Posted inଜାତୀୟ

ଜେରା ବେଳେ ୨ ନେତାଙ୍କ ନାଁ କହିଛନ୍ତି କେଜ୍‌ରିଓ୍ବାଲ

ନୂଆଦିଲ୍ଲୀ,୧ା୪: ଅବକାରୀ ନୀତି ଦୁର୍ନୀତି ମାମଲାର ମନିଲଣ୍ଡରିଂ ଦିଗ ଉପରେ ଜେରା ବେଳେ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜ୍‌ରିଓ୍ବାଲ ପ୍ରବର୍ତ୍ତନ ନିର୍ଦ୍ଦେଶାଳୟ (ଇଡି) ଅଧିକାରୀମାନଙ୍କୁ ଆମ୍‌ ଆଦ୍‌ମୀ ପାର୍ଟିର ୨ ଜଣ ନେତାଙ୍କ ନାଁ କହିଛନ୍ତି। ସେମାନେ ହେଲେ ଆତିଶୀ ମାର୍ଲେନା ଏବଂ ସୌରଭ ଭରଦ୍ୱାଜ। ଅବକାରୀ ଦୁର୍ନୀତି ମାମଲାରେ ସହଅଭିଯୁକ୍ତ ଥିବା ବିଜୟ ନାୟାରଙ୍କ ସହ କିପରି ଯୋଗାଯୋଗ ଥିଲା ବୋଲି ଇଡି ଅଧିକାରୀମାନେ ପ୍ରଶ୍ନ କରିବାରୁ କେଜ୍‌ରିଓ୍ବାଲ କହିଥିଲେ, ନାୟାର ତାଙ୍କୁ ନୁହେଁ, ବରଂ ଆତିଶୀ ଏବଂ ସୌରଭଙ୍କୁ ରିପୋର୍ଟ କରୁଥିଲେ। ନାୟାରଙ୍କ ସହ ତାଙ୍କର କଥାବାର୍ତ୍ତା ସୀମିତ ଥିଲା ବୋଲି ଦିଲ୍ଲୀ ମୁଖ୍ୟମନ୍ତ୍ରୀ କହିଛନ୍ତି।

ତେବେ କେଜ୍‌ରିଓ୍ବାଲ ତାଙ୍କ ଦଳୀୟ ସଦସ୍ୟମାନଙ୍କ ସମ୍ପର୍କରେ ଭୁଲ ତଥ୍ୟ ଦେଉଥିବା ଇଡି ଅଭିଯୋଗ କରିଛି। ସେ ପ୍ରଥମେ କହିଥିଲେ ଏନ୍‌.ଡି. ଗୁପ୍ତା ଦଳର ଜଣେ ସକ୍ରିୟ ସଦସ୍ୟ ଏବଂ ରାଜନୈତିକ ବ୍ୟାପାର କମିଟିର ସଦସ୍ୟ ଅଛନ୍ତି। ସେ ଦଳର କାର୍ଯ୍ୟକ୍ରମ ସମ୍ପର୍କରେ ଜାଣନ୍ତି। ତେବେ ଗୁପ୍ତାଙ୍କ ବୟାନ ସହ ତାଙ୍କୁ ମୁହାଁମୁହିଁ କରାଇବାରୁ ଦଳର ଜାତୀୟ ଆବାହକ ଏଭଳି ନିଷ୍ପତ୍ତି ନିଅନ୍ତି ବୋଲି କହିଥିଲେ। କେଜ୍‌ରିଓ୍ବାଲଙ୍କୁ ଦଳର ଜାତୀୟ କୋଷାଧ୍ୟକ୍ଷ କୁହାଯିବା ଦ୍ୱନ୍ଦ୍ୱରେ ପକାଇଥିବା ଇଡି କହିଛି।

 


Enter your email to get our daily news in your inbox.

All Right Reserved By Dharitri.Com

ଯୋଡ଼ାରେ ବାୟୁ ପ୍ରଦୂଷଣ ଗମ୍ଭୀର ସ୍ଥିତିରେ

ଯୋଡ଼ା,୬ା୧୨(ମାନସ ମହାନ୍ତି): କେନ୍ଦୁଝର ଜିଲା ଯୋଡ଼ା ଅଞ୍ଚଳରେ ବାୟୁ ପ୍ରଦୂଷଣର ଗମ୍ଭୀର ସ୍ଥିତିରେ ରହିଛି। ଯୋଡ଼ା, ଆଖପାଖ ଅଞ୍ଚଳରେ ସବୁଜିମା, ବନାଞ୍ଚଳ ଥାଇ ମଧ୍ୟ ବାୟୁ...

୨ ଡିଗ୍ରୀ ତଳେ ଶିମିଳିପାଳ: ବନ୍ୟପ୍ରାଣୀଙ୍କ ଉପରେ ପ୍ରଭାବ

ବାରିପଦା,୬ା୧୨(ନୀଳାଦ୍ରି ବିହାରୀ ଦଣ୍ଡପାଟ): ମୟୂରଭଞ୍ଜ ଜିଲାରେ ଶୀତର ଲହରୀ ବୃଦ୍ଧି ପାଉଛି। ଶିମିଳିପାଳରେ ପାରଦ ୨ ଡିଗ୍ରୀ ତଳକୁ ଖସିଆସିଛି। ତାପମାତ୍ରା ହ୍ରାସ ପାଇଥିବାରୁ ବନ୍ୟପ୍ରାଣୀଙ୍କ...

ଭୁବନେଶ୍ୱରରେ ପହଞ୍ଚିଲେ ହାର୍ଦ୍ଦିକ ପାଣ୍ଡ୍ୟା

ଭୁବନେଶ୍ୱର,୬ା୧୨: ଆସନ୍ତା ୯ ତାରିଖରେ କଟକର ବାରବାଟୀ ଷ୍ଟାଡିୟମରେ ଭାରତ ଓ ଦକ୍ଷିଣ ଆଫ୍ରିକା ମଧ୍ୟରେ ପ୍ରଥମ ଟି୨୦ ମ୍ୟାଚ୍‌ ଖେଳାଯିବ। ଏନେଇ ଦୁଇ ଦଳର...

ଭାରତକୁ ୪୦,୦୦୦ ଏଲ୍‌ଏମ୍‌ଜି ଯୋଗାଇବ ଇସ୍ରାଏଲୀ କମ୍ପାନୀ

ଜେରୁଜେଲମ୍‌ ,୬ା୧୨: ଇସ୍ରାଏଲ୍‌ର ଏକ ପ୍ରମୁଖ ପ୍ରତିରକ୍ଷା କମ୍ପାନୀ ଭାରତକୁ ପ୍ରଥମ ପର୍ଯ୍ୟାୟରେ ୪୦ ହଜାର ହାଲୁକା ମେଶିନ୍‌ ଗନ୍‌ (ଏଲ୍‌ଏମ୍‌ଜି) ଯୋଗାଇବାକୁ ଯାଉଛି। ଆସନ୍ତାବର୍ଷ...

ଏୟାରବସ୍‌ ଏ-୩୨୦ରେ ଗୁଣବତ୍ତା ସମସ୍ୟା, ବିମାନ ଡେଲିଭରିରେ ବିଳମ୍ବ

ପ୍ୟାରିସ୍‌,୬ା୧୨: ଏୟାର ବସ୍‌ ଏ-୩୨୦ ବିମାନଗୁଡ଼ିକରେ ସଫ୍ଟଓ୍ବେର ସମସ୍ୟା ଦେଖାଦେବା ପରେ ଗତ ମାସରେ କମ୍ପାନୀ ସେଗୁଡ଼ିକର ସମାଧାନ କରିଥିଲା। ସଫ୍ଟଓ୍ବେର ଅପ୍‌ଡେଟ୍‌ ପାଇଁ ଅନେକ...

ପୁଣି ଜନନୀ ଯନ୍ତ୍ରଣା: ରାସ୍ତା ନ ଥିବାରୁ ଗାଁକୁ ଗଲାନି ଆମ୍ବୁଲାନ୍ସ, ଶେଷରେ…

ମୋହନା,୬ା୧୨(ମନ୍ମଥ ମିଶ୍ର): ଗଜପତି ଜିଲା ମୋହନା ବ୍ଲକର ଢେପାଗୁଡ଼ା ପଞ୍ଚାୟତରେ ଜନନୀ ଯନ୍ତ୍ରଣା ଥମିବାରେ ନାଁ ଧରୁନି । ରାସ୍ତା ନ ଥିବାରୁ କେଉଁଠି ଭାର...

ଦୁଇ ପୁଅ ଭାଜପାରେ ମିଶିବା ପରେ ପ୍ରତିକ୍ରିୟା ରଖିଲେ ପ୍ରଫୁଲ୍ଲ, କହିଲେ ରାଜନୀତିରେ..

ଭୁବନେଶ୍ୱର,୬।୧୨: ଦୁଇ ପୁଅ ଏବଂ ଭଉଣୀ ଭାଜପାରେ ମିଶିବା ପରେ ବିଜେଡି ନେତା ପ୍ରଫୁଲ୍ଲ ସାମଲ ପ୍ରଥମ ଥର ପାଇଁ ପ୍ରତିକ୍ରିୟା ରଖିଛନ୍ତି। ପ୍ରଫୁଲ୍ଲ ପ୍ରତିକ୍ରିୟାରେ...

ଗୋଟିଏ ଜୁଇରେ ଜଳିଲା ସ୍ବାମୀ-ସ୍ତ୍ରୀଙ୍କ ମୃତଦେହ, କାନ୍ଦ ବୋବାଳିରେ ଫାଟୁଛି ଗାଁ

ଦିଗପହଣ୍ଡି,୬ା୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି-ବ୍ରହ୍ମପୁର ୧୭ ନଂ ରାଜ୍ୟ ରାଜପଥର ଗଣିଆନାଳ ଛକ ମା ’ କୁରେଇଶୁଣି ମନ୍ଦିର ନିକଟରେ ଶୁକ୍ରବାର ଏକ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri