ଭିନ୍ନକ୍ଷମ ଭୋଟରଙ୍କ ପାଇଁ ସ୍ବତନ୍ତ୍ର ବ୍ୟବସ୍ଥା

ଭୁବନେଶ୍ୱର,୩୧ା୩(ଅନିଲ ଦାସ)ମତଦାତା ତାଲିକାରେ ଭିନ୍ନକ୍ଷମ ମତଦାତାଙ୍କୁ ସାମିଲ କରିବାରେ ଓଡ଼ିଶାର ହାର ଜାତୀୟ ହାରଠୁ ଉପରେ ରହିଛି। ବର୍ତ୍ତମାନ ପର୍ଯ୍ୟନ୍ତ ରାଜ୍ୟରେ ୫.୪୭ ଲକ୍ଷ ଭିନ୍ନକ୍ଷମ ଭୋଟର ମତଦାନ ପାଇଁ ମାର୍କିଂ ହୋଇଛନ୍ତି। ସେମାନଙ୍କୁ ଘରୁ ମତଦାନ କେନ୍ଦ୍ରକୁ ଆଣିବା ଓ ମତଦାନ କେନ୍ଦ୍ରରୁ ନେଇ ଘରେ ଛାଡ଼ିବା ପାଇଁ ସ୍ବତନ୍ତ୍ର ଗାଡ଼ିର ବ୍ୟବସ୍ଥା କରାଯାଇଛି। ମତଦାନ କେନ୍ଦ୍ରରେ ଭିନ୍ନକ୍ଷମ ମତଦାତାଙ୍କ ପାଇଁ ହ୍ବିଲ୍‌ଚେୟାରର ବନ୍ଦୋବସ୍ତ କରାଯାଇଛି। ସମସ୍ତ ମତଦାନ କେନ୍ଦ୍ରରେ ହ୍ବିଲ୍‌ଚେୟାର ନେବା ପାଇଁ ସ୍ବତନ୍ତ୍ର ର଼୍ୟାମ୍ପର ବ୍ୟବସ୍ଥା ରହିବ। ସମସ୍ତ ବୁଥ୍‌ରେ ଭିନ୍ନକ୍ଷମ ମତଦାତାମାନେ ଅଗ୍ରାଧିକାର ଭିତ୍ତିରେ ମତଦାନ କରିବେ। ସେମାନଙ୍କୁ ସାହାଯ୍ୟ କରିବା ପାଇଁ ୧୪ରୁ ୧୮ ବର୍ଷ ବୟସର ସ୍ବେଚ୍ଛାସେବୀମାନଙ୍କୁ ସ୍ବତନ୍ତ୍ର ଭାବେ ପ୍ରଶିକ୍ଷଣ ଦିଆଯାଉଛି ବୋଲି ମୁଖ୍ୟ ନିର୍ବାଚନ ଅଧିକାରୀ ନିକୁଞ୍ଜ ବିହାରୀ ଧଳ କହିଛନ୍ତି। ମୁଖ୍ୟ ନିର୍ବାଚନ ଅଧିକାରୀ ନିକୁଞ୍ଜ ବିହାରୀ ଧଳଙ୍କ ଅଧ୍ୟକ୍ଷତାରେ ଆୟୋଜିତ ‘ରାଜ୍ୟ ଷ୍ଟିୟରିଂ କମିଟି (ସୁଗମ ନିର୍ବାଚନ)’ ବୈଠକରେ ‘ଭିନ୍ନକ୍ଷମ ମତଦାତା’ଙ୍କ ପାଇଁ ମତଦାନ ପ୍ରକ୍ରିୟାକୁ ସୁଗମ କରିବା ବିଷୟରେ ଆଲୋଚନା ହୋଇଥିଲା। ଜିଲାସ୍ତରୀୟ ନିର୍ବାଚନ ପ୍ରଶିକ୍ଷଣ ସମୟରେ ମଧ୍ୟ ଭିନ୍ନକ୍ଷମ ମତଦାତାଙ୍କୁ ଅଗ୍ରାଧିକାର ଭିତ୍ତିରେ ସୁଗମ ମତଦାନର ସମସ୍ତ ଆନୁଷଙ୍ଗିକ ବ୍ୟବସ୍ଥା କରାଇବା ପାଇଁ ସେକ୍ଟର ଅଫିସର, ପ୍ରିଜାଇଡିଂ ଅଫିସର, ପୋଲିଂ ଅଫିସର ଓ ବୁଥ୍‌ସ୍ତରୀୟ ଅଧିକାରୀମାନଙ୍କୁ ପ୍ରଶିକ୍ଷିତ କରାଯାଇଛି। ଦୃଷ୍ଟିବାଧିତ ମତଦାତାଙ୍କ ପାଇଁ ବ୍ରେଲି ଅକ୍ଷରରେ ମୁଦ୍ରିତ ବାଲଟ ପେପର ସମସ୍ତ ବୁଥ୍‌ରେ ରଖାଯିବ। ମତଦାନ ପାଇଁ ରାଜ୍ୟର ସମସ୍ତ ବୁଥ୍‌କୁ ତଳମହଲାରେ କରାଯାଇଛି। ଯେଉଁ ଭିନ୍ନକ୍ଷମ ମତଦାତାଙ୍କର ୪୦%ରୁ ଊର୍ଦ୍ଧ୍ୱ ବେଞ୍ଚମାର୍କ ଭିନ୍ନକ୍ଷମତା ରହିଥିବ ଏବଂ ତତ୍‌ସଂକ୍ରାନ୍ତୀୟ ପ୍ରମାଣପତ୍ର ଥିବ ସେମାନେ ଫର୍ମ ୧୨ (ଡି) ମାଧ୍ୟମରେ ଆବେଦନ କରି ନିଜ ଘରେ ଥାଇ ପୋଷ୍ଟାଲ ବାଲଟ୍‌ ଜରିଆରେ ମତଦାନ କରିପାରିବେ। ଏହି ସମସ୍ତ ଆନୁଷଙ୍ଗିକ ବ୍ୟବସ୍ଥା ଦ୍ୱାରା ସମସ୍ତ ଭିନ୍ନକ୍ଷମ ଭୋଟରଙ୍କ ପାଇଁ ସୁଗମ ମତଦାନର ପରିବେଶ ସୃଷ୍ଟି କରାଯାଇଛି ବୋଲି ମୁଖ୍ୟ ନିର୍ବାଚନ ଅଧିକାରୀ କହିଛନ୍ତି। ସମସ୍ତ ବିଭାଗ ରାଜ୍ୟସ୍ତରରୁ ତୃଣମୂଳ ସ୍ତର ପର୍ଯ୍ୟନ୍ତ ସମନ୍ବୟ ରଖି ଭିନ୍ନକ୍ଷମ ମତଦାତାଙ୍କ ପାଇଁ ସୁଗମ ଓ ସ୍ମରଣୀୟ ମତଦାନର ବ୍ୟବସ୍ଥା କରିବା ପାଇଁ ଧଳ ନିର୍ଦ୍ଦେଶ ଦେଇଛନ୍ତି। ବୈଠକରେ ଅତିରିକ୍ତ ମୁଖ୍ୟ ନିର୍ବାଚନ ଅଧିକାରୀ ଏନ୍‌. ତିରୁମାଲା ନାଏକ, ଅତିରିକ୍ତ ମୁଖ୍ୟ ନିର୍ବାଚନ ଅଧିକାରୀ ଶତ୍ରୁଘ୍ନ କର, ଅତିରିକ୍ତ ମୁଖ୍ୟ ନିର୍ବାଚନ ଅଧିକାରୀ ମିହିର ମହାନ୍ତି, ଓଡ଼ିଶା ସରକାରଙ୍କ ସାମାଜିକ ସୁରକ୍ଷା ଓ ଭିନ୍ନକ୍ଷମ ସଶକ୍ତୀକରଣ ବିଭାଗ, ମହିଳା ଓ ଶିଶୁ ବିକାଶ ବିଭାଗ, ଓସେପା ଆଦିର ବିଭାଗୀୟ ଅଧିକାରୀ ପ୍ରମୁଖ ଯୋଗ ଦେଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ମଥୁରାନଗରୀରେ ଉପ ମୁଖ୍ୟମନ୍ତ୍ରୀ, କହିଲେ ‘ଧମକ୍‌କୁ ଡରେନି ଏହି ସରକାର…’

ମଥୁରାନଗରୀ,୨।୧(ପ୍ରେମାନନ୍ଦ ଖମାରୀ)- କିଛି ଲୋକ ଚାଷୀଙ୍କୁ ନେଇ ରାଜରାସ୍ତାକୁ ଓହ୍ଲାଇବାକୁ ଚେଷ୍ଟା କରୁଛନ୍ତି। ଚାଷୀମାନଙ୍କୁ ଭାରାକ୍ରାନ୍ତ କରିବାକୁ ପ୍ରୟାସ ଚଲାଇଛନ୍ତି। ମାତ୍ର ଏହି ସରକାର କୌଣସି...

ପରିବାରଲୋକେ କରୁଥିଲେ ନାପସନ୍ଦ, ପ୍ରେମିକଙ୍କୁ ପାଇବାକୁ ଅପହରଣ ନାଟକ ରଚିଥିଲେ ପ୍ରେମିକା, ଏବେ ପୋଲିସ…

ଫୁଲବାଣୀ, ୨ା୧(ରାକେଶ କୁମାର ରାଉତ)- କନ୍ଧମାଳ ଜିଲା ଗୋଛାପଡା ଥାନା ଅଞ୍ଚଳର ଜଣେ ୧୯ ବର୍ଷୀୟା ଯୁବତୀଙ୍କୁ କେତେ ଜଣ ଯୁବକ ତାଙ୍କ ଗାଁ ନିକଟରୁ...

ଡରିଗଲେ କି ଗୁଲୁଆ? ବଦଳିଲା ସ୍ବର, ବର୍ଷାଙ୍କ ସହ ରୋମାଣ୍ଟିକ୍‌ ଫଟୋ ଶେୟାର କରି କହିଲେ…

ଭୁବନେଶ୍ୱର,୨।୧: ଦିନ ଥିଲା ମୋତେ କେହି ଖରାପ କହିଲେ ତୁମେ ବାହାରୁଥିଲ। ତୁମକୁ କିଏ ଖରାପ କହିଲେ ମୁଁ ବାହାରୁଥିଲି। ହେଲେ ଆଜି ତୁମେ ମୋର...

ମାର୍ଚ୍ଚ ମାସରୁ ଏଟିଏମରେ ମିଳିବନି ୫୦୦ ଟଙ୍କିଆ ନୋଟ୍‌? ସ୍ପଷ୍ଟ କଲେ ସରକାର

ନୂଆଦିଲ୍ଲୀ,୨।୧: ଆଜିକାଲି ସୋସିଆଲ ମିଡିଆରେ ୫୦୦ ଟଙ୍କିଆ ନୋଟ ଚର୍ଚ୍ଚାର ଏକ ମୁଖ୍ୟ ବିଷୟ ପାଲଟିଛି। ପୋଷ୍ଟଗୁଡ଼ିକରେ ଦାବି କରାଯାଉଛି ଯେ ମାର୍ଚ୍ଚ ୨୦୨୬ ରୁ...

ଗିଲେସ୍ପିଙ୍କ ବଡ଼ ବୟାନ: ପାକିସ୍ତାନ କ୍ରିକେଟ କୋଚ୍‌ ପଦବୀ ଛାଡ଼ିବାର କହିଲେ କାରଣ…

କରାଚୀ,୨ା୧: ଅଷ୍ଟ୍ରେଲିଆର ପୂର୍ବତନ କ୍ରିକେଟର ଜାସନ ଗିଲେପ୍ସିଙ୍କୁ କାହିଁକି ପାକିସ୍ତାନ କ୍ରିକେଟ ଦଳର କୋଚ୍‌ ପଦବୀ ଛାଡ଼ିବାକୁ ପଡ଼ିଥିଲା, ସେ ତାହାର କାରଣ ଦର୍ଶାଇଛନ୍ତି। ସୋସିଆଲ...

ନୂଆବର୍ଷ ଦିନ ହୋଇଯାଇଥିଲେ ନିଖୋଜ, ସକାଳୁ ଗଛରେ ଝୁଲୁଥିଲା ମୃତଦେହ; କୋକସରା ପୋଲିସ…

କୋକସରା,୨।୧(ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): କଳାହାଣ୍ଡି ଜିଲା କୋକସରା ଥାନା ଅଧିନସ୍ଥ ଜୟନ୍ତପୁର ପଞ୍ଚାୟତ ରଏନଗୁଡା ଗ୍ରାମରୁ ଶୁକ୍ରବାର ଜଣେ ଯୁବକଙ୍କ ଝୁଲନ୍ତା ମୃତଦେହ ପୋଲିସ ଉଦ୍ଧାର...

ବିଚ୍ଛିନ୍ନତାବାଦୀଙ୍କ ଶିବିର ଉପରେ ଏୟାରଷ୍ଟ୍ରାଇକ୍‌: ୭ ମୃତ ୨୦ରୁ ଊର୍ଦ୍ଧ୍ୱ ଆହତ

ଦୁବାଇ,୨ା୧: ପୂର୍ବ ୟେମେନ୍‌ରେ ଥିବା ବିଚ୍ଛିନ୍ନତାବାଦୀଙ୍କ କ୍ୟାମ୍ପ ଉପରେ ସାଉଦି ଆରବ ନେତୃତ୍ୱରେ ଶୁକ୍ରବାର ମିଳିତ ଏୟାରଷ୍ଟ୍ରାଇକ୍‌ କରାଯାଇଛି। ଏଥିରେ ୭ ଜଣଙ୍କ ମୃତ୍ୟୁ ଘଟିବା...

ନାବାଳିକା ନାତୁଣୀଙ୍କୁ ବଳାତ୍କାର କରି ମାରିଥିଲେ ଅଜାଙ୍କୁ: ଏବେ ଦୁଇଜଣ ଗଲେ ଜେଲ୍

ଦିଗପହଣ୍ଡି,୨|୧(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଚଷାନିମଖଣ୍ଡି ପଞ୍ଚାୟତ  ସିନ୍ଧବା ଗ୍ରାମର ବୃଦ୍ଧ ସନିଆ ଗୌଡ଼(୮୫)ଙ୍କୁ  ଗୁରୁବାର ସକାଳେ ଗାଁ ଦାଣ୍ଡରେ ବିଭତ୍ସ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri