ସୁଧାଂଶୁଙ୍କୁ ଗୁରୁଦାୟିତ୍ୱ ଦେଲା କଂଗ୍ରେସ

ରୂପସା,୨୮।୩(ବାଞ୍ଛାନିଧି ଦେ): ବାଲେଶ୍ୱର ଜିଲା କଂଗ୍ରେସ କମିଟି ସାଧାରଣ ସମ୍ପାଦକ ଓ ମୁଖ୍ୟ ମୁଖପାତ୍ର ସୁଧାଂଶୁ ଶେଖର ଜେନାଙ୍କୁ ପ୍ରଦେଶ କଂଗ୍ରେସ କମିଟି ପକ୍ଷରୁ ଭଦ୍ରକ ଲୋକସଭା ନିର୍ବାଚନ ମଣ୍ଡଳୀ ପାଇଁ କଂଗ୍ରେସ ପର୍ଯ୍ୟବେକ୍ଷକ ଭାବେ ନିଯୁକ୍ତି ଦିଆଯାଇଛି।

ଦଳର ଜଣେ ଦକ୍ଷ ତଥା ସକ୍ରିୟ ଯୁବନେତା ଭାବେ ସୁଧାଂଶୁ ଜିଲା ସମେତ ତଥା ରାଜ୍ୟରେ ପରିଚିତ। ସେ ପୂର୍ବରୁ ବାଲେଶ୍ୱର ଜିଲା ଛାତ୍ର କଂଗ୍ରେସ ସଭାପତି, ବସ୍ତା ନିର୍ବାଚନମଣ୍ଡଳୀ ଯୁବ କଂଗ୍ରେସ ସଭାପତି, ଜିଲା କଂଗ୍ରେସ କମିଟି ସାଧାରଣ ସମ୍ପାଦକ ତଥା ମୁଖ୍ୟ ମୁଖପାତ୍ର ସମେତ ବିଜେପୁର ଓ ବାଲେଶ୍ୱର ଉପନିର୍ବାଚନରେ ବହୁ ଗୁରୁତ୍ୱପୂର୍ଣ୍ଣ ଦାୟିତ୍ୱରେ ରହି କାର୍ଯ୍ୟ ସମ୍ପାଦନ କରିଥିଲେ। ନୂତନ ଦାୟିତ୍ୱ ପାଇଁ ତାଙ୍କୁ ବିଭିନ୍ନ ମହଲରୁ ଶୁଭେଚ୍ଛା ଜ୍ଞାପନ କରାଯାଇଛି।

ସେ ପିସିସି ସଭାପତି ଶରତ ପଟ୍ଟନାୟକ, ପ୍ରଭାରୀ ଡ. ଅଜୟ କୁମାର, କଂଗ୍ରେସ ନେତା ନବଜ୍ୟୋତି ପଟ୍ଟନାୟକ, ଜିଲା କଂଗ୍ରେସ ସଭାପତି ସଞ୍ଜୀବ ଗିରି, ବସ୍ତା ବିଧାନସଭା କ୍ଷେତ୍ର ନେତା ବିଜନ ନାୟକ, ବସ୍ତା ବ୍ଲକ ସଭାପତି ସତ୍ୟନାରାୟଣ ଗୁପ୍ତାଙ୍କ ସମେତ ପ୍ରଦେଶ କଂଗ୍ରେସ କମିଟିର ନେତୃତ୍ୱଙ୍କୁ କୃତଜ୍ଞତା ଜ୍ଞାପନ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ପୁରୀରେ ପହଞ୍ଚିଲେ କେନ୍ଦ୍ର ପରିବହନ ମନ୍ତ୍ରୀ ନୀତିନ ଗଡ଼କରୀ

ପୁରୀ,୯।୫: ପୁରୀରେ ପହଞ୍ଚିଲେ କେନ୍ଦ୍ର ପରିବହନ ମନ୍ତ୍ରୀ ନୀତିନ ଗଡ଼କରୀ। ସ୍ବତନ୍ତ୍ର ହେଲିକପ୍ଟରରେ ଭୁବନେଶ୍ବରରୁ ବାହାରି ପୁରୀରେ ପହଞ୍ଚିଛନ୍ତି। ଗଡ଼କରୀ ପୁରୀରେ କୃଷ୍ଣପ୍ରସାଦରେ ବିରାଟ ଜନସଭାରେ...

ପ୍ରାର୍ଥିପତ୍ର ଦାଖଲ କଲେ ଅରିନ୍ଦମ

ସାଲେପୁର,୯ା୫: ସାଲେପୁରର ଭାଜପା ବିଧାୟକ ପ୍ରାର୍ଥୀ ଅରିନ୍ଦମ ରାୟ ଗୁରୁବାର ତାଙ୍କର ପ୍ରାର୍ଥିପତ୍ର ଦାଖଲ କରିଛନ୍ତି। ଏକ ବିରାଟ ଶୋଭାଯାତ୍ରାରେ ଆସି ଅରିନ୍ଦମ ଆଜି ତାଙ୍କର...

ସ୍ତ୍ରୀ, ଝିଅଙ୍କୁ ଗୁଳି କରି ହତ୍ୟା କରିବା ପରେ ନିଜକୁ ଗୁଳି କଲେ ବ୍ୟକ୍ତି

ଝାରସୁଗୁଡ଼ା,୯ା୫: ସ୍ତ୍ରୀ ଓ ଝିଅକୁ ଗୁଳି ହତ୍ୟା କରିବା ପରେ ନିଜକୁ ଗୁଳି କରିଛନ୍ତି ଜଣେ ବ୍ୟକ୍ତି। ଏପରି ଦୁଃଖଦ ଘଟଣା ଘଟିଛି ଝାରସୁଗୁଡ଼ା ଜିଲାର...

ଚୋର ପ୍ରାର୍ଥୀଙ୍କୁ ଭୋଟ୍‌ ଦିଅନ୍ତୁନି: ମୁଖ୍ୟମନ୍ତ୍ରୀ

ବ୍ରହ୍ମପୁର,୯ା୫: ଗଞ୍ଜାମ ଜିଲା କନିଷିଠାରେ ଗୁରୁବାର ମୁଖ୍ୟମନ୍ତ୍ରୀ ମାରାଥନ ପ୍ରଚାର କରିଛନ୍ତି। ଏଠାରେ ଆୟୋଜିତ ସାଧାରଣ ସଭାରେ ମୁଖ୍ୟମନ୍ତ୍ରୀ ଉଦ୍‌ବୋଧନ ଦେଇ କହିଛନ୍ତି, ଆପଣମାନେ ଏତେ...

ଦବିଲା ରାସ୍ତା, ଫସିଲା ସାର ବୋଝେଇ ଟ୍ରକ୍‌

କର୍ଲାମୁଣ୍ଡା,୯ା୫(ପ୍ରଦୀପ କୁମାର ସାହୁ): କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଲକ ସଦର ଆତ୍ମା କାର୍ଯ୍ୟାଳୟ ପରିସରରେ ନବ ନିର୍ମିତ କଂକ୍ରିଟ ରାସ୍ତାରେ ଗୁରୁବାର ଏକ ସାର ବୋଝେଇ...

ଭାଜପାର ପ୍ରଚାର ଜୋରଦାର: ଘରେ ଘରେ ପହଞ୍ଚିଲେ ମାନଗୋବିନ୍ଦ

ଦାରିଙ୍ଗବାଡି, ୯/୫ (ଅରୁଣ ସାହୁ):କନ୍ଧମାଳ ଜିଲା ଜି. ଉଦୟଗିରି ନିର୍ବାଚନ ମଣ୍ଡଳୀରେ ଭାଜପାର ବିଧାନସଭା ପ୍ରାର୍ଥୀ ମାନଗୋବିନ୍ଦ ପ୍ରଧାନ ନିଜ ପ୍ରଚାର ଜୋରଦାର କରିଛନ୍ତି। ସେ...

ବିଶ୍ୱ ଗଣମାଧ୍ୟମ ସ୍ବାଧୀନତା ସୂଚକାଙ୍କରେ ଭାରତର ସ୍ଥାନ ୧୬୧

ସମ୍ବଲପୁର, ୯ା୫(ପ୍ରମୋଦ ବହିଦାର)ଓଡିଶାର ସାମ୍ବାଦିକମାନଙ୍କ ପାଇଁ ସମସ୍ତ ବ୍ୟବସ୍ଥା କରିବାକୁ କେନ୍ଦ୍ରମନ୍ତ୍ରୀ ତଥା ସମ୍ବଲପୁର ଲୋକ ସଭା ଭାଜପା ପ୍ରାର୍ଥୀ ଧର୍ମେନ୍ଦ୍ର ପ୍ରଧାନଙ୍କ ପ୍ରତିଶ୍ରୁତିକୁ ଧୂଆଁବାଣ...

କ୍ଷମତାକୁ ଆସିଲେ ମହିଳାଙ୍କୁ ୫୦ ହଜାର ଟଙ୍କାର କୁପନ: ଧର୍ମେନ୍ଦ୍ର

ଦେବଗଡ଼,୯।୫(ଶଶାଙ୍କ ଶେଖର ଝାଙ୍କର): ରାଜ୍ୟରେ ଭାଜପା କ୍ଷମତାକୁ ଆସିଲେ ଧାନର ସର୍ବନିମ୍ନ ଦର ୩୧ଶହ ଟଙ୍କା ଧାର୍ଯ୍ୟ ହେବ। ପ୍ରତ୍ୟେକ ମହିଳାଙ୍କୁ ୫୦ ହଜାର ଟଙ୍କାର...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri