ଏପ୍ରିଲରୁ ଜୁନ୍‌ ଅସହ୍ୟ ତାତି: ଅଧିକ ଦିନ ରହିବ ଗ୍ରୀଷ୍ମ ଲହର

ନୂଆଦିଲ୍ଲୀ,୨/୪(ପି.ଟି.):ଲୋକ ସଭା ନିର୍ବାଚନ ଏପ୍ରିଲ ୧୯ରୁ ଜୁନ୍‌ ୧ ଯାଏ ୭ ପର୍ଯ୍ୟାୟରେ ଅନୁଷ୍ଠିତ ହେବାକୁ ଯାଉଥିବାବେଳେ ଏପ୍ରିଲରୁ ଜୁନ୍‌ ପ୍ରଚଣ୍ଡ ଗ୍ରୀଷ୍ମ ଅନୁଭୂତ ହେବ ବୋଲି ଭାରତୀୟ ପାଣିପାଗ ବିଭାଗ (ଆଇଏମ୍‌ଡି) ସୋମବାର ସତର୍କ କରାଇଛି। ଆଇଏମ୍‌ଡି ମହାନିର୍ଦ୍ଦେଶକ ମୃତ୍ୟୁଞ୍ଜୟ ମହାପାତ୍ରଙ୍କ ସୂଚନା ଅନୁଯାୟୀ ଏପ୍ରିଲରୁ ଜୁନ୍‌ ଦେଶର ଅଧିକାଂଶ ଭାଗରେ ସର୍ବାଧିକ ତାପମାତ୍ରା ସ୍ବାଭାବିକଠାରୁ ଅଧିକ ରହିବ। ବିଶେଷକରି କେନ୍ଦ୍ରୀୟ ଏବଂ ପଶ୍ଚିମ ଉପଦ୍ୱୀପ ଅଞ୍ଚଳରେ ଅତ୍ୟଧିକ ଗ୍ରୀଷ୍ମ ପ୍ରଭାବ ରହିବ। ଅନ୍ୟପକ୍ଷରେ ପଶ୍ଚିମ ହିମାଳୟ ଅଞ୍ଚଳ, ଉତ୍ତରପୂର୍ବାଞ୍ଚଳ ରାଜ୍ୟ ଏବଂ ଉତ୍ତର ଓଡ଼ିଶାରେ ସର୍ବାଧିକ ତାପମାତ୍ରା ସ୍ବାଭାବିକ କିମ୍ବା ଏହାଠାରୁ କମ୍‌ ରହିପାରେ ବୋଲି ଆଇଏମ୍‌ଡି ଡିଜି କହିଛନ୍ତି।
ଏହି ସମୟ ମଧ୍ୟରେ ସ୍ବାଭାବିକଠାରୁ ଅଧିକ ଗ୍ରୀଷ୍ମଲହର ସମତଳ ଭୂମିର ଅଧିକାଂଶ ଅଞ୍ଚଳରେ ଅଧିକ ଦିନ ଧରି ଅନୁଭୂତ ହେବ। ସ୍ବାଭାବିକ ଭାବେ ଗ୍ରୀଷ୍ମଲହର ଦିନ ସଂଖ୍ୟା ୪ରୁ ୮ ଦିନ ହୋଇଥିବାବେଳେ ଏଥର ବିଭିନ୍ନ ସ୍ଥାନରେ ୧୦ରୁ ୨୦ ଦିନ ରହିବ ବୋଲି ପାଣିପାଗ ବିଭାଗ କହିଛି। ଓଡ଼ିଶା ସମେତ ଗୁଜରାଟ, କେନ୍ଦ୍ରୀୟ ମହାରାଷ୍ଟ୍ର, ଉତ୍ତର କର୍ନାଟକ, ରାଜସ୍ଥାନ, ମଧ୍ୟପ୍ରଦେଶ, ଉତ୍ତର ଛତିଶଗଡ଼ ଏବଂ ଆନ୍ଧ୍ରପ୍ରଦେଶରେ ଗ୍ରୀଷ୍ମଲହର ପ୍ରଭାବ ଅଧିକ ହେବ। ଏପ୍ରିଲରେ ଦେଶର ଅଧିକାଂଶ ଭାଗରେ ସର୍ବାଧିକ ତାପମାତ୍ରା ସ୍ବାଭାବିକଠାରୁ ଅଧିକ ରହିବ। ବିଶେଷ କରି କେନ୍ଦ୍ରୀୟ ଦକ୍ଷିଣ ଭାରତରେ ଏହା ଅଧିକ ଅନୁଭୂତ ହେବ। ସେହିପରି ଏପ୍ରିଲରେ ସ୍ବାଭାବିକରୁ କମ୍‌ ସର୍ବାଧିକ ତାପମାତ୍ରା ହିମାଳୟର ପଶ୍ଚିମାଞ୍ଚଳ ଏବଂ ଉତ୍ତରପୂର୍ବାଞ୍ଚଳ ରାଜ୍ୟରେ ଅନୁଭୂତ ହେବ ବୋଲି ପାଣିପାଗ ବିଭାଗ ପୂର୍ବାନୁମାନ କରିଛି। ଦୀର୍ଘ ଗ୍ରୀଷ୍ମ ଲହରଜନିତ ସ୍ଥିତିର ମୁକାବିଲା କରିବା ପାଇଁ ୨୩ଟି ରାଜ୍ୟ କାର୍ଯ୍ୟଯୋଜନା ପ୍ରସ୍ତୁତ କରିଛନ୍ତି। ଗରିବ ଲୋକମାନେ ଗ୍ରୀଷ୍ମଲହର ଦ୍ୱାରା ସର୍ବାଧିକ ପ୍ରଭାବିତ ହେବେ। ବୃଦ୍ଧ ବ୍ୟକ୍ତି, ଛୋଟ ପିଲା ଏବଂ ଖରାପ ସ୍ବାସ୍ଥ୍ୟାବସ୍ଥାରେ ଥିବା ଲୋକଙ୍କ ପାଇଁ ଅଧିକ ବିପଦ ରହିଛି। ଏଥିପାଇଁ ସରକାରଙ୍କୁ ଅଧିକ ସକ୍ରିୟ ଭାବେ ପଦକ୍ଷେପ ନେବାକୁ ହେବ ବୋଲି ଆଇଏମ୍‌ଡି କହିଛି।


Enter your email to get our daily news in your inbox.

All Right Reserved By Dharitri.Com

ଚାକିରି ସଙ୍କଟ: ୧୮୭ ହୋମଗାର୍ଡ ପଦବୀ ପାଇଁ ୮,୦୦୦ ଆଶାୟୀ; ସମ୍ବଲପୁର ଏୟାରଷ୍ଟ୍ରିପ୍ ପାଲଟିଲା ପରୀକ୍ଷା କେନ୍ଦ୍ର

ସମ୍ବଲପୁର,୧୭ା୧୨: ଓଡ଼ିଶାରେ ବ୍ୟାପକ ଚାକିରି ସଙ୍କଟର ଏକ ସ୍ପଷ୍ଟ ଚିତ୍ର ବୁଧବାର ସକାଳେ ସମ୍ବଲପୁରର ଜମାଦରପାଲି ଏୟାରଷ୍ଟ୍ରିପରେ ଦେଖିବାକୁ ମିଳିଛି। ମାତ୍ର ୧୮୭ଟି ହୋମଗାର୍ଡ ପଦବୀ...

ରାୟଗଡ଼ା ରାଜନୀତି ସରଗରମ: କଂଗ୍ରେସ-ଭାଜପା ମଧ୍ୟରେ ବିବାଦ,ବିରୋଧ କଲେ…

ରାୟଗଡ଼ା,୧୭।୧୨(ଆଶିଷ ରଞ୍ଜନ ପଣ୍ଡା): ରାୟଗଡ଼ା ସହରର ଗଜପତି ଛକ ନିକଟରେ ପୂର୍ବତନ ମନ୍ତ୍ରୀ ସ୍ବର୍ଗତ ରାମଚନ୍ଦ୍ର ଉଲାକାଙ୍କ ପ୍ରତିମୂର୍ତ୍ତି ନିର୍ମାଣ କାର୍ଯ୍ୟ ଚାଲିଥିବା ବେଳେ ମଙ୍ଗଳବାର...

‘ବରଗଡ଼ ଜିଲା ମୁଖ୍ୟ ହସ୍ପିଟାଲରେ ମେଡିକାଲ କଲେଜ ପ୍ରତିଷ୍ଠା ହେଉ’

ବରଗଡ଼,୧୭।୧୨(ପ୍ରେମାନନ୍ଦ ଖମାରୀ)- ବରଗଡ଼ ଜିଲା ମୁଖ୍ୟ ହସ୍ପିଟାଲକୁ ଏକ ସୁପର ସ୍ପେଶାଲିଟି ହସ୍ପିଟାଲରେ ପରିଣତ କରି ସହିତ ଜିଲା ହସ୍ପିଟାଲ ପରିସରରେ ୧୦୦ ଏମବିବିଏସ ସିଟ୍...

କିସ୍‌ ଛାତ୍ର ମୃତ୍ଯୁ ଘଟଣାକୁ ନେଇ ଉଦ୍‌ବେଗ ପ୍ରକାଶ କଲେ ବଳଭଦ୍ର ମାଝୀ, କହିଲେ ଶିକ୍ଷାନୁଷ୍ଠାନ ଉପରେ…

ଭୁବନେଶ୍ୱର,୧୭ା୧୨:  କିସ୍ ଛାତ୍ର ମୃତ୍ୟୁ ମାମଲାରେ ଗୋଟିଏ ପରେ ଗୋଟିଏ ସତ ସାମ୍ନାକୁ ଆସିବାରେ ଲାଗିଛି । କିସ୍‌ ଛାତ୍ରଙ୍କୁ ହତ୍ୟା  କରାଯାଇଥିବା ନେଇ ପୋଲିସ...

ଶିଆଳ କାମୁଡାରେ ଏକାଧିକ ଗୁରୁତର, ମେଡିକାଲରେ ଭର୍ତ୍ତି

ଧର୍ମଶାଳା,୧୭/୧୨(ଶିବ ପ୍ରସାଦ ମହାନ୍ତି): ଧର୍ମଶାଳା ଥାନା ଅନ୍ତର୍ଗତ ମଙ୍ଗଳପୁର ପଞ୍ଚାୟତରେ ଏକ ଶିଆଳ କାମୁଡାରେ ଏକାଧିକ ଗୁରୁତର ହୋଇଛନ୍ତି । ସମସ୍ତ ଆହତ ଧର୍ମଶାଳା ଗୋଷ୍ଠୀ...

ଶ୍ରୀମନ୍ଦିର ଭିତର ଫଟୋ ଭାଇରାଲ ଘଟଣା, ଆଇନ ମନ୍ତ୍ରୀ କହିଲେ…

ପୁରୀ ୧୭ା୧୨( ଅଜିତ୍ କୁମାର ମହାନ୍ତି ): କିଛି ଦିନର ବ୍ୟବଧାନ ପରେ ପୁଣି ଶ୍ରୀମନ୍ଦିର ଭତିରର ଫୋଟ ସୋସିଆଲ ମିଡିଆରେ ଭାଇରାଲ ହୋଇଛି। ତେବେ...

ଏବେ ବୁନ୍ଧାଏ ପାଣି ପାଇଁ ବି ଡହଳ ବିକଳ ହେବ ପାକିସ୍ତାନ! ଭାରତ ପରେ ଏହି ଦେଶ ନେଲା ବଡ ଆକ୍ସନ

ଇସଲାମାବାଦ,୧୭।୧୨: ପହଲଗାମରେ ଆତଙ୍କବାଦୀ ଆକ୍ରମଣ ପରେ, ଭାରତ ପାକିସ୍ତାନକୁ ସିନ୍ଧୁ ନଦୀ ଜଳ ଯୋଗାଣ ବନ୍ଦ କରିଦେଇଛି, ଯାହା ଫଳରେ ଅନେକ ଅଞ୍ଚଳରେ ମରୁଡ଼ି ଭଳି...

କିସ୍‌ ଛାତ୍ରଙ୍କୁ ହତ୍ୟା, ପ୍ରେସ୍‌ମିଟ୍‌ରେ ସ୍ପଷ୍ଟ କରି ପୋଲିସ କମିଶନର କହିଲେ…

ଭୁବନେଶ୍ୱର,୧୭ା୧୨: କିସ୍‌ ଛାତ୍ରଙ୍କୁ ହତ୍ୟା କରାଯାଇଥିବା ସ୍ପଷ୍ଟ କରିଛନ୍ତି ପୋଲିସ କମିଶନର। ପ୍ରେସମିଟ୍‌ରେ ପୋଲିସ କମିଶନର ଏସ୍‌ ଦେବଦତ୍ତ ସିଂ ଏକଥା ସ୍ପଷ୍ଟ କରିଛନ୍ତି। ‘ଜୋକର...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri