Posted inଜାତୀୟ

ଦେଶକୁ ମିଳିବ ଚିଫ୍‌ ଅଫ୍‌ ଡିଫେନ୍ସ ଷ୍ଟାଫ୍‌

ନୂଆଦିଲ୍ଲୀ,୧୫।୮: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ସ୍ବାଧୀନତା ଦିବସ ଅବସରରେ ଘୋଷଣା କରିଛନ୍ତି କି ଏବେ ଦେଶକୁ ମିଳିବ ଚିଫ୍‌ ଅଫ୍‌ ଡିଫେନ୍ସ ଷ୍ଟାଫ୍‌। ସ୍ଥଳସେନା, ନୌସେନା ଓ ବାୟୁସେନା ମଧ୍ୟରେ ତାଳମେଳ ରକ୍ଷା କରିବାକୁ ଏହି ଚିଫ୍‌ ଅଫ୍‌ ଡିଫେନ୍ସ ଷ୍ଟାଫ୍‌ ନିଯୁକ୍ତ କରାଯିବ। ସୂଚନାଯୋଗ୍ୟ, ୧୯୯୯ କାରଗିଲ ଯୁଦ୍ଧ ସମୟରେ ଚିଫ୍‌ ଅଫ୍‌ ଡିଫେନ୍ସ ଷ୍ଟାଫ୍‌ ନିଯୁକ୍ତି ଦାବି କରାଯାଇଥିଲା। ଏହାପରେ ଭାଜପା ନେତା ଲାଲକୃଷ୍ଣ ଆଡଭାନୀଙ୍କ ଅଧ୍ୟକ୍ଷତାରେ ଗ୍ରୁପ ଅଫ୍‌ ମିନିଷ୍ଟର୍ସ ଚିଫ୍‌ ଅଫ୍‌ ଡିଫେନ୍ସ ଷ୍ଟାଫ୍‌ ପଦ ପାଇଁ ସୁପାରିଶ କରିଥିଲେ। ହେଲେ ଏହାପରେ ବାୟୁସେନାର ବିରୋଧ ପାଇଁ ବାଜପେୟୀ ସରକାର ଏହା ଉପରେ ନଜର ଦେଇ ନ ଥିଲେ। କୁହାଯାଏ କାରଗିଲ ଯୁଦ୍ଧ ସମୟରେ ୩ ସେନାଙ୍କ ମଧ୍ୟରେ ସମନ୍ବୟ ନ ରହିବାରୁ ବହୁ ପରିମାଣରେ କ୍ଷତି ହୋଇଥିଲା। ଏବେ ୨୦ ବର୍ଷ ପରେ ମୋଦି ସରକାର ଏହାକୁ କାର୍ଯ୍ୟକାରୀ କରିବାକୁ ଯାଉଛନ୍ତି। ଏଥିରେ ଥିବା ଅଧ୍ୟକ୍ଷଙ୍କର କୌଣସି କ୍ଷମତା ରହିବ ନାହିଁ ସେ କେବଳ ୩ ସେନା ମଧ୍ୟରେ ସମନ୍ବୟ ରକ୍ଷା କରିବେ। ଏବେ ଚିଫ୍‌ ମାର୍ଶଲ୍‌ ବିଏସ୍‌ ଧନଓ୍ବା ଚିଫ୍‌ ଅଫ୍‌ ଡିଫେନ୍ସ ଷ୍ଟାଫ୍‌ କମିଟିର ଚେୟାରମ୍ୟାନ୍‌ ରହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ସାରା ଦେଶରେ ‘ନକଲି ପନିର’ ବିପଦ; ୮୩% ନମୁନା ବିଫଳ ହେବା ପରେ FSSAI’ର ବଡ଼ କାର୍ଯ୍ୟାନୁଷ୍ଠାନ

ନୂଆଦିଲ୍ଲୀ,୧୭ା୧୨: ଦେଶରେ କ୍ଷୀର ଏବଂ କ୍ଷୀରଜାତ ଦ୍ରବ୍ୟରେ ବଢୁଥିବା ଭେଜାଲ ଓ ମିସ୍‌ବ୍ରାଣ୍ଡିଂ ସମସ୍ୟାର ସମାଧାନ ପାଇଁ ଭାରତୀୟ ଖାଦ୍ୟ ନିରାପତ୍ତା ଏବଂ ମାନକ ପ୍ରାଧିକରଣ...

‘ବରଗଡ଼ ଜିଲା ମୁଖ୍ୟ ହସ୍ପିଟାଲରେ ମେଡିକାଲ କଲେଜ ପ୍ରତିଷ୍ଠା ହେଉ’

ବରଗଡ଼,୧୭।୧୨(ପ୍ରେମାନନ୍ଦ ଖମାରୀ)- ବରଗଡ଼ ଜିଲା ମୁଖ୍ୟ ହସ୍ପିଟାଲକୁ ଏକ ସୁପର ସ୍ପେଶାଲିଟି ହସ୍ପିଟାଲରେ ପରିଣତ କରି ସହିତ ଜିଲା ହସ୍ପିଟାଲ ପରିସରରେ ୧୦୦ ଏମବିବିଏସ ସିଟ୍...

ଶିଆଳ କାମୁଡାରେ ଏକାଧିକ ଗୁରୁତର, ମେଡିକାଲରେ ଭର୍ତ୍ତି

ଧର୍ମଶାଳା,୧୭/୧୨(ଶିବ ପ୍ରସାଦ ମହାନ୍ତି): ଧର୍ମଶାଳା ଥାନା ଅନ୍ତର୍ଗତ ମଙ୍ଗଳପୁର ପଞ୍ଚାୟତରେ ଏକ ଶିଆଳ କାମୁଡାରେ ଏକାଧିକ ଗୁରୁତର ହୋଇଛନ୍ତି । ସମସ୍ତ ଆହତ ଧର୍ମଶାଳା ଗୋଷ୍ଠୀ...

ଶ୍ରୀମନ୍ଦିର ଭିତର ଫଟୋ ଭାଇରାଲ ଘଟଣା, ଆଇନ ମନ୍ତ୍ରୀ କହିଲେ…

ପୁରୀ ୧୭ା୧୨( ଅଜିତ୍ କୁମାର ମହାନ୍ତି ): କିଛି ଦିନର ବ୍ୟବଧାନ ପରେ ପୁଣି ଶ୍ରୀମନ୍ଦିର ଭତିରର ଫୋଟ ସୋସିଆଲ ମିଡିଆରେ ଭାଇରାଲ ହୋଇଛି। ତେବେ...

ଏବେ ବୁନ୍ଧାଏ ପାଣି ପାଇଁ ବି ଡହଳ ବିକଳ ହେବ ପାକିସ୍ତାନ! ଭାରତ ପରେ ଏହି ଦେଶ ନେଲା ବଡ ଆକ୍ସନ

ଇସଲାମାବାଦ,୧୭।୧୨: ପହଲଗାମରେ ଆତଙ୍କବାଦୀ ଆକ୍ରମଣ ପରେ, ଭାରତ ପାକିସ୍ତାନକୁ ସିନ୍ଧୁ ନଦୀ ଜଳ ଯୋଗାଣ ବନ୍ଦ କରିଦେଇଛି, ଯାହା ଫଳରେ ଅନେକ ଅଞ୍ଚଳରେ ମରୁଡ଼ି ଭଳି...

କିସ୍‌ ଛାତ୍ରଙ୍କୁ ହତ୍ୟା, ପ୍ରେସ୍‌ମିଟ୍‌ରେ ସ୍ପଷ୍ଟ କରି ପୋଲିସ କମିଶନର କହିଲେ…

ଭୁବନେଶ୍ୱର,୧୭ା୧୨: କିସ୍‌ ଛାତ୍ରଙ୍କୁ ହତ୍ୟା କରାଯାଇଥିବା ସ୍ପଷ୍ଟ କରିଛନ୍ତି ପୋଲିସ କମିଶନର। ପ୍ରେସମିଟ୍‌ରେ ପୋଲିସ କମିଶନର ଏସ୍‌ ଦେବଦତ୍ତ ସିଂ ଏକଥା ସ୍ପଷ୍ଟ କରିଛନ୍ତି। ‘ଜୋକର...

‘ଭାରତରେ ଉତ୍ପାଦନ ହ୍ରାସ ପାଉଛି…,’ ଜର୍ମାନୀରେ BMW ଫ୍ୟାକ୍ଟ୍ରିରେ ପହଞ୍ଚି ଭିଡିଓ ଶେୟାର କଲେ ରାହୁଲ

ବର୍ଲିନ,୧୭।୧୨: କଂଗ୍ରେସ ନେତା ଏବଂ ବିରୋଧୀ ଦଳ ନେତା ରାହୁଲ ଗାନ୍ଧୀ ବୁଧବାର ଜର୍ମାନୀର BMW କାରଖାନା ପରିଦର୍ଶନ କରିଥିଲେ। ଏହି ଗସ୍ତ ସମୟରେ ସେ...

ବଦନାମ ହେଲା TMC, ଭିଡିଓ ଶେୟାର କଲା ଭାଜପା

ନୂଆଦିଲ୍ଲୀ,୧୭।୧୨: ତୃଣମୂଳ କଂଗ୍ରେସ ଏମପି କୀର୍ତ୍ତି ଆଜାଦଙ୍କ ଏକ ଭିଡିଓ ସୋସିଆଲ ମିଡିଆରେ ଭାଇରାଲ ହେଉଛି। ଏଥିରେ ଆଜାଦ ସଂସଦ ଭିତରେ ସିଗାରେଟ ପିଉଥିବାର ଦେଖାଯାଉଛି।...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri