ବ୍ରାଉନସୁଗାର ର଼୍ୟାକେଟରେ ଶିକ୍ଷିତା ଯୁବତୀ, ପୁଡ଼ିଆ କରି ବିକୁଥିଲେ

ଭୁବନେଶ୍ୱର,୨୪।୩ (ସୂର୍ଯ୍ୟକାନ୍ତ ବେହେରା): ରାଜଧାନୀ ଭୁବନେଶ୍ୱରରେ ଘର ଭଡା ନେଇ ଚଳାଇଥିଲେ ବ୍ରାଉନସୁଗାର ବେପାର। ଏଥିରେ ସାମିଲ ଥିଲେ ଶିକ୍ଷିତା ଯୁବତୀ। ମାଷ୍ଟରମାଇଣ୍ଡ ବ୍ରାଉନସୁଗାର ପହଞ୍ଚାଇବା ପରେ ଏହି ଯୁବତୀମାନେ ତାହାକୁ ପୁଡ଼ିଆ କରି ସହରର ବିଭିନ୍ନ ଅଞ୍ଚଳରେ ବିକ୍ରି କରୁଥିଲେ। ଖଣ୍ଡଗିରି ଥାନା ଅନ୍ତର୍ଗତ ଯଦୁପୁର ଗାଁରେ ଥିବା ଏକ ଘରେ ଗତ ଏକବର୍ଷ ଧରି ଚାଲିଥିବା ଏହି ର଼୍ୟାକେଟକୁ କମିଶନରେଟ ପୋଲିସର ସ୍ପେଶାଲ କ୍ରାଇମ୍‌ ୟୁନିଟ୍‌ ଧରିବା ସହ ଏଥିରେ ସମ୍ପୃକ୍ତ ୨ ଯୁବତୀଙ୍କୁ ଗିରଫ କରିଛି। ସେମାନେ ହେଲେ ପୁରୀ ଜିଲା କୋଣାର୍କ ଅଞ୍ଚଳର ପ୍ରଜ୍ଞା ପ୍ରିୟା ସ୍ବାଇଁ (୨୩) ଓ ବାଲେଶ୍ୱର ବସ୍ତା ଅଞ୍ଚଳର କରିସ୍ମା ରାଉତ(୩୦)। ଉଭୟ ରହୁଥିବା ଘରେ ପୋଲିସ ଚଢାଉ ବେଳେ ୨୬୫ ଗ୍ରାମ ବ୍ରାଉନସୁଗାର, ୩ଟି ମୋବାଇଲ ଫୋନ୍‌ ଓ ଗୋଟିଏ ଲାପ୍‌ଟପ୍‌ ଜବତ କରିଛି। ଜବତ ନିଶାଦ୍ରବ୍ୟର ଆନୁମାନିକ ମୂଲ୍ୟ ୨୬ ଲକ୍ଷ ଟଙ୍କା ହେବ। ଗିରଫ କରିସ୍ମା ଯୁକ୍ତ୨ ପାସ କରି ଏକ ପ୍ରାଇଭେଟ୍‌ ଫାର୍ମରେ ଆକାଉଣ୍ଟାଣ୍ଟ ଭାବେ କାର୍ଯ୍ୟ କରୁଥିବାବେଳେ ପ୍ରଜ୍ଞା କମ୍ପ୍ୟୁଟର ଆପ୍ଲିକେଶନରେ ପିଜି କରିଥିବା ପୋଲିସ କମିଶନର ସଞ୍ଜୀବ ପଣ୍ଡା ଖବରଦାତା ସମ୍ମିଳନୀରେ ସୂଚନା ଦେଇଛନ୍ତି। ଏହାସହ ସେମାନଙ୍କୁ ବ୍ରାଉନସୁଗାର ଯୋଗାଉଥିବା କିଙ୍ଗପିନ୍‌ ଉପରେ ନଜର ରଖାଯାଇଛି। ତାଙ୍କୁ ଧରିବା ପାଇଁ ଉଦ୍ୟମ କରାଯାଉଛି। ତେବେ ଅଧିକ ଟଙ୍କା ଲୋଭରେ ପଡି ଯୁବତୀଦ୍ୱୟ ପିଙ୍କ୍‌ପିନ୍‌ଙ୍କ ନିର୍ଦ୍ଦେଶରେ ପାର୍ଟଟାଇମ୍‌ ଭାବେ ଏହି ବେଆଇନ କାରବାର କରି ବିଭିନ୍ନ ଅଞ୍ଚଳକୁ ବ୍ରାଉନସୁଗାର ଯୋଗାଉଥିଲେ। ପୁଡିଆ ପିଛା ୬ଶହରୁ ୧୨ଶହ ଟଙ୍କାରେ ବିକ୍ରି କରୁଥିଲେ ବୋଲି କମିଶନର ପଣ୍ଡା କହିଛନ୍ତି।

ସୂଚନାନୁସାରେ, ଯଦୁପୁର ଗାଁରେ ଏକ ଭଡାଘରେ ଯୁବତୀଦ୍ୱୟ ରହି ନିଶା ବେପାର କରୁଥିବା ନେଇ କୌଣସି ସୂତ୍ରରୁ ପୋଲିସ ଜାଣିବା ପରେ ଚଢ଼ାଉ ପାଇଁ ଯୋଜନା ହୋଇଥିଲା। କମିଶନରେଟ ପୋଲିସର ସ୍ପେଶାଲ କ୍ରାଇମ୍‌ ୟୁନିଟ୍‌ ଶୁକ୍ରବାର ରାତିରେ ଉକ୍ତ ଘରେ ଚଢାଉ କରି ଯାଞ୍ଚ କରିବାରୁ ସେଠାରୁ ବ୍ରାଉନସୁଗାର ମିଳିଥିଲା। ଏହାପରେ ଉଭୟଙ୍କ ନାମରେ ଏକ ମାମଲା ରୁଜୁ କରାଯାଇ ଶନିବାର ସେମାନଙ୍କୁ କୋର୍ଟ ଚାଲାଣ କରାଯାଇଛି। ଜାମିନ ନ ମିଳିବାରୁ ଉଭୟଙ୍କୁ ବିଚାର ବିଭାଗୀୟ ହାଜତକୁ ପଠାଇ ଦିଆଯାଇଛି। ଅନ୍ୟପଟେ ରାଜଧାନୀରେ ମହିଳା ଓ ଯୁବତୀଙ୍କୁ ମୋହରା ବନାଇ ନିଶା ବେପାର କରାଯାଉଥିବା ଘଟଣା ଦିନକୁ ଦିନ ବୃଦ୍ଧି ପାଇବାରେ ଲାଗିଛି। ସେହିପରି ଚଳିତବର୍ଷରୁ ଆଜି ସୁଦ୍ଧା କମିଶନରେଟ ପୋଲିସ ଓ ସ୍ପେଶାଲ କ୍ରାଇମ୍‌ ୟୁନିଟ ଭୁବନେଶ୍ୱର ଅଞ୍ଚଳରୁ ୯୮୪ ଗ୍ରାମ ବ୍ରାଉନସୁଗାର ଓ ୫୪୩ କେଜି ଗଞ୍ଜେଇ ଜବତ କରିଥିବା ସୂଚନା ଦିଆଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ବିଜେଡିର ଇସ୍ତାହାରରେ ମହିଳାଙ୍କୁ ଗୁରୁତ୍ୱ, ଏସଏଚ୍‌ଜି ମହିଳାଙ୍କୁ ମିଳିବ…

ଭୁବନେଶ୍ୱର,୯।୫: ନିର୍ବାଚନୀ ଇସ୍ତାହାର ପ୍ରକାଶ କଲା ବିଜେଡି। ଗୁରୁବାର ଏକ ଭିଡିଓ ବାର୍ତ୍ତା ଜରିଆରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଇସ୍ତାହାର ଘୋଷଣା କରିଛନ୍ତି। ଘୋଷଣା ପତ୍ରରେ...

ବିଜେଡି ନିର୍ବାଚନୀ ଇସ୍ତାହାର : ଯୁବତୀଯୁବକଙ୍କ ପାଇଁ ବଡ଼ ଘୋଷଣା କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୯।୫: ନିର୍ବାଚନୀ ଇସ୍ତାହାର ପ୍ରକାଶ କଲା ବିଜେଡି। ଗୁରୁବାର ଏକ ଭିଡିଓ ବାର୍ତ୍ତା ଜରିଆରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଇସ୍ତାହାର ଘୋଷଣା କରିଛନ୍ତି। ଘୋଷଣା ପତ୍ରରେ...

ନିର୍ବାଚନୀ ଇସ୍ତାହାର ଜାରି କଲା ବିଜେଡି, ମାଗଣା ବିଜୁଳି ସହ BSKY କାର୍ଡକୁ ନେଇ ହେଲା ବଡ଼ ଘୋଷଣା

ଭୁବନେଶ୍ୱର,୯।୫: ନିର୍ବାଚନୀ ଇସ୍ତାହାର ପ୍ରକାଶ କଲା ବିଜେଡି। ଗୁରୁବାର ଏକ ଭିଡିଓ ବାର୍ତ୍ତା ଜରିଆରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଇସ୍ତାହାର ଘୋଷଣା କରିଛନ୍ତି। ଘୋଷଣା ପତ୍ରରେ...

ଆସନ୍ତାକାଲି ଭୁବନେଶ୍ୱରରେ ମୋଦି କରିବେ ରୋଡ ଶୋ’, ଦିନ ୨ଟାରୁ ଏହି ରାସ୍ତାରେ ଗାଡି ଚଳାଚଳ କରିବନି

ଭୁବନେଶ୍ୱର,୯।୫: ଆସନ୍ତାକାଲି ଓଡ଼ିଶା ଆସିବେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି। ଏଥିପାଇଁ ସୁରକ୍ଷା ବ୍ୟବସ୍ଥାକୁ କଡାକଡି କରାଯାଇଛି। ଶୁକ୍ରବାର ପ୍ରଧାନମନ୍ତ୍ରୀ ଭୁବନେଶ୍ୱରରେ ଏକ ରୋଡ ଶୋ’ କରିବେ।...

ବ୍ୟାପୁଛି ରୁବେଲା ଭାଇରସ, ଗର୍ଭବତୀଙ୍କୁ ସତର୍କ କରାଇଲେ ସ୍ବାସ୍ଥ୍ୟ ନିର୍ଦ୍ଦେଶକ

ଭୁବନେଶ୍ୱର,୯।୫: ରୁବେଲା ଭାଇରସକୁ ନେଇ ଗର୍ଭବତୀଙ୍କୁ ସ୍ବାସ୍ଥ୍ୟ ନିର୍ଦ୍ଦେଶକ ଡାକ୍ତର ବିଜୟ ମହାପାତ୍ର ସତର୍କ କାରାଇଛନ୍ତି। ସେ କହିଛନ୍ତି, ଗର୍ଭବତୀ ମହିଳାଙ୍କ ଠାରେ ରୁବେଲା ହେଲେ...

ରାଜଧାନୀରେ ବଡ଼ ଧରଣର ଆଇଟି ରେଡ୍‌, ୨ କୋଟିରୁ ଅଧିକ ଟଙ୍କା ଜବତ

ଭୁବନେଶ୍ୱର,୯ା୫: ରାଜଧାନୀରେ ଗୁରୁବାର ବଡ଼ ଧରଣର ଆଇଟି ରେଡ୍‌ ହୋଇଛି। ପୁରୁଣ ପୋଷ୍ଟ ଅଫିସ୍‌ ଲେନ୍‌ ବୁଦ୍ଧେଶ୍ୱରୀ କଲୋନୀରେ ଥିବା ଏକ ଫ୍ଲେକ୍ସ ପ୍ରିଣ୍ଟ ମିଡିଆ...

ଚୋର ପ୍ରାର୍ଥୀଙ୍କୁ ଭୋଟ୍‌ ଦିଅନ୍ତୁନି: ମୁଖ୍ୟମନ୍ତ୍ରୀ

ବ୍ରହ୍ମପୁର,୯ା୫: ଗଞ୍ଜାମ ଜିଲା କନିଷିଠାରେ ଗୁରୁବାର ମୁଖ୍ୟମନ୍ତ୍ରୀ ମାରାଥନ ପ୍ରଚାର କରିଛନ୍ତି। ଏଠାରେ ଆୟୋଜିତ ସାଧାରଣ ସଭାରେ ମୁଖ୍ୟମନ୍ତ୍ରୀ ଉଦ୍‌ବୋଧନ ଦେଇ କହିଛନ୍ତି, ଆପଣମାନେ ଏତେ...

ଆଜି ଓଡ଼ିଶା ଆସୁଛନ୍ତି ନୀତିନ ଗଡ଼କରୀ

ଭୁବନେଶ୍ୱର,୯।୫: ନିର୍ବାଚନ ଯେତିକି ପାଖେଇ ଆସୁଛି କେନ୍ଦ୍ରୀୟ ନେତୃତ୍ୱ ଓଡିଶାରେ ଡେରା ପକେଇବାରେ ଲାଗିଛନ୍ତି। ରାଜ୍ୟରେ ମତଦାନ ତାରିଖ ପାଖେଇ ଆସୁଥିବା ବେଳେ ପ୍ରଚାରର ରଙ୍ଗ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri