Odisha Elections 2024
Posted inଜାତୀୟ

‘ମୋ ଜୀବନ ଦେଶ ପାଇଁ ସମର୍ପିତ…’, ଇଡି କଷ୍ଟୋଡିରେ କେଜରିଓ୍ବାଲଙ୍କ ପ୍ରଥମ ବୟାନ

ନୂଆଦିଲ୍ଲୀ,୨୨।୩: ଇଡି ହେପାଜତକୁ ଆସିବା ପରେ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜରିୱାଲ ଶୁକ୍ରବାର ତାଙ୍କର ପ୍ରଥମ ବୟାନ ଦେଇଛନ୍ତି। ରାଉଜ ଆଭେନ୍ୟୁ କୋର୍ଟରେ ହାଜର ହୋଇ ସେ କହିଛନ୍ତି ଯେ ମୁଁ ଜେଲ ଭିତରେ କିମ୍ବା ବାହାରେ ଥିଲେ ବି, ମୋ ଜୀବନ ଦେଶ ପାଇଁ ଉତ୍ସର୍ଗୀକୃତ। ଗୁରୁବାର ରାତିରେ ଗିରଫ ପରେ ଇଡି ଟିମ୍‌ ଦିଲ୍ଲୀ ମୁଖ୍ୟମନ୍ତ୍ରୀଙ୍କୁ କୋର୍ଟକୁ ନେଇଛନ୍ତି। ସେମାନଙ୍କୁ ମୁଖ୍ୟମନ୍ତ୍ରୀ ୧୦ଦିନର ହେପାଜତ ଦିଆଯାଉ ବୋଲି କାର୍ଟରୁ ଦାବି କରିଛନ୍ତି। ତଦନ୍ତକାରୀ ସଂସ୍ଥା କହିଛି ଯେ ଦିଲ୍ଲୀର ମଦ ସ୍କାମ ମାମଲାରେ ଅରବିନ୍ଦ କେଜ୍ରିୱାଲ ମୁଖ୍ୟ ଷଡଯନ୍ତ୍ରକାରୀ। ମନି ଲଣ୍ଡରିଂ ଆକ୍ଟ ଅନୁଯାୟୀ ଇଡି ଏହି ପୁରା ଏପିସୋଡରେ ମନି ଟ୍ରେଲର ଅନୁସନ୍ଧାନ କରୁଛି।

ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜରିୱାଲଙ୍କ ଗିରଫଦାରୀକୁ ବିରୋଧ କରି ଭାଜପାର ଦିଲ୍ଲୀ ୟୁନିଟ ଶୁକ୍ରବାର ଆମ ଆଦମୀ ପାର୍ଟିକୁ ନିନ୍ଦା କରିଛି। ଦିଲ୍ଲୀ ପ୍ରଦେଶ ଭାଜପା କହିଛି ଯେ ଦୁର୍ନୀତି ମାମଲାରେ ଏଏପି ନେତାଙ୍କୁ ଗିରଫ କରାଯାଇଛି ଏବଂ ଦଳ ସମସ୍ତ ନୈତିକତା ହରାଇଛି। ଦିଲ୍ଲୀ ଭାଜପା ସଭାପତି ବିରେନ୍ଦ୍ର ସଚ୍ଚଦେବ ଦାବି କରିଛନ୍ତି ଯେ ଏକ୍ସାଇଜ ନୀତି ପ୍ରଣୟନ ତଥା କାର୍ଯ୍ୟକାରୀ କରିବାରେ ହୋଇଥିବା ଦୁର୍ନୀତି ବିଷୟରେ କେଜରିୱାଲ ଜାଣିଛନ୍ତି ଏବଂ ତାଙ୍କ ପୂର୍ବତନ ଉପମୁଖ୍ୟମନ୍ତ୍ରୀ ମନୀଷ ସିସୋଡିଆ ଏବଂ ଦଳର ଏମପି ସଞ୍ଜୟ ସିଂଙ୍କୁ ଜେଲରେ ରଖିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଶ୍ରୀମନ୍ଦିରରେ ମୋଦି

ପୁରୀ,୨୦ା୫: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ସୋମବାର ଶ୍ରୀମନ୍ଦିରରେ ପହଞ୍ଚିଛନ୍ତି।  ପ୍ରଧାନମନ୍ତ୍ରୀ ପ୍ରଥମେ ଗରୁଡ଼ ସ୍ତମ୍ଭ ନିକଟରେ ଦୀପ ଦାନ କରି ଭିତରକୁ ପ୍ରବେଶ କରିଛନ୍ତି। ଏହି...

ବୃଦ୍ଧଙ୍କୁ ଉଲଗ୍ନ କରି ବାଇକ୍‌ରେ ଘୋଷାଡ଼ିଲେ ନେଲେ, ଆଉ ତାପରେ…

ଗରହ୍ବା,୧୯ା୫: ଝାଡ଼ଖଣ୍ଡର ଗରହ୍ବା ଜିଲାରୁ ଏକ ଅଭାବନୀୟ ଘଟଣା ସାମ୍ନାକୁ ଆସିଛି। ଗୋରୁ ଚୋରାଚାଲାଣ ସନ୍ଦେହରେ ଜଣେ ୬୦ ବର୍ଷୀୟ ବୃଦ୍ଧଙ୍କୁ ଉଲଗ୍ନ କରି ବାଇକ୍‌ରେ...

ମୁମ୍ବାଇ ନିର୍ବାଚନ ପୂର୍ବରୁ ଶାହାରୁଖଙ୍କ ବିଶେଷ ଅପିଲ

ମୁମ୍ବାଇ,୧୯।୫: ୨୦୨୪ ଲୋକ ସଭା ନିର୍ବାଚନର ପର୍ଯ୍ୟାୟ ଚାଲିଛି। ୨୦ ମେ’ ୨୦୨୪ରେ ମୁମ୍ବାଇରେ ଭୋଟିଂ ଅନୁଷ୍ଠିତ ହେବ। ଏହାପୂର୍ବରୁ ଅନେକ ସେଲିବ୍ରିଟି ଯେମିତିକି ବଲିଉଡର...

ଜୟରାମ ଠାକୁରଙ୍କ ତୃତୀୟ ଫିଲ୍ମ ‘କଙ୍ଗନା ମଣ୍ଡି କେ ଅଙ୍ଗନା’ ବି ହେବ ଫ୍ଲପ: ମୁଖ୍ୟମନ୍ତ୍ରୀ ସୁଖୁ

ଶିମଲା,୧୯୧।୫: ମୁଖ୍ୟମନ୍ତ୍ରୀ ସୁଖବିନ୍ଦର ସିଂ ସୁଖୁ ବିଲାସପୁରର ଜଗତଖାନା ଠାରେ ନିର୍ବାଚନ ପ୍ରଚାର କରିଥିଲେ। ସେ ହମିରପୁର ଆସନରୁ ଲୋକ ସଭା ପ୍ରାର୍ଥୀ ସତ୍ୟପାଲ ସିଂ...

ମୁଁ କେବେ ଏତେ ମୁଛୁଆ ଲୋକ ଦେଖି ନାହିଁ: ମୋଦିଙ୍କୁ ଟାର୍ଗେଟ କଲେ ଦିଗବିଜୟ

ନୂଆଦିଲ୍ଲୀ,୧୯।୫: ମଧ୍ୟପ୍ରଦେଶରେ ହେବାକୁ ଥିବା ଲୋକ ସଭା ନିର୍ବାଚନ ପାଇଁ ମତଦାନ ସମସ୍ତ ୨୯ ଟି ଆସନରେ ଚାରିଟି ପର୍ଯ୍ୟାୟରେ ଶେଷ ହୋଇଛି। ସେପଟେ ପୂର୍ବତନ...

ପଞ୍ଚମ ପର୍ଯ୍ୟାୟରେ ରାହୁଲ ଗାନ୍ଧୀ, ରାଜନାଥ ସିଂ, ସ୍ମୃତି ଇରନୀଙ୍କ ଭାଗ୍ୟ ପରୀକ୍ଷା

ନୂଆଦିଲ୍ଲୀ,୧୯।୫: ଲୋକ ସଭା ନିର୍ବାଚନର ପଞ୍ଚମ ପର୍ଯ୍ୟାୟ ପାଇଁ ଭୋଟ ସୋମବାର (୨୦ ମେ’) ରେ ହେବ। ଏହି ପର୍ଯ୍ୟାୟରେ ଆଠଟି ରାଜ୍ୟରେ ୪୯ ଟି...

ପ୍ରଧାନମନ୍ତ୍ରୀ ମୋଦି ବହୁତ ପାଓ୍ବାରଫୁଲ, ହେଲେ…: ଜେଲର କଥା ଉଠାଇ ମୋଦିଙ୍କୁ ଟାର୍ଗେଟ କଲେ କେଜରିଓ୍ବାଲ

ନୂଆଦିଲ୍ଲୀ,୧୯।୫: ଜାମିନରେ ଆସିବା ପରଠାରୁ ଦିଲ୍ଲୀ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜରିୱାଲ ଭାଜପାଏବଂ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ କ୍ରମାଗତ ଟାର୍ଗେଟ କରୁଛନ୍ତି। କେଜରିୱାଲ ଦାବି କରିଛନ୍ତି ଯେ...

ନୂଆ ଆପରାଧିକ ଆଇନ ବିରୋଧରେ ଶୁଣାଣି କରିବେ ସୁପ୍ରିମକୋର୍ଟ

ନୂଆଦିଲ୍ଲୀ,୧୯।୫: ତିନୋଟି ନୂତନ ଆପରାଧିକ ଆଇନ ବିରୋଧରେ ସୁପ୍ରିମକୋର୍ଟରେ ଏକ ପିଟିସନ ଦାଖଲ କରାଯାଇଛି। ସୋମବାର ସୁପ୍ରିମକୋର୍ଟ ଏହି ପିଟିସନର ଶୁଣାଣି କରିବେ। ନୂତନ ଆପରାଧିକ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri