ବରଗଡ଼, ବଲାଙ୍ଗୀର, କଳାହାଣ୍ଡି ଲୋକ ସଭା କ୍ଷେତ୍ରର ସମୀକ୍ଷା

ଭୁବନେଶ୍ୱର,୨୩ା୩(ଅନିଲ ଦାସ): ଗତ ପଞ୍ଚାୟତ ଓ ପୌର ନିର୍ବାଚନରେ ବିଜେଡି ପାଇଥିବା ସଫଳତାକୁ ଆଗାମୀ ଲୋକ ସଭା ଓ ବିଧାନସଭା ନିର୍ବାଚନରେ ପୁନରାବୃତ୍ତି କରିବ। ୨୦୧୯ ଲୋକ ସଭା ନିର୍ବାଚନରେ ହରାଇଥିବା ବରଗଡ଼, କଳାହାଣ୍ଡି ଓ ବଲାଙ୍ଗୀର ଲୋକ ସଭା ଆସନକୁ ଦଖଲ ସହ ଏହି ୩ ଲୋକ ସଭା କ୍ଷେତ୍ର ଅଧୀନ ସମସ୍ତ ୨୧ ବିଧାନସଭା ଆସନରେ ବିଜୟ ନିମନ୍ତେ ବିଜେଡି ରଣନୀତି ପ୍ରସ୍ତୁତ କରିଛି। ଶୁକ୍ରବାର ବିଜେଡି ସଭାପତି ତଥା ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଏହି ୩ ଲୋକ ସଭା ନିର୍ବାଚନମଣ୍ଡଳୀ ଓ ଏହା ଅଧୀନ ସମସ୍ତ ବିଧାନସଭା କ୍ଷେତ୍ରରେ ଦଳର ସ୍ଥିତି, ନିର୍ବାଚନୀ ପ୍ରସ୍ତୁତି ସମ୍ପର୍କରେ ସମ୍ପୃକ୍ତ ଅଞ୍ଚଳର ଦଳୀୟ ନେତା, ପର୍ଯ୍ୟବେକ୍ଷକଙ୍କ ସହ ବିସ୍ତୃତ ଆଲୋଚନା କରିଛନ୍ତି।
ଦଳର ସଭାପତି ତଥା ମୁଖ୍ୟମନ୍ତ୍ରୀଙ୍କ ନିର୍ଦ୍ଦେଶକ୍ରମେ ଶୁକ୍ରବାର ନବୀନ ନିବାସରେ ପହଞ୍ଚିଥିଲେ ବରଗଡ଼, କଳାହାଣ୍ଡି ଓ ବଲାଙ୍ଗୀର ଲୋକ ସଭା କ୍ଷେତ୍ର ଓ ୨୧ଟି ବିଧାନସଭା ଅଞ୍ଚଳର ଦଳୀୟ ନେତା। ଏହି ବୈଠକରେ ‘୫-ଟି’ ଅଧ୍ୟକ୍ଷ କାର୍ତ୍ତିକ ପାଣ୍ଡିଆନ, ସାଙ୍ଗଠନିକ ସମ୍ପାଦକ ପ୍ରଣବ ପ୍ରକାଶ ଦାସ ଯୋଗ ଦେଇଥିଲେ। ପ୍ରଥମେ ବରଗଡ଼, ପରବର୍ତ୍ତୀ ପର୍ଯ୍ୟାୟରେ କଳାହାଣ୍ଡି ଓ ବଲାଙ୍ଗୀର ଲୋକ ସଭା କ୍ଷେତ୍ର ଅନ୍ତର୍ଗତ ବିଧାନସଭା ନିର୍ବାଚନମଣ୍ଡଳୀଗୁଡ଼ିକରେ ସାଙ୍ଗଠନିକ ପ୍ରସ୍ତୁତି ସମ୍ପର୍କରେ ମୁଖ୍ୟମନ୍ତ୍ରୀ ଜଣ ଜଣ କରି ପର୍ଯ୍ୟବେକ୍ଷକ, ବିଧାୟକ ଓ ଅନ୍ୟ ନେତାମାନଙ୍କ ସହ ଆଲୋଚନା କରିଥିଲେ। ମୁଖ୍ୟମନ୍ତ୍ରୀ କହିଛନ୍ତି, ପ୍ରତି ଥର ଆମ ଉପରେ ଜନତାଙ୍କ ଆଶା ଓ ଭରସା ବୃଦ୍ଧି ପାଉଛି। ସାଧାରଣ ଲୋକଙ୍କ ପାଇଁ ସରକାର ପ୍ରତିବଦ୍ଧ ଭାବରେ କାର୍ଯ୍ୟ କରି ଆସୁଛନ୍ତି। ଓଡ଼ିଶାର ରୂପାନ୍ତରଣ କାର୍ଯ୍ୟ ପ୍ରତ୍ୟେକ ଲୋକଙ୍କୁ ଖୁସି ଆଣି ଦେଇଛି ଓ ‘୫-ଟି’ ଉପକ୍ରମ ରାଜ୍ୟବାସୀଙ୍କ ଜୀବନକୁ ପ୍ରଭାବିତ କରିଛି। ଲୋକଙ୍କ ମତ ଆଧାରରେ ସରକାର ପ୍ରକଳ୍ପ ଓ କାର୍ଯ୍ୟକ୍ରମ ଆରମ୍ଭ କରିଛନ୍ତି। ଆଗାମୀ ୧୦ ବର୍ଷ ଓଡ଼ିଶା ପାଇଁ ଅତ୍ୟନ୍ତ ଗୁରୁତ୍ୱପୂର୍ଣ୍ଣ। ଏକ ନୂଆ ଏବଂ ସଶକ୍ତ ଓଡ଼ିଶା ଗଠନ ପାଇଁ ଆମର ପ୍ରତିବଦ୍ଧତାକୁ ଆହୁରି ନିବିଡ଼ କରିବାକୁ ହେବ। ତେଣୁ କାଳବିଳମ୍ବ ନ କରି ନିଜ ନିଜ ଅଞ୍ଚଳର ବୁଥ୍‌ସ୍ତରରେ କାର୍ଯ୍ୟ ଆରମ୍ଭ କରିବାକୁ ମୁଖ୍ୟମନ୍ତ୍ରୀ ଦଳୀୟ ନେତାମାନଙ୍କୁ ନିର୍ଦ୍ଦେଶ ଦେଇଛନ୍ତି। ନିର୍ବାଚନ ପ୍ରସ୍ତୁତି, ରଣନୀତି ନିର୍ଦ୍ଧାରଣ ଓ କ୍ଷେତ୍ର ସ୍ତର କାର୍ଯ୍ୟ ମଧ୍ୟରେ ସମନ୍ବୟ ରକ୍ଷା ନିମନ୍ତେ ନବୀନ ନିବାସ ଓ ଶଙ୍ଖ ଭବନରେ ମନିଟରିଂ ବା ନିୟନ୍ତ୍ରଣ କକ୍ଷ ଖୋଲାଯାଇଛି। ଲୋକ ସଭା ଓ ବିଧାନସଭା କ୍ଷେତ୍ରଗୁଡ଼ିକରେ କାର୍ଯ୍ୟ କରୁଥିବା ପର୍ଯ୍ୟବେକ୍ଷକମାନେ ପ୍ରତି ସାରେ ଏହି ନିୟନ୍ତ୍ରଣ କକ୍ଷକୁ ସିଧାସଳଖ ରିପୋର୍ଟ କରିବେ ବୋଲି ମୁଖ୍ୟମନ୍ତ୍ରୀ ନିର୍ଦ୍ଦେଶ ଦେଇଛନ୍ତି।
ସେହିପରି ୫-ଟି ଅଧ୍ୟକ୍ଷ କାର୍ତ୍ତିକ ପାଣ୍ଡିଆନ କହିଛନ୍ତି, ମୁଖ୍ୟମନ୍ତ୍ରୀ ରାଜ୍ୟର ନବ ରୂପାନ୍ତର ନିମନ୍ତେ ପଣ କରିଛନ୍ତି। ଓଡ଼ିଶାକୁ ସମୃଦ୍ଧିର ଶୀର୍ଷରେ ପହଞ୍ଚାଇବା ସହ ରାଜ୍ୟର ପ୍ରତ୍ୟେକ ଲୋକଙ୍କୁ ନିଜ ପରିବାର ସଦସ୍ୟ ମନେକରି କାର୍ଯ୍ୟ କରିଛନ୍ତି। ତାଙ୍କ ସ୍ବପ୍ନର ଓଡ଼ିଶା ଗଠନ ନିମନ୍ତେ ଆମେମାନେ ନିଷ୍ଠାର ସହ କାର୍ଯ୍ୟ କରିବା ଏବଂ ଆଗାମୀ ନିର୍ବାଚନରେ ଦଳର ବିଜୟ ପତାକା ଉଡ଼ାଇବା ପାଇଁ ପ୍ରତିବଦ୍ଧତାର ସହ କାର୍ଯ୍ୟ କରିବାକୁ ସେ କହିଛନ୍ତି। ବୈଠକରେ ଏମ୍‌ପି ସୁଜିତ କୁମାର, ପୂର୍ବତନ ମନ୍ତ୍ରୀ ସ୍ନେହାଙ୍ଗିନୀ ଛୁରିଆ, ଦିବ୍ୟଶଙ୍କର ମିଶ୍ର, ଭୂପିନ୍ଦର ସିଂହ, ମନ୍ତ୍ରୀ ରାଜେନ୍ଦ୍ର ଢୋଲକିଆ, ବିଧାୟକ ଅଧିରାଜ ମୋହନ ପାଣିଗ୍ରାହୀ, ପର୍ଯ୍ୟବେକ୍ଷକ ପ୍ରଣବ ବଳବନ୍ତରାୟଙ୍କ ସହ ସମସ୍ତ ବିଧାୟକ ଓ ନେତା ଉପସ୍ଥିତ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

କୋଣାର୍କ ମନ୍ଦିର ଗର୍ଭଗୃହକୁ ବାଟ ଫିଟିଲା: ମନ୍ଦିର କାନ୍ଥରେ ଖୋଳା ହେଲା ଟନେଲ୍‌

ପୁରୀ,୮।୧୨: ବିଶ୍ୱପ୍ରସିଦ୍ଧ କୋଣାର୍କ ସୂର୍ଯ୍ୟମନ୍ଦିରର ଗର୍ଭଗୃହରେ ଥିବା ବାଲି କାଢ଼ିବା ପୂର୍ବରୁ ଆଜି ମନ୍ଦିର କାନ୍ଥର ସ୍ଥିତି ଅନୁଧ୍ୟାନ କରିବା ପାଇଁ ୯ ମିଟର (ପ୍ରାୟ...

ବଲାଙ୍ଗୀର ଫଳ ବଜାରରେ ଅଗ୍ନିକାଣ୍ଡ: ପୂର୍ବତନ ମନ୍ତ୍ରୀ ଅନଙ୍ଗ ଉଦୟ ସିଂହଦେଓ କହିଲେ କ୍ଷତିପୂରଣ ପାଇଁ…

ବଲାଙ୍ଗୀର,୮।୧୨ ( ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ପୁରୁଣା ବସଷ୍ଟାଣ୍ଡ ଫଳ ବଜାରରେ ବଡ଼ ଧରଣର ଅଗ୍ନିକାଣ୍ଡ ଘଟିଛି। ଦେଖୁ ଦେଖୁ ହୁ ହୁ ହୋଇ...

ଥମୁନି ଚାଷୀ ଅସନ୍ତୋଷ: ଧାନ କିଣାବିକାରେ ଅଚଳାବସ୍ଥା ନେଇ ଜିଲାପାଳଙ୍କୁ ଫେରାଦ ଦେଲେ…

ବରଗଡ଼, ୮।୧୨(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲାକୁ ରାଜ୍ୟର ଭାତହାଣ୍ଡି କୁହାଯାଏ। ଜିଲାରେ ଅଧିକ ଧାନ ଉପତ୍ାଦନ ଯୋଗୁ ବରଗଡ଼ର ଏଭଳି ପରିଚୟ ରହିଛି। ତେବେ ଉକ୍ତ...

‘ସବୁ ଓଡ଼ିଆଙ୍କୁ କଷ୍ଟ ଦେଉଛି’: ବିକାଶମୂଳକ ଖର୍ଚ୍ଚ ଅବହେଳା ପାଇଁ ସରକାରଙ୍କୁ ନବୀନଙ୍କ କଡ଼ା ସମାଲୋଚନା

ଭୁବନେଶ୍ୱର,୮।୧୨: ବିରୋଧୀ ଦଳ ନେତା ତଥା ପୂର୍ବତନ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ସୋମବାର ମୋହନ ମାଝୀ ସରକାରଙ୍କୁ ଓଡ଼ିଶାର ଲୋକଙ୍କ କଲ୍ୟାଣ ଏବଂ ବିକାଶ ପାଇଁ...

ଜମିଜମା ବିବାଦ ସମାଧାନ କରିବାକୁ ଲାଞ୍ଚ ନେଉଥିଲେ ଏଏସ୍‌ଆଇ, ମାଡିବସିଲା ଭିଜିଲାନ୍ସ

ଯାଜପୁର ଟାଉନ,୮ା୧୨(ପ୍ରଯକ୍ତା ପ୍ରିୟଦର୍ଶିନୀ ମହାନ୍ତି): ଯାଜପୁର ଟାଉନ ଥାନା ଏଏସ୍‌ଆଇ ନନ୍ଦକିଶୋର ଦାସ ଏକ ଜମିଜମା ବିବାଦ ସମାଧାନ କରିବାକୁ ୫ ହଜାର ଟଙ୍କା ଲାଞ୍ଚ...

ନବୀନଙ୍କ ଟାର୍ଗେଟ୍‌ ପରେ ମୁଖ୍ୟମନ୍ତ୍ରୀଙ୍କ ପାଲଟା ଜବାବ: ‘ଗୃହରେ ୨ ମିନିଟ୍‌ ବସିବାକୁ ଧୈର୍ଯ୍ୟ ନାହିଁ’

ଭୁବନେଶ୍ୱର,୮।୧୨: ରାଜଗାଙ୍ଗପୁର ଲଞ୍ଜିବେଣ୍ଡା ଠାରେ ଜଣେ କଲେଜ ଛାତ୍ରୀଙ୍କୁ ଜାଳି ଦିଆଯିବା ଘଟଣାକୁ ନେଇ ପୂର୍ବତନ ମୁଖ୍ୟମନ୍ତ୍ରୀ ତଥା ବିରୋଧୀଦଳ ନେତା ନବୀନ ପଟ୍ଟନାୟକ ରାଜ୍ୟ...

ପୋଖରୀରେ ବୁଡିଯାଇ ଏକାସାଙ୍ଗରେ ଚାଲିଗଲେ ସ୍ତ୍ରୀ-ସ୍ବାମୀ, ଅଞ୍ଚଳରେ ଶୋକର ଛାୟା

ଥୁଆମୂଳ ରାମପୁର, ୮।୧୨(ଦୁର୍ଗା କୀର୍ତ୍ତି): ବୃଦ୍ଧବୃଦ୍ଧା ସ୍ବାମୀ ସ୍ତ୍ରୀ ପୋଖରୀକୁ ଶୌଚ ହେବା ପାଇଁ ଯିବା ହେଲା କାଳ। ପୋଖରୀ ପାଣିରେ ବୁଡି ମୃତ୍ୟୁବରଣ କରିଥିବା...

ମିଳୁନଥିଲା କୌଣସି କାମ, ଭାରସାମ୍ୟ ହରାଇ ଯୁବକ ନେଲେ ଚରମ ନିଷ୍ପତ୍ତି, ଘରେ ଏକାଥିବା ବେଳେ…

ଦିଗପହଣ୍ଡି,୮।୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଏନଏସି ୱାର୍ଡ ନଂ.୧୦ ଆନନ୍ଦନଗରର ସୁନୀଲ ସେଠୀ (୨୬) ନାମକ ଜଣେ ଯୁବକ ମାନସିକ ଭାରସାମ୍ୟ ହରାଇ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri