ଭୁବନେଶ୍ୱର,୨୪।୩(ଅନୁରାଧା ମହାରଣା): ପିଆଜ ରପ୍ତାନି ଉପରେ ଭାରତ ସରକାରଙ୍କ ପକ୍ଷରୁ ଲଗାଯାଇଥିବା କଟକଣା ସମୟସୀମା ଅନିର୍ଦ୍ଦିଷ୍ଟ କାଳ ପାଇଁ ବଳବତ୍ତର ରହିବ। ପୂର୍ବରୁ ୩୧ ମାର୍ଚ୍ଚ ପର୍ଯ୍ୟନ୍ତ ଏହି କଟକଣା ଲାଗୁକରାଯାଇଥିବାବେଳେ ବର୍ତ୍ତମାନ ଏହାକୁ ଅନିର୍ଦ୍ଦିଷ୍ଟ କାଳ ପାଇଁ ବୃଦ୍ଧି କରାଯାଇଛି। ସରକାରଙ୍କ ଏହି ନିଷ୍ପତ୍ତି ଯୋଗୁ କିଛି ବିଦେଶୀ ବଜାରରେ ପିଆଜ ଦର ବୃଦ୍ଧି ପାଇପାରେ।
ଦେଶରେ ପିଆଜ ଦର ବୃଦ୍ଧିକୁ ଦୃଷ୍ଟିରେ ରଖି କେନ୍ଦ୍ର ସରକାର ୨୦୨୩ ଡିସେମ୍ବରରେ ଏହାର ରପ୍ତାନି ଉପରେ କଟକଣା ଲଗାଇଥିଲେ। ଏହି କଟକଣା ପରେ ଭାରତରେ ପିଆଜ ଦର ଅଧା ହାରରୁ କମ୍ ହୋଇଛି। ଏହା ବ୍ୟତୀତ ଚଳିତ ଋତୁର ନୂଆ ଫସଲ ମଧ୍ୟ ବଜାରରେ ପହଞ୍ଚିବା ଆରମ୍ଭ କରିଛି। ଏହା ପରେ ଏହି ପ୍ରତିବନ୍ଧକ ହଟାଯାଇପାରେ ବୋଲି ବ୍ୟବସାୟୀମାନେ ଆଶା କରୁଥିଲେ। ମାତ୍ର ଶୁକ୍ରବାର ରାତିରେ କେନ୍ଦ୍ର ସରକାର କଟକଣା ଜାରି ରଖିବାକୁ ନିର୍ଦ୍ଦେଶ ଦେଇଛନ୍ତି। ପରବର୍ତ୍ତୀ ନିର୍ଦ୍ଦେଶ ଆସିବା ପର୍ଯ୍ୟନ୍ତ ପିଆଜ ରପ୍ତାନି ଉପରେ କଟକଣା ଜାରି ରହିବ ବୋଲି କୁହାଯାଇଛି। ଅନ୍ୟପଟେ ରପ୍ତାନି କରୁଥିବା କମ୍ପାନୀଗୁଡିକ ଏହି ନିଷ୍ପତ୍ତିକୁ ଅନାବଶ୍ୟକ ବୋଲି କହିଛନ୍ତି। ଯୋଗାଣରେ ବୃଦ୍ଧି ଏବଂ ମୂଲ୍ୟ ହ୍ରାସ ସତ୍ତ୍ୱେ ପିଆଜ ରପ୍ତାନି ବନ୍ଦ ହୋଇଯାଉଛି। ଏହା ଠିକ୍ ନୁହେଁ ବୋଲି ବିଭିନ୍ନ କମ୍ପାନୀ ମତ ପ୍ରକାଶ କରିଛନ୍ତି। ପିଆଜର ହୋଲ୍ସେଲ ମୂଲ୍ୟ ଗତ ଡିସେମ୍ବରରେ ପିଆଜ ମୂଲ୍ୟ କୁଇଣ୍ଟାଲ ପିଛା ୪୫୦୦ ଟଙ୍କା ଅତିକ୍ରମ କରିଥିଲା। ତେବେ ବାଂଲାଦେଶ, ମାଲେସିଆ, ନେପାଳ ଏବଂ ସଂଯୁକ୍ତ ଆରବ ଏମିରେଟ୍ସ ଭାରତରୁ ଆସୁଥିବା ପିଆଜ ଉପରେ ନିର୍ଭରଶୀଳ ଅଟନ୍ତି।
ଆଦାନୀ ଗ୍ରୁପ କଲା ବଡ଼ ଡିଲ୍, ଭାରତରେ ପାଇଲଟ ଟ୍ରେନିଂ ଓ ପ୍ରତିରକ୍ଷା ସିମୁଲେସନରେ ହେବ ପରିବର୍ତ୍ତନ!
ନୂଆଦିଲ୍ଲୀ,୯।୧୨: ଆଡାନୀ ଗ୍ରୁପର ପ୍ରତିରକ୍ଷା ଓ ଏରୋସ୍ପେସ ଆର୍ମ ADSTL (ଆଡାନୀ ଡିଫେନ୍ସ ସିଷ୍ଟମ୍ସ ଏଣ୍ଡ ଟେକ୍ନୋଲୋଜିଜ ଲିମିଟେଡ) ଏବଂ ପ୍ରାଇମ ଏରୋ ସର୍ଭିସେସ LLP...
ପାଦରେ ସୁନା ପିନ୍ଧିବା କାହିଁକି ଅଶୁଭ? ପିନ୍ଧିଲେ ମାଡ଼ି ଆସିବ…
ବର୍ତ୍ତମାନ, ସୁନା ବିଶ୍ୱର ସବୁଠାରୁ ମହଙ୍ଗା ଧାତୁ ମଧ୍ୟରୁ ଗୋଟିଏ। ସୁନା ସମସ୍ତଙ୍କୁ ଆକର୍ଷିତ କରେ। ମହିଳାମାନେ ସୁନା ଅଳଙ୍କାରକୁ ଭଲ ପାଆନ୍ତି। ଅଳଙ୍କାର ପିନ୍ଧିବା...
ନୂଆବର୍ଷରେ ୩ ରାଶିରେ ଭୟଙ୍କର ଶନି ଦଶା ! ପାଦେ ପାଦେ ବିପଦ, ନୂଆବର୍ଷରେ…
ଶନିଦେବତାଙ୍କୁ ନ୍ୟାୟପ୍ରିୟ ଓ କର୍ମଫଳ ପ୍ରଦାତା ଭାବେ ଗ୍ରହଣ କରାଯାଇଛି । ଶନି ପ୍ରତି ଅଢେଇ ବର୍ଷରେ ଥରେ ରାଶି ପରିବରର୍ତ୍ତନ କରିଥାନ୍ତି । ଶନିଙ୍କର...
ଭାରତ ପାଇଁ ସତ୍ୟ ନାଡେଲାଙ୍କ ବଡ଼ ଘୋଷଣା: AI ପାଇଁ ମାଇକ୍ରୋସଫ୍ଟ ନିବେଶ କରିବ ୧.୫ ଲକ୍ଷ କୋଟି ଟଙ୍କା
ନୂଆଦିଲ୍ଲୀ,୯।୧୨: ଭାରତରେ ଆର୍ଟିଫିସିଆଲ୍ ଇଣ୍ଟେଲିଜେନ୍ସ (AI) ର ବିକାଶ ପାଇଁ ଏକ ବଡ଼ ପଦକ୍ଷେପ ନେଇ ମାଇକ୍ରୋସଫ୍ଟର ମୁଖ୍ୟ କାର୍ଯ୍ୟନିର୍ବାହୀ ଅଧିକାରୀ (CEO) ସତ୍ୟ ନାଡେଲା...
Ayushman Card: ବର୍ଷକୁ କେବଳ ଏତିକି ଥର ମିଳେ ମାଗଣା ଚିକିତ୍ସା, ନିୟମ ନ ଜାଣିଲେ ପକେଟରୁ ବାଜିବ ଟଙ୍କା!
ନୂଆଦିଲ୍ଲୀ,୯।୧୨: ଭାରତରେ ସାଧାରଣ ଲୋକଙ୍କ ପାଇଁ ସ୍ୱାସ୍ଥ୍ୟସେବା ସୁଲଭ କରିବା ପାଇଁ ସରକାର ଅନେକ ପ୍ରମୁଖ ପଦକ୍ଷେପ ନେଇଛନ୍ତି, ଯାହା ମଧ୍ୟରୁ ସବୁଠାରୁ ପ୍ରମୁଖ ହେଉଛି...
ଯୁକ୍ତ ଦୁଇ ପରୀକ୍ଷା ସୂଚୀରେ ବଡ଼ ପରିବର୍ତ୍ତନ: ବଦଳିଲା ପ୍ରମୁଖ ବିଷୟର ତାରିଖ
ଭୁବନେଶ୍ୱର,୯ା୧୨: ଓଡ଼ିଶା ଉଚ୍ଚ ମାଧ୍ୟମିକ ଶିକ୍ଷା ପରିଷଦ (CHSE) ମଙ୍ଗଳବାର ୨୦୨୬ ମସିହା ପାଇଁ ହେବାକୁ ଥିବା ଯୁକ୍ତ ଦୁଇ ବାର୍ଷିକ ପରୀକ୍ଷା ସୂଚୀରେ କିଛି...
ଓଡ଼ିଶାକୁ ‘ଶ୍ରେଷ୍ଠ ବନ୍ୟଜୀବ ସଂରକ୍ଷଣ ପ୍ରୟାସ’ ପୁରସ୍କାର
ଭୁବନେଶ୍ୱର,୯ା୧୨: ହାଇଦ୍ରାବାଦରେ ଆୟୋଜିତ ତିନି ଦିନିଆ ଇଣ୍ଡିଆ ଇଣ୍ଟରନ୍ୟାସନାଲ ଟ୍ରାଭେଲ ମାର୍ଟ (IITM) ରେ ଓଡ଼ିଶାକୁ ‘ଭାରତରେ ଶ୍ରେଷ୍ଠ ବନ୍ୟଜୀବ ସଂରକ୍ଷଣ ପ୍ରୟାସ’ ପୁରସ୍କାରରେ ସମ୍ମାନିତ...
ବାରବାଟୀ ମ୍ୟାଚ ଭିତରେ ବଡ଼ ଘୋଷଣା, ପୁଣି T20 ପାଇଁ ଟିମ୍ ଇଣ୍ଡିଆର ଟିମ୍ ଘୋଷଣା, ଦଳରେ ଅଛନ୍ତି…
ନୂଆଦିଲ୍ଲୀ,୯।୧୨: ବିଶ୍ୱ ଚାମ୍ପିଅନ ଟିମ ଇଣ୍ଡିଆ ଖୁବଶୀଘ୍ର ପଡ଼ିଆକୁ ଫେରିବାକୁ ଯାଉଛି। ପ୍ରଥମ ଥର ପାଇଁ ICC ମହିଳା ବିଶ୍ୱକପ ଜିତିଥିବା ଭାରତୀୟ କ୍ରିକେଟ ଦଳ...
Archives


