Posted inଜାତୀୟ

ପଶ୍ଚିମବଙ୍ଗ ନଦିଆ ଜିଲାରେ ଅଗଷ୍ଟ ୧୮ରେ ପାଳିତ ହେବ ସ୍ବାଧୀନତା ଦିବସ

କୋଲକତା,୧୫।୮: ଦେଶ ସାରା ଗୁରୁବାର ସ୍ବାଧୀନତା ଦିବସ ପାଳିତ ହେଉଛି। ତେବେ ପଶ୍ଚିମବଙ୍ଗର ନଦିଆ ଜିଲାରେ ଅଗଷ୍ଟ ୧୫ ବଦଳରେ ଅଗଷ୍ଟ ୧୮ରେ ସ୍ବାଧୀନତା ଦିବସ ପାଳିତ ହେବ। ୧୯୪୭ ଅଗଷ୍ଟ ୧୨ରେ ରେଡ଼ିଓରେ ଖବର ପ୍ରସାରିତ ହୋଇଥିଲା ଯେ, ଭାରତକୁ ସ୍ବାଧୀନତା ମିଳିଯାଇଛି। ତେବେ ଖବରରେ କୁହାଯାଇଥିଲା ନଦିଆ ଜିଲାକୁ ପୂର୍ବ ପାକିସ୍ତାନରେ ସାମିଲ୍‌ କରାଯାଇଛି। ଖବର ପ୍ରଚାରିତ ହେବା ପରେ ନଦିଆରେ ଦଙ୍ଗା ଆରମ୍ଭ ହୋଇଯାଇଥିଲା। ଏହାପରେ ନଦିଆ ଜିଲାକୁ ଭାରତରେ ସାମିଲ୍‌ କରାଯାଇ ମାନଚିତ୍ରରେ କେତେକ ପରିବର୍ତ୍ତନ କରାଯାଇଥିଲା। ଏନେଇ ଅଗଷ୍ଟ ୧୭ରେ ଘୋଷଣା କରାଯାଇଥିଲା। ଏହା ପରଦିନ ଏଠାରେ ଭାରତର ଜାତୀୟ ପତାକା ଉତ୍ତୋଳନ କରାଯାଇଥିଲା। ଏହାପରେ ସ୍ଥାନୀୟ ବାସିନ୍ଦାଙ୍କ ଦାବିକୁ ଦୃଷ୍ଟିରେ ରଖି ଭାରତ ସରକାର ୧୯୯୧ରେ ଏଠାରେ ପ୍ରତିବର୍ଷ ଅଗଷ୍ଟ ୧୮ରେ ସ୍ବାଧୀନତା ଦିବସ ପାଳନ କରାଯିବା ପ୍ରସ୍ତାବକୁ ଅନୁମୋଦନ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

IND vs SA: ବାରବାଟୀରେ ହାର୍ଦ୍ଦିକଙ୍କ ଛକା ବର୍ଷା, ଦକ୍ଷିଣ ଆଫ୍ରିକାକୁ ଟାର୍ଗେଟ…

କଟକ,୯।୧୨: ପ୍ରଥମ ଟି-୨୦ରେ ପ୍ରଥମେ ବ୍ୟାଟିଂ କରି ଭାରତ ୧୭୫ ରନ କରିଛି। ହାର୍ଦ୍ଦିକ ପାଣ୍ଡ୍ୟା ଦଳକୁ ୫୯ ରନର ଚମତ୍କାର ସ୍କୋରରେ ପହଞ୍ଚାଇଛନ୍ତି। ସଙ୍କଟରେ...

Ayushman Card: ବର୍ଷକୁ କେବଳ ଏତିକି ଥର ମିଳେ ମାଗଣା ଚିକିତ୍ସା, ନିୟମ ନ ଜାଣିଲେ ପକେଟରୁ ବାଜିବ ଟଙ୍କା!

ନୂଆଦିଲ୍ଲୀ,୯।୧୨: ଭାରତରେ ସାଧାରଣ ଲୋକଙ୍କ ପାଇଁ ସ୍ୱାସ୍ଥ୍ୟସେବା ସୁଲଭ କରିବା ପାଇଁ ସରକାର ଅନେକ ପ୍ରମୁଖ ପଦକ୍ଷେପ ନେଇଛନ୍ତି, ଯାହା ମଧ୍ୟରୁ ସବୁଠାରୁ ପ୍ରମୁଖ ହେଉଛି...

ଯୁକ୍ତ ଦୁଇ ପରୀକ୍ଷା ସୂଚୀରେ ବଡ଼ ପରିବର୍ତ୍ତନ: ବଦଳିଲା ପ୍ରମୁଖ ବିଷୟର ତାରିଖ

ଭୁବନେଶ୍ୱର,୯ା୧୨: ଓଡ଼ିଶା ଉଚ୍ଚ ମାଧ୍ୟମିକ ଶିକ୍ଷା ପରିଷଦ (CHSE) ମଙ୍ଗଳବାର ୨୦୨୬ ମସିହା ପାଇଁ ହେବାକୁ ଥିବା ଯୁକ୍ତ ଦୁଇ ବାର୍ଷିକ ପରୀକ୍ଷା ସୂଚୀରେ କିଛି...

ଓଡ଼ିଶାକୁ ‘ଶ୍ରେଷ୍ଠ ବନ୍ୟଜୀବ ସଂରକ୍ଷଣ ପ୍ରୟାସ’ ପୁରସ୍କାର

ଭୁବନେଶ୍ୱର,୯ା୧୨: ହାଇଦ୍ରାବାଦରେ ଆୟୋଜିତ ତିନି ଦିନିଆ ଇଣ୍ଡିଆ ଇଣ୍ଟରନ୍ୟାସନାଲ ଟ୍ରାଭେଲ ମାର୍ଟ (IITM) ରେ ଓଡ଼ିଶାକୁ ‘ଭାରତରେ ଶ୍ରେଷ୍ଠ ବନ୍ୟଜୀବ ସଂରକ୍ଷଣ ପ୍ରୟାସ’ ପୁରସ୍କାରରେ ସମ୍ମାନିତ...

ବାରବାଟୀ ମ୍ୟାଚ ଭିତରେ ବଡ଼ ଘୋଷଣା, ପୁଣି T20 ପାଇଁ ଟିମ୍‌ ଇଣ୍ଡିଆର ଟିମ୍‌ ଘୋଷଣା, ଦଳରେ ଅଛନ୍ତି…

ନୂଆଦିଲ୍ଲୀ,୯।୧୨: ବିଶ୍ୱ ଚାମ୍ପିଅନ ଟିମ ଇଣ୍ଡିଆ ଖୁବଶୀଘ୍ର ପଡ଼ିଆକୁ ଫେରିବାକୁ ଯାଉଛି। ପ୍ରଥମ ଥର ପାଇଁ ICC ମହିଳା ବିଶ୍ୱକପ ଜିତିଥିବା ଭାରତୀୟ କ୍ରିକେଟ ଦଳ...

India vs South Africa: ବାରବାଟୀରେ କେତେଥର ଜିତିଛି ଭାରତ? ଶୁଣିଲେ ତାଜୁବ ହେବେ

କଟକ,୯ା୧୨: ବାରବାଟୀ ବ୍ୟାଟଲ୍‌ ପାଇଁ ମୈଦାନ ତୟାର । ଖଚାଖଚ୍ ଦର୍ଶକ ଭରା ଷ୍ଟାଡିୟମରେ ଫଟାଫଟ କ୍ରିକେଟର ମଜା । ଭାରତ ଏବଂ ଦକ୍ଷିଣ ଆଫ୍ରିକା...

ବାରବାଟୀ ବ୍ୟାଟଲ୍‌: ଟସ୍‌ ଜିତିଲା ଦକ୍ଷିଣ ଆଫ୍ରିକା, ଏବେ କରିବ…

କଟକ,୯ା୧୨: ବାରବାଟୀ ବ୍ୟାଟଲ୍‌ ପାଇଁ ମୈଦାନ ତୟାର । ଖଚାଖଚ୍ ଦର୍ଶକ ଭରା ଷ୍ଟାଡିୟମରେ ଫଟାଫଟ କ୍ରିକେଟର ମଜା । ଭାରତ ଏବଂ ଦକ୍ଷିଣ ଆଫ୍ରିକା...

CEC ଚୟନ କମିଟିରୁ CJIଙ୍କୁ କାହିଁକି ହଟାଗଲା? ପ୍ରଧାନମନ୍ତ୍ରୀଙ୍କୁ ରାହୁଲ ଗାନ୍ଧୀଙ୍କ ପ୍ରଶ୍ନ

ନୂଆଦିଲ୍ଲୀ,୮।୧୨: ଲୋକସଭାରେ ବିରୋଧୀ ଦଳ ନେତା ରାହୁଲ ଗାନ୍ଧୀ ମଙ୍ଗଳବାର ନିର୍ବାଚନ ସଂସ୍କାର ଉପରେ କେନ୍ଦ୍ର ସରକାରଙ୍କୁ ତୀବ୍ର ସମାଲୋଚନା କରିଛନ୍ତି। ମୁଖ୍ୟ ନିର୍ବାଚନ କମିଶନର...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri