ଅଗ୍ନି ଭୈରବୀଙ୍କ ଝାମୁଯାତ୍ରା ସମ୍ପନ୍ନ

ଲାଞ୍ଜିଗଡ଼,୨୮।୩(ରମେଶ ଚନ୍ଦ୍ର ନାୟକ): କଳାହାଣ୍ଡି ଜିଲା ଲାଞ୍ଜିଗଡ଼ ବ୍ଲକ ଲାଖବାହାଲି ପଞ୍ଚାୟତ ଅଧୀନ ଥୁଆଙ୍ଗପଦର ଗ୍ରାମରେ ଅଗ୍ନି ଭୈରବୀଙ୍କ ଝାମୁଯାତ୍ରା ମଙ୍ଗଳବାର ସମ୍ପନ୍ନ ହୋଇଯାଇଛି। ପରମ୍ପରା ଅନୁଯାୟୀ, ପୂଜକମାନେ ସାତଟି ନୂଆ ଚାଙ୍ଗୁଡ଼ିରେ ଖଣ୍ଡାବସା ନଦୀରୁ ବାଲି ଆଣି ବିଭିନ୍ନ ପ୍ରକାର ଶସ୍ୟ ଧାନ, ମକା, ବିରି, କୋଳତ ଇଦ୍ୟାଦି ବିହନ ପକାଇଥିଲେ। ଗାଁରୁ ସଂଗ୍ରହ କରିଥିବା ବିଭିନ୍ନ ପ୍ରକାର ଶସ୍ୟ ଧାନ, ମକା, ବିରି, କୋଳଥ ଇତ୍ୟାଦି ବିହନ ଗଜା ହେବା ପାଇଁ ୭ଟି ଚାଙ୍ଗୁଡ଼ିରେ ନଦୀରୁ ଅଣାଯାଇଥିବା ବାଲିରେ ପକାଯାଇଥାଏ। ସେହି ଗଜା ବିହନକୁ ସାତଦିନ ଦିନ ପର୍ଯ୍ୟନ୍ତ ମନ୍ଦିରରେ ପୂଜାର୍ଚ୍ଚନା କରାଯାଇଥାଏ ଓ କଞ୍ଚା ମାଟିରେ ସେ ଦିନ ବସି ଭକ୍ତଙ୍କୁ ଦର୍ଶନ ଦିଅନ୍ତି ଦେବତା। ସପ୍ତମ ଦିନ ନିକଟସ୍ଥ ତାଦିଶୋରୁ ଜଙ୍ଗଲକୁ ଯାଇ ପୂଜକମାନେ ଝାମେରା କଣ୍ଟା ଆଣି ଦୋଲି ପ୍ରସ୍ତୁତ କରିଥିଲେ। ସେହି ବେଲ କଣ୍ଟାରେ ନିର୍ମିିତ କଣ୍ଟାଦୋଳି ଉପରେ ଦେବି ବସି ଭକ୍ତମାନଙ୍କୁ ଦର୍ଶନ ଦେବା ପରେ ସପ୍ତମ ଦିନରେ ଅଗ୍ନି ଭୈରବୀ ନିଆଁରେ ତିଆରି ଝାମୁ ଖନ୍ଦାକୁ ଦୁଇଥର ପ୍ରଦକ୍ଷିଣ କାଳସି ନିଆଁ ଉପରେ ଚାଲି ଭକ୍ତଙ୍କୁ ତାଙ୍କର ଶକ୍ତିର ପରିଚୟ ଦିଅନ୍ତି। ଏହି ସମୟରେ ଶ୍ରଦ୍ଧାଳୁଙ୍କ ହର୍ଷଧ୍ୱନୀ ସହିତ ଡମବାଜା, ଘୁମୁରା ଓ କୀର୍ତ୍ତନର ଶବ୍ଦ ଗୁଞ୍ଜରି ଉଠୁଥିଲା। ଏହିପରି ପାରମ୍ପରିକ ରିତିନିତି ବା ଦେବନୀତି ପାଳନ କରି ଗାଁ ପୂଜକ ବନା ମାଝି, ଉଆଁସୁ ନାଏକ, ରିତ ନିତ ଅନୁସାରେ ପୂଜାର୍ଚନା କରିଥିଲେ। ଏଯାତ୍ରା ସରିବା ପରେ ମାନସିକ କରିଥିବା ଲୋକଙ୍କ ଦ୍ୱାରା ଶହଶହ କୁକୁଡା, ପାରା, ବତକ, ଛେଳି ଆଦି ବଳି ଦିଆଯାଇଥିଲା। ଶାନ୍ତିଶୃଙ୍ଖଳା ରକ୍ଷା ପାଇଁ ଗାଁର ମାଁ ଭୈରବି ଯୁବକ ସଂଘ ଅନୁଷ୍ଠାନ ପକ୍ଷରୁ ବିଷ୍ମ ମାଝି, ରାମ ମାଝି, ବିଜୟ ମାଝି, ଭଦ୍ର ମାଝି, ସୁଶାନ୍ତ ମାଝି, ବିଗ୍ନ ମାଝି, କରୁଣା ମାଝିଙ୍କ ସମେତ ଅନୁଷ୍ଠାନର ସମସ୍ତ ସଦସ୍ୟ ସହଯୋଗ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଖର୍ଚ୍ଚ ସମ୍ବନ୍ଧୀୟ ଆପତ୍ତି ଅଭିଯୋଗ ଆସିଲେ ତୁରନ୍ତ ଜଣାଅ

ଭଦ୍ରକ,୯।୫ (ସନାତନ ରାଉତ)-ଭଦ୍ରକ ଲୋକ ସଭା ଓ ଜିଲାର ୫ ବିଧାନସଭା ନିର୍ବାଚନମଣ୍ଡଳୀ ପାଇଁ ନିର୍ବାଚନ ଆୟୋଗଙ୍କ ଦ୍ୱାରା ୩ଜଣ ଖର୍ଚ୍ଚ ପର୍ଯ୍ୟବେକ୍ଷକଙ୍କୁ ନିଯୁକ୍ତ କରାଯାଇଛି।...

ବିଧାୟକ, ଏମ୍‌ପି ପ୍ରାର୍ଥୀଙ୍କ ପାଇଁ ଭୋଟ୍‌ ଭିକ୍ଷା କରୁଛନ୍ତି କେସିଙ୍ଗା ନଗରପାଳ

କେସିଙ୍ଗା,୯ା୫(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ଏନ୍‌ଏସିର ଓ୍ବାର୍ଡ ନମ୍ବର ୬ରେ ନଗରପାଳ ନୃପରାଜ ଯାଦବ ପ୍ରଚଣ୍ଡ ଟାଣଖରାକୁ ଖାତିର ନ କରି ଓ୍ବାର୍ଡ ନଂ...

ଚିଲିକାରେ ବ୍ରିଜ୍‌ ନିର୍ମାଣ ହେବ: ଓଡ଼ିଶା ପାଇଁ ଏହି ସବୁ ଘୋଷଣା କଲେ ନୀତିନ ଗଡ଼କରୀ

ପୁରୀ,୯।୫: କେନ୍ଦ୍ର ପରିବହନ ମନ୍ତ୍ରୀ ନୀତିନ ଗଡ଼କରୀ ଗୁରୁବାର କୃଷ୍ଣପ୍ରସାଦରେ ନିଜର ଅଭିଭାଷଣ ରଖିଛନ୍ତି। ଏହି ସମୟରେ ଗଡ଼କରୀ ଓଡ଼ିଶା ପାଇଁ ଅନେକ ଘୋଷଣା କରିଛନ୍ତି।...

୨ ଶହ କୋଟି ଟଙ୍କାରେ ନିର୍ମାଣ ହେବ ପାରାଦୀପ ଏୟାରପୋର୍ଟ: ଗଡ଼କାରୀ

ପୁରୀ,୯।୫: କେନ୍ଦ୍ର ପରିବହନ ମନ୍ତ୍ରୀ ନୀତିନ ଗଡ଼କରୀ ଗୁରୁବାର ପୁରୀରେ ପହଞ୍ଚି ଶ୍ରୀ ଜଗନ୍ନାଥଙ୍କୁ ଦର୍ଶନ କରିଛନ୍ତି। ଏହା ପରେ କୃଷ୍ଣପ୍ରସାଦରେ ବିରାଟ ଜନସଭାରେ ଉଦ୍‌ବୋଧନ...

୧୧ରେ ବରଗଡ଼ ଆସିବେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି

ବରଗଡ଼,୯ା୫(ପ୍ରେମାନନ୍ଦ ଖମାରୀ): ଆସନ୍ତା ୧୧ତାରିଖ ଶନିବାର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ବରଗଡ଼ ଗସ୍ତରେ ଆସିବା କାର୍ଯ୍ୟକ୍ରମ ରହିଛି। ମିଳିଥିବା ସୂଚନାନୁଯାୟୀ, ମୋଦି ସେହିଦିନ ବରଗଡ଼ ସହର...

ନାମାଙ୍କନ କଲେ କୋରେଇ ବିଜେଡି ବିଧାୟିକା ପ୍ରାର୍ଥିନୀ ସଂଧ୍ୟାରାଣୀ ଦାସ

ଯାଜପୁର, ୯।୫: କୋରେଇ ବିଧାନସଭା ଆସନ ପାଇଁ ବିଜୁ ଜନତା ଦଳ ପ୍ରାର୍ଥିନୀ ସଂଧ୍ୟାରାଣୀ ଦାସ ଗୁରୁବାର ନାମାଙ୍କନ ଦାଖଲ କରିଛନ୍ତି। ପ୍ରଥମେ ପାଣିକୋଇଲି ତାରିଣୀ...

କନ୍ଧମାଳବାସୀଙ୍କୁ ଭୋଟ୍‌ ମାଗିଲେ ମୁଖ୍ୟମନ୍ତ୍ରୀ

ଫୁଲବାଣୀ,୯ା୫(ରାକେଶ କୁମାର ରାଉତ): ବିଜେଡି ସୁପ୍ରିମୋ ତଥା ମୁଖ୍ୟମନ୍ତ୍ରୀ ନବୀନ ପଟନାୟକ ଗୁରୁବାର କନ୍ଧମାଳ ଗସ୍ତରେ ଆସି ଭୋଟ୍‌ ମାଗିଛନ୍ତି। କନ୍ଧମାଳ ସଂସଦୀୟ କ୍ଷେତ୍ର ୭...

ସାପ କାମୁଡ଼ାରେ ତିନି ବର୍ଷର ପୁଅ ମୃତ, ବିଷ କାଢ଼ିବାକୁ ଚେଷ୍ଟା କରି ବାପା ଆହତ

ସୁବର୍ଣ୍ଣପୁର, ୯।୫:: ବିରାମହାରାଜପୁର ଅଞ୍ଚଳର ହିଲୁଙ୍ଗା ଗ୍ରାମରେ ଏକ ଦୁଃଖଦ ଘଟଣା ଘଟିଛି। ବିଷାକ୍ତ ସାପ କାମୁଡ଼ିରେ ତିନି ବର୍ଷର ବାଳକ ପ୍ରାଣ ହରାଇଛି। ସାଗର...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri