ଲାଞ୍ଚ ନେଇ ଭିଜିଲାନ୍ସ ହାତରେ ଧରାପଡିଲେ ପ୍ରାଣୀଧନ ଚିକିତ୍ସାଧିକାରୀ

ଦେବଗଡ଼,ରିଆମାଳ,୨୨ା୩( ଶଶାଙ୍କ ଶେଖର ଝାଙ୍କର/ନିରଞ୍ଜନ ବେହେରା):କୁକୁଡା ଫାର୍ମ ପାଇଁ ବିଦ୍ୟୁତ୍‌ ସଂଯୋଗ ଓ ସବ୍‌ସିଡି ପ୍ରଦାନ ପାଇଁ ଜଣେ ଚାଷୀଙ୍କଠାରୁ ୫ହଜାର ଟଙ୍କା ଲାଞ୍ଚ ନେଉଥିବା ବେଳେ ଦେବଗଡ଼ ଜିଲା ରିଆମାଳ ସଦର ମହକୁମା ପ୍ରାଣୀଧନ ଚିକିତ୍ସାଳୟର ଚିକିତ୍ସାଧିକାରୀ ଡା. ସୁସ୍ମିତା ସେଠୀ ଭିଜିଲାନ୍ସ ହାତରେ ଧରା ପଡିଛନ୍ତି। ଏକ ମାମଲା( ୫/୨୪)ରୁଜୁ କରି ବିଭାଗ ଅଧିକ ତଦନ୍ତ କରୁଛି । ମିଳିଥିବା ସୂଚନା ଅନୁଯାୟୀ, ନାଉଲିପଡା ପଞ୍ଚାୟତ ତେଲିମୁଣ୍ଡାର ସଚ୍ଚିଦାନନ୍ଦ ସାହୁ ନିଜର କୁକୁଡା ଫାର୍ମ ପାଇଁ ବିଦ୍ୟୁତ୍‌ ସଂଯୋଗ ଓ ସବ୍‌ସିଡି ପାଇଁ ଡା. ସେଠୀଙ୍କୁ କିଛି ଦିନ ତଳେ ଯୋଗାଯୋଗ କରିଥିଲେ। ସମସ୍ତ କାମ କରିବା ପାଇଁ ଡା. ସେଠୀ ତାଙ୍କଠାରୁ ୫ ହଜାର ଟଙ୍କା ଦାବି କରିଥିଲେ। ହେଲେ ସେ ୫ ହଜାର ଟଙ୍କା ଦେଇ ପାରିବେ ନାହିଁ ବୋଲି କହିଥିଲେ। ଏନେଇ ସେ ରାଉରକେଲା ଭିଜିଲାନ୍ସର ଦ୍ୱାରସ୍ଥ ହୋଇଥିଲେ। ପୂର୍ବ ଯୋଜନା ମୁତାବକ ସଚ୍ଚିଦାନନ୍ଦ ଗୁରୁବାର ଡା. ସେଠୀଙ୍କୁ ଅଫିସରେ ୫ ହଜାର ଟଙ୍କା ଦେବା ବେଳେ ସେଠାରେ ଛକି ରହିଥିବା ଭିଜିଲାନ୍ସ ଟିମ୍‌ ତାଙ୍କୁ କାବୁ କରି ନେଇଥିଲେ। ତାଙ୍କଠାରୁ ଲାଞ୍ଚ ନେଉଥିବା ୧୦ଟି ୫ ଶହ ଟଙ୍କିଆ ନୋଟ ଜବତ କରାଯାଇଛି। ପରେ ଭିଜିଲାନ୍ସ ଟିମ୍‌ ଗିରଫ ଡା. ସେଠୀଙ୍କୁ ଦେବଗଡ ନେଇଯାଇଛି। ଦେବଗଡ ଭିଜିଲାନ୍ସ ଡିଏସପି ଯୋଗେଶ ପଟେଲଙ୍କ ନେତୃତ୍ୱରେ ହୋଇଥିବା ଏହି ଚଢଉରେ ଝାରସୁଗୁଡା ଭିଜିଲାନ୍ସ ଇନ୍ସପେକ୍ଟର ସସ୍ମିତା ରଙ୍ଗୋଲୀଙ୍କ ସମେତ ବହୁ ଅଧିକାରୀ ସାମିଲ ଥିଲେ ।


Enter your email to get our daily news in your inbox.

All Right Reserved By Dharitri.Com

ବିଶ୍ୱ ଗଣମାଧ୍ୟମ ସ୍ବାଧୀନତା ସୂଚକାଙ୍କରେ ଭାରତର ସ୍ଥାନ ୧୬୧

ସମ୍ବଲପୁର, ୯ା୫(ପ୍ରମୋଦ ବହିଦାର)ଓଡିଶାର ସାମ୍ବାଦିକମାନଙ୍କ ପାଇଁ ସମସ୍ତ ବ୍ୟବସ୍ଥା କରିବାକୁ କେନ୍ଦ୍ରମନ୍ତ୍ରୀ ତଥା ସମ୍ବଲପୁର ଲୋକ ସଭା ଭାଜପା ପ୍ରାର୍ଥୀ ଧର୍ମେନ୍ଦ୍ର ପ୍ରଧାନଙ୍କ ପ୍ରତିଶ୍ରୁତିକୁ ଧୂଆଁବାଣ...

କ୍ଷମତାକୁ ଆସିଲେ ମହିଳାଙ୍କୁ ୫୦ ହଜାର ଟଙ୍କାର କୁପନ: ଧର୍ମେନ୍ଦ୍ର

ଦେବଗଡ଼,୯।୫(ଶଶାଙ୍କ ଶେଖର ଝାଙ୍କର): ରାଜ୍ୟରେ ଭାଜପା କ୍ଷମତାକୁ ଆସିଲେ ଧାନର ସର୍ବନିମ୍ନ ଦର ୩୧ଶହ ଟଙ୍କା ଧାର୍ଯ୍ୟ ହେବ। ପ୍ରତ୍ୟେକ ମହିଳାଙ୍କୁ ୫୦ ହଜାର ଟଙ୍କାର...

ବସୁଧା ଯୋଜନା ବାଟବଣା

ନୂଆପଡ଼ା,୯ା୫ (ମକାରୁ ବେମାଲ)ନୂଆପଡା ଜିଲା କୋମନା ବ୍ଲକ ଅନ୍ତର୍ଗତ ସିଆଲଲଟି ପଞ୍ଚାୟତ କରଙ୍ଗାଭଟା ଗାଁରେ ଉତ୍କଟ ଜଳ ସଙ୍କଟ ଦେଖାଦେଇଛି। ପ୍ରବଳ ଗ୍ରୀଷ୍ମ ପ୍ରବାହ ଯୋଗୁ...

‘ମୋର କିଛି ହେଲେ ସ୍ବାମୀ ଓ ବିଧାୟକ ଦାୟୀ’

ଚାନ୍ଦବାଲି,୯ା୫(କିଷାନ ପାତ୍ର): ଭଦ୍ରକ ଜିଲା ଚାନ୍ଦବାଲି ରାଜନୀତି ଘଡ଼ିକେ ଘୋଡ଼ା ଛୁଟୁଛି। ନିର୍ବାଚନ ପରିବେଶ ସରଗରମ ଥିବା ବେଳେ ଚାନ୍ଦବାଲିର ପୂର୍ବତନ ବ୍ଲକ୍‌ ଅଧ୍ୟକ୍ଷା ମାନସୀ...

ଜାଳେଣିର ବିକଳ୍ପ ଶୁଖିଲା ପତ୍ର

କେନ୍ଦୁଝର,୯।୫(ନରେଶ୍‌ ଚନ୍ଦ୍ର ପଟ୍ଟନାୟକ/ଦୀପକ ମିଶ୍ର)ମନୁଷ୍ୟ ସଭ୍ୟତା ସହ ଜଙ୍ଗଲ ବହୁଆଗରୁ ଜଡ଼ିତ। ଜଙ୍ଗଲ ଖାଦ୍ୟ, ବସ୍ତ୍ର, ବାସ ଆଦି ଯୋଗାଇ ଦେଇଥାଏ। ବର୍ତ୍ତମାନ ସମୟରେ ବିଭିନ୍ନ...

କଳାଧାନ ଚାଷ: ଜଳାଭାବ ଯୋଗୁ ଆଶଙ୍କାରେ ଚାଷୀ

ପାରଳାଖେମୁଣ୍ଡି, ୯ା୫ (ଗିରିଧାରୀ ପରିଛା):ଗଜପତି ଜିଲାରେ ମୂଲ୍ୟବାନ କଳାଧାନ ଚାଷ ହେଉଛି। ଏହି କଳା ଧାନ ଚାଷ ଓଡ଼ିଶାର ବରଗଡ ଜିଲା ସମେତ ଅନ୍ୟାନ୍ୟ ଜିଲାରେ...

ଆଇଟିଆଇ ସ୍ଥାପନ କରିବ ‘ଓ୍ବେଷ୍ଟ ଟୁ ଓ୍ବେଲଥ’ ମଡେଲ ବୁଥ୍‌

ବ୍ରହ୍ମପୁର,୯ା୫(ଅଶୋକ କୁମାର ସାହୁ):ବ୍ରହ୍ମପୁର ସଂସଦୀୟ କ୍ଷେତ୍ରରେ ଆସନ୍ତା ୧୩ ତାରିଖରେ ସାଧାରଣ ନିର୍ବାଚନ ମତଦାନ ହେବ । ଭୋଟରଙ୍କୁ ସଚେତନ କରିବା ପାଇଁ ଭିନ୍ନ ମଡେଲ...

ମାଟିର ପୁଅ, ଆମଦାନୀ ନେତାଙ୍କୁ ନେଇ ରାଜନୀତି

ଜଗତ୍‌ସିଂହପୁର, ୯ା୫(ପ୍ରମୋଦ କୁମାର ନାୟକ)ଜଗତ୍‌ସିଂହପୁର ବିଧାନସଭା ନିର୍ବାଚନମଣ୍ଡଳୀରେ ମାଟିର ପୁଅ ଓ ଆମଦାନୀ ନେତାଙ୍କୁ ନେଇ ଆଲୋଚନା ଜୋର ଧରିଛି। ବିଗତ ୨ଟି ନିର୍ବାଚନ କଥା...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri