୨୦ ଲକ୍ଷ ଟଙ୍କା ହଡ଼ପ କରି ବିଇଓ ଗିରଫ

ଦାରିଙ୍ଗବାଡ଼ି/ଫୁଲବାଣୀ ,୨୧ା୩(ଅରୁଣ ସାହୁ/ରାକେଶ ରାଉତ): ନ୍ୟାଶନାଲ ପେନ୍‌ସନ୍‌ ସିଷ୍ଟମ(ଏନ୍‌ପିଏସ୍‌)ର ୨୦ ଲକ୍ଷ ଟଙ୍କା ହଡ଼ପ କରି ଭିଜଲାନ୍ସ ପଞ୍ଝାରେ ପଡ଼ି କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ବିଇଓ ରସାନନ୍ଦ କର ଗିରଫ ହୋଇଛନ୍ତି। ବୁଧବାର ତାଙ୍କୁ ଦାରିଙ୍ଗବାଡ଼ିରୁ ଭିଜିଲାନ୍ସ ଉଠାଇ ନେଇ ଫୁଲବାଣୀରେ ପଚରାଉଚରା କରିବା ପରେ ଗୁରୁବାର ଗିରଫ କରି କୋର୍ଟ ଚାଲାଣ କରିଛି। ଭିଜିଲାନ୍ସ ଡିଏସ୍‌ପି ହେମନ୍ତ କୁମାର ମହାନ୍ତିଙ୍କ ସୂଚନା ପ୍ରକାରେ କାର୍ଯ୍ୟରତ ଶିକ୍ଷୟିତ୍ରୀ/ଶିକ୍ଷକଙ୍କ ପାଇଁ ରହିଥିବା ନ୍ୟାଶନାଲ ପେନ୍‌ସନ୍‌ ସିଷ୍ଟମର ୨୦ ଲକ୍ଷ ଟଙ୍କାକୁ ଦୁଇଟି ପର୍ଯ୍ୟାୟରେ ୧୦ ଲକ୍ଷ ଲେଖାଏ ଜାନୁଆରୀରେ ବିଇଓ ରସାନନ୍ଦ କର ନିଜ ଦରମା ଆକାଉଣ୍ଟକୁ ନେଇଥିଲେ ଯାହାକି ସରକାରୀ ପଦବୀର ଅପବ୍ୟବହାର କରି ସେଏଭଳି ଚଞ୍ଚକତା କରିଥିବା ଭିଜିଲାନ୍ସ ଜାଣିବାକୁ ପାଇଥିଲା ପରେ ଉକ୍ତ ୨୦ ଲକ୍ଷ ଟଙ୍କାକୁ ସେହି ମାସରେ ହିଁ ବିଇଓ ରସାନନ୍ଦ କର ଜୋରଧା ନାମକ ଏକ ବ୍ରୋକିଙ୍ଗ ଶେୟାର ମାର୍କେଟରେ ବିନିଯୋଗ କରିଥିଲେ। ତେବେ ଏହି ସରକାରୀ ଅର୍ଥ ହଡ଼ପ କରିଥିବା ଫୁଲବାଣୀ ଭିଜିଲାନ୍ସ ଜାଣିପାରି ପ୍ରାୟ ଦୀର୍ଘ ଏକ ମାସ ଧରି ରସାନନ୍ଦଙ୍କ ଉପରେ ତୀକ୍ଷ୍ଣ ନଜର ରଖି ଆସିବା ସହ ବିଭିନ୍ନ ପ୍ରମାଣ ଯୋଗାଡ଼ କରିବା ପରେ ମଙ୍ଗଳବାର ତାଙ୍କ ବିରୋଧରେ (୬/୨୪) ରେ ଏକ ମାମଲା ରୁଜୁ କରି ବୁଧବାର ସନ୍ଧ୍ୟାରେ ତାଙ୍କୁ ଉଠାଇ ନେଇଥିଲା। ଭିଜିଲାନ୍ସ ଘଟଣାର ଅଧିକ ତଦନ୍ତ କରୁଥିବା କହିବା ସହ ବିଇଓ କରଙ୍କ ବିରୋଧରେ ଅନେକ ଅଭିଯୋଗ ରହିଥିବା ଓ ଏହାର ତଦନ୍ତ କରୁଥିବା ଜଣାପଡ଼ିଛି।


Enter your email to get our daily news in your inbox.

All Right Reserved By Dharitri.Com

ବିଜେଡ଼ି ପ୍ରତିଷ୍ଠା ଦିବସରେ ଆଗାମୀ ପଞ୍ଚାୟତ-ସାଧାରଣ ନିର୍ବାଚନ ପାଇଁ ଗୁରୁମନ୍ତ୍ର ଦେଲେ ନେତା

ପାଟଣା,୨୬।୧୨,(ବୀର କିଶୋର ଦାଶ): କେନ୍ଦୁଝର ଜିଲା ବିଜୁ ଜନତା ଦଳ (ବିଜେଡି)ର ପାଟଣା ନିର୍ବାଚନ ମଣ୍ଡଳୀ ସ୍ତରୀୟ ୨୯ତମ ପ୍ରତିଷ୍ଠା ଦିବସ ସାହାରପଡ଼ା ବ୍ଲକ ମୁଖ୍ୟାଳୟ...

ମାରଓ୍ବାଡି ମହିଳାଙ୍କ ସେବା କାର୍ଯ୍ୟକୁ ପ୍ରଶଂସା କଲେ ଏମ୍‌ପି

ବଲାଙ୍ଗୀର,୨୬।୧୨(ସୁନିଲ କୁମାର ମହାନ୍ତି):ଅଖିଳ ଭାରତୀୟ ମାରଓ୍ବାଡି ମହିଳା ସମ୍ମେଳନ ଓଡିଶା ପ୍ରଦେଶର ସପ୍ତଦଶ ପ୍ରାନ୍ତୀୟ ସମ୍ମେଳନ ସ୍ଥାନୀୟ ବିଦ୍ୟା ହେଭନ୍ସ ଠାରେ ଶୁକ୍ରବାର ଅନୁଷ୍ଠିତ ହୋଇଛି।...

ଅଜଣା ଗାଡ଼ି ଧକ୍କାରେ ଯୁବକଙ୍କ ମୃତ୍ୟୁ, କ୍ଷତିପୂରଣ ଦାବିରେ ରାସ୍ତା ରୋକ

ବୀରମହାରାଜପୁର,୨୬।୧୨, (ଯୁଗଳ କିଶୋର ମିଶ୍ର): ସୁବର୍ଣ୍ଣପୁର ଜିଲା ବୀରମହାରାଜପୁର ବ୍ଲକ ହିଲୁଙ୍ଗ ପଞ୍ଚାୟତ ଲୁଚାବନ୍ଦ ପାଖରେ ଗୁରୁବାର ସା ପ୍ରାୟ ୭ଟା୩୦ରେ ଏକ ଅଜଣା ଗାଡ଼ି...

ନୂଆବର୍ଷରେ ମହଙ୍ଗା ଯୋଇଯିବ ଏହିସବୁ ଔଷଧ, ଜାଣି ନିଅନ୍ତୁ…

ନୂଆଦିଲ୍ଲୀ,୨୬।୧୨:ସରକାର ଅତ୍ୟାବଶ୍ୟକ ଔଷଧ ପାଇଁ ସୁଲଭ ଏବଂ ନିରାପଦ କଞ୍ଚାମାଲ ସୁନିଶ୍ଚିତ କରିବା ପାଇଁ ନୂତନ ପଦକ୍ଷେପ ନେଉଛନ୍ତି, କିନ୍ତୁ ଔଷଧ ଶିଳ୍ପ ବିଶେଷଜ୍ଞମାନେ ଭୟ...

ଧାନମଣ୍ଡି ଖୋଲିବା ଦାବିରେ ବ୍ଳକ କାର୍ଯ୍ୟାଳୟ ଆଗରେ ବିକ୍ଷୋଭ

ପୁରୁଷୋତ୍ତମପୁର,୨୬।୧୨(ସବିତା ମିଶ୍ର): ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ଅଞ୍ଚଳରେ ଧାନମଣ୍ଡି ଖୋଲାଯାଇ ନ ଥିବାରୁ ଚାଷୀମାନେ ଶୋଷଣର ଶିକାର ହେଉଥିବା ଅଭିଯୋଗ ହୋଇଛି। ଏନେଇ ତୁରନ୍ତ ମଣ୍ଡି...

ବାପଘରକୁ ଯାଇଥିଲେ ଫୁଲମତି, ଘର ଭାଙ୍ଗି ଆକ୍ରମଣ କଲା ହାତୀ: ଆଉ ତା’ପରେ…

ବଲାଙ୍ଗୀର ୨୬/୧୨ (ସୁନୀଲ କୁମାର ମହାନ୍ତି):ଖପ୍ରାଖୋଲ ବ୍ଲକ ଲାଠୋର ରେଞ୍ଜ ଅନ୍ତର୍ଗତ ବେନ୍ଦେର ପଞ୍ଚାୟତର ଚହକପଡ଼ା ଗ୍ରାମରେ ଗୁରୁବାର ରାତି ପ୍ରାୟ ୩ଟା ସମୟରେ ୩୨...

‘୧୦୦ ବର୍ଷ ପର୍ଯ୍ୟନ୍ତ ରହିବ ବିଜେଡି’: ନବୀନ ପଟ୍ଟନାୟକ

ଭୁବନେଶ୍ୱର,୨୬।୧୨: ଶହେ ବର୍ଷ ପର୍ଯ୍ୟନ୍ତ ରହିବ ବିଜୁ ଜନତା ଦଳ(ବିଜେଡି)। ଶୁକ୍ରବାର ଦଳ ଭିତରେ ବିଭାଜନ ନେଇ ଚାଲିଥିବା କଳ୍ପନାଜଳ୍ପନାକୁ ଦୃଢ଼ ଭାବେ ଖଣ୍ଡନ କରିଛନ୍ତି।...

ନ୍ୟୁଜିଲାଣ୍ଡ ସିରିଜ୍‌ ଖେଳିବା ଆଶାରେ ଶ୍ରେୟସ

ବେଙ୍ଗାଲୁରୁ,୨୬।୧୨:ଭାରତର ଦିନିକିଆ ଉପ ଅଧିନାୟକ ଶ୍ରେୟସ ଆୟାର ଅଷ୍ଟ୍ରେଲିଆ ବିପକ୍ଷ ଦିନିକିଆ ସିରିଜ୍‌ରେ ଆହତ ହେବା ପରେ ପ୍ରଥମ ଥର ପାଇଁ ବ୍ୟାଟିଂ ଅଭ୍ୟାସ କରିଛନ୍ତି।...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri