ରାଜ୍ୟର ୬ଟି ଲୋକ ସଭା ଆସନରେ କାହାକୁ ଟିକେଟ ଦେବ ବିଜେଡି, ଚର୍ଚ୍ଚାରେ ଏହି ନାଁ

ଭୁବନେଶ୍ୱର,୨୮।୩: ୨୦୨୪ ସାଧାରଣ ନିର୍ବାଚନ ପାଇଁ ଓଡ଼ିଶାର ୨୧ଟି ଲୋକ ସଭା ନିର୍ବାଚନ ମଣ୍ଡଳୀ ଭିତରୁ ୧୮ଟି ସ୍ଥାନରେ ନିଜର ପ୍ରାର୍ଥୀ ଘୋଷଣା କରିଥିବା ବେଳେ ବିଜେଡି ୧୫ଟି ଆସନ ପାଇଁ ପ୍ରାର୍ଥୀ ଘୋଷଣା କରିଛି। ହେଲେ କଂଗ୍ରେସ ପକ୍ଷରୁ କୌଣସି ପ୍ରାର୍ଥୀ ତାଲିକା ପ୍ରକାଶ କରାଯାଇନାହିଁ। କଟକ, କନ୍ଧମାଳ ଓ ଯାଜପୁରରେ ଭାଜପା ଏପର୍ଯ୍ୟନ୍ତ ପ୍ରାର୍ଥୀ ଦେଇନାହିଁ। ସେହିପରି ବିଜେଡି ବ୍ରହ୍ମପୁର, ବଲାଙ୍ଗୀର, ଭଦ୍ରକ, ବାଲେଶ୍ବର, ବରଗଡ ଓ କେନ୍ଦୁଝରରେ ବିଜେଡି ପ୍ରାର୍ଥୀ ଘୋଷଣା କରିବାର ଅଛି। ତେଣୁ ଏସବୁ ଲୋକ ସଭା ଆସନରେ କିଏ ପ୍ରାର୍ଥୀ ହେବ ସେ ନେଇ ସମସ୍ତଙ୍କ ନଜର ରହିଛି। ତେବେ ବିଜେଡି ଅବଶିଷ୍ଟ ଆସନ ପାଇଁ ୩ଜଣ ମହିଳାଙ୍କୁ ଟିକେଟ ଦେଇପାରେ ବୋଲି ଚର୍ଚ୍ଚା ହେଉଛି। ବ୍ରହ୍ମପୁରରେ ଚନ୍ଦ୍ରଶେଖର ସାହୁଙ୍କୁ ବିଜେଡି ଟିକେଟ ଦେଇପାରେ ବୋଲି କୁହାଯାଉଥିବା ବେଳେ ଭଦ୍ରକରେ ମଞ୍ଜୁଲତା ମଣ୍ଡଳ ପ୍ରାର୍ଥୀ ହୋଇପାରନ୍ତି ବୋଲି କୁହାଯାଉଛି।


Enter your email to get our daily news in your inbox.

All Right Reserved By Dharitri.Com

ସ୍ତ୍ରୀ- ପୁଅ ଥାଉ ଥାଉ ଦ୍ୱିତୀୟ ବିବାହ କରିବାକୁ ଯାଉଥିଲେ, ପୁଅଙ୍କୁ ଟାଣିଟାଣି ଥାନାକୁ ଆଣିଲେ ବାପା

ବାସୁଦେବପୁର,୮।୫(ନାରାୟଣ ପ୍ରସାଦ ବାରିକ): ଭଦ୍ରକ ଜିଲା ବାସୁଦେବପୁର ବ୍ଲକ ଏଡ଼ତାଳ ଗ୍ରାମର ଅଜୟ ଜେନା ନାମକ ଜଣେ ବିବାହିତ ଯୁବକ ମଙ୍ଗଳବାର ଚାନ୍ଦିମାଳ ଅଞ୍ଚଳର ଜଣେ...

ବିଜେଡିରେ ସାମିଲ ହେଲେ ଅପରାଜିତାଙ୍କ ବିଶ୍ୱସ୍ତ ଅଖିଳ ପଟ୍ଟନାୟକ

ଭୁବନେଶ୍ୱର,୮।୫: ଚଳିତ ନିର୍ବାଚନକୁ ନେଇ ରାଜ୍ୟର ରାଜନୀତି ସରଗରମ ରହିଥିବା ବେଳେ ଦଳ ଡିଆଁ ଜାରି ରହିଛି। ଏହି କ୍ରମରେ ବୁଧବାର ଶଙ୍ଖ ଭବନରେ ବିଜେଡିର...

ଢେଙ୍କାନାଳ ଛାଡ଼ି ସମ୍ବଲପୁରରୁ କାହିଁକି ଲଢୁଛନ୍ତି ଧର୍ମେନ୍ଦ୍ର? ପ୍ରଶ୍ନ ଆଳରେ କଟାକ୍ଷ କଲେ ପାଣ୍ଡିଆନ୍‌…

ଭୁବନେଶ୍ୱର,୮।୫: ଢେଙ୍କାନାଳ ନିର୍ବାଚନ କ୍ଷେତ୍ରରେ ଦୀର୍ଘ ୧୦ ବର୍ଷ କେନ୍ଦ୍ରରେ ଧର୍ମେନ୍ଦ୍ର ପ୍ରଧାନ ମନ୍ତ୍ରୀ ରହିଥିଲେ। ଏହାସତ୍ତ୍ୱେ କାହିଁକି ଚଳିତ ନିର୍ବାଚନରେ ସମ୍ବଲପୁରରୁ ଲଢ଼ୁଛନ୍ତି ବୋଲି...

ପିପିଲି ରାଜନୀତିରେ ନୂଆ ମୋଡ, ଜଣାପଡିଲା କାହିଁକି ରୁଦ୍ରଙ୍କ ସ୍ତ୍ରୀ କରିଛନ୍ତି ନାମାଙ୍କନ

ପୁରୀ,୮।୫: ନିର୍ବାଚନୀ ମଇଦାନରେ ସ୍ବାମୀ-ସ୍ତ୍ରୀ ଲଢେଇ। ଏପରି ଅନେକ ଘଟଣା ପୂର୍ବରୁ ସାମ୍ନାକୁ ଆସିିଥିବାବେଳେ ଏପରି ଘଟଣା ରାଜ୍ୟ ରାଜନୀତିରେ ହଟଚମଟ ସୃଷ୍ଟି କରିଛି। ପିପିଲି...

ବିଜେଡିକୁ କାଉଣ୍ଟର କରିବା ପାଇଁ ଭାଜପାର ପ୍ରେସମିଟ୍‌

ଭୁବନେଶ୍ୱର,୮।୫: ବିଜେଡି ନେତା କାର୍ତ୍ତିକ କାଣ୍ଡିଆନଙ୍କ ପାହାନ୍ତିଆ ପ୍ରେସମିଟ୍‌ ପରେ ଏହାର କାଉଣ୍ଟର ଆଟାକ୍‌ କରିଛି ଭାରତୀୟ ଜନତା ପାର୍ଟି। ଭାଜପାର ପ୍ରେସମିଟ୍‌ କରି ସମୀର...

ଭାଜପା ନେତା ଆଲେକଜାଣ୍ଡର ଦାସ ବିଜେଡିରେ ସାମିଲ

ଭୁବନେଶ୍ୱର,୮।୫: ଶଙ୍ଖ ଭବନରେ ବିଜେଡିର ମିଶ୍ରଣ ପର୍ବ। ଭାଜପା ନେତା ଆଲେକଜାଣ୍ଡର ଦାସ ଶହ ଶହ ସମର୍ଥକ ସହିତ ବୁଧବାର ବିଜେଡିରେ ସାମିଲ ହୋଇଛନ୍ତି। ଦଳଡିଆଁଙ୍କୁ...

ବଢ଼ିଲା ଅନୁଭବଙ୍କ ଅଡୁଆ

କଟକ,୮।୫: ଅଭିନେତା ତଥା ଭାଜପା ନେତା ଅନୁଭବ ମହାନ୍ତିଙ୍କ ଅଡୁଆ ବଢିଛି। ବର୍ଷାଙ୍କ ନିର୍ଯାତନା ଅଭିଯୋଗ ମାମଲାରେ କଟକ ଜେଏମଏଫସି କୋର୍ଟ ଅନୁଭବ ମହାନ୍ତିଙ୍କ ଆବେଦନ...

ବାଲେଶ୍ୱର କଂଗ୍ରେସରେ ଫାଟ, ଶ୍ରୀକାନ୍ତଙ୍କୁ ବିରୋଧ କରି ଦଳ ଛାଡିଲେ ବଡ଼ ନେତା

ନୀଳଗିରି,୮।୫: ବାଲେଶ୍ୱର କଂଗ୍ରେସରେ ଫାଟ। କଂଗ୍ରେସ ଛାଡିଛନ୍ତି ନୀଳଗିରିର ପୂର୍ବତନ ବିଧାୟକ ଚିତ୍ତରଞ୍ଜନ ଷଡଙ୍ଗୀ। ଚଳିତ ର୍ନିବାଚନର ବାଲେଶ୍ୱର ଲୋକ ସଭା ପ୍ରାର୍ଥୀ ଶ୍ରୀକାନ୍ତ ଜେନାଙ୍କ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri