Posted inରାଜ୍ୟ

‘ଲକ୍ଷ୍ମୀ ବସ୍‌ରୁ ଦଳୀୟ ଚିହ୍ନ ହଟାଯାଉ’

ଭୁବନେଶ୍ୱର,୩୧ା୩(ଅନିଲ ଦାସ): ନିର୍ବାଚନ ଆଚରଣବିଧି ଉଲ୍ଲଂଘନ କରି ରାଜ୍ୟରେ ଚାଲୁଥିବା ଲକ୍ଷ୍ମୀ ବସ୍‌ରେ ବିଜୁ ଜନତା ଦଳ ଦଳୀୟ ଚିହ୍ନ ବ୍ୟବହାର କରୁଛି । ଭାଜପା ପ୍ରତିନିଧିମଣ୍ଡଳୀ ରାଜ୍ୟ ନିର୍ବାଚନ ଅଧିକାରୀଙ୍କ ଦୃଷ୍ଟି ଆକର୍ଷଣ କରିବା ସହ ତୁରନ୍ତ ଲକ୍ଷ୍ମୀ ବସ୍‌ରୁ ଦଳୀୟ ଚିହ୍ନ ହଟାଇବା ପାଇଁ ଦାବି ଜଣାଇଛିି। ଏ ନେଇ ଶନିବାର ଭାଜପାର ଏକ ପ୍ରତିନିଧିମଣ୍ଡଳୀ ରାଜ୍ୟ ନିର୍ବାଚନ ଅଧିକାରୀ(ସିଇଓ)ଙ୍କ ନିକଟରେ ଫେରାଦ ହୋଇଛି।

ନିର୍ବାଚନ ଆଚରଣବିଧି ଲାଗୁ ହୋଇସାରିଥିବା ବେଳେ ଅବାଧ, ନିରପେକ୍ଷ ନିର୍ବାଚନକୁ ବେଖାତିର କରି ଶାସକ ବିଜେଡି ଆଦର୍ଶ ଆଚରଣବିଧି ଉଲ୍ଲଂଘନ କରୁଛି। ଜନସାଧାରଣଙ୍କ ସୁରକ୍ଷା ଏବଂ ନିର୍ବାଚନୀ ହିଂସା ସମୟରେ ପୋଲିସ କର୍ମଚାରୀ ଅଭାବ ଦର୍ଶାଉଥିବା ଗୃହ ବିଭାଗ ସାଧାରଣ ଲୋକଙ୍କ ଅର୍ଥରେ ରାଜ୍ୟ ରାଜକୋଷରୁ ଏତେ ଅର୍ଥ ବରବାଦ କରୁଛନ୍ତି କିପରି। ଏ ସମସ୍ତ ବିଷୟ ସମ୍ପର୍କରେ ରାଜ୍ୟ ନିର୍ବାଚନ ଅଧିକାରୀଙ୍କ ନୀରବତା ପାଇଁ ରାଜ୍ୟରେ ଅବାଧ ଓ ନିରପେକ୍ଷ ନିର୍ବାଚନ ହେବାରେ ପ୍ରଶ୍ନବାଚୀ ସୃଷ୍ଟି କରୁଛି ବୋଲି ଭାଜପା ଅଭିଯୋଗ କରିଛି। ଏହି ପ୍ରତିନିଧିମଣ୍ଡଳୀରେ ରାଜ୍ୟ ମୁଖପାତ୍ର ରାଜେନ୍ଦ୍ର ପଣ୍ଡା, ସୋନାଲୀ ସାହୁ ଓ ରାଜ୍ୟ ନିର୍ବାଚନ ସେଲ୍‌ ସଂଯୋଜକ ଜୟନ୍ତ ଜେନା ପ୍ରମୁଖ ଉପସ୍ଥିତ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

୨ ଡିଗ୍ରୀ ତଳେ ଶିମିଳିପାଳ: ବନ୍ୟପ୍ରାଣୀଙ୍କ ଉପରେ ପ୍ରଭାବ

ବାରିପଦା,୬ା୧୨(ନୀଳାଦ୍ରି ବିହାରୀ ଦଣ୍ଡପାଟ): ମୟୂରଭଞ୍ଜ ଜିଲାରେ ଶୀତର ଲହରୀ ବୃଦ୍ଧି ପାଉଛି। ଶିମିଳିପାଳରେ ପାରଦ ୨ ଡିଗ୍ରୀ ତଳକୁ ଖସିଆସିଛି। ତାପମାତ୍ରା ହ୍ରାସ ପାଇଥିବାରୁ ବନ୍ୟପ୍ରାଣୀଙ୍କ...

ପୁଣି ଜନନୀ ଯନ୍ତ୍ରଣା: ରାସ୍ତା ନ ଥିବାରୁ ଗାଁକୁ ଗଲାନି ଆମ୍ବୁଲାନ୍ସ, ଶେଷରେ…

ମୋହନା,୬ା୧୨(ମନ୍ମଥ ମିଶ୍ର): ଗଜପତି ଜିଲା ମୋହନା ବ୍ଲକର ଢେପାଗୁଡ଼ା ପଞ୍ଚାୟତରେ ଜନନୀ ଯନ୍ତ୍ରଣା ଥମିବାରେ ନାଁ ଧରୁନି । ରାସ୍ତା ନ ଥିବାରୁ କେଉଁଠି ଭାର...

ଦୁଇ ପୁଅ ଭାଜପାରେ ମିଶିବା ପରେ ପ୍ରତିକ୍ରିୟା ରଖିଲେ ପ୍ରଫୁଲ୍ଲ, କହିଲେ ରାଜନୀତିରେ..

ଭୁବନେଶ୍ୱର,୬।୧୨: ଦୁଇ ପୁଅ ଏବଂ ଭଉଣୀ ଭାଜପାରେ ମିଶିବା ପରେ ବିଜେଡି ନେତା ପ୍ରଫୁଲ୍ଲ ସାମଲ ପ୍ରଥମ ଥର ପାଇଁ ପ୍ରତିକ୍ରିୟା ରଖିଛନ୍ତି। ପ୍ରଫୁଲ୍ଲ ପ୍ରତିକ୍ରିୟାରେ...

ଗୋଟିଏ ଜୁଇରେ ଜଳିଲା ସ୍ବାମୀ-ସ୍ତ୍ରୀଙ୍କ ମୃତଦେହ, କାନ୍ଦ ବୋବାଳିରେ ଫାଟୁଛି ଗାଁ

ଦିଗପହଣ୍ଡି,୬ା୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି-ବ୍ରହ୍ମପୁର ୧୭ ନଂ ରାଜ୍ୟ ରାଜପଥର ଗଣିଆନାଳ ଛକ ମା ’ କୁରେଇଶୁଣି ମନ୍ଦିର ନିକଟରେ ଶୁକ୍ରବାର ଏକ...

ବାରବାଟୀ ମ୍ୟାଚ୍‌ ପାଇଁ ଗଡ଼ିବ ସ୍ବତନ୍ତ୍ର ବସ୍‌, ଭଡ଼ା ରହିଛି…

କଟକ,୬ା୧୨: ଆସନ୍ତା ୯ ତାରିଖରେ ବାରବାଟୀରେ ହେବ ଦମ୍‌ଦାର ଲଢ଼େଇ। ଭାରତ ସହ ଦକ୍ଷିଣ ଆଫ୍ରିକା ମଇଦାନକୁ ଓହ୍ଲାଇବ। ତେବେ ଏହି ମ୍ୟାଚ୍‌ ଦେଖିବା ପାଇଁ...

ଲାଞ୍ଚ ନେବାବେଳେ ଏଡିଇଓଙ୍କୁ ରେଡ୍‌ ହ୍ୟାଣ୍ଡରେ ଧରିଲା ଭିଜିଲାନ୍ସ, ପାଖରୁ ମିଳିଲା…

ବାରିପଦା,୬ା୧୨(ନୀଳାଦ୍ରି ବିହାରୀ ଦଣ୍ଡପାଟ): ମୟୂରଭଞ୍ଜ ଜିଲା ବଡ଼ସାହି ବ୍ଲକ୍‌ ଅଧୀନ ତାଳପଦା ପଞ୍ଚାୟତ ଆକାଉଣ୍ଟାଣ୍ଟ କମ୍‌ ଡାଟା ଏଣ୍ଟ୍ରି ଅପରେଟର(ଏଡିଇଓ) ଲାଞ୍ଚ ନେଇ ଭିଜିଲାନ୍ସ ହାତରେ...

ବଂଶଧାରା ନଦୀ ଉପରେ ନିର୍ମାଣ ହେବ ପୋଲ: ଆନ୍ଧ୍ର -ଓଡିଶା ମଧ୍ୟରେ ବାଣିଜ୍ୟ ସଂପର୍କକ….

ପାରଳାଖେମୁଣ୍ଡି,୬ା୧୨(ଗିରିଧାରୀ ପରିଚ୍ଛା): ବଂଶଧାରା ନଦୀ ଉପରେ ନିର୍ମାଣ ହେବ ପୋଲ। ଗୁପ୍ତ ବୃନ୍ଦାବନ ରୂପେ ପରିଚିତ ଲିହୁରି ଗୋପୀନାଥ ମନ୍ଦିରକୁ ଯାତାୟାତ କରିବା ଏଣିକି ଓଡିଶାବାସୀଙ୍କ...

ପ୍ରେମିକାଙ୍କ ପାଇଁ ଗଳା କାଟିଦେଲେ ପ୍ରେମିକ, ଆଉ ତା’ ପରେ…

ଜି.ଉଦୟଗିରି,୬ା୧୨(ଚିନ୍ମୟ କୁମାର ସେଠୀ): କଳିଙ୍ଗା ପଞ୍ଚାୟତର ଡୁଗୁଡ଼ିପାରୀ ଗ୍ରାମରେ ଶନିବାର ସକାଳେ ଜଣେ ଯୁବକ ଆତ୍ମହତ୍ୟା ଉଦ୍ୟମ କରିଥିବା ଦେଖିବାକୁ ମିଳିଛି। ପ୍ରେମିକାଙ୍କ ନିଜ ଘରକୁ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri