୬ ଲୋକ ସଭା, ୪୨ ବିଧାନସଭା ଆସନ ପାଇଁ ବିଜେଡିର ରଣନୀତି

ଭୁବନେଶ୍ୱର, ୨୫।୩(ସୁନିତ୍‌ ମିଶ୍ର): ବିଜେଡି ପ୍ରତ୍ୟେକ ଦିନ ଭିନ୍ନ ଭିନ୍ନ ଲୋକ ସଭା କ୍ଷେତ୍ର ଏବଂ ଏହାର ଅନ୍ତର୍ଗତ ବିଧାନସଭା ନିର୍ବାଚନମଣ୍ଡଳୀ ଲୋକମାନଙ୍କୁ ଡାକି ଆଲୋଚନା କରିଚାଲିଛି। ଏହିକ୍ରମରେ ରବିବାର ବିଜେଡି ସଭାପତି ତଥା ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ସମ୍ବଲପୁର, ସୁନ୍ଦରଗଡ଼, ଢେଙ୍କାନାଳ, ଯାଜପୁର, କଟକ ଏବଂ ଜଗତ୍‌ସିଂହପୁର ଲୋକ ସଭା ଆସନ ଏବଂ ଏହାର ଅନ୍ତର୍ଗତ ବିଧାନସଭା କ୍ଷେତ୍ରର ନେତାମାନଙ୍କୁ ଡାକି ନିର୍ବାଚନ ସମ୍ପର୍କିତ ଗୁରୁତ୍ୱପୂର୍ଣ୍ଣ ଆଲୋଚନା କରିଛନ୍ତି। ସେହିପରି ଭାଜପାର କେନ୍ଦ୍ରୀୟ ନିର୍ବାଚନ କମିଟି(ସିଇସି) ବୈଠକ ଶେଷ ହେବା ପରେ ଓଡ଼ିଶା ଫେରି ଦଳର ରାଜ୍ୟ ସଭାପତି ମନମୋହନ ସାମଲ ରାଜ୍ୟରେ ଆସନ୍ତା ନିର୍ବାଚନରେ ବିଜେଡି ସହ ଆର୍‌ ପାର୍‌ ଲଢ଼େଇ ହେବ ବୋଲି ମତ ରଖିଛନ୍ତି।
ସୂଚନାଯୋଗ୍ୟ ଯେ, ପଶ୍ଚିମ ଓଡ଼ିଶାର ଦୁଇ ସଂସଦୀୟ କ୍ଷେତ୍ର ସୁନ୍ଦରଗଡ଼, ସମ୍ବଲପୁର ସହ ଉପକୂଳ ଓଡ଼ିଶାର ଯାଜପୁର, ଜଗତ୍‌ସିଂହପୁର, କଟକ ଓ ଢେଙ୍କାନାଳ ଲୋକ ସଭା ଏବଂ ଏହାର ଅଧୀନ ୪୨ ବିଧାନସଭା ଆସନ ଦଖଲ ଲକ୍ଷ୍ୟରେ ବିଜେଡି ନିଜର ରଣନୀତି ପ୍ରସ୍ତୁତ କରିଛି। ସମସ୍ତ ଆସନରେ ବିଜେଡିର ବିଜୟ ସୁନିଶ୍ଚିତ କରିବା ଲାଗି ଅନୌପଚାରିକ ଭାବେ ଏକପ୍ରକାର ପ୍ରାର୍ଥୀ ଚୟନ ହୋଇଥିବା ଜଣାପଡ଼ିଛି। ଦିନକ ପୂର୍ବରୁ ପଶ୍ଚିମ ଓଡ଼ିଶାର ଅନ୍ୟ ୩ ସଂସଦୀୟ କ୍ଷେତ୍ର ଉପରେ ଆଲୋଚନା କରାଯାଇଥିଲା। ଏହାସହ ଗତ ଲୋକ ସଭା ନିର୍ବାଚନର ସବୁ ତ୍ରୁଟି ବିଚ୍ୟୁତିକୁ ଏଡ଼ାଇ ବିଜୟର ନୂଆ ରେକର୍ଡ ସୃଷ୍ଟି ପାଇଁ ଦଳୀୟ ନେତାଙ୍କୁ କୁହାଯାଇଛି। ଅନୁରୂପ ଭାବରେ ‘୫-ଟି’ ଅଧ୍ୟକ୍ଷ କାର୍ତ୍ତିକ ପାଣ୍ଡିଆନ ଓ ସାଙ୍ଗଠନିକ ସମ୍ପାଦକ ପ୍ରଣବ ପ୍ରକାଶ ଦାସ ମଧ୍ୟ ଦଳୀୟ ନେତାଙ୍କ ସହ ସାଙ୍ଗଠନିକ ସ୍ଥିତି ବିଷୟରେ ସବିଶେଷ ଆଲୋଚନା କରିଛନ୍ତି। ଦଳର ସଭାପତି ତଥା ମୁଖ୍ୟମନ୍ତ୍ରୀଙ୍କ ନିର୍ଦ୍ଦେଶକ୍ରମେ ସକାଳେ ସମ୍ବଲପୁର ସଂସଦୀୟ କ୍ଷେତ୍ରର ପର୍ଯ୍ୟବେକ୍ଷକ ଓ ଅନ୍ୟ ନେତୃବୃନ୍ଦ ନବୀନ ନିବାସରେ ପହଞ୍ଚିଥିଲେ। ଏହାପରେ ସୁନ୍ଦରଗଡ଼, ସମ୍ବଲପୁର ଓ ଅପରାହ୍ନରେ ଯାଜପୁର, ଜଗତ୍‌ସିଂହପୁର, ଢେଙ୍କାନାଳ ଆସନ ଏବଂ ଏହାର ଅନ୍ତର୍ଗତ ବିଧାନସଭା ଆସନ ସଂକ୍ରାନ୍ତରେ ଆଲୋଚନା ହୋଇଛି।
ଗତ ନିର୍ବାଚନରେ ବିଜେଡି ପରାଜିତ ହୋଇଥିବା ସୁନ୍ଦରଗଡ଼ ଓ ସମ୍ବଲପୁର ଲୋକ ସଭା ଆସନ ସମ୍ପର୍କରେ ବିସ୍ତୃତ ଆଲୋଚନା କରାଯାଇଛି। ସେହିପରି କାର୍ତ୍ତିକ ପାଣ୍ଡିଆନ ଦଳୀୟ ନେତାଙ୍କ ସହିତ ଆଲୋଚନା କରିବା ସଙ୍ଗେସଙ୍ଗେ ଯେଉଁମାନେ ଆସନ୍ତା ନିର୍ବାଚନରେ ଦଳୀୟ ପ୍ରାର୍ଥୀ ହେବେ ସେମାନଙ୍କୁ ଏକ ପ୍ରକାର ଫିଲ୍ଡରେ କାମ କରିବା ପାଇଁ ନିର୍ଦ୍ଦେଶ ଦେଇଥିବା ଜଣାପଡ଼ିଛି। ସାଂସଦ, ବିଧାୟକ, ଜିଲା ପରିଷଦ ସଭାପତିଙ୍କଠାରୁ ଆରମ୍ଭ କରି ୱାର୍ଡ଼ସ୍ତରରେ ସକ୍ରିୟ କର୍ମୀଙ୍କ ସହ ସମନ୍ବୟ ରଖି ନିର୍ବାଚନ ପ୍ରସ୍ତୁତି ଚଳାଇବାକୁ ମଧ୍ୟ କୁହାଯାଇଛି। ବୈଠକରେ ରେଢ଼ାଖୋଲ ବିଧାୟକ ରୋହିତ ପୂଜାରୀ, ଛେଣ୍ଡିପଦା ବିଧାୟକ ସୁଶାନ୍ତ ବେହେରା, କୁଚିଣ୍ଡା ବିଧାୟକ କିଶୋର ଚନ୍ଦ୍ର ନାଏକ, ପୂର୍ବତନ ବିଧାୟକ ଭୀମସେନ ଚୌଧୁରୀ, ସଞ୍ଜୟ ବାବୁ, ନଳିନୀକାନ୍ତ ପ୍ରଧାନ, ବିଶାଲ ଦାସ ପ୍ରମୁଖ ଉପସ୍ଥିତ ଥିଲେ। ସେହିପରି ସୁନ୍ଦରଗଡ଼ ପର୍ଯ୍ୟବେକ୍ଷକ ପ୍ରୀତିରଞ୍ଜନ ଘଡାଇ, ମନ୍ତ୍ରୀ ଶାରଦା ନାୟକ, ଢେଙ୍କାନାଳ ସଂସଦୀୟ କ୍ଷେତ୍ର ବୈଠକରେ ସାଂସଦ ମହେଶ ସାହୁ, ମନ୍ତ୍ରୀ ପ୍ରଫୁଲ୍ଲ ମଲ୍ଲିକ୍‌, ବିଧାୟକ ବ୍ରଜ କିଶୋର ପ୍ରଧାନ ପ୍ରମୁଖ ଉପସ୍ଥିତ ଥିଲେ। ଯାଜପୁର ସଂସଦୀୟ କ୍ଷେତ୍ର ବୈଠକରେ ଯାଜପୁର ପର୍ଯ୍ୟବେକ୍ଷକ ଅଶୋକ ଚନ୍ଦ୍ର ପଣ୍ଡା ଏବଂ ଅନ୍ୟ ନେତୃବୃନ୍ଦ ଉପସ୍ଥିତ ଥିଲେ।

Enter your email to get our daily news in your inbox.

All Right Reserved By Dharitri.Com

ପ୍ରେମିକାଙ୍କ ପାଇଁ ଗଳା କାଟିଦେଲେ ପ୍ରେମିକ, ଆଉ ତା’ ପରେ…

ଜି.ଉଦୟଗିରି,୬ା୧୨(ଚିନ୍ମୟ କୁମାର ସେଠୀ): କଳିଙ୍ଗା ପଞ୍ଚାୟତର ଡୁଗୁଡ଼ିପାରୀ ଗ୍ରାମରେ ଶନିବାର ସକାଳେ ଜଣେ ଯୁବକ ଆତ୍ମହତ୍ୟା ଉଦ୍ୟମ କରିଥିବା ଦେଖିବାକୁ ମିଳିଛି। ପ୍ରେମିକାଙ୍କ ନିଜ ଘରକୁ...

୨୩ରୁ ଭଞ୍ଜନଗରରେ ଖୋଲିବ ଧାନ ମଣ୍ଡି: ୨୪ ଘଣ୍ଟିଆ ନଜର ରଖିବ…

ଭଞ୍ଜନଗର,୬।୧୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ଉପଖଣ୍ଡରେ ଆସନ୍ତା ୨୩ ତାରିଖରୁ ମଣ୍ଡିରେ ଧାନ ସଂଗ୍ରହ ହେବ। ତେଣୁ ଏହା ପୂର୍ବରୁ ଭଞ୍ଜନଗର ଉପଖଣ୍ଡ ପ୍ରଶାସନ...

ଅସମାଜିକଙ୍କ ଆଡ୍ଡାସ୍ଥଳୀ ପାଲଟିଛି ଉଦ୍ୟାନ କୃଷି କୋଠା, ସବୁ ଜାଣି ପ୍ରଶାସନ ଚୁପ୍‌

ଥୁଆମୂଳ ରାମପୁର,୬ା୧୨(ଦୁର୍ଗା କୀର୍ତ୍ତି): କେନ୍ଦ୍ର ଓ ରାଜ୍ୟ ସରକାରଙ୍କ ମିଳିତ ସହଯୋଗରେ ବିଭିନ୍ନ ଯୋଜନା ମଧ୍ୟରେ ଉଦ୍ୟାନ କୃଷି ଉପରେ ଅଧିକ ଗୁରୁତ୍ୱ ଦିଆଯାଉଛି। ଉଦ୍ୟାନ...

ବିଜେଡିକୁ ଶକ୍ତ ଝଟ୍‌କା: ଭାଜପାରେ ଯୋଗଦେଲେ ପ୍ରଫୁଲଙ୍କ ଦୁଇ ପୁଅ

ଭୁବନେଶ୍ୱର/ଭଦ୍ରକ,୬।୧୨(ସନାତନ ରାଉତ): ଭଦ୍ରକ ବିଜେଡି କନ୍ଦଳ ନେଇ ରାଜନୀତି ସରଗରମ ଥିବାବେଳେ ଶେଷରେ ବିଜେଡିକୁ ଶକ୍ତ ଝଟ୍‌କା । ଭାଜପାରେ ମିଶିଲେ ପ୍ରଫୁଲ୍ଲ ସାମଲଙ୍କ ୨...

ଚୁଲି ଜାଳି ନିଆଁ ପୁଇଁ ହେଉଥିଲେ ମହିଳା, ଶାଢ଼ିରେ ଲାଗିଗଲା ନିଆଁ, ଆଉ ତା’ ପରେ…

ଆନନ୍ଦପୁର,୬ା୧୨(ସୁଶାନ୍ତ କୁମାର ସାହୁ): ଚୁଲିନିଆଁରେ ପୋଡ଼ି ହୋଇ ଜଣେ ମହିଳା ଗୁରୁତର ହୋଇଛନ୍ତି। ଆନନ୍ଦପୁର ଉପଖଣ୍ଡ ନନ୍ଦିପଦା ଥାନା କରଗୋଳା ଗାଁରେ ଘଟିଛି ଏଭଳି ଏକ...

ଘରଦ୍ୱାର ଭାଙ୍ଗିଲେ ହାତୀପଲ, ବାଡ଼ିରେ ପଶି ଖାଇଗଲେ…

ଗଜପତି,୬ା୧୨(ଗିରିଧାରୀ ପରିଛା): ଗଜପତି ଜିଲା ଗୁମ୍ମାବ୍ଲକରେ ହାତୀଙ୍କ ଉପଦ୍ରବ ଲାଗି ରହିଛି। ଗତ ୪ ଦିନ ହେଲା ୪ ଟିକିଆ ହାତୀପଲ ଗୁମ୍ମା ବ୍ଲକର ଗାଁକୁ...

ଯନ୍ତ୍ରୀଙ୍କ କାର୍ଯ୍ୟାଳୟ ସମ୍ମୁଖରେ ଗ୍ରାମବାସୀଙ୍କ ସହ ଧାରଣାରେ ବସିଲେ ପୂର୍ବତନ ଏମ୍‌ପି, କହିଲେ ବିନା ପିସିରେ..

ବଲାଙ୍ଗୀର,୬ା୧୨(ସୁନିଲ କୁମାର ମହାନ୍ତି): ଲୋଇସିଂହା ନିର୍ବାଚନ ମଣ୍ଡଳୀ ଅନ୍ତର୍ଗତ ପିପିଲି – ଜାମୁଟିଆ ରାସ୍ତାକାମ ନିମ୍ନମାନର ତିଆରି ହେଉଥିବା ଅଭିଯୋଗ ନେଇ ପିପିଲି ଗ୍ରାମବାସୀଙ୍କ ସହ...

ପାର୍‌ ହେଉହେଉ ଭାଙ୍ଗିପଡ଼ିଲା ପୋଲ

ଆନନ୍ଦପୁର,୬ା୧୨(ସୁଶାନ୍ତ କୁମାର ସାହୁ): କେନ୍ଦୁଝର ଜିଲା ଆନନ୍ଦପୁର ବ୍ଲକ ତରତରା କଣ୍ଟିପାଳ ମୁଖ୍ୟ ରାସ୍ତାର କୁକୁରିଆନାଳ ହୋଇଥିବା ପୋଲଟି ଭାଙ୍ଗିଯାଇଛି। ସୂଚନାରୁ ଜଣାପଡ଼ିଛି, ଏହି ପୋଲ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri