Posted inଖେଳ

ଲକ୍ଷ୍ନୌକୁ ହରାଇ ରାଜସ୍ଥାନର ବିଜୟ ଅଭିଯାନ ଆରମ୍ଭ

ଜୟପୁର,୨୩।୩: ସୱାଇ ମାନସିଂହ ଷ୍ଟାଡିୟମରେ ରବିବାର ଖେଳାଯାଇଥିବା ଇଣ୍ଡିଆନ ପ୍ରିମିୟର ଲିଗ(ଆଇପିଏଲ)-୨୦୨୪ର ଚତୁର୍ଥ ମ୍ୟାଚରେ ରାଜସ୍ଥାନ ରୟାଲ୍ସ ଉଭୟ ବ୍ୟାଟିଂ ଏବଂ ବୋଲିଂରେ ଚମତ୍କାର ପ୍ରଦର୍ଶନ କରି ଲକ୍ଷ୍ନୌ ସୁପର ଜାଏଣ୍ଟ୍ସକୁ ୨୦ ରନ୍‌ରେ ପରାସ୍ତ କରିଛି। ୧୯୪ ରନ୍‌ର ବିଜୟ ଲକ୍ଷ୍ୟ ନେଇ ବ୍ୟାଟିଂ କରିଥିବା ଲକ୍ଷ୍ନୌ ନିର୍ଦ୍ଧାରିତ ୨୦ ଓଭରରେ ୬ ଉଇକେଟ ହରାଇ ୧୭୩ ରନ୍‌ କରିବାରେ ସକ୍ଷମ ହୋଇଥିଲା।

ଲକ୍ଷ୍ନୌର ନିକୋଲାସ ପୁରନ ସର୍ବାଧିକ ୬୪ ରନ୍‌ କରି ଅପରାଜିତ ରହିଥିଲେ। ସେ ୪୧ଟି ବଲ ଖେଳି ୪ ଉଚକା ଏବଂ ୪ଟି ଛକା ମାରିଥିଲେ। ଅଧିନାୟକ କେଏଲ୍‌ ରାହୁଲ ୪୪ଟି ବଲ ଖେଳି ୪ ଉଚକା ଓ ୨ ଛକା ବଳରେ ୫୮ ରନ୍‌ ସଂଗ୍ରହ କରିଥିଲେ। ସେହିପରି ଦୀପକ ଚାହର ୧୩ ବଲ୍‌ ଖେଳି ୨ଚଉକା ଏବଂ ୨ ଟି ଛକା ସହାୟତାରେ ୨୬ ରନ୍‌ କରିଥିଲେ। ଅନ୍ୟ ବ୍ୟାଟରଙ୍କ ପ୍ରଦର୍ଶନ ବେଶ୍‌ ଉତ୍ସହ ଜନକ ନ ଥିଲା। ରାଜସ୍ଥାନ ପକ୍ଷରୁ ଟ୍ରେଣ୍ଟ ବୋଲ୍ଟ ୨ଟି ଉଇକେଟ ଅକ୍ତିଆର କରିଥିବା ବେଳେ ନନ୍ଦ୍ରେ ବୁରଗେଲ, ରବିଚନ୍ଦ୍ରନ ଅଶ୍ବିନ, ୟୁଜବେନ୍ଦ୍ର ଚହଲ ଏବଂ ସନ୍ଦୀପ ଶର୍ମା ପ୍ରମୁଖ ଗୋଟିଏ ଲେଖାଏଁ ଉଇକେଟ ନେବାରେ ସକ୍ଷମ ହୋଇଥିଲେ।

ଅଧିନାୟକ ସଞ୍ଜୁ ସାମସନଙ୍କ ଅପରାଜିତ ୮୨ ରନ୍‌ ଅର୍ଦ୍ଧଶତକ ବଳରେ ରାଜସ୍ଥାନ ନିର୍ଦ୍ଧାରିତ ୨୦ ଓଭରରେ ୪ ଉଇକେଟ ହରାଇ ୧୯୩ ରନ୍‌ ସଂଗ୍ରହ କରିଥିଲା। ଫଳରେ ଲକ୍ଷ୍ନୌ ଆଗରେ ୧୯୪ ରନ୍‌ର ବିଜୟ ଟାର୍ଗେଟ୍‌ ରହିଥିଲା। ହେଲେ ଲକ୍ଷ୍ନୌ ୨୦ ଓଭରରେ ୬ ଉଇକେଟ ହରାଇ ୧୭୩ ରନ୍‌ କରିଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ଗାଡି ଧକ୍କାରେ ଚାଲିଗଲା ମହିଳାଙ୍କ, କ୍ଷତିପୂରଣ ଦାବିରେ ରାସ୍ତାରୋକୋ

ଲାଞ୍ଜିଗଡ଼, ୧ା୧(ରମେଶ ଚନ୍ଦ୍ର ନାୟକ): କଳାହାଣ୍ଡି ଜିଲା ଲାଞ୍ଜିଗଡ ଥାନା ଆଶ୍ରମପଡା ନିକଟରେ ଗୁରୁବାର ଏକ ଅଜଣା ଗାଡି ଧକ୍କାରେ ଜଣେ ମହିଳାଙ୍କ ମୃତ୍ୟୁ ଘଟିଛି।...

ୟୁକ୍ରେନ୍‌ର ଡ୍ରୋନ୍‌ ଆକ୍ରମଣ: ଚାଲିଗଲା ୨୪ ଜୀବନ

କିଭ୍‌,୧ା୧ରୁଷିଆ ଅଧିକୃତ ଖେର୍‌ସନ ଅଞ୍ଚଳର ଏକ ଗ୍ରାମରେ ୟୁକ୍ରେନ୍‌ର ଡ୍ରୋନ୍‌ ଆକ୍ରମଣରେ ୨୪ ଜଣଙ୍କ ମୃତ୍ୟୁ ଘଟିବା ସହ ଅନୂ୍ୟନ ୫୦ ଜଣ ଆହତ ହୋଇଛନ୍ତି।...

Self Care Routine:୨୦୨୬ରେ ନିଜର ଯତ୍ନ ନେବାକୁ କରିଛନ୍ତି କି ପ୍ରତିଜ୍ଞା? ଜାଣି ରଖନ୍ତୁ କିଛି ଟିପ୍ସ

ଆଜିର ବ୍ୟସ୍ତବହୁଳ ଜୀବନଚର୍ଯ୍ୟା ମଧ୍ୟରେ ନିଜର ଯତ୍ନ(ସେଲ୍ଫ କେୟାର) ଅତ୍ୟନ୍ତ ଜରୁରୀ। କାରଣ ଯେତେବେଳେ ଆମେ ନିଜର ଯତ୍ନ ନେଉନା, ସେତେବେଳେ ଧୀରେ ଧୀରେ ଥକାପଣ,...

ନୂଆବର୍ଷରେ ସ୍ତ୍ରୀଙ୍କୁ ହତ୍ୟା କଲା ସ୍ୱାମୀ

ସୁନ୍ଦରଗଡ଼,୧।୧(ଜୟ ନାରାୟଣ ମେଣ୍ଡୁଳି): ସୁନ୍ଦରଗଡ଼ ଜିଲା ହେମଗିର ଥାନା ଅଧୀନ ଖୁଟିପାନି ଗ୍ରାମରେ ଗୁରୁବାର ନୁଆବର୍ଷ ଅବସରରେ ଏକ ଅଭାବନୀୟ ଘଟଣା ସାମ୍ନାକୁ ଆସିଛି। ସ୍ୱାମୀଙ୍କ...

ହୋଇପାରେ ସାମୀଙ୍କ ପ୍ରତ୍ୟାବର୍ତ୍ତନ, ସଙ୍କଟରେ ଏହି ଖେଳାଳିଙ୍କ ସ୍ଥାନ

ନୂଆଦିଲ୍ଲୀ,୧।୧: ଭାରତ ଏବଂ ନ୍ୟୁଜିଲାଣ୍ଡ ମଧ୍ୟରେ ଆସନ୍ତା ଜାନୁଆରୀ ୧୧ ତାରିଖରୁ ଆରମ୍ଭ ହେବ। ଏହି ତିନି ମ୍ୟାଚ୍‌ ବିଶିଷ୍ଟ ଦିନିକିଆ ସିରିଜ୍ ପାଇଁ ଭାରତୀୟ...

ଜାନୁଆରୀ ୨୦୨୬ରେ କ’ଣ କରିବେ ଏବଂ କ’ଣ ନ କରିବେ; ରାଶି ଅନୁସାରେ ଜାଣନ୍ତୁ…

ନୂଆବର୍ଷ ୨୦୨୬ ଆରମ୍ଭ ହୋଇସାରିଛି ଏବଂ ଜାନୁଆରି ମାସ ସବୁ ରାଶି ପାଇଁ ଗୁରୁତ୍ୱପୂର୍ଣ୍ଣ ସନ୍ଦେଶ ଆଣିଛି। ଜ୍ୟୋତିଷ ଶାସ୍ତ୍ର ଅନୁଯାୟୀ, ଏହି ମାସରେ ଗ୍ରହମାନଙ୍କ...

ନାତୁଣୀଙ୍କୁ ଦୁର୍ବ୍ୟବହାର, ପ୍ରତିବାଦ କରିବାରୁ ଗାଁ ଦାଣ୍ଡରେ ବୃଦ୍ଧଙ୍କୁ ପିଟି ପିଟି ହତ୍ୟା; ମୃତଦେହ…

ଦିଗପହଣ୍ଡି,୧।୧(ଅଶେଷ ନାଥ ମିଶ୍ର): ନୂଆବର୍ଷରେ ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଚଷା ନିମଖଣ୍ଡି ପଞ୍ଚାୟତ ସିନ୍ଧବା ଗ୍ରାମରେ ଜଣେ ବୃଦ୍ଧ ସନିଆ ଗୌଡ଼(୮୫)ଙ୍କୁ ଗୁରୁବାର ସକାଳ...

ଫେବୃଆରୀ ୧ରୁ FASTag ନିୟମରେ ହେବ ବଡ଼ ପରିବର୍ତ୍ତନ

ନୂଆଦିଲ୍ଲୀ,୧।୧: କେନ୍ଦ୍ର ସରକାର FASTag ନିୟମରେ ବଡ଼ ପରିବର୍ତ୍ତନ କରିବାକୁ ଯାଉଛନ୍ତି। ଏହା ଅଧୀନରେ, ଗାଡ଼ି ମାଲିକଙ୍କୁ FASTag ପାଇବା ପାଇଁ ଆଉ KYC ପୂରଣ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri