ଖାଦ୍ୟ ସହାୟତା ଏନ୍‌ଜିଓର ୭ କର୍ମଚାରୀ ନିହତ

ଗାଜା, ୩।୪: ଗାଜାରେ ମଙ୍ଗଳବାର ଇସ୍ରାଏଲ ଏୟାର ଷ୍ଟ୍ରାଇକ କରିଛି। ଏଥିରେ ଓ୍ବାର୍ଲଡ୍‌ ସେଣ୍ଟ୍ରାଲ କିଚେନ୍‌ (ଡବ୍ଲ୍ୟୁସିକେ) ଏନଜିଓର ୭ ଜଣ କର୍ମଚାରୀ ନିହତ ହୋଇଛନ୍ତି। ମୃତକଙ୍କ ମଧ୍ୟରେ ଅଷ୍ଟ୍ରେଲିଆ, ବ୍ରିଟେନ ଓ ପୋଲାଣ୍ଡର ନାଗରିକ ରହିଥିବା ଏଜେନ୍ସି ପକ୍ଷରୁ ସୂଚନା ଦିଆଯାଇଛି। ଏହା ସହ ସେଲିବ୍ରିଟି ସେଫ୍‌ ଜୋସ୍‌ ଆଣ୍ଡ୍ରେସଙ୍କର ମୃତ୍ୟୁ ଘଟିଛି। ଦ୍ୱୈତ ନାଗରିକତା ରଖିଥିବା ଫିଲିଷ୍ଟାଇନ, ଯୁକ୍ତରାଷ୍ଟ୍ର ଆମେରିକା ଓ କାନାଡାର କର୍ମଚାରୀ ମଧ୍ୟ ଆକ୍ରମଣରେ ନିହତ ହୋଇଛନ୍ତି। ଇସ୍ରାଏଲ ପ୍ରତିରକ୍ଷା ବାହିନୀ ସହ ସମନ୍ବିତ କାର୍ଯ୍ୟକଳାପ ସତ୍ତ୍ୱେ ମଧ୍ୟ ଏପରି ଆକ୍ରମଣ ହୋଇଥିବା ଡବ୍ଲ୍ୟୁସିକେ ପକ୍ଷରୁ କୁହାଯାଇଛି। ସମୁଦ୍ର ମାଧ୍ୟମରେ ଆସିଥିବା ୧୦୦ ଟନ୍‌ ମାନବୀୟ ଖାଦ୍ୟ ସହାୟତା ସାମଗ୍ରୀକୁ ସୁରକ୍ଷିତ ଭାବେ ଗାଜାରେ ପହଞ୍ଚାଇବା ପରେ ଡବ୍ଲ୍ୟୁସିକେର କର୍ମଚାରୀମାନେ ଡେର୍‌ ଅଲ୍‌ ବଲାହ ଗୋଦାମକୁ ଯାଉଥିବାବେଳେ ଏହି ଆକ୍ରମଣ ଘଟଛି। ଇସ୍ରାଏଲ ପକ୍ଷରୁ ହୋଇଥିବା ଏହି ଏୟାର ଷ୍ଟ୍ରାଇକକୁ ମାନବିକତା ଉପରେ ଆକ୍ରମଣ ଭାବେ ଦର୍ଶାଇଛନ୍ତି ଡବ୍ଲ୍ୟୁସିକେର ମୁଖ୍ୟ କାର୍ଯ୍ୟକାରୀ ଅଧିକାରୀ ଏରିନ୍‌ ଗୋର।


Enter your email to get our daily news in your inbox.

All Right Reserved By Dharitri.Com

ପ୍ରତି ମାସରେ ମହିଳାଙ୍କୁ ମିଳିବ ୧୦୦୦ଟଙ୍କା, ଜାଣନ୍ତୁ କେମିତି କରିବେ ଆବେଦନ

ନୂଆଦିଲ୍ଲୀ,୨୬।୧୨: ଆର୍ଥିକ ଦୃଷ୍ଟିରୁ ଦୁର୍ୱଳ ଏବଂ ବେକାର ମହିଳାମାନଙ୍କୁ ସୁରକ୍ଷିତ ଜୀବନ ପ୍ରଦାନ କରିବା ପାଇଁ, କେରଳ ସରକାର ସ୍ତ୍ରୀ ସୁରକ୍ଷା ଯୋଜନା ଆରମ୍ଭ କରିଛନ୍ତି।...

ଓମ୍‌ସା ଆନ୍ଦୋଳନ: ଘଣ୍ଟାଏ ବନ୍ଦ ରହିବ ରୋଗୀ ସେବା

ଛତ୍ରପୁର,୨୬ା୧୨(ଦିଲୀପ ସାମଲ): ରାଜ୍ୟରେ ମଞ୍ଜୁରୀପ୍ରାପ୍ତ ପଦ ଅପେକ୍ଷା ପାଖାପାଖି ଅଧାରୁ ଅଧିକ ଡାକ୍ତର ପଦବୀ ଖାଲି ରହିଛି। ଖାଲି ପଡିଥିବା ପଦବୀ ପୂରଣ ସହ ଡାକ୍ତରଙ୍କ...

୯ ଦିନ ହେବ ନିଖୋଜ ଥିଲେ ସ୍କୁଲ ପିଅନ: ଆଜି ମିଳିଲା…

ଭବାନୀପାଟଣା,୨୬।୧୨(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା କର୍ଲାପାଟ ଥାନା ନିକଟରେ ଥିବା ଏକ ପୋଖରୀରୁ ଶୁକ୍ରବାର ଜଣେ ପିଅନଙ୍କ ମୃତଦେହ ଉଦ୍ଧାର ହୋଇଛି। ମୃତ ପିଅନ...

ଆମାଜନରୁ ସମ୍ପର୍କ କାଟିଲେ ଥିଲେ ଜେଫ ବେଜୋସଙ୍କ ପୂର୍ବତନ ପତ୍ନୀ, ଶେୟାର ବିକି ଏବେ କରୁଛନ୍ତି ଏମିତି କାମ…

ଓ୍ବାଶିଂଟନ,୨୬।୧୨: ଆମାଜନ ପ୍ରତିଷ୍ଠାତା ଜେଫ ବେଜୋସଙ୍କ ପୂର୍ବତନ ପତ୍ନୀ କୋଟିପତି ମ୍ୟାକେଞ୍ଜି ସ୍କଟ ଚଳିତ ବର୍ଷ ଅର୍ଥାତ ୨୦୨୫ରେ ନିଜ ପାଣ୍ଠିରୁ ୭.୧ ବିଲିୟନ ଡଲାରରୁ...

୨ଦିନ ଯାଏ ଆସିବନି ଅନଲାଇନରେ ଅର୍ଡର! ଡେଲିଭରି ଏଜେଣ୍ଟ କଲେ ବଡ଼ ଘୋଷଣା

ନୂଆଦିଲ୍ଲୀ,୨୬।୧୨: ୨୦୨୬ରେ ଦରମା ବୃଦ୍ଧିରେ କୌଣସି ବିରାମ ନାହିଁ, ହାରାହାରି ୯% ବୃଦ୍ଧି ପାଇଁ ପ୍ରସ୍ତୁତି ଯୁନିୟନଗୁଡ଼ିକ ଚାକିରି ସୁରକ୍ଷା, ଅଧିକ ମଜୁରୀ, ନିରାପଦ କାର୍ଯ୍ୟ...

ମାରଓ୍ବାଡି ମହିଳାଙ୍କ ସେବା କାର୍ଯ୍ୟକୁ ପ୍ରଶଂସା କଲେ ଏମ୍‌ପି

ବଲାଙ୍ଗୀର,୨୬।୧୨(ସୁନିଲ କୁମାର ମହାନ୍ତି):ଅଖିଳ ଭାରତୀୟ ମାରଓ୍ବାଡି ମହିଳା ସମ୍ମେଳନ ଓଡିଶା ପ୍ରଦେଶର ସପ୍ତଦଶ ପ୍ରାନ୍ତୀୟ ସମ୍ମେଳନ ସ୍ଥାନୀୟ ବିଦ୍ୟା ହେଭନ୍ସ ଠାରେ ଶୁକ୍ରବାର ଅନୁଷ୍ଠିତ ହୋଇଛି।...

ଯାତ୍ରା ପୂବରୁ ଆଖିବୁଜିଲେ ଖଳନାୟକ, ଛାତିରେ ହେଲା ଯନ୍ତ୍ରଣା…

ନୂଆପଡ଼ା/ଜଗତସିଂହପୁର,୨୬।୧୨(ମକାରୁ ବେମାଲ ): ଯାତ୍ରା ଖଳନାୟକ ନରେନ୍ଦ୍ର ଦାସଙ୍କ ଆକସ୍ମିକ ଦେହାନ୍ତ ହୋଇଛି। ଅଭିନୟ କରିବାକୁ ନୂଆପଡ଼ା ଯାଇଥିବା ବେଳେ ହଠାତ୍‌ ଛାତିରେ ଯନ୍ତ୍ରଣା ହୋଇଥିଲା।...

ଅଜଣା ଗାଡ଼ି ଧକ୍କାରେ ଯୁବକଙ୍କ ମୃତ୍ୟୁ, କ୍ଷତିପୂରଣ ଦାବିରେ ରାସ୍ତା ରୋକ

ବୀରମହାରାଜପୁର,୨୬।୧୨, (ଯୁଗଳ କିଶୋର ମିଶ୍ର): ସୁବର୍ଣ୍ଣପୁର ଜିଲା ବୀରମହାରାଜପୁର ବ୍ଲକ ହିଲୁଙ୍ଗ ପଞ୍ଚାୟତ ଲୁଚାବନ୍ଦ ପାଖରେ ଗୁରୁବାର ସା ପ୍ରାୟ ୭ଟା୩୦ରେ ଏକ ଅଜଣା ଗାଡ଼ି...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri