Posted inଜାତୀୟ

ଇଡି ମୋ ସ୍ବାମୀଙ୍କୁ ହଇରାଣ କରୁଛନ୍ତି, ସେ ବହୁତ ଅସୁସ୍ଥ ଅଛନ୍ତି:ସୁନୀତା

ନୂଆଦିଲ୍ଲୀ,୨୮।୩: ଅବକାରୀ ଦୁର୍ନୀତି ମାମଲାରେ ଦିଲ୍ଲୀ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜରିୱାଲ ଗୁରୁବାର କୋର୍ଟରୁ ଆଶ୍ୱସ୍ତି ପାଇନାହାଁନ୍ତି ଏବଂ ତାଙ୍କୁ ଏପ୍ରିଲ ୧ ପର୍ଯ୍ୟନ୍ତ ଇଡି ରିମାଣ୍ଡରେ ପଠାଯାଇଛି। କୋର୍ଟଙ୍କ ନିଷ୍ପତ୍ତି ପରେ ତାଙ୍କ ପତ୍ନୀ ସୁନୀତା କେଜରିୱାଲ ଗଣମାଧ୍ୟମକୁ କହିଛନ୍ତି ଯେ ଇଡି ତାଙ୍କୁ ବହୁତ ହଇରାଣ କରୁଛି। ତାଙ୍କ ସ୍ବାସ୍ଥ୍ୟ ଅବସ୍ଥା ଅତ୍ୟନ୍ତ ଖରାପ ଅଛି।
ସେ ଆହୁରି ମଧ୍ୟ କହିଛନ୍ତି ଯେ ଦିଲ୍ଲୀର ମୁଖ୍ୟମନ୍ତ୍ରୀଙ୍କୁ ବହୁତ ହଇରାଣ କରାଯାଉଛି, ଜନସାଧାରଣ ଏହାର ଜବାବ ଦେବେ। ତେବେ ଯେତେବେଳେ ତାଙ୍କୁ ପଚରାଗଲା ଯେ ଆପଣ କହିଥିଲେ ଯେ କେଜରିୱାଲ ଆଜି କୋର୍ଟରେ ଏକ ବଡ଼ କଥା ଉପରୁ ପରଦା ଉଠାଇବେ, ସେତେବେଳେ ସେ ଏ ବିଷୟରେ କିଛି କହି ନ ଥିଲେ ଏବଂ କୋର୍ଟ ବାହାରକୁ ଚାଲିଗଲେ।
ଏହାପୂର୍ବରୁ ବୁଧବାର ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜରିୱାଲଙ୍କ ପତ୍ନୀ ସୁନୀତା କେଜରିୱାଲ ଦିଲ୍ଲୀ ଏବଂ ଦେଶବାସୀଙ୍କ ପାଇଁ ଏକ ବାର୍ତ୍ତା ଦେଇ ଗଣମାଧ୍ୟମ ସାମ୍ନାକୁ ଆସିଥିଲେ। ସୁନୀତା କହିଛନ୍ତି ଯେ ଇଡି ହେପାଜତରେ ରହିବା ପରେ ମଧ୍ୟ କେଜରିୱାଲ ଦିଲ୍ଲୀର ଲୋକଙ୍କ ପାଇଁ ଚିନ୍ତିତ ଅଛନ୍ତି। ମୁଖ୍ୟମନ୍ତ୍ରୀଙ୍କ ବାର୍ତ୍ତା ହେଉଛି ମୋ ଶରୀର ଜେଲରେ ଅଛି, କିନ୍ତୁ ମୋର ଆତ୍ମା ତୁମ ସମସ୍ତଙ୍କ ମଧ୍ୟରେ ଅଛି । ଆଖି ବନ୍ଦ କର, ତୁମେ ମୋତେ ତୁମର ଚାରିପାଖରେ ଅନୁଭବ କରିବ। ସୁନୀତା କହିଥିଲେ ଯେ ମୁଖ୍ୟମନ୍ତ୍ରୀଙ୍କ ମଧୁମେହ ଅଛି। ସୁଗାର ଲେଭଲ ଭଲ ନାହିଁ। ତଥାପି ତାଙ୍କର ନିଷ୍ଠା ଦୃଢ ଅଟେ।


Enter your email to get our daily news in your inbox.

All Right Reserved By Dharitri.Com

ଯୋଡ଼ାରେ ବାୟୁ ପ୍ରଦୂଷଣ ଗମ୍ଭୀର ସ୍ଥିତିରେ

ଯୋଡ଼ା,୬ା୧୨(ମାନସ ମହାନ୍ତି): କେନ୍ଦୁଝର ଜିଲା ଯୋଡ଼ା ଅଞ୍ଚଳରେ ବାୟୁ ପ୍ରଦୂଷଣର ଗମ୍ଭୀର ସ୍ଥିତିରେ ରହିଛି। ଯୋଡ଼ା, ଆଖପାଖ ଅଞ୍ଚଳରେ ସବୁଜିମା, ବନାଞ୍ଚଳ ଥାଇ ମଧ୍ୟ ବାୟୁ...

୨ ଡିଗ୍ରୀ ତଳେ ଶିମିଳିପାଳ: ବନ୍ୟପ୍ରାଣୀଙ୍କ ଉପରେ ପ୍ରଭାବ

ବାରିପଦା,୬ା୧୨(ନୀଳାଦ୍ରି ବିହାରୀ ଦଣ୍ଡପାଟ): ମୟୂରଭଞ୍ଜ ଜିଲାରେ ଶୀତର ଲହରୀ ବୃଦ୍ଧି ପାଉଛି। ଶିମିଳିପାଳରେ ପାରଦ ୨ ଡିଗ୍ରୀ ତଳକୁ ଖସିଆସିଛି। ତାପମାତ୍ରା ହ୍ରାସ ପାଇଥିବାରୁ ବନ୍ୟପ୍ରାଣୀଙ୍କ...

ଭୁବନେଶ୍ୱରରେ ପହଞ୍ଚିଲେ ହାର୍ଦ୍ଦିକ ପାଣ୍ଡ୍ୟା

ଭୁବନେଶ୍ୱର,୬ା୧୨: ଆସନ୍ତା ୯ ତାରିଖରେ କଟକର ବାରବାଟୀ ଷ୍ଟାଡିୟମରେ ଭାରତ ଓ ଦକ୍ଷିଣ ଆଫ୍ରିକା ମଧ୍ୟରେ ପ୍ରଥମ ଟି୨୦ ମ୍ୟାଚ୍‌ ଖେଳାଯିବ। ଏନେଇ ଦୁଇ ଦଳର...

ଭାରତକୁ ୪୦,୦୦୦ ଏଲ୍‌ଏମ୍‌ଜି ଯୋଗାଇବ ଇସ୍ରାଏଲୀ କମ୍ପାନୀ

ଜେରୁଜେଲମ୍‌ ,୬ା୧୨: ଇସ୍ରାଏଲ୍‌ର ଏକ ପ୍ରମୁଖ ପ୍ରତିରକ୍ଷା କମ୍ପାନୀ ଭାରତକୁ ପ୍ରଥମ ପର୍ଯ୍ୟାୟରେ ୪୦ ହଜାର ହାଲୁକା ମେଶିନ୍‌ ଗନ୍‌ (ଏଲ୍‌ଏମ୍‌ଜି) ଯୋଗାଇବାକୁ ଯାଉଛି। ଆସନ୍ତାବର୍ଷ...

ଏୟାରବସ୍‌ ଏ-୩୨୦ରେ ଗୁଣବତ୍ତା ସମସ୍ୟା, ବିମାନ ଡେଲିଭରିରେ ବିଳମ୍ବ

ପ୍ୟାରିସ୍‌,୬ା୧୨: ଏୟାର ବସ୍‌ ଏ-୩୨୦ ବିମାନଗୁଡ଼ିକରେ ସଫ୍ଟଓ୍ବେର ସମସ୍ୟା ଦେଖାଦେବା ପରେ ଗତ ମାସରେ କମ୍ପାନୀ ସେଗୁଡ଼ିକର ସମାଧାନ କରିଥିଲା। ସଫ୍ଟଓ୍ବେର ଅପ୍‌ଡେଟ୍‌ ପାଇଁ ଅନେକ...

ପୁଣି ଜନନୀ ଯନ୍ତ୍ରଣା: ରାସ୍ତା ନ ଥିବାରୁ ଗାଁକୁ ଗଲାନି ଆମ୍ବୁଲାନ୍ସ, ଶେଷରେ…

ମୋହନା,୬ା୧୨(ମନ୍ମଥ ମିଶ୍ର): ଗଜପତି ଜିଲା ମୋହନା ବ୍ଲକର ଢେପାଗୁଡ଼ା ପଞ୍ଚାୟତରେ ଜନନୀ ଯନ୍ତ୍ରଣା ଥମିବାରେ ନାଁ ଧରୁନି । ରାସ୍ତା ନ ଥିବାରୁ କେଉଁଠି ଭାର...

ଦୁଇ ପୁଅ ଭାଜପାରେ ମିଶିବା ପରେ ପ୍ରତିକ୍ରିୟା ରଖିଲେ ପ୍ରଫୁଲ୍ଲ, କହିଲେ ରାଜନୀତିରେ..

ଭୁବନେଶ୍ୱର,୬।୧୨: ଦୁଇ ପୁଅ ଏବଂ ଭଉଣୀ ଭାଜପାରେ ମିଶିବା ପରେ ବିଜେଡି ନେତା ପ୍ରଫୁଲ୍ଲ ସାମଲ ପ୍ରଥମ ଥର ପାଇଁ ପ୍ରତିକ୍ରିୟା ରଖିଛନ୍ତି। ପ୍ରଫୁଲ୍ଲ ପ୍ରତିକ୍ରିୟାରେ...

ଗୋଟିଏ ଜୁଇରେ ଜଳିଲା ସ୍ବାମୀ-ସ୍ତ୍ରୀଙ୍କ ମୃତଦେହ, କାନ୍ଦ ବୋବାଳିରେ ଫାଟୁଛି ଗାଁ

ଦିଗପହଣ୍ଡି,୬ା୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି-ବ୍ରହ୍ମପୁର ୧୭ ନଂ ରାଜ୍ୟ ରାଜପଥର ଗଣିଆନାଳ ଛକ ମା ’ କୁରେଇଶୁଣି ମନ୍ଦିର ନିକଟରେ ଶୁକ୍ରବାର ଏକ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri