‘ଡବଲ ଇଞ୍ଜିନ ସରକାର ଲାଗି ଶପଥପାଠ କରାଇଲା ଭାଜପା’

ଛତ୍ରପୁର,୨୮।୩(ସନ୍ତୋଷ ପାଢ଼ୀ ): ଗଞ୍ଜାମ ଜିଲା ଛତ୍ରପୁର ସ୍ଥିତ ଶିବକୁମାର ପଟ୍ଟନାୟକ ରିଡିଙ୍ଗ ରୁମ୍‌ଠାରେ ଭାଜପା ପକ୍ଷରୁ ଏକ ସମ୍ବର୍ଦ୍ଧନା ସଭା ଆୟୋଜନ ହୋଇଯାଇଛି l ଏଥିରେ ଭାଜପାର ବ୍ରହ୍ମପୁର ଏମ୍‌ପି ପ୍ରାର୍ଥୀ ଡ. ପ୍ରଦୀପ ପାଣିଗ୍ରାହୀଙ୍କୁ ଦଳ ପକ୍ଷରୁ ସମ୍ବର୍ଦ୍ଧନା ଦିଆଯାଇଥିଲା। ଏଥର ପୁଣି ଡବଲ ଇଂଜିନ ସରକାର ଆସିବ। କେନ୍ଦ୍ରରେ ମୋଦି ସରକାର ଏବଂ ରାଜ୍ୟରେ ବିଜେଡିକୁ ହଟାଇ ଭାଜପା ସରକାର ଆଣିବା ପାଇଁ ଆହ୍ବାନ ଦିଆଯାଇଥିଲା। ଏଥିଲାଗି ସମୂହ ସଂକଳ୍ପ ଶପଥପାଠ କରାଯାଇଥିଲା। ଏହି ସମ୍ବର୍ଦ୍ଧନା ସଭାରେ ପ୍ରଧାନମନ୍ତ୍ରୀଙ୍କ ନୀତି ଆଦର୍ଶରେ ଅନୁପ୍ରାଣିତ ହୋଇ ବିଭିନ୍ନ ଦଳରୁ ଆସିଥିବା ୩୦ ଜଣ ଭାଜପାରେ ସାମିଲ ହୋଇଥିଲେ। ରାଜ୍ୟ ସାଧାରଣ ସମ୍ପାଦକ ଶାରଦା ପ୍ରସାଦ ଶତପଥୀ, ଭାଜପା ନେତା ବନମାଳୀ ସେଠୀ, ପ୍ରଶାନ୍ତ କୁମାର କର, ରାଜ୍ୟ ଭାଜପା ଏସ ସି ମୋର୍ଚ୍ଚା ସାଧାରଣ ସମ୍ପାଦକ କୃଷ୍ଣ ଚନ୍ଦ୍ର ନାୟକ, ଛତ୍ରପୁର ଏନଏସି ଅଧ୍ୟକ୍ଷା ଶର୍ମିଷ୍ଠା ପ୍ରଧାନ, ସରୋଜ ସାବତ, ପ୍ରଦୀପ ପାଢ଼ୀ, ରଶ୍ମିତା ମହାପାତ୍ର ପ୍ରମୁଖ କାର୍ଯ୍ୟକ୍ରମରେ ଉପସ୍ଥିତ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ପ୍ରାର୍ଥିପତ୍ର ଦାଖଲ କଲେ ଅରିନ୍ଦମ

ସାଲେପୁର,୯ା୫: ସାଲେପୁରର ଭାଜପା ବିଧାୟକ ପ୍ରାର୍ଥୀ ଅରିନ୍ଦମ ରାୟ ଗୁରୁବାର ତାଙ୍କର ପ୍ରାର୍ଥିପତ୍ର ଦାଖଲ କରିଛନ୍ତି। ଏକ ବିରାଟ ଶୋଭାଯାତ୍ରାରେ ଆସି ଅରିନ୍ଦମ ଆଜି ତାଙ୍କର...

ସ୍ତ୍ରୀ, ଝିଅଙ୍କୁ ଗୁଳି କରି ହତ୍ୟା କରିବା ପରେ ନିଜକୁ ଗୁଳି କଲେ ବ୍ୟକ୍ତି

ଝାରସୁଗୁଡ଼ା,୯ା୫: ସ୍ତ୍ରୀ ଓ ଝିଅକୁ ଗୁଳି ହତ୍ୟା କରିବା ପରେ ନିଜକୁ ଗୁଳି କରିଛନ୍ତି ଜଣେ ବ୍ୟକ୍ତି। ଏପରି ଦୁଃଖଦ ଘଟଣା ଘଟିଛି ଝାରସୁଗୁଡ଼ା ଜିଲାର...

ଚୋର ପ୍ରାର୍ଥୀଙ୍କୁ ଭୋଟ୍‌ ଦିଅନ୍ତୁନି: ମୁଖ୍ୟମନ୍ତ୍ରୀ

ବ୍ରହ୍ମପୁର,୯ା୫: ଗଞ୍ଜାମ ଜିଲା କନିଷିଠାରେ ଗୁରୁବାର ମୁଖ୍ୟମନ୍ତ୍ରୀ ମାରାଥନ ପ୍ରଚାର କରିଛନ୍ତି। ଏଠାରେ ଆୟୋଜିତ ସାଧାରଣ ସଭାରେ ମୁଖ୍ୟମନ୍ତ୍ରୀ ଉଦ୍‌ବୋଧନ ଦେଇ କହିଛନ୍ତି, ଆପଣମାନେ ଏତେ...

ଦବିଲା ରାସ୍ତା, ଫସିଲା ସାର ବୋଝେଇ ଟ୍ରକ୍‌

କର୍ଲାମୁଣ୍ଡା,୯ା୫(ପ୍ରଦୀପ କୁମାର ସାହୁ): କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଲକ ସଦର ଆତ୍ମା କାର୍ଯ୍ୟାଳୟ ପରିସରରେ ନବ ନିର୍ମିତ କଂକ୍ରିଟ ରାସ୍ତାରେ ଗୁରୁବାର ଏକ ସାର ବୋଝେଇ...

ଭାଜପାର ପ୍ରଚାର ଜୋରଦାର: ଘରେ ଘରେ ପହଞ୍ଚିଲେ ମାନଗୋବିନ୍ଦ

ଦାରିଙ୍ଗବାଡି, ୯/୫ (ଅରୁଣ ସାହୁ):କନ୍ଧମାଳ ଜିଲା ଜି. ଉଦୟଗିରି ନିର୍ବାଚନ ମଣ୍ଡଳୀରେ ଭାଜପାର ବିଧାନସଭା ପ୍ରାର୍ଥୀ ମାନଗୋବିନ୍ଦ ପ୍ରଧାନ ନିଜ ପ୍ରଚାର ଜୋରଦାର କରିଛନ୍ତି। ସେ...

ବିଶ୍ୱ ଗଣମାଧ୍ୟମ ସ୍ବାଧୀନତା ସୂଚକାଙ୍କରେ ଭାରତର ସ୍ଥାନ ୧୬୧

ସମ୍ବଲପୁର, ୯ା୫(ପ୍ରମୋଦ ବହିଦାର)ଓଡିଶାର ସାମ୍ବାଦିକମାନଙ୍କ ପାଇଁ ସମସ୍ତ ବ୍ୟବସ୍ଥା କରିବାକୁ କେନ୍ଦ୍ରମନ୍ତ୍ରୀ ତଥା ସମ୍ବଲପୁର ଲୋକ ସଭା ଭାଜପା ପ୍ରାର୍ଥୀ ଧର୍ମେନ୍ଦ୍ର ପ୍ରଧାନଙ୍କ ପ୍ରତିଶ୍ରୁତିକୁ ଧୂଆଁବାଣ...

କ୍ଷମତାକୁ ଆସିଲେ ମହିଳାଙ୍କୁ ୫୦ ହଜାର ଟଙ୍କାର କୁପନ: ଧର୍ମେନ୍ଦ୍ର

ଦେବଗଡ଼,୯।୫(ଶଶାଙ୍କ ଶେଖର ଝାଙ୍କର): ରାଜ୍ୟରେ ଭାଜପା କ୍ଷମତାକୁ ଆସିଲେ ଧାନର ସର୍ବନିମ୍ନ ଦର ୩୧ଶହ ଟଙ୍କା ଧାର୍ଯ୍ୟ ହେବ। ପ୍ରତ୍ୟେକ ମହିଳାଙ୍କୁ ୫୦ ହଜାର ଟଙ୍କାର...

ବସୁଧା ଯୋଜନା ବାଟବଣା

ନୂଆପଡ଼ା,୯ା୫ (ମକାରୁ ବେମାଲ)ନୂଆପଡା ଜିଲା କୋମନା ବ୍ଲକ ଅନ୍ତର୍ଗତ ସିଆଲଲଟି ପଞ୍ଚାୟତ କରଙ୍ଗାଭଟା ଗାଁରେ ଉତ୍କଟ ଜଳ ସଙ୍କଟ ଦେଖାଦେଇଛି। ପ୍ରବଳ ଗ୍ରୀଷ୍ମ ପ୍ରବାହ ଯୋଗୁ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri