୩୦ରୁ ବର୍ଷା ସମ୍ଭାବନା: ଏସବୁ ଜିଲାକୁ ୟେଲୋ ଓ୍ବାର୍ନିଂ

ଭୁବନେଶ୍ୱର, ୨୭।୩(ଅସମାପିକା ସାହୁ)- ରାଜ୍ୟରେ ଆସନ୍ତା ଦୁଇଦିନ ଭିତରେ ତାପାମାତ୍ରା ଧୀରେ ଧୀରେ ବୃଦ୍ଧି ପାଇବ। ୨୯ତାରିଖ ପର୍ଯ୍ୟନ୍ତ ପାଗ ଶୁଖିଲା ରହିବ। କିନ୍ତୁ ୩୦ତାରିଖରୁ ରାଜ୍ୟରେ ବିଭିନ୍ନ କାଳବୈଶାଖୀ ସହ ସ୍ବଳ୍ପ ଧରଣର ବର୍ଷା ହେବାର ସମ୍ଭାବନା ରହିଛି। କାଳବୈଶାଖୀ ନେଇ ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର ବିଭିନ୍ନ ଜିଲାକୁ ୟେଲୋ ଓ୍ବାର୍ନିଂ ମଧ୍ୟ ଜାରି କରିଛି। ୩୦ତାରିଖ ଦିନ ଝାରସୁଗୁଡ଼ା, ସୁନ୍ଦରଗଡ଼, କେନ୍ଦୁଝର, ମୟୂରଭଞ୍ଜ ଓ ବାଲେଶ୍ୱର ଏବଂ ୩୧ତାରିଖରେ ବରଗଡ଼, ସମ୍ବଲପୁର, ଦେବଗଡ଼, କେନ୍ଦୁଝର, ସୁନ୍ଦରଗଡ଼, ମୟୂରଭଞ୍ଜ, ବାଲେଶ୍ୱର, ଭଦ୍ରକ, ଯାଜପୁର, ଢେଙ୍କାନାଳ, ଅନୁଗୋଳ ଓ ଝାରସୁଗୁଡ଼ା ଆଦି ଜିଲାରେ ସ୍ବଳ୍ପ ଧରଣର ବର୍ଷା ହେବା ସହିତ କାଳବୈଶାଖୀ ହେବାର ଆଶଙ୍କା ରହିଛି। ଏସବୁ ଜିଲାରେ ଘଣ୍ଟାପ୍ରତି ପବନର ବେଗ ୩୦ରୁ ୪୦କିମି ବହିପାରେ। ତେଣୁ ଏସବୁ ଜିଲାକୁ ୟେଲୋ ଓ୍ବାର୍ନିଂ ଜାରି କରାଯାଇଛି। ସେପଟେ ବୁଧବାର ବୌଦ୍ଧ ଜିଲାରେ ସର୍ବାଧିକ ୩୮.୫ଡିଗ୍ରୀ ତାପମାତ୍ରା ରହିଥିଲା। ସେହିଭଳି ନୟାଗଡ଼ ୩୮.୨, ବଲାଙ୍ଗୀର ୩୮, ଭବାନିପାଟଣା ୩୮, ମାଲକାନିଗରି ୩୮, ଭୁବନେଶ୍ୱର ୩୬.୧, କଟକରେ ୩୬.୫ଡିଗ୍ରୀ ତାପାମାତ୍ରା ରେକର୍ଡ କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଭାଜପା ନେତା ଆଲେକଜାଣ୍ଡର ଦାସ ବିଜେଡିରେ ସାମିଲ

ଭୁବନେଶ୍ୱର,୮।୫: ଶଙ୍ଖ ଭବନରେ ବିଜେଡିର ମିଶ୍ରଣ ପର୍ବ। ଭାଜପା ନେତା ଆଲେକଜାଣ୍ଡର ଦାସ ଶହ ଶହ ସମର୍ଥକ ସହିତ ବୁଧବାର ବିଜେଡିରେ ସାମିଲ ହୋଇଛନ୍ତି। ଦଳଡିଆଁଙ୍କୁ...

ବଢ଼ିଲା ଅନୁଭବଙ୍କ ଅଡୁଆ

କଟକ,୮।୫: ଅଭିନେତା ତଥା ଭାଜପା ନେତା ଅନୁଭବ ମହାନ୍ତିଙ୍କ ଅଡୁଆ ବଢିଛି। ବର୍ଷାଙ୍କ ନିର୍ଯାତନା ଅଭିଯୋଗ ମାମଲାରେ କଟକ ଜେଏମଏଫସି କୋର୍ଟ ଅନୁଭବ ମହାନ୍ତିଙ୍କ ଆବେଦନ...

ବାଲେଶ୍ୱର କଂଗ୍ରେସରେ ଫାଟ, ଶ୍ରୀକାନ୍ତଙ୍କୁ ବିରୋଧ କରି ଦଳ ଛାଡିଲେ ବଡ଼ ନେତା

ନୀଳଗିରି,୮।୫: ବାଲେଶ୍ୱର କଂଗ୍ରେସରେ ଫାଟ। କଂଗ୍ରେସ ଛାଡିଛନ୍ତି ନୀଳଗିରିର ପୂର୍ବତନ ବିଧାୟକ ଚିତ୍ତରଞ୍ଜନ ଷଡଙ୍ଗୀ। ଚଳିତ ର୍ନିବାଚନର ବାଲେଶ୍ୱର ଲୋକ ସଭା ପ୍ରାର୍ଥୀ ଶ୍ରୀକାନ୍ତ ଜେନାଙ୍କ...

ପ୍ରେସମିଟ୍‌ରେ କହିଲେ ପାଣ୍ଡିଆନ, ୨୦୨୪ରେ ବିଜେଡି ହାତେଇବ କେତେ ସିଟ୍‌?

ଭୁବନେଶ୍ୱର,୮।୫: ଆଗାମୀ ନିର୍ବାଚନ ପାଇଁ ରାଜଧାନୀ ରାଜନୀତି ସରଗରମ ରହିଛି। ଦୁଇଦିନ ପୂର୍ବରୁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଓଡିଶା ଆସି ଖୋଲା ମଞ୍ଚରେ ବିଜେଡିକୁ ଟାର୍ଗେଟ...

ଆଜି ୬ ଘଣ୍ଟା ବନ୍ଦ ରହିବ ଶ୍ରୀଜିଉଙ୍କ ଦର୍ଶନ

ପୁରୀ,୮।୫: ଆଜି ଶ୍ରୀଜିଉଙ୍କ ବନକଲାଗି ନୀତି। ଏଥିପାଇଁ ୬ ଘଣ୍ଟା ସାଧାରଣ ଦର୍ଶନ ବନ୍ଦ ରହିବ। ସା ୬ଟାରୁ ରାତି ୧୨ଟା ଯାଏ ସାଧାରଣ ଦର୍ଶନ...

ରାସ୍ତା ପାର୍‌ ହେବାବେଳେ ଘୋଷାଡି ନେଲା ଟ୍ରକ୍‌: ଚାଲିଗଲା ୨ ଜୀବନ

ଭୁବନେଶ୍ୱର,୮।୫:ରାଜଧାନୀ ଭୁବନେଶ୍ୱରରେ ବୁଧବାର ସକାଳୁ ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି। ରାସ୍ତା ପାର୍‌ ବେଳେ ୨ ଜଣଙ୍କୁ ଘୋଷାଡ଼ି ନେଇଛି ଟ୍ରକ। ଫଳରେ ଘଟଣାସ୍ଥଳରେ...

ଏହି କଥା କହି ଭାବପ୍ରବଣ ହୋଇଗଲେ ପାଣ୍ଡିଆନ୍‌

ଭୁବନେଶ୍ୱର,୮।୫: ୫ଟି ତଥା ନବୀନ ଓଡ଼ିଶା ଅଧ୍ୟକ୍ଷ କାର୍ତ୍ତିକ ପାଣ୍ଡିଆନ ବୁଧବାର ଭୋରରୁ ଏକ ପ୍ରେସ୍‌ମିଟ୍‌ ଡକାଇଛନ୍ତି। ଏହି ପ୍ରେସ୍‌ମିଟ୍‌ରେ ସେ ବିରୋଧୀଙ୍କୁ ଟାର୍ଗେଟ୍‌ କରିଛନ୍ତି।...

ରାତି ନ ପାହୁଣୁ ପ୍ରେସ୍‌ମିଟ୍‌ ଡକାଇଲେ କାର୍ତ୍ତିକ ପାଣ୍ଡିଆନ୍‌: କହିଲେ ଏସବୁ କଥା…

ଭୁବନେଶ୍ୱର,୮।୫: ଆଗାମୀ ନିର୍ବାଚନ ପାଇଁ ରାଜ୍ୟ ରାଜନୀତି ସରଗରମ ରହିଛି। ଗୋଟିଏ ପଟେ ଭାଜପାର ହେଭିଓ୍ବେଟ୍‌ ନେତା ଓଡ଼ିଶାରେ ଘନ ଘନ ପ୍ରଚାର କରୁଥିବାବେଳେ ବିଜେଡି...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri