Posted inଜାତୀୟ

ଏହା ‘କଳି ଯୁଗର ଅମୃତ କାଳ’, ବିନା ଯାଞ୍ଚରେ ଲୋକଙ୍କୁ ପଠାଯାଉଛି ଜେଲ: ମେହେବୁବା ମୁଫତି

ନୂଆଦିଲ୍ଲୀ,୩୧।୩: ଆଜି ଅର୍ଥାତ୍‌ ରବିବାର, ବିରୋଧୀ ଦଳ ଦିଲ୍ଲୀର ରାମଲିଲା ମଇଦାନରେ ଏକ ବଡ଼ ଶକ୍ତି ପ୍ରଦର୍ଶନ କରିଥିଲେ। ଏହି ମେଗା ରାଲିରେ କଂଗ୍ରେସ, ଏଏପି, ଏସପି, ଏନସିପି ସମେତ ୨୮ ଟି ଦଳର ନେତା ଅଂଶଗ୍ରହଣ କରିଥିଲେ। ଏଥିରେ ପିଡିପି ମୁଖ୍ୟ ମେହବୁବା ମୁଫତି ରାମଲିଲା ମଇଦାନରୁ ଦିଲ୍ଲୀ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜରିୱାଲଙ୍କୁ ଗିରଫ କରିବା ନେଇ କେନ୍ଦ୍ରର ମୋଦି ସରକାରଙ୍କୁ ଟାର୍ଗେଟ କରିଛନ୍ତି।

ଏହି ମେଗା ରାଲିରେ ଯୋଗ ଦେଇ ମୁଫତି କହିଛନ୍ତି, ‘ଆଜି ଦେଶ କଠିନ ସମୟ ଦେଇ ଗତି କରୁଛି। କୌଣସି ତଦନ୍ତ ବିନା ଲୋକଙ୍କୁ ଜେଲରେ ରଖାଯାଉଛି। ଏହା ହେଉଛି ‘କଳିଗୁଗର ଅମୃତ କାଳ’। ମୁଁ ଓମାର ଖାଲିଦ କିମ୍ବା ମହମ୍ମଦ ଜୁବୈରଙ୍କ ବିଷୟରେ କହୁ ନାହିଁ। ମୁଁ ଆପଣଙ୍କର ନିର୍ବାଚିତ ପ୍ରତିନିଧୀଙ୍କ ବିଷୟରେ କହୁଛି। ଏହା ମୋ ପାଇଁ ଆଶ୍ଚର୍ଯ୍ୟଜନକ ନୁହେଁ। ମୁଁ, ଫାରୁକ ଅବଦୁଲ୍ଲା ଏବଂ ଓମାର ଅବଦୁଲ୍ଲା, ତିନିଜଣ ପୂର୍ବତନ ମୁଖ୍ୟମନ୍ତ୍ରୀଙ୍କୁ ଗୃହ ବନ୍ଦି ରଖାଯାଇଛି। ଯିଏ ଆଇନ ଉଲ୍ଲଂଘନ କରେ ସେ ଜଣେ ଦେଶଦ୍ରୋହୀ। ’
ସୂଚନାଯୋଗ୍ୟ, ରବିବାର ଦିଲ୍ଲୀର ଲିକର ନୀତି ମାମଲାରେ ଦିଲ୍ଲୀ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜରିୱାଲଙ୍କ ଗିରଫଦାରୀକୁ ବିରୋଧ କରି ସମସ୍ତ ବଡ ବିରୋଧୀଦଳର ନେତା ରାମଲିଲା ମଇଦାନରେ ଏକତ୍ରିତ ହୋଇଥିଲେ।
ଏଥି ସହ ଜମ୍ମୁ କଶ୍ମୀରର ପୂର୍ବତନ ମୁଖ୍ୟମନ୍ତ୍ରୀତଥା ଜାତୀୟ ସମ୍ମିଳନୀ ନେତା ଫାରୁକ ଅବଦୁଲ୍ଲା ଲୋକ ସଭା ନିର୍ବାଚନରେ ଇଣ୍ଡିଆ ଆଲାଇନ୍ସର ଦଳକୁ ଭୋଟ ଦେବାକୁ ଜନସାଧାରଣଙ୍କୁ ନିବେଦନ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଭାଜପା ସରକାରର ବିଫଳତାକୁ ନେଇ ଗାଁକୁ ଯିବ ବିଜେଡି

ଭବାନୀପାଟଣା: ୨୬ା୧୨(ଉତ୍ତମ କୁମାର ଦାଶ):୨୮ ବର୍ଷ ଅତିକ୍ରମ କରି ୨୯ ବର୍ଷରେ ପାଦ ଦେଇଛି ବିଜୁ ଜନତା ଦଳ। ଏହି ଅବସରରେ ଶୁକ୍ରବାର କଳାହାଣ୍ଡି ଜିଲା...

ଅଚାନକ ଦିଲ୍ଲୀ ଟିମ୍‌ ଛାଡ଼ି ଘରକୁ ଫେରିଗଲେ କୋହଲି, କାରଣ ଜାଣିଲେ…

ବେଙ୍ଗାଲୁରୁ,୨୬।୧୨: ଭାରତୀୟ କ୍ରିକେଟର ଷ୍ଟାର ଖେଳାଳି ବିରାଟ କୋହଲି ବିଜୟ ହଜାରେ ଟ୍ରଫି ୨୦୨୫-୨୬ରେ ଦିଲ୍ଲୀ ପାଇଁ ଜବରଦସ୍ତ ପ୍ରଦର୍ଶନ କରିଥିଲେ। କିନ୍ତୁ ଏବେ ସେ...

୨ ମହିଳାଙ୍କ ସମେତ ୬ ଦାଦନ ଶ୍ରମିକ ଉଦ୍ଧାର

ନୂଆପଡ଼ା/କୋମନା,୨୬ା୧୨(ମକାରୁ ବେମାଲ/ମହେଶ ବାଗ): ନୂଆପଡ଼ା ଜିଲା କୋମନା ଅଞ୍ଚଳରେ ଦାଦନ ଦଲାଲ ସକ୍ରିୟ ରହିଛନ୍ତି। ପ୍ରତିଦିନ ଜିଲାରୁ ଶତାଧିକ ଶ୍ରମିକ ଚାଲାଣ ହେଉଥିବା ଅଭିଯୋଗ ହୋଇଆସୁଛି।...

ଭାଜପା ପକ୍ଷରୁ ବନବିହାର କାର୍ଯ୍ୟକ୍ରମ: ସାମୂହିକ ବନ୍ଦେ ମାତରମ ଗାନ

କେସିଙ୍ଗା,୨୬ା୧୨ (ତୁମେଶ୍ୱର ସାହୁ)- କଳାହାଣ୍ଡି ଜିଲା କେସିଙ୍ଗା ଭାଜପା ନଗର ମଣ୍ଡଳ କମିଟି ପକ୍ଷରୁ ଶୁକ୍ରବାର ତହସିର ଚେକ୍‌ଡ୍ୟାମ ପରିସରରେ ବନବିହାର କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଛି।...

ନିଖୋଜ ରାତ୍ର ଜଗୁଆଳିଙ୍କ ମୃତଦେହ ଜବତ : ହତ୍ୟା ଅଭିଯୋଗ କଲେ ପରିବାର ଲୋକେ

ଥୁଆମୂଳ ରାମପୁର,୨୬ା୧୨(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ କର୍ଲାପାଟ ଥାନା ଅଧୀନ ଗୁଣୁପୁର ସାଇସୁରୁଣି ଛକ ନିକଟ ପୋଲ ତଳୁ ଶୁକ୍ରବାର ନିଖୋଜ...

ସମସ୍ତଙ୍କ ଆଗରେ ଭୋ ଭୋ ହୋଇ କାନ୍ଦିଲେ ରୋହିତ, କାରଣ ଜାଣିଲେ…Video

ମୁମ୍ବାଇ,୨୬।୧୨: ଭାରତୀୟ କ୍ରିକେଟ ଦଳର ପୂର୍ବତନ ଅଧିନାୟକ ତଥା ଓପନର ବ୍ୟାଟ୍ସମ୍ୟାନ ରୋହିତ ଶର୍ମାଙ୍କ ଏକ ଭାବୁକ ଭିଡିଓ ସୋସିଆଲ ମିଡିଆରେ ଭାଇରାଲ ହେଉଛି। ଏହି...

ଖୋଲିଲା ମା’ ବାଙ୍କେଶ୍ବରୀଙ୍କ ଦାନହୁଣ୍ଡି: ମିଳିଲା ୧୧ ଲକ୍ଷ ୯୩ ହଜାର

ଦିଗପହଣ୍ଡି,୨୬।୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ବି. ତୁରୁବୁଡିି ପଞ୍ଚାୟତ କେରାଣ୍ଡିମାଳ ପର୍ବତ ଶିଖରରେ ପୂଜା ପାଉଥିବା ସମଗ୍ର ଦକ୍ଷିଣ ଓଡ଼ିଶାର ପ୍ରମୁଖ...

କଳାହାଣ୍ଡିର ଯୁବତୀଙ୍କୁ ତେଲେଙ୍ଗାନାରେ ହତ୍ୟା, ନଦୀବ୍ରିଜ ତଳୁ ମୃତଦେହ…

ଭବାନୀପାଟଣା,୨୬।୧୨(ଉତ୍ତମ କୁମାର ଦାଶ)-କଳାହାଣ୍ଡି ର ଯୁବତୀ ଙ୍କୁ ତେଲେଙ୍ଗାନା ରେ ହତ୍ୟା ଭଳି ଏକ ଦୁଃଖଦ ଘଟଣା ସାମ୍ନାକୁ ଆସିଛି। ଗତ ୩ ମାସ ତଳେ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri