ଟିଟିଲାଗଡ଼: ବଢ଼ିଲା ସୁରେନ୍ଦ୍ରଙ୍କ ବିଜେଡିରେ ଯୋଗଦାନ ଚର୍ଚ୍ଚା

ସଇଁତଲା,୨୮ା୩(ରାଖାଲ ପ୍ରସାଦ ଶତପଥୀ): ନିର୍ବାଚନ ଯେତିକି ପାଖେଇ ଆସୁଛି, ଦଳଗୁଡ଼ିକ ଭିତରେ ଆଶାୟୀଙ୍କ ପ୍ରାର୍ଥୀ ସଂଖ୍ୟା ମଧ୍ୟ ବଢ଼ିବାରେ ଲାଗିଛି। ଭାଜପା ଲୋକ ସଭା ସଦସ୍ୟଙ୍କ ନାମ ଘୋଷଣା ପରେ ବିଜେଡି ବୁଧବାର ଲୋକ ସଭା ଏବଂ ବିଧାନସଭା ଆସନ ପ୍ରଥମ ଏବଂ ଦ୍ୱିତୀୟ ପର୍ଯ୍ୟାୟ ପ୍ରାର୍ଥୀ ନାମ ଘୋଷଣା କରିଛି। ବିଜେଡି ତରଫରୁ ୯ଟି ଲୋକ ସଭା ଓ ୪୧ଟି ବିଧାନସଭା ପାଇଁ ପ୍ରାର୍ଥୀ ଘୋଷଣା ହୋଇସାରିଛି। ତେବେ ବିଜେଡିର ବଲାଙ୍ଗୀର ଲୋକ ସଭା ପ୍ରାର୍ଥୀ ଘୋଷଣା ହୋଇନାହିଁ। ଏଭଳି ପରିସ୍ଥିତିରେ ଟିଟିଲାଗଡ଼ ନିର୍ବାଚନ ମଣ୍ଡଳୀର ପୂର୍ବତନ ବିଧାୟକ ତଥା ଜିଲା କଂଗ୍ରେସ କମିଟି ସଭାପତି ସୁରେନ୍ଦ୍ର ସିଂ ଭୋଇ ଦଳ ଛାଡି ବିଜେଡିରେ ଯୋଗଦାନ କରିବା ଚର୍ଚ୍ଚା ଘନେଇବାରେ ଲାଗିଛି। ଗୁରୁବାର ଭୁବନେଶ୍ୱର ଯାଇ ନିଜର ଶତାଧିକ ସମର୍ଥକଙ୍କ ସହ ସେ ବିଜେଡିରେ ଯୋଗଦାନ କରିବେ ବୋଲି ତାଙ୍କ ନିକଟତମ ମହଲରୁ ଜଣାଯାଇଛି। ବୁଧବାର ଦିନତମାମ ସିଂଭୋଇଙ୍କ ବାସଭବନରେ ତାଙ୍କ ସମର୍ଥକଙ୍କ ସହ ସଭା କରି ବିଜେଡିରେ ଯୋଗଦାନ ସମ୍ପର୍କରେ ଆଲୋଚନା ପର୍ଯ୍ୟାଲୋଚନା ହୋଇଥିବା ଜଣାପଡିଛି। ସମର୍ଥକଙ୍କ ମଧ୍ୟରେ କଂଗ୍ରେସ ଦଳର ବହୁ ବରିଷ୍ଠ ନେତା, ଜିଲା ପରିଷଦ ସଦସ୍ୟ, ବ୍ଲକ ଅଧ୍ୟକ୍ଷା, ବ୍ଲକ ଉପାଧ୍ୟକ୍ଷ ତଥା ଅଞ୍ଚଳର ସମିତି ସଭ୍ୟା ସଭ୍ୟ, ସରପଞ୍ଚ ରୁଣ୍ଡ ହୋଇଥିଲେ। ସେମାନେ ସମସ୍ତେ ବିଜେଡିରେ ମିଶିବେ ବୋଲି କୁହାଯାଉଛି। ସଇଁତଳା ହେଉଛି ରାଜ୍ୟ କଂଗ୍ରେସ ସଭାପତି ଶରତ ପଟ୍ଟନାୟକଙ୍କ ପୈତୃକ ଘର। ସେ ଜିଲା କଂଗ୍ରେସ ସଭାପତି ଭାବେ ସୁରେନ୍ଦ୍ରଙ୍କୁ କିଛି ଦିନ ଆଗରୁ ଦାୟିତ୍ୱ ଦେଇଥିଲେ। ଜିଲା କଂଗ୍ରେସର କୌଣସି କାମ ନକରି ସିଧା ବିଜେଡିରେ ଯୋଗଦାନ କରିବା ଚର୍ଚ୍ଚା ଜିଲାର ବରିଷ୍ଠ କଂଗ୍ରେସ ନେତାଙ୍କ ସହ ସମର୍ଥକ ଏବଂ କର୍ମୀଙ୍କୁ ଚିନ୍ତାରେ ପକାଇଛି। ବିଜେଡିରେ ଯୋଗଦାନ କଲେ ସୁରେନ୍ଦ୍ରଙ୍କୁ ବିଜେଡି ପକ୍ଷରୁ ଲୋକ ସଭା ପ୍ରାର୍ଥୀ କରାଯିବ ବୋଲି ଖୋଲାଖୋଲି ଆଲୋଚନା ହେଉଛି। ଯଦି ସୁରେନ୍ଦ୍ର ବିଜେଡିରେ ଯୋଗଦାନ କରନ୍ତି, ତେବେ କଂଗ୍ରେସ ଦଳରୁ କିଏ ପ୍ରାର୍ଥୀ ହେବ ତାକୁ ନେଇ କଳ୍ପନାଜଳ୍ପନା ପ୍ରକାଶ ପାଇଲାଣି।


Enter your email to get our daily news in your inbox.

All Right Reserved By Dharitri.Com

ଚୋର ପ୍ରାର୍ଥୀଙ୍କୁ ଭୋଟ୍‌ ଦିଅନ୍ତୁନି: ମୁଖ୍ୟମନ୍ତ୍ରୀ

ବ୍ରହ୍ମପୁର,୯ା୫: ଗଞ୍ଜାମ ଜିଲା କନିଷିଠାରେ ଗୁରୁବାର ମୁଖ୍ୟମନ୍ତ୍ରୀ ମାରାଥନ ପ୍ରଚାର କରିଛନ୍ତି। ଏଠାରେ ଆୟୋଜିତ ସାଧାରଣ ସଭାରେ ମୁଖ୍ୟମନ୍ତ୍ରୀ ଉଦ୍‌ବୋଧନ ଦେଇ କହିଛନ୍ତି, ଆପଣମାନେ ଏତେ...

ଦବିଲା ରାସ୍ତା, ଫସିଲା ସାର ବୋଝେଇ ଟ୍ରକ୍‌

କର୍ଲାମୁଣ୍ଡା,୯ା୫(ପ୍ରଦୀପ କୁମାର ସାହୁ): କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଲକ ସଦର ଆତ୍ମା କାର୍ଯ୍ୟାଳୟ ପରିସରରେ ନବ ନିର୍ମିତ କଂକ୍ରିଟ ରାସ୍ତାରେ ଗୁରୁବାର ଏକ ସାର ବୋଝେଇ...

ଭାଜପାର ପ୍ରଚାର ଜୋରଦାର: ଘରେ ଘରେ ପହଞ୍ଚିଲେ ମାନଗୋବିନ୍ଦ

ଦାରିଙ୍ଗବାଡି, ୯/୫ (ଅରୁଣ ସାହୁ):କନ୍ଧମାଳ ଜିଲା ଜି. ଉଦୟଗିରି ନିର୍ବାଚନ ମଣ୍ଡଳୀରେ ଭାଜପାର ବିଧାନସଭା ପ୍ରାର୍ଥୀ ମାନଗୋବିନ୍ଦ ପ୍ରଧାନ ନିଜ ପ୍ରଚାର ଜୋରଦାର କରିଛନ୍ତି। ସେ...

ବିଶ୍ୱ ଗଣମାଧ୍ୟମ ସ୍ବାଧୀନତା ସୂଚକାଙ୍କରେ ଭାରତର ସ୍ଥାନ ୧୬୧

ସମ୍ବଲପୁର, ୯ା୫(ପ୍ରମୋଦ ବହିଦାର)ଓଡିଶାର ସାମ୍ବାଦିକମାନଙ୍କ ପାଇଁ ସମସ୍ତ ବ୍ୟବସ୍ଥା କରିବାକୁ କେନ୍ଦ୍ରମନ୍ତ୍ରୀ ତଥା ସମ୍ବଲପୁର ଲୋକ ସଭା ଭାଜପା ପ୍ରାର୍ଥୀ ଧର୍ମେନ୍ଦ୍ର ପ୍ରଧାନଙ୍କ ପ୍ରତିଶ୍ରୁତିକୁ ଧୂଆଁବାଣ...

କ୍ଷମତାକୁ ଆସିଲେ ମହିଳାଙ୍କୁ ୫୦ ହଜାର ଟଙ୍କାର କୁପନ: ଧର୍ମେନ୍ଦ୍ର

ଦେବଗଡ଼,୯।୫(ଶଶାଙ୍କ ଶେଖର ଝାଙ୍କର): ରାଜ୍ୟରେ ଭାଜପା କ୍ଷମତାକୁ ଆସିଲେ ଧାନର ସର୍ବନିମ୍ନ ଦର ୩୧ଶହ ଟଙ୍କା ଧାର୍ଯ୍ୟ ହେବ। ପ୍ରତ୍ୟେକ ମହିଳାଙ୍କୁ ୫୦ ହଜାର ଟଙ୍କାର...

ବସୁଧା ଯୋଜନା ବାଟବଣା

ନୂଆପଡ଼ା,୯ା୫ (ମକାରୁ ବେମାଲ)ନୂଆପଡା ଜିଲା କୋମନା ବ୍ଲକ ଅନ୍ତର୍ଗତ ସିଆଲଲଟି ପଞ୍ଚାୟତ କରଙ୍ଗାଭଟା ଗାଁରେ ଉତ୍କଟ ଜଳ ସଙ୍କଟ ଦେଖାଦେଇଛି। ପ୍ରବଳ ଗ୍ରୀଷ୍ମ ପ୍ରବାହ ଯୋଗୁ...

‘ମୋର କିଛି ହେଲେ ସ୍ବାମୀ ଓ ବିଧାୟକ ଦାୟୀ’

ଚାନ୍ଦବାଲି,୯ା୫(କିଷାନ ପାତ୍ର): ଭଦ୍ରକ ଜିଲା ଚାନ୍ଦବାଲି ରାଜନୀତି ଘଡ଼ିକେ ଘୋଡ଼ା ଛୁଟୁଛି। ନିର୍ବାଚନ ପରିବେଶ ସରଗରମ ଥିବା ବେଳେ ଚାନ୍ଦବାଲିର ପୂର୍ବତନ ବ୍ଲକ୍‌ ଅଧ୍ୟକ୍ଷା ମାନସୀ...

ଜାଳେଣିର ବିକଳ୍ପ ଶୁଖିଲା ପତ୍ର

କେନ୍ଦୁଝର,୯।୫(ନରେଶ୍‌ ଚନ୍ଦ୍ର ପଟ୍ଟନାୟକ/ଦୀପକ ମିଶ୍ର)ମନୁଷ୍ୟ ସଭ୍ୟତା ସହ ଜଙ୍ଗଲ ବହୁଆଗରୁ ଜଡ଼ିତ। ଜଙ୍ଗଲ ଖାଦ୍ୟ, ବସ୍ତ୍ର, ବାସ ଆଦି ଯୋଗାଇ ଦେଇଥାଏ। ବର୍ତ୍ତମାନ ସମୟରେ ବିଭିନ୍ନ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri