ଶିକ୍ଷକଙ୍କ ମାଡ଼ରେ ନର୍ସରି ଛାତ୍ର ଲହୁଲୁହାଣ

ରାଇଘର,୨୨ା୩(କିରଣ ପଟ୍ଟନାୟକ):ନବରଙ୍ଗପୁର ଜିଲା କୁନ୍ଦେଇ ଥାନା ଅଧୀନ କାନାଡିହି ଗ୍ରାମର ଜଣେ ଛାତ୍ର ସ୍କୁଲ ଶିକ୍ଷକଙ୍କ ମାଡ଼ରେ ଲହୁଲୁହାଣ ହୋଇଛନ୍ତି। ସମ୍ପୃକ୍ତ ଶିକ୍ଷକଙ୍କ ନାମରେ ଛାତ୍ରଙ୍କ ପରିବାର ଲୋକେ ଥାନାରେ ଅଭିଯୋଗ କରିବା ପରେ ତାଙ୍କୁ ଅଟକ ରଖାଯାଇଥିବା ସୂଚନା ମିଳିଛି। ଛାତ୍ର ଜଣକ ହେଲେ କାନାଡ଼ିହି ଗ୍ରାମର ଲଗନୁ ସତନାମୀଙ୍କ ପୁଅ ଧନରାଜ (୫)। ସେ ହାଟଭରଣ୍ଡିସ୍ଥିତ ଶହୀଦ ବିର୍ସା ମୁଣ୍ଡା ଘରୋଇ ସ୍କୁଲରେ ନର୍ସରି ଛାତ୍ର।
ସୂଚନାନୁଯାୟୀ, ସବୁଦିନ ଭଳି ଧନରାଜ ଗୁରୁବାର ସକାଳ ୮ଟାରେ ସ୍କୁଲ ଅଟୋରେ ବିଦ୍ୟାଳୟ ଯାଇଥିଲେ। ମଧ୍ୟାହ୍ନ ୧ଟାରେ ଧନରାଜଙ୍କୁ ଘରେ ଛାଡ଼ିବାବେଳକୁ ସ୍କୁଲରେ ସେ ମାଡ଼ ଖାଇଥିବା ଅଟୋ ଡ୍ରାଇଭର କହିଥିଲେ। ପରିବାର ଲୋକେ ପିଲାଟିର ଶାର୍ଟ ଖୋଲି ଦେଖିଥିଲେ। ଧନରାଜଙ୍କର ପିଠି ସାରା ନୋଳା ଫାଟିଯାଇଥିବା ଦେଖି ପରିବାର ଲୋକେ ତାଙ୍କୁ ପଚାରିଥିଲେ। ପଚାରିବାରୁ ସ୍କୁଲରେ ସାର୍‌ ବାଡ଼ିରେ ପ୍ରବଳ ମାରିଥିବା କଥା ଧନରାଜ କହିଥିଲେ। ଏହା ପରେ ଲଗନୁ କୁନ୍ଦେଇ ଥାନାରେ ଏତଲା ଦେଇଥିଲେ। ଏତଲା ଆଧାରରେ ପୋଲିସ କେସ୍‌ ନଂ. ୪୯/୨୪ରେ ମାମଲା ରୁଜୁ କରିଛି। ଶିକ୍ଷକ ଜୟରାମ ଗଣ୍ଡଙ୍କୁ ଅଟକ ରଖି ପଚରାଉଚରା ଚାଲିଥିବା କୁନ୍ଦେଇ ଥାନା ଭାରପ୍ରାପ୍ତ ଅଧିକାରୀ ପ୍ରଶାନ୍ତ କୁମାର ସେଠୀ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

୧୩ରେ ପ୍ରଥମ ମତଦାନ: ୭୦୩ କେନ୍ଦ୍ରର ହେବ ଓ୍ବେବ୍‌କାଷ୍ଟ

ଛତ୍ରପୁର,୯ା୫(ସନ୍ତୋଷ ପାଢ଼ୀ/ଦିଲୀପ ସାମଲ): ଗଞ୍ଜାମ ଜିଲାରେ ଆଉ ତିନି ଦିନ ପରେ ୧୩ ତାରିଖ ଦିନ ବ୍ରହ୍ମପୁର ଲୋକସଭା ଏବଂ ଛତ୍ରପୁର, ଗୋପାଳପୁର, ବ୍ରହ୍ମପୁର, ଦିଗପହଣ୍ଡି...

ଖର୍ଚ୍ଚ ସମ୍ବନ୍ଧୀୟ ଆପତ୍ତି ଅଭିଯୋଗ ଆସିଲେ ତୁରନ୍ତ ଜଣାଅ

ଭଦ୍ରକ,୯।୫ (ସନାତନ ରାଉତ)-ଭଦ୍ରକ ଲୋକ ସଭା ଓ ଜିଲାର ୫ ବିଧାନସଭା ନିର୍ବାଚନମଣ୍ଡଳୀ ପାଇଁ ନିର୍ବାଚନ ଆୟୋଗଙ୍କ ଦ୍ୱାରା ୩ଜଣ ଖର୍ଚ୍ଚ ପର୍ଯ୍ୟବେକ୍ଷକଙ୍କୁ ନିଯୁକ୍ତ କରାଯାଇଛି।...

ବିଧାୟକ, ଏମ୍‌ପି ପ୍ରାର୍ଥୀଙ୍କ ପାଇଁ ଭୋଟ୍‌ ଭିକ୍ଷା କରୁଛନ୍ତି କେସିଙ୍ଗା ନଗରପାଳ

କେସିଙ୍ଗା,୯ା୫(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ଏନ୍‌ଏସିର ଓ୍ବାର୍ଡ ନମ୍ବର ୬ରେ ନଗରପାଳ ନୃପରାଜ ଯାଦବ ପ୍ରଚଣ୍ଡ ଟାଣଖରାକୁ ଖାତିର ନ କରି ଓ୍ବାର୍ଡ ନଂ...

ଚିଲିକାରେ ବ୍ରିଜ୍‌ ନିର୍ମାଣ ହେବ: ଓଡ଼ିଶା ପାଇଁ ଏହି ସବୁ ଘୋଷଣା କଲେ ନୀତିନ ଗଡ଼କରୀ

ପୁରୀ,୯।୫: କେନ୍ଦ୍ର ପରିବହନ ମନ୍ତ୍ରୀ ନୀତିନ ଗଡ଼କରୀ ଗୁରୁବାର କୃଷ୍ଣପ୍ରସାଦରେ ନିଜର ଅଭିଭାଷଣ ରଖିଛନ୍ତି। ଏହି ସମୟରେ ଗଡ଼କରୀ ଓଡ଼ିଶା ପାଇଁ ଅନେକ ଘୋଷଣା କରିଛନ୍ତି।...

୨ ଶହ କୋଟି ଟଙ୍କାରେ ନିର୍ମାଣ ହେବ ପାରାଦୀପ ଏୟାରପୋର୍ଟ: ଗଡ଼କାରୀ

ପୁରୀ,୯।୫: କେନ୍ଦ୍ର ପରିବହନ ମନ୍ତ୍ରୀ ନୀତିନ ଗଡ଼କରୀ ଗୁରୁବାର ପୁରୀରେ ପହଞ୍ଚି ଶ୍ରୀ ଜଗନ୍ନାଥଙ୍କୁ ଦର୍ଶନ କରିଛନ୍ତି। ଏହା ପରେ କୃଷ୍ଣପ୍ରସାଦରେ ବିରାଟ ଜନସଭାରେ ଉଦ୍‌ବୋଧନ...

୧୧ରେ ବରଗଡ଼ ଆସିବେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି

ବରଗଡ଼,୯ା୫(ପ୍ରେମାନନ୍ଦ ଖମାରୀ): ଆସନ୍ତା ୧୧ତାରିଖ ଶନିବାର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ବରଗଡ଼ ଗସ୍ତରେ ଆସିବା କାର୍ଯ୍ୟକ୍ରମ ରହିଛି। ମିଳିଥିବା ସୂଚନାନୁଯାୟୀ, ମୋଦି ସେହିଦିନ ବରଗଡ଼ ସହର...

ନାମାଙ୍କନ କଲେ କୋରେଇ ବିଜେଡି ବିଧାୟିକା ପ୍ରାର୍ଥିନୀ ସଂଧ୍ୟାରାଣୀ ଦାସ

ଯାଜପୁର, ୯।୫: କୋରେଇ ବିଧାନସଭା ଆସନ ପାଇଁ ବିଜୁ ଜନତା ଦଳ ପ୍ରାର୍ଥିନୀ ସଂଧ୍ୟାରାଣୀ ଦାସ ଗୁରୁବାର ନାମାଙ୍କନ ଦାଖଲ କରିଛନ୍ତି। ପ୍ରଥମେ ପାଣିକୋଇଲି ତାରିଣୀ...

କନ୍ଧମାଳବାସୀଙ୍କୁ ଭୋଟ୍‌ ମାଗିଲେ ମୁଖ୍ୟମନ୍ତ୍ରୀ

ଫୁଲବାଣୀ,୯ା୫(ରାକେଶ କୁମାର ରାଉତ): ବିଜେଡି ସୁପ୍ରିମୋ ତଥା ମୁଖ୍ୟମନ୍ତ୍ରୀ ନବୀନ ପଟନାୟକ ଗୁରୁବାର କନ୍ଧମାଳ ଗସ୍ତରେ ଆସି ଭୋଟ୍‌ ମାଗିଛନ୍ତି। କନ୍ଧମାଳ ସଂସଦୀୟ କ୍ଷେତ୍ର ୭...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri