ପିନାକୀ-ମହେଶଙ୍କୁ ମିଳିଲାନି ଟିକେଟ

ଭୁବନେଶ୍ୱର,୨୮।୩: ଆଗାମୀ ଲୋକ ସଭା ନିର୍ବାଚନକୁ ନେଇ ବିଜେଡି ଏହାର ପ୍ରାର୍ଥୀ ଘୋଷଣା କରିଛି। ବୁଧବାର ୧୫ ଆସନ ଲାଗି ପ୍ରାର୍ଥୀ ଘୋଷଣା ହୋଇଛି। ସେଥିମଧ୍ୟରୁ ୪ ଆସନରେ ପୁରୁଣା ପ୍ରାର୍ଥୀଙ୍କୁ ରିପିଟ୍‌ କରାଯାଇଥିବା ବେଳେ ୧୧ ଆସନରେ ନୂଆ ମୁହଁ ଦେଖିବାକୁ ମିଳିଛି। ଏସବୁ ମଧ୍ୟରେ ୨ ଜଣ ଏମ୍‌ପିଙ୍କ ଟିକେଟ କଟିଥିବା ଦେଖାଯାଇଛି।

ପୁରୀ ଏମ୍‌ପି ପିନାକୀ ମିଶ୍ରଙ୍କ ସହ ଢ଼େଙ୍କାନାଳ ଏମ୍‌ପି ମହେଶ ସାହୁଙ୍କୁ ଟିକେଟ ବିଜେଡି କାଟିଛି। ଏହି ଦୁଇ ଆସନରେ ଅରୁପ ପଟ୍ଟନାୟକ ଏବଂ ଅବିନାଶ ସାମଲ ଲୋକ ସଭା ନିର୍ବାଚନ ଲଢ଼ିବେ।

ସୂଚନାଯୋଗ୍ୟ, କଟକ ଏମ୍‌ପି ଭର୍ତ୍ତୁହରି ମହତାବ ଦଳରୁ ଇସ୍ତଫା ଦେବା ପରେ ଏବେ କଟକ ଲୋକ ସଭା ଆସନରୁ ବିଜେଡି ଟିକେଟରେ ସନ୍ତୃପ୍ତ ମିଶ୍ର ଲଢ଼ିବେ। ତାଙ୍କ ବ୍ୟତିତ ଯାଜପୁର ଏମ୍‌ପି ଶର୍ମିଷ୍ଠା ସେଠୀ, ଜଗତସିଂହପୁର ଏମ୍‌ପି ରାଜଶ୍ରୀ ମଲ୍ଲିକ, କନ୍ଧମାଳ ଏମ୍‌ପି ଅଚ୍ୟୁତ ସାମନ୍ତଙ୍କ ଉପରେ ଦଳ ପୁନର୍ବାର ଭରସା କରିଛି। ଏହି ୩ ନେତାଙ୍କୁ ପୁଣିଥରେ ଲୋକ ସଭା ଟିକେଟ ମିଳିଛି।


Enter your email to get our daily news in your inbox.

All Right Reserved By Dharitri.Com

ଗାଁକୁ ଫେରିଲା ଦୁଇ ଦାଦନ ଶ୍ରମିକଙ୍କ ମୃତଦେହ

ପାଳପୁର,୯।୫(ନବୀନ ରାଜ ଆଚାରୀ): ତେଲେଙ୍ଗାନା ରାଜ୍ୟର ହାଇଦ୍ରାବାଦକୁ ଦାଦନ ଖଟିବାକୁ ଯାଇ ଆକ୍ରମଣର ଶିକାର ହୋଇ ଦୁଇ ଶ୍ରମିକଙ୍କ ମୃତ୍ୟୁ ଘଟିଛି l ଗୁରୁବାର ଉଭୟଙ୍କ...

ବିଜେଡିର ଇସ୍ତାହାରରେ ମହିଳାଙ୍କୁ ଗୁରୁତ୍ୱ, ଏସଏଚ୍‌ଜି ମହିଳାଙ୍କୁ ମିଳିବ…

ଭୁବନେଶ୍ୱର,୯।୫: ନିର୍ବାଚନୀ ଇସ୍ତାହାର ପ୍ରକାଶ କଲା ବିଜେଡି। ଗୁରୁବାର ଏକ ଭିଡିଓ ବାର୍ତ୍ତା ଜରିଆରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଇସ୍ତାହାର ଘୋଷଣା କରିଛନ୍ତି। ଘୋଷଣା ପତ୍ରରେ...

ବିଜେଡି ନିର୍ବାଚନୀ ଇସ୍ତାହାର : ଯୁବତୀଯୁବକଙ୍କ ପାଇଁ ବଡ଼ ଘୋଷଣା କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୯।୫: ନିର୍ବାଚନୀ ଇସ୍ତାହାର ପ୍ରକାଶ କଲା ବିଜେଡି। ଗୁରୁବାର ଏକ ଭିଡିଓ ବାର୍ତ୍ତା ଜରିଆରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଇସ୍ତାହାର ଘୋଷଣା କରିଛନ୍ତି। ଘୋଷଣା ପତ୍ରରେ...

ନିର୍ବାଚନୀ ଇସ୍ତାହାର ଜାରି କଲା ବିଜେଡି, ମାଗଣା ବିଜୁଳି ସହ BSKY କାର୍ଡକୁ ନେଇ ହେଲା ବଡ଼ ଘୋଷଣା

ଭୁବନେଶ୍ୱର,୯।୫: ନିର୍ବାଚନୀ ଇସ୍ତାହାର ପ୍ରକାଶ କଲା ବିଜେଡି। ଗୁରୁବାର ଏକ ଭିଡିଓ ବାର୍ତ୍ତା ଜରିଆରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଇସ୍ତାହାର ଘୋଷଣା କରିଛନ୍ତି। ଘୋଷଣା ପତ୍ରରେ...

ଚିଲିକାରେ ବ୍ରିଜ୍‌ ନିର୍ମାଣ ହେବ: ଓଡ଼ିଶା ପାଇଁ ଏହି ସବୁ ଘୋଷଣା କଲେ ନୀତିନ ଗଡ଼କରୀ

ପୁରୀ,୯।୫: କେନ୍ଦ୍ର ପରିବହନ ମନ୍ତ୍ରୀ ନୀତିନ ଗଡ଼କରୀ ଗୁରୁବାର କୃଷ୍ଣପ୍ରସାଦରେ ନିଜର ଅଭିଭାଷଣ ରଖିଛନ୍ତି। ଏହି ସମୟରେ ଗଡ଼କରୀ ଓଡ଼ିଶା ପାଇଁ ଅନେକ ଘୋଷଣା କରିଛନ୍ତି।...

୨ ଶହ କୋଟି ଟଙ୍କାରେ ନିର୍ମାଣ ହେବ ପାରାଦୀପ ଏୟାରପୋର୍ଟ: ଗଡ଼କାରୀ

ପୁରୀ,୯।୫: କେନ୍ଦ୍ର ପରିବହନ ମନ୍ତ୍ରୀ ନୀତିନ ଗଡ଼କରୀ ଗୁରୁବାର ପୁରୀରେ ପହଞ୍ଚି ଶ୍ରୀ ଜଗନ୍ନାଥଙ୍କୁ ଦର୍ଶନ କରିଛନ୍ତି। ଏହା ପରେ କୃଷ୍ଣପ୍ରସାଦରେ ବିରାଟ ଜନସଭାରେ ଉଦ୍‌ବୋଧନ...

୧୧ରେ ବରଗଡ଼ ଆସିବେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି

ବରଗଡ଼,୯ା୫(ପ୍ରେମାନନ୍ଦ ଖମାରୀ): ଆସନ୍ତା ୧୧ତାରିଖ ଶନିବାର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ବରଗଡ଼ ଗସ୍ତରେ ଆସିବା କାର୍ଯ୍ୟକ୍ରମ ରହିଛି। ମିଳିଥିବା ସୂଚନାନୁଯାୟୀ, ମୋଦି ସେହିଦିନ ବରଗଡ଼ ସହର...

ଆସନ୍ତାକାଲି ଭୁବନେଶ୍ୱରରେ ମୋଦି କରିବେ ରୋଡ ଶୋ’, ଦିନ ୨ଟାରୁ ଏହି ରାସ୍ତାରେ ଗାଡି ଚଳାଚଳ କରିବନି

ଭୁବନେଶ୍ୱର,୯।୫: ଆସନ୍ତାକାଲି ଓଡ଼ିଶା ଆସିବେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି। ଏଥିପାଇଁ ସୁରକ୍ଷା ବ୍ୟବସ୍ଥାକୁ କଡାକଡି କରାଯାଇଛି। ଶୁକ୍ରବାର ପ୍ରଧାନମନ୍ତ୍ରୀ ଭୁବନେଶ୍ୱରରେ ଏକ ରୋଡ ଶୋ’ କରିବେ।...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri