ସାଧାରଣ ନିର୍ବାଚନ ପାଇଁ ଓଡ଼ିଶା ପୋଲିସର ପ୍ରସ୍ତୁତି, ନିର୍ବାଚନୀ ହିଂସା ଉପରେ ରହିବ କଡ଼ା ନଜର

କଟକ,୩୦ା୩(କାର୍ତ୍ତିକ ସାହୁ): ଆଗାମୀ ମେ’ ଓ ଜୁନ୍‌ ମାସରେ ଚାରୋଟି ପର୍ଯ୍ୟାୟରେ ଓଡ଼ିଶାରେ ହେବାକୁ ଥିବା ସାଧାରଣ ନିର୍ବାଚନ ପାଇଁ ଓଡ଼ିଶା ପୋଲିସର ପ୍ରସ୍ତୁତି ଚାଲିଛି। ଭିଡିଓ କନ୍‌ଫରେନ୍ସିଂ ଜରିଆରେ ପଡ଼ୋଶୀ ଛତିଶଗଡ଼ ରାଜ୍ୟର ବରିଷ୍ଠ ପୋଲିସ ଅଧିକାରୀଙ୍କ ସହ ଏକ ଆନ୍ତଃରାଜ୍ୟ ସମନ୍ବୟ ବୈଠକ କଟକସ୍ଥିତ ରାଜ୍ୟ ପୋଲିସ ମୁଖ୍ୟାଳୟଠାରେ ଶନିବାର ଅନୁଷ୍ଠିତ ହୋଇଛି। ଭାରତର ନିର୍ବାଚନ ଆୟୋଗଙ୍କ ପକ୍ଷରୁ ଜାରି ସମସ୍ତ ନିୟମାବଳୀକୁ କଡ଼ାକଡ଼ି ପାଳନ କରାଯିବା ଉପରେ ବୈଠକରେ ଆଲୋଚନା ହୋଇଛି। ଉଭୟ ରାଜ୍ୟର ସୀମାନ୍ତ ଜିଲାଗୁଡ଼ିକରେ ଶାନ୍ତିପୂର୍ଣ୍ଣ, ଅବାଧ, ଅପରାଧମୁକ୍ତ ଏବଂ ନିରପେକ୍ଷତାର ସହ ନିର୍ବାଚନ ପରିଚାଳନା କରାଯିବା ଉପରେ ବରିଷ୍ଠ ପୋଲିସ ଅଧିକାରୀମାନେ ମତ ଉପସ୍ଥାପନ କରିଥିଲେ। ବିଶେଷ କରି ଓଡ଼ିଶାର ମାଲକାନଗିରି, କୋରାପୁଟ, ନବରଙ୍ଗପୁର, କଳାହାଣ୍ଡି, ନୂଆପଡ଼ା, ବରଗଡ଼, ଝାରସୁଗୁଡ଼ା ଓ ସୁନ୍ଦରଗଡ଼ ଜିଲାର ସୀମା ପଡ଼ୋଶୀ ରାଜ୍ୟ ଛତିଶଗଡ଼ ସହିତ ଲାଗି ରହିଛି। ଉପରୋକ୍ତ ସୀମାନ୍ତ ଜିଲାଗୁଡ଼ିକର ସୀମା ତନଖି ଫାଟକରେ କଡ଼ାକଡ଼ି ଯାଞ୍ଚ, ସମ୍ବେଦନଶୀଳ ସ୍ଥାନଗୁଡ଼ିକରେ ଯାନବାହନ ଯାଞ୍ଚ, ଅବକାରୀ ଧରପଗଡ଼, ବେଆଇନ ମାରଣାସ୍ତ୍ର, ବେଆଇନ ମଦ କାରବାର, ବେଆଇନ ନିଶା କାରବାର, ବେଆଇନ ଟଙ୍କା କାରବାର ଉପରେ ରୋକ ଲଗାଯିବା ଉପରେ ସ୍ବତନ୍ତ୍ର ଯୋଜନା ପ୍ରସ୍ତୁତ କରିବାକୁ ବୈଠକରେ ବିଶଦ ଭାବେ ଆଲୋଚନା ହୋଇଥିଲା।
ଧାର୍ଯ୍ୟ ହୋଇଥିବା ନିର୍ବାଚନ ତାରିଖର ୪୮ ଘଣ୍ଟା ପୂର୍ବରୁ ଉଭୟ ରାଜ୍ୟର ସୀମାକୁ ସମ୍ପୂର୍ଣ ଭାବେ ବନ୍ଦ କରି କଡ଼ାକଡ଼ି ଯାଞ୍ଚ କରାଯିବ ବୋଲି ବୈଠକରେ ମତପ୍ରକାଶ ପାଇଛି। ଉଭୟ ରାଜ୍ୟର ମାଓବାଦୀ ପ୍ରବଣ ଜିଲାଗୁଡ଼ିକରେ ନିର୍ବାଚନ ପ୍ରକ୍ରିୟାକୁ ଶୃଙ୍ଖଳିତ ଭାବେ ସମ୍ପନ୍ନ କରାଯିବ। ନିର୍ବାଚନୀ ହିଂସା ନଜର ରଖାଯିବା ସହ ଏହା ରୋକିବାକୁ ସ୍ବତନ୍ତ୍ର ଯୋଜନା ପ୍ରସ୍ତୁତ କରାଯାଇଛି ବୋଲି ବୈଠକରେ ସୂଚନା ଦିଆଯାଇଛି। ଉଭୟ ରାଜ୍ୟର ବରିଷ୍ଠ ପୋଲିସ ଅଧିକାରୀଙ୍କ ମଧ୍ୟରେ ଗୁଇନ୍ଦା ତଥ୍ୟ ଆଦାନପ୍ରଦାନ, ସାପ୍ତାହିକ ବୈଠକ, ସାଇବର ଅପରାଧ ରୋକିବାକୁ ସ୍ବତନ୍ତ୍ର ଯୋଜନା, ସମ୍ବେଦନଶୀଳ ସ୍ଥାନ ଓ ପୋଲିଂ ବୁଥ୍‌ ଚିହ୍ନଟ, ଓ୍ବାରେଣ୍ଟ ଥିବା ଅପରାଧୀ ଏବଂ ଅଭ୍ୟାସଗତ ଅପରାଧୀଙ୍କୁ ଗିରଫ ପାଇଁ ସ୍ବତନ୍ତ୍ର ପଦକ୍ଷେପ ନିଆଯାଉଛି ବୋଲି ବୈଠକରେ ଆଲୋଚନା ହୋଇଥିଲା।
ଆରକ୍ଷୀ ମହାନିର୍ଦ୍ଦେଶକ ଅରୁଣ କୁମାର ଷଡ଼ଙ୍ଗୀଙ୍କ ସମେତ ଅତିରିକ୍ତ ଆରକ୍ଷୀ ମହାନିର୍ଦ୍ଦେଶକ (ମୁଖ୍ୟାଳୟ), ଆର.କେ. ଶର୍ମା, (ଗୁଇନ୍ଦା) ନିର୍ଦ୍ଦେଶକ ସୌମେନ୍ଦ୍ର ପ୍ରିୟଦର୍ଶୀ, ଅତିରିକ୍ତ ଆରକ୍ଷୀ ମହାନିର୍ଦ୍ଦେଶକ (ଆଇନ ଓ ଶୃଙ୍ଖଳା) ସଞ୍ଜୟ କୁମାର, ଅତିରିକ୍ତ ଆରକ୍ଷୀ ମହାନିର୍ଦ୍ଦେଶକ (ଅପରେଶନ) ଏସ୍‌. ଦେବଦତ୍ତ ସିଂ, ଆଇ.ଜି.ପି (ପ୍ରୋଭିଜନିଙ୍ଗ) ଯତୀନ୍ଦ୍ର କୋୟଲ, ଆଇ.ଜି.ପି (କାର୍ମିକ) ଏସ୍‌. ପ୍ରବୀଣ କୁମାର, ଆଇ.ଜି.ପି (ଗୁଇନ୍ଦା) ଅନୁପ ସାହୁ, ଡିଆଇଜିପି (ଏସ୍‌ଆଇଡବ୍ଲ୍ୟୁ) ଉମାଶଙ୍କର ଦାଶ, ଏଆଇଜି (ମୁଖ୍ୟାଳୟ) ବିବେକାନନ୍ଦ ଶର୍ମାଙ୍କ ସମେତ ବିଭିନ୍ନ ରେଞ୍ଜର ଆଇଜି, ଡିଆଇଜି ଓ ସୀମାବର୍ତ୍ତୀ ଜିଲାଗୁଡ଼ିକର ଏସ୍‌ପିମାନେ ବୈଠକରେ ଉପସ୍ଥିତ ଥିଲେ। ସେହିପରି ଛତିଶଗଡ଼ର ଡିଜିପି ଅଶୋକ ଯୁନେଜା, ଏଡିଜି (ଅପରେଶନ)ଙ୍କ ସମେତ ସୀମାନ୍ତ ଜିଲାଗୁଡ଼ିକର ଏସ୍‌ପିମାନେ ବୈଠକରେ ଉପସ୍ଥିତ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଚପଲ ପିନ୍ଧି ମହାପ୍ରସାଦ ବାଣ୍ଟିଲେ, ଠିଆହୋଇ ଖାଇଲେ

ପୁରୀ,୩୧ା୧୨(ଅଜିତ୍‌ କୁମାର ମହାନ୍ତି): ମହାପ୍ରସାଦ ଓ ମହାପ୍ରଭୁଙ୍କୁ ଅପମାନ କଲାଭଳି ଦୃଶ୍ୟ ପୁଣି ଦେଖିବାକୁ ମିଳିଛି। ଏନେଇ ବିଭିନ୍ନ ମହଲରେ ଅସନ୍ତୋଷ ପ୍ରକାଶ ପାଇଛି। କେତେଜଣ...

ନୂଆବର୍ଷ ପୂର୍ବରୁ ବଡ଼ ଧରଣର ଭୂକମ୍ପ ଝଟକା, ଭୟରେ…

ନୂଆଦିଲ୍ଲୀ,୩୧।୧୨: ନୂତନ ବର୍ଷ ପୂର୍ବ ସନ୍ଧ୍ୟାରେ ଜାପାନରେ ବଡ଼ ଧରଣର ଭୂକମ୍ପ ଅନୁଭୂତ ହୋଇଛି । ରିକ୍ଟର ସ୍କେଲରେ ତୀବ୍ରତା ୬ ରେକର୍ଡ କରାଯାଇଛି ।...

ଘରକୁ ଫେରିବା ବାଟରେ ଭୟଙ୍କର ଦୁର୍ଘଟଣା: ବାଇକ୍‌କୁ ଧକ୍କା ଦେଇ ଟ୍ରକ୍‌କୁ ପିଟିଲା ବୋଲେରୋ; ଯୁବକ ଗୁରୁତର; ଡ୍ରାଇଭର…

କେସିଙ୍ଗା,୩୧।୧୨( ତୁମେଶ୍ୱର ସାହୁ): ରାତି ପାହିଲେ ନୂଆବର୍ଷ। ଗାଁଠୁ ନେଇ ସହର ଯାଏ ନୂଆବର୍ଷ ପାଳନ ପାଇଁ ଚାଲିଛି ସଜ ବାଜ। ଏଭଳି ସମୟରେ କେସିଙ୍ଗା...

କେସିଙ୍ଗା ପଞ୍ଚାୟତ ସମିତି ବୈଠକରେ ଉଠିଲା ଝାଡ଼ାବାନ୍ତି ପ୍ରସଙ୍ଗ, ସରପଞ୍ଚଙ୍କ ଅଭିଯୋଗ ପରେ…

କେସିଙ୍ଗା,୩୧ା୧୨(ତୁମେଶ୍ୱର ସାହୁ)- କଳାହାଣ୍ଡି ଜିଲା କେସିଙ୍ଗା ପଞ୍ଚାୟତ ସମିତିର ୧୦ମ ବୈଠକ ବ୍ଲକ ଅଧ୍ୟକ୍ଷ ଚନ୍ଦନ ସେନାପତିଙ୍କ ସଭାପତିତ୍ୱରେ ବୁଧବାର ସମିତି ସଭାଗୃହରେ ଅନୁଷ୍ଠିତ ହୋଇଯାଇଛି।...

ବିକାଶ ଅପେକ୍ଷାରେ ‘ହେଲୋ ପଏଣ୍ଟ’: ଉଦ୍‌ଯାପିତ ହେଲା ‘ରାଜାରାଣୀ ଝାମୁ ଯାତ୍ରା’; ହଜାର ହଜାର ଭକ୍ତଙ୍କ ସମାଗମ; କାଳିସିଙ୍କ…

ଥୁଆମୂଳ ରାମପୁର, ୩୧।୧୨ (ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲାର ପ୍ରାକୃତିକ ସୌନ୍ଦର୍ଯ୍ୟଭରା ଥୁଆମୂଳ ରାମପୁର ବ୍ଲକ ଅନ୍ତର୍ଗତ କୋଷାବରା ସ୍ଥିତ ‘ହେଲୋ ପଏଣ୍ଟ’ଠାରେ ରାଜାରାଣୀ (ମାଳିଚଗା)...

ଯୁଗଳଙ୍କ ଉପରେ ଆସ୍ଥା ପ୍ରକଟ କଲେ ନବୀନ: କଳାହାଣ୍ଡି ଜିଲା ସମ୍ପାଦକ ପାଇଁ ମନୋନୀତ…

ରିଷିଡା,୩୧।୧୨ (ସୁଶାନ୍ତ ମଲ୍ଲିକ ): କଳାହାଣ୍ଡି ଜିଲା ବିଜୁ ଜନତା ଦଳର ସମ୍ପାଦକ ଭାବେ କର୍ଲାମୁଣ୍ଡା ବ୍ଲକର ଯୁବନେତା ତଥା ନାଟ୍ୟ ନିର୍ଦ୍ଦେଶକ ଯୁଗଳ କିଶୋର...

ବରିଷ୍ଠ IAS ଅରବିନ୍ଦ ପାଢ଼ୀଙ୍କୁ ମିଳିଲା ପ୍ରମୋଶନ

ଭୁବନେଶ୍ବର,୩୧ା୧୨: ଓଡ଼ିଶା ପ୍ରଶାସନିକ ସ୍ତରରେ ଏକ ବଡ଼ ପରିବର୍ତ୍ତନ ହୋଇଛି। କୃଷି ଓ କୃଷକ ସଶକ୍ତିକରଣ ବିଭାଗର ପ୍ରମୁଖ ସଚିବ ତଥା ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ...

ବିଗିଡିଲା ଭୁବନେଶ୍ୱର ବାୟୁ ଗୁଣବତ୍ତା, ଓଡ଼ିଶାର ୪ ସହରର ସ୍ଥିତି ସଙ୍ଗିନ

ଭୁବନେଶ୍ବର,୩୧ା୧୨: ଓଡ଼ିଶାର ବାୟୁ ପ୍ରଦୂଷଣ ସ୍ତର ଏବେ ଚିନ୍ତାଜନକ ସ୍ଥିତିରେ ପହଞ୍ଚିଛି। କେନ୍ଦ୍ରୀୟ ପ୍ରଦୂଷଣ ନିୟନ୍ତ୍ରଣ ବୋର୍ଡ (CPCB) ପକ୍ଷରୁ ଜାରି ସଦ୍ୟତମ ତଥ୍ୟ ଅନୁଯାୟୀ,...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri