୧ା୧(ଜଗନ୍ନାଥ ଧଳ): କେନ୍ଦ୍ରାପଡ଼ା ଜିଲା ନିକିରାଇ ଥାନା ଅନ୍ତର୍ଗତ ପାଳକଣା ଗାଁରେ ଏକ ଦୁଃଖଦ ଘଟଣା ଘଟିଛି। ଜଣେ ଶ୍ରମିକ ଚାକୁଣ୍ଡା ଗଛରେ ଚଢ଼ି କାଠ...

ଲକ୍ଷ୍ମୀସାଗର ବୁଦ୍ଧନଗର ଅଞ୍ଚଳରେ ଯୁବତୀଙ୍କୁ ବଳାତ୍କାର, ଭଡ଼ାଘରେ ରହି…

ଭୁବନେଶ୍ୱର,୨୧ା୧ : ରାଜଧାନୀ ଭୁବନେଶ୍ବରରେ ଯୁବତୀଙ୍କୁ ବଳାତ୍କାର ହୋଇଥିବା ଅଭିଯୋଗ ସାମ୍ନାକୁ ଆସିଛି । ପୀଡ଼ିତାଙ୍କ ଅଭିଯୋଗ ଆଧାରରେ ପୋଲିସ ତଦନ୍ତ କରି ଜଣେ ଯୁବକଙ୍କୁ...

ଅଧିକାରୀଙ୍କୁ ଚିଠି ଲେଖିଲେ ମୁଖ୍ୟ ଶାସନ ସଚିବ, ସମୟସୀମା ମଧ୍ୟରେ…

ଭୁବନେଶ୍ୱର,୨୧ା୧: ସମସ୍ତ ବରିଷ୍ଠ ଅଧିକାରୀଙ୍କୁ ଚିଠି ଲେଖିଛନ୍ତି ମୁଖ୍ୟ ଶାସନ ସଚିବ ଅନୁ ଗର୍ଗ। କେନ୍ଦ୍ର ସରକାରଙ୍କ ଚିଠିକୁ ଗୁରୁତ୍ୱ ଦେବାକୁ ସେ ନିର୍ଦ୍ଦେଶ ଦେଇଛନ୍ତି।...

ଜେଡି ଭାନ୍ସ ଆମେରିକାକୁ ଏମିତି ଖବର ଦେଲେ ଯେ ଖୁସି ହୋଇଗଲା ହ୍ବାଇଟ ହାଉସ, ଜାଣନ୍ତୁ କ’ଣ…

ଓ୍ବାଶିଂଟନ,୨୧।୧: ଆମେରିକାର ଉପରାଷ୍ଟ୍ରପତି ଜେ.ଡି. ଭାନ୍ସ ଏବଂ ତାଙ୍କ ପତ୍ନୀ ଉଷା ଭାନ୍ସ ଜୁଲାଇ ଶେଷ ଭାଗରେ ସେମାନଙ୍କର ଚତୁର୍ଥ ସନ୍ତାନ ଆଶା କରୁଛନ୍ତି। ଭାନ୍ସ...

କାର୍‌କୁ ଧକ୍କା ଦେଇ ଟ୍ରକ୍‌କୁ ପିଟିଲା ପିକ୍‌ଅପ୍‌: ୩ ଗୁରୁତର

ବାରିପଦା,୨୧ା୧: ଏନ୍‌ଏଚ୍‌ ୧୬ ଦରକୋଳି ଛକରେ ସିରିଜ ଦୁର୍ଘଟଣା ଘଟିଛି। ଏକ କାର୍‌କୁ ଗୋଟିଏ ପିକ୍‌ଅପ୍‌ ଧକ୍କା ଦେଇଥିବାବେଳେ ପରେ ଟ୍ରକ୍‌କୁ ଧକ୍କା ଦେଇଥିଲା ପିକ୍‌ଅପ୍‌।...

ଶ୍ରୀ ରାମ ମନ୍ଦିର ଟ୍ରଷ୍ଟର ଅଧ୍ୟକ୍ଷ ମହନ୍ତ ନୃତ୍ୟ ଗୋପାଳ ଦାସ ଅସୁସ୍ଥ, ୩୬ ଘଣ୍ଟା ଉପବାସରେ

ଲକ୍ଷ୍ନୌ,୨୧।୧: ଶ୍ରୀରାମ ଜନ୍ମଭୂମି ତୀର୍ଥ କ୍ଷେତ୍ର ଟ୍ରଷ୍ଟର ଅଧ୍ୟକ୍ଷ ମହନ୍ତ ନୃତ୍ୟ ଗୋପାଳ ଦାସଙ୍କ ସ୍ବାସ୍ଥ୍ୟାବସ୍ଥା ହଠାତ ଖରାପ ହୋଇଯାଇଛି। ଗତ ୩୬ଘଣ୍ଟା ଧରି ସେ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri