ପଦ୍ମପୁର ଆସନରେ ପ୍ରାର୍ଥୀ ଘୋଷଣା ଦ୍ୱନ୍ଦ୍ୱ

ପଦ୍ମପୁର,୨୮।୩. (ପ୍ରଦୀପ୍ତ ଦାଶ): ବରଗଡ଼ ଜିଲାରେ ଥିବା ବିଧାନସଭା ଆସନ ପାଇଁ ବିଜେଡି ବୁଧବାର ପ୍ରାର୍ଥୀ ଘୋଷଣା କରିଛି। କିନ୍ତୁ ପଦ୍ମପୁର ବିଧାନସଭା ଆସନ ପାଇଁ ନାଁ ଘୋଷଣା କରିନାହିଁ। ସେହିପରି ଭାଜପା ଓ କଂଗ୍ରେସ ପକ୍ଷରୁ ମଧ୍ୟ ଟିକେଟ ଘୋଷଣା ହୋଇନାହିଁ। ଅପରପକ୍ଷେ ତିନି ଦଳରୁ ଆଶାୟୀଙ୍କ ସଂଖ୍ୟା ବଢ଼ି ଚାଲିଛି। ଅନେକ ସ୍ଥାନୀୟ ନେତା ବୁଦ୍ଧିଜୀବୀ ମଧ୍ୟ ନିର୍ଦ୍ଦଳୀୟ ଭାବେ ନିର୍ବାଚନ ରଣାଙ୍ଗନରେ ପ୍ରତିଦ୍ୱନ୍ଦ୍ୱିତା ପାଇଁ ପ୍ରସ୍ତୁତି ଚଳାଇଛନ୍ତି ।

ପଦ୍ମପୁର ବିଧାନସଭା ନିର୍ବାଚନ ମଣ୍ଡଳୀର ପ୍ରମୁଖ ସମସ୍ୟା ମଧ୍ୟରୁ ପଦ୍ମପୁରକୁ ଜିଲା ମାନ୍ୟତା, ପାଇକମାଳ ପ୍ରାଥମିକ ସ୍ବାସ୍ଥ୍ୟ କେନ୍ଦ୍ରକୁ ସିଏଚ୍‌ସି ମାନ୍ୟତା, ଜଳସେଚନ ଓ ମଣ୍ଡି ଅବ୍ୟବସ୍ଥା, ଆଦିବାସୀ ଉନ୍ନୟନ ବିଭାଗ ପରିଚାଳିତ ବିଦ୍ୟାଳୟରେ ଶିକ୍ଷକ ଅଭାବ, ପଦ୍ମପୁର ସହରରେ ପାନୀୟଜଳ ସମସ୍ୟା, ଡାକ୍ତରଖାନାରେ ଡାକ୍ତର ଅଭାବ ଏପରି ଅନେକ ସମସ୍ୟା ସବୁ ଦଳ ପାଇଁ ଆହ୍ବାନ ରହିବ।

ପଦ୍ମପୁର ବିଧାନସଭା ଆସନ ପାଇଁ ଟିକେଟ ଘୋଷଣା ସବୁ ଦଳ ପାଇଁ ଅଡୁଆ ହେବାରେ ଲାଗିଛି। ସାଧାରଣ ଭୋଟରଙ୍କ ମଧ୍ୟରେ ଉତ୍କଣ୍ଠା ବଢି ଚାଲିଛି। ଉକ୍ତ ଦାବିଗୁଡିକୁ ପୂରଣ ପାଇଁ ଯେଉଁ ଦଳ ଇସ୍ତାହାରରେ ସ୍ଥାନୀତ କରିବେ ସେହି ଦଳର ପ୍ରାର୍ଥୀ ଭୋଟରଙ୍କ ପସନ୍ଦ ହୋଇପାରନ୍ତି ବୋଲି ଚର୍ଚ୍ଚା ଚାଲିଛି।


Enter your email to get our daily news in your inbox.

All Right Reserved By Dharitri.Com

ପଳାଶୁଣି ଫୁଟ ଓଭରବ୍ରିଜ୍‌ ହେଉନି, ଜୀବନ ଯାଉଛି

ଭୁବନେଶ୍ୱର,୯।୫(ସୂର୍ଯ୍ୟକାନ୍ତ ବେହେରା)ରାଜଧାନୀର ପଳାଶୁଣି ଛକ ଦୁର୍ଘଟଣାର ହଟସ୍ପଟ ପାଲଟିଛି। ଫୁଟ୍‌ ଓଭରବ୍ରିଜ୍‌ ନ ଥିବାରୁ ରାସ୍ତା ପାରି ହେବା, ବେପରୁଆ ଗାଡ଼ି ଚାଳନା ଏବଂ ପାର୍କିଂ...

ଜାଳେଣିର ବିକଳ୍ପ ଶୁଖିଲା ପତ୍ର

କେନ୍ଦୁଝର,୯।୫(ନରେଶ୍‌ ଚନ୍ଦ୍ର ପଟ୍ଟନାୟକ/ଦୀପକ ମିଶ୍ର)ମନୁଷ୍ୟ ସଭ୍ୟତା ସହ ଜଙ୍ଗଲ ବହୁଆଗରୁ ଜଡ଼ିତ। ଜଙ୍ଗଲ ଖାଦ୍ୟ, ବସ୍ତ୍ର, ବାସ ଆଦି ଯୋଗାଇ ଦେଇଥାଏ। ବର୍ତ୍ତମାନ ସମୟରେ ବିଭିନ୍ନ...

କଳାଧାନ ଚାଷ: ଜଳାଭାବ ଯୋଗୁ ଆଶଙ୍କାରେ ଚାଷୀ

ପାରଳାଖେମୁଣ୍ଡି, ୯ା୫ (ଗିରିଧାରୀ ପରିଛା):ଗଜପତି ଜିଲାରେ ମୂଲ୍ୟବାନ କଳାଧାନ ଚାଷ ହେଉଛି। ଏହି କଳା ଧାନ ଚାଷ ଓଡ଼ିଶାର ବରଗଡ ଜିଲା ସମେତ ଅନ୍ୟାନ୍ୟ ଜିଲାରେ...

ଆଇଟିଆଇ ସ୍ଥାପନ କରିବ ‘ଓ୍ବେଷ୍ଟ ଟୁ ଓ୍ବେଲଥ’ ମଡେଲ ବୁଥ୍‌

ବ୍ରହ୍ମପୁର,୯ା୫(ଅଶୋକ କୁମାର ସାହୁ):ବ୍ରହ୍ମପୁର ସଂସଦୀୟ କ୍ଷେତ୍ରରେ ଆସନ୍ତା ୧୩ ତାରିଖରେ ସାଧାରଣ ନିର୍ବାଚନ ମତଦାନ ହେବ । ଭୋଟରଙ୍କୁ ସଚେତନ କରିବା ପାଇଁ ଭିନ୍ନ ମଡେଲ...

ମାଟିର ପୁଅ, ଆମଦାନୀ ନେତାଙ୍କୁ ନେଇ ରାଜନୀତି

ଜଗତ୍‌ସିଂହପୁର, ୯ା୫(ପ୍ରମୋଦ କୁମାର ନାୟକ)ଜଗତ୍‌ସିଂହପୁର ବିଧାନସଭା ନିର୍ବାଚନମଣ୍ଡଳୀରେ ମାଟିର ପୁଅ ଓ ଆମଦାନୀ ନେତାଙ୍କୁ ନେଇ ଆଲୋଚନା ଜୋର ଧରିଛି। ବିଗତ ୨ଟି ନିର୍ବାଚନ କଥା...

କେନ୍ଦ୍ରାପଡ଼ା କେନାଲ ବନ୍ଧରେ ୧୨ଫୁଟର ଘାଇ

ଡେରାବିଶ,୯ା୫(ବେବର୍ତ୍ତା ଅଜୟ ଦାସ)କେନ୍ଦ୍ରାପଡ଼ା ମୁଖ୍ୟ କେନାଲ ଶାଖାର ୮ ନଂ. କେନାଲ ବନ୍ଧରେ ମଙ୍ଗଳବାର ସନ୍ଧ୍ୟାରେ ୧୨ଫୁଟ୍‌ର ଘାଇ ସୃଷ୍ଟି ହୋଇଛି। ଫଳରେ କେନ୍ଦ୍ରାପଡ଼ା ଜିଲା...

ଥିଲାବାଲାଙ୍କୁ କାର୍ଡ, ଗରିବଙ୍କୁ ମିଳୁନି ରାଶନ

ପଟ୍ଟାମୁଣ୍ଡାଇ,୯ା୫ (କଳ୍ପତରୁ ନାୟକ)ଦେଶରେ କେହି ଭୋକିଲା ରହିବେ ନାହିଁ। ପେଟ ପାଇଁ ଆଉ କେହି ଭିକ୍ଷାବୃତ୍ତି କରିବେ ନାହିଁ। ଏ ନେଇ ୨୦୧୩ରେ କେନ୍ଦ୍ର ସରକାର...

ପ୍ରାର୍ଥିପତ୍ର ପ୍ରତ୍ୟାହାର କଲେ ରୁଦ୍ର ମହାରଥୀଙ୍କ ସ୍ତ୍ରୀ

ପୁରୀ, ୯ା୫(ଅଜିତ୍‌ ମହାନ୍ତି)ଆସନ୍ତା ୨୫ତାରିଖରେ ରାଜ୍ୟରେ ତୃତୀୟ ପର୍ଯ୍ୟାୟ ମତଦାନ ହେବ। ପିପିଲି ବିଧାନସଭା ଆସନ ପାଇଁ ବିଜେଡି ପକ୍ଷରୁ ରୁଦ୍ରପ୍ରତାପ ମହାରଥୀ ନାମାଙ୍କନପତ୍ର ଦାଖଲ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri