Odisha Elections 2024

୨୦୦୦ ଟଙ୍କିଆ ନୋଟ୍‌କୁ ନେଇ ବଡ଼ ଅପ୍‌ଡେଟ୍‌ ଦେଲା ଆର୍‌ବିଆଇ

ମୁମ୍ବାଇ,୨ା୪:ବ୍ୟାଙ୍କିଙ୍ଗ ବ୍ୟବସ୍ଥାକୁ ପାଖାପାଖି ୯୭.୬୯ ପ୍ରତିଶତ ୨୦୦୦ ଟଙ୍କିଆ ନୋଟ୍‌ ଫେରିଥିବା ଭାରତର ରିଜର୍ଭ ବ୍ୟାଙ୍କ (ଆର୍‌ବିଆଇ) ସୋମବାର କହିଛି। ଲୋକମାନଙ୍କ ପାଖରେ ଏବେ ମଧ୍ୟ ୮,୨୦୨ କୋଟି ଟଙ୍କାର ୨୦୦୦ ଟଙ୍କିଆ ନୋଟ୍‌ ରହିଛି। ଗତବର୍ଷ ମେ’ ୧୯ରେ ଆର୍‌ବିଆଇ ୨୦୦୦ ଟଙ୍କିଆ ନୋଟ୍‌ ପ୍ରତ୍ୟାହାର କରାଗଲା ବୋଲି ଘୋଷଣା କରିଥିଲା। ଉକ୍ତ ଦିନ ବଜାରରେ ୩.୫୬ ଲକ୍ଷ କୋଟି ଟଙ୍କାର ୨୦୦୦ ଟଙ୍କିଆ ନୋଟ୍‌ ସର୍କୁଲେଶନରେ ରହିଥିଲା। ଏହି ନୋଟ୍‌ ବୈଧ ଥିବାରୁ ଲୋକେ ତାହାକୁ ଆର୍‌ବିଆଇର ୧୯ଟି ଅଫିସ୍‌ରେ ଜମା କରିପାରିବେ କିମ୍ବା ବଦଳାଇପାରିବେ। ଏହା ବ୍ୟତୀତ ବ୍ୟାଙ୍କ ଆକାଉଣ୍ଟରେ ଜମା କରିବା ପାଇଁ ସେମାନେ ଏହି ନୋଟ୍‌କୁ ପୋଷ୍ଟ ଅଫିସ ଜରିଆରେ ଆର୍‌ବିଆଇର କୌଣସି ଇସ୍ୟୁ ଅଫିସ୍‌କୁ ପଠାଇପାରିବେ।


Enter your email to get our daily news in your inbox.

All Right Reserved By Dharitri.Com

ନିର୍ବାଚନ ପୂର୍ବରୁ ଜମ୍ମୁ-କଶ୍ମୀରରେ ଦୁଇ ଦୁଇଟି ବଡ଼ ଆତଙ୍କବାଦୀ ଆକ୍ରମଣ

ନୂଆଦିଲ୍ଲୀ,୧୯।୫:ନିର୍ବାଚନ ପୂର୍ବରୁ ଜମ୍ମୁକଶ୍ମୀରରେ ହୋଇଛି ବଡ଼ ଆତଙ୍କବାନୀ ଆକ୍ରମଣ। ରବିବାର ଅନନ୍ତନାଗ ଓ ସୋପିଆନରେ ଦୁଇ ଦୁଇ ଥର ଆତଙ୍କବାଦୀ ଆକ୍ରମଣ ହୋଇଛି। ଏଥିରେ ଗୁଳିକରି...

୮୮୮୯ କୋଟି ଟଙ୍କା ଜବତ କଲାଣି ନିର୍ବାଚନ ଆୟୋଗ

ନୂଆଦିଲ୍ଲୀ,୧୮ା୫: ଲୋକ ସଭା ନିର୍ବାଚନ ପଞ୍ଚମ ପର୍ଯ୍ୟାୟ ଏବଂ ଓଡ଼ିଶାରେ ଦ୍ୱିତୀୟ ପର୍ଯ୍ୟାୟ ବିଧାନସଭା ନିର୍ବାଚନ ୨୦୨୪ ର ପାଇଁ ୨ ଦିନ ବାକି ଅଛି।...

ଚାର୍ ଧାମ ମନ୍ଦିର ନିକଟରେ ରିଲ୍ ଶୁଟିଂ କରିବା ଉପରେ ପ୍ରତିବନ୍ଧକ ଲଗାଇଲେ ସରକାର

ନୂଆଦିଲ୍ଲୀ,୧୮।୫: ଚାର୍ ଧାମ ମନ୍ଦିର ନିକଟରେ ଭିଡିଓ ଏବଂ ରିଲ୍ ଶୁଟିଂ କରିବା ଉପରେ ଉତ୍ତରାଖଣ୍ଡ ପୋଲିସ ପ୍ରତିବନ୍ଧକ ଲଗାଇଛି। ଚାର ଧାମ ତୀର୍ଥସ୍ଥାନ ଅବସ୍ଥିତ...

”ଜ୍ୟୋତିଷ ହାତ ଦେଖି କହିଥିଲେ ତୁମେ ପ୍ରଧାନମନ୍ତ୍ରୀ ହେବ”: ପ୍ରିୟଙ୍କା ଗାନ୍ଧୀ

ନୂଆଦିଲ୍ଲୀ,୧୮।୫: ଦେଶର ଏବେ ଲୋକ ସଭା ନିର୍ବାଚନର ପରିବେଶ ବେଶ ସରଗରମ ରହିଛି। ସାତଟି ପର୍ଯ୍ୟାୟ ମଧ୍ୟରୁ ଚାରିଟି ପର୍ଯ୍ୟାୟରେ ନିର୍ବାଚନ ଅନୁଷ୍ଠିତ ହୋଇଯାଇଛି। ଏହାରି...

POK ଭାରତର ଅଛି ଆଉ ରହିବ, ଆମେ ତାକୁ ଛଡ଼ାଇ ଆଣିବୁ; ପାକିସ୍ତାନକୁ ନେଇ ଗର୍ଜିଲେ ଶାହା…

ଝାନ୍‌ସୀ,୧୮।୫: ଲୋକ ସଭା ନିର୍ବାଚନ ମଧ୍ୟରେ ପୁଣିଥରେ ପାକିସ୍ତାନ ଅଧିକୃତ କଶ୍ମୀରକୁ ନେଇ ବଡ଼ ବୟାନ ଦେଇଛନ୍ତି ସ୍ବରାଷ୍ଟ୍ର ମନ୍ତ୍ରୀ ଅମିତ ଶାହା। ପିଓକେ ଭାରତର...

ଆପଣ ‘ଜେଲ୍‌ର ଖେଳ’ ଖେଳୁଛନ୍ତି; କାଲି ସବୁ ନେତାଙ୍କୁ ନେଇ ଭାଜପା ମୁଖ୍ୟାଳୟ ଘେରିବାକୁ ଆସୁଛି: ମୋଦିଙ୍କୁ କହିଲେ କେଜ୍‌ରିଓ୍ବାଲ…

ନୂଆଦିଲ୍ଲୀ,୧୮।୫: ଏଏପି ଏମ୍‌ପି ସ୍ବାତୀ ମାଲିଓ୍ବାଲଙ୍କୁ ମାରପିଟ୍‌ ମାମଲାରେ ଦିଲ୍ଲୀ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜ୍‌ରିଓ୍ବାଲଙ୍କ ପିଏ ବିଭବ କୁମାରଙ୍କୁ ଗିରଫ କରାଯାଇଛି। ଏହାକୁ ନେଇ ପ୍ରଧାନମନ୍ତ୍ରୀ...

ଚା’ ବାଲାର ପୁଅ ପ୍ରଧାନମନ୍ତ୍ରୀ ହୋଇଥିବାରୁ ମୁଁ ଗର୍ବିତ: ପ୍ରିୟଙ୍କା ଗାନ୍ଧୀ

ନୂଆଦିଲ୍ଲୀ,୧୮।୫: ଲୋକ ସଭା ନିର୍ବାଚନ ମଧ୍ୟରେ ​​କଂଗ୍ରେସର ବରିଷ୍ଠ ନେତା ପ୍ରିୟଙ୍କା ଗାନ୍ଧୀ ବଡ ବୟାନ ଦେଇଛନ୍ତି। ପ୍ରଧାନମନ୍ତ୍ରୀ ମୋଦିଙ୍କ ମନ୍ତବ୍ୟ ଉପରେ ସେ ପ୍ରତିକ୍ରିୟା...

ଲଗାତାର ୬ ମାସ ପାଇଁ ଓଡ଼ିଶାରେ ଦରଦାମ୍ ସବୁଠୁ ଅଧିକ

ଭୁବନେଶ୍ୱର,୧୮।୫: ବିଭିନ୍ନ ଦ୍ରବ୍ୟର ମୂଲ୍ୟ ବୃଦ୍ଧି ଦୃଷ୍ଟିରୁ ଓଡ଼ିଶା ଲଗାତାର ୬ ମାସ ହେଲା ଦେଶର ସବୁଠାରୁ ମହଙ୍ଗା ପାଲଟିଛି। ଓଡ଼ିଶାରେ ଗତ ୬ ମାସ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri