ମୁଖ୍ୟମନ୍ତ୍ରୀଙ୍କୁ ଭେଟି ଆଶୀର୍ବାଦ କାମନା କଲେ ଦେବେଶ ଆଚାର୍ଯ୍ୟ

ବରଗଡ଼,୨୯ା୩(ପ୍ରେମାନନ୍ଦ ଖମାରୀ): ବରଗଡ଼ ବିଧାନସଭା ନିର୍ବାଚନ ମଣ୍ଡଳୀ ପାଇଁ ବିଜେଡି ସୁପ୍ରିମୋ ତଥା ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ କ୍ରମାଗତ ତୃତୀୟଥର ପାଇଁ ଦେବେଶ ଆଚାର୍ଯ୍ୟଙ୍କ ନାମ ଦଳୀୟ ପ୍ରାର୍ଥୀଭାବେ ଘୋଷଣା କରିଛନ୍ତି। ପରାଜୟର ମୁହଁ ଦେଖି ନ ଥିବା ଦେବେଶ ଗତ ୨ ସାଧାରଣ ନିର୍ବାଚନରେ ବିଧାୟକ ନିର୍ବାଚିତ ହୋଇସାରି ଥିବା ବେଳେ ଆସନ୍ତା ସାଧାରଣ ନିର୍ବାଚନରେ ହ୍ୟାଟ୍ରିକ ବିଜୟ ହାସଲ କରିବା ପାଇଁ ଦୃଢ଼ୋକ୍ତି ପ୍ରକାଶ କରିଛନ୍ତି। ବରଗଡ଼ ନିର୍ବାଚନ ମଣ୍ଡଳୀର ତାଙ୍କ ସମର୍ଥକଙ୍କ ମଧ୍ୟରେ ଆନନ୍ଦର ଲହରି ଖେଳିଯାଇଛି। ବରଗଡ଼ ନିର୍ବାଚନ ମଣ୍ଡଳୀର ସର୍ବାଙ୍ଗୀନ ଉନ୍ନତିକୁ ଆହୁରି ତ୍ୱରାନ୍ବିତ କରିବା ପାଇଁ ମୁଖ୍ୟମନ୍ତ୍ରୀ ପୁଣି ଥରେ ତାଙ୍କ ଉପରେ ଆସ୍ଥା ପ୍ରକଟ କରିଥିବାରୁ ଦେବେଶ ଶୁକ୍ରବାର ଭୁବନେଶ୍ୱର ନବୀନ ନିବାସ ଯାଇ ମୁଖ୍ୟମନ୍ତ୍ରୀଙ୍କୁ ଭେଟି କୃତଜ୍ଞତା ଜଣାଇବା ସହ ଆଶୀର୍ବାଦ ଭିକ୍ଷା କରିଛନ୍ତି। ଏହି ଅବସରରେ ମୁଖ୍ୟମନ୍ତ୍ରୀ ଦେବେଶଙ୍କୁ ଆଶୀର୍ବାଦ ପ୍ରଦାନ କରିବା ସହିତ ଲୋକଙ୍କ ସେବାରେ ନିଜକୁ ନିୟୋଜିତ ରଖି ଅଞ୍ଚଳର ସାମଗ୍ରିକ ବିକାଶ ପାଇଁ ଉଦ୍ୟମ ଜାରି ରଖିବାକୁ ପରାମର୍ଶ ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ବିଶ୍ୱ ଗଣମାଧ୍ୟମ ସ୍ବାଧୀନତା ସୂଚକାଙ୍କରେ ଭାରତର ସ୍ଥାନ ୧୬୧

ସମ୍ବଲପୁର, ୯ା୫(ପ୍ରମୋଦ ବହିଦାର)ଓଡିଶାର ସାମ୍ବାଦିକମାନଙ୍କ ପାଇଁ ସମସ୍ତ ବ୍ୟବସ୍ଥା କରିବାକୁ କେନ୍ଦ୍ରମନ୍ତ୍ରୀ ତଥା ସମ୍ବଲପୁର ଲୋକ ସଭା ଭାଜପା ପ୍ରାର୍ଥୀ ଧର୍ମେନ୍ଦ୍ର ପ୍ରଧାନଙ୍କ ପ୍ରତିଶ୍ରୁତିକୁ ଧୂଆଁବାଣ...

ବସୁଧା ଯୋଜନା ବାଟବଣା

ନୂଆପଡ଼ା,୯ା୫ (ମକାରୁ ବେମାଲ)ନୂଆପଡା ଜିଲା କୋମନା ବ୍ଲକ ଅନ୍ତର୍ଗତ ସିଆଲଲଟି ପଞ୍ଚାୟତ କରଙ୍ଗାଭଟା ଗାଁରେ ଉତ୍କଟ ଜଳ ସଙ୍କଟ ଦେଖାଦେଇଛି। ପ୍ରବଳ ଗ୍ରୀଷ୍ମ ପ୍ରବାହ ଯୋଗୁ...

ଆଜି ଓଡ଼ିଶା ଆସୁଛନ୍ତି ନୀତିନ ଗଡ଼କରୀ

ଭୁବନେଶ୍ୱର,୯।୫: ନିର୍ବାଚନ ଯେତିକି ପାଖେଇ ଆସୁଛି କେନ୍ଦ୍ରୀୟ ନେତୃତ୍ୱ ଓଡିଶାରେ ଡେରା ପକେଇବାରେ ଲାଗିଛନ୍ତି। ରାଜ୍ୟରେ ମତଦାନ ତାରିଖ ପାଖେଇ ଆସୁଥିବା ବେଳେ ପ୍ରଚାରର ରଙ୍ଗ...

ଆଜି କନ୍ଧମାଳ ଯିବେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ, କରିବେ ନିର୍ବାଚନୀ ପ୍ରଚାର

ଭୁବନେଶ୍ୱର,୯।୫: ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଗୁରୁବାର କନ୍ଧମାଳ ଜିଲା ଗସ୍ତରେ ଯିବେ। ସେଠାରେ ମୁଖ୍ୟମନ୍ତ୍ରୀ ନିର୍ବାଚନୀ ସଭାରେ ଯୋଗ ଦେବାର କାର୍ଯ୍ୟକ୍ରମ ରହିଛି। ଅପରାହ୍ନ ପ୍ରାୟ...

ପଳାଶୁଣି ଫୁଟ ଓଭରବ୍ରିଜ୍‌ ହେଉନି, ଜୀବନ ଯାଉଛି

ଭୁବନେଶ୍ୱର,୯।୫(ସୂର୍ଯ୍ୟକାନ୍ତ ବେହେରା)ରାଜଧାନୀର ପଳାଶୁଣି ଛକ ଦୁର୍ଘଟଣାର ହଟସ୍ପଟ ପାଲଟିଛି। ଫୁଟ୍‌ ଓଭରବ୍ରିଜ୍‌ ନ ଥିବାରୁ ରାସ୍ତା ପାରି ହେବା, ବେପରୁଆ ଗାଡ଼ି ଚାଳନା ଏବଂ ପାର୍କିଂ...

ଜାଳେଣିର ବିକଳ୍ପ ଶୁଖିଲା ପତ୍ର

କେନ୍ଦୁଝର,୯।୫(ନରେଶ୍‌ ଚନ୍ଦ୍ର ପଟ୍ଟନାୟକ/ଦୀପକ ମିଶ୍ର)ମନୁଷ୍ୟ ସଭ୍ୟତା ସହ ଜଙ୍ଗଲ ବହୁଆଗରୁ ଜଡ଼ିତ। ଜଙ୍ଗଲ ଖାଦ୍ୟ, ବସ୍ତ୍ର, ବାସ ଆଦି ଯୋଗାଇ ଦେଇଥାଏ। ବର୍ତ୍ତମାନ ସମୟରେ ବିଭିନ୍ନ...

କଳାଧାନ ଚାଷ: ଜଳାଭାବ ଯୋଗୁ ଆଶଙ୍କାରେ ଚାଷୀ

ପାରଳାଖେମୁଣ୍ଡି, ୯ା୫ (ଗିରିଧାରୀ ପରିଛା):ଗଜପତି ଜିଲାରେ ମୂଲ୍ୟବାନ କଳାଧାନ ଚାଷ ହେଉଛି। ଏହି କଳା ଧାନ ଚାଷ ଓଡ଼ିଶାର ବରଗଡ ଜିଲା ସମେତ ଅନ୍ୟାନ୍ୟ ଜିଲାରେ...

ଆଇଟିଆଇ ସ୍ଥାପନ କରିବ ‘ଓ୍ବେଷ୍ଟ ଟୁ ଓ୍ବେଲଥ’ ମଡେଲ ବୁଥ୍‌

ବ୍ରହ୍ମପୁର,୯ା୫(ଅଶୋକ କୁମାର ସାହୁ):ବ୍ରହ୍ମପୁର ସଂସଦୀୟ କ୍ଷେତ୍ରରେ ଆସନ୍ତା ୧୩ ତାରିଖରେ ସାଧାରଣ ନିର୍ବାଚନ ମତଦାନ ହେବ । ଭୋଟରଙ୍କୁ ସଚେତନ କରିବା ପାଇଁ ଭିନ୍ନ ମଡେଲ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri