ବାରାଣସୀରେ ଓଡ଼ିଶାର ଗୌରବ ଗାଥା

ଭୁବନେଶ୍ୱର, ୩।୪(ଅସମାପିକା ସାହୁ):ବାରାଣସେୟ ଉତ୍କଳ ସମାଜ ଅନୁକୂଲ୍ୟରେ ବାରାଣସୀର କାଶୀ ହିନ୍ଦୁ ବିଶ୍ୱବିଦ୍ୟାଳୟ ବିଜ୍ଞାନ ସଂସ୍ଥାନ ସେମିନାର ହଲ୍‌ରେ ଓଡ଼ିଶା ଦିବସ ପାଳିତ ହୋଇଯାଇଛି। ଓଡ଼ିଶାର ରାଜ୍ୟ ସଙ୍ଗୀତ ‘ବନ୍ଦେ ଉତ୍କଳ ଜନନୀ’ ଗାନ କରାଯାଇଥିଲା। ମୁଖ୍ୟ ଅତିଥି ଭାବେ ବାରାଣସୀ ଲୋକୋମୋଟିଭ ୱାର୍କ ମୁଖ୍ୟ ପ୍ରବନ୍ଧକ ବାସୁଦେବ ପଣ୍ଡା ଯୋଗଦେଇଥିଲେ। ପ୍ରଫେସର ଗୋପବନ୍ଧୁ ମିଶ୍ରଙ୍କ ସଭାପତିତ୍ୱରେ ଅନୁଷ୍ଠିତ କାର୍ଯ୍ୟକ୍ରମରେ ସାଧାରଣ ସମ୍ପାଦକ ଡ. ଅମିୟ କୁମାର ସାମଲ ବାର୍ଷିକ ବିବରଣୀ ପାଠ ଏବଂ ପ୍ରଫେସର ପ୍ରଦୋଷ ମିଶ୍ର ଅତିଥି ପରିଚୟ ପ୍ରଦାନ କରିଥିଲେ। ଏହି ଅବସରରେ ପତ୍ରିକା ‘କିଛି କଥା କିଛି ବାର୍ତ୍ତା-ଏକ ଅପୂର୍ବ ଅନୁଭୂତି’ ଉନ୍ମୋଚିତ ହୋଇଥିଲା। ସାଂସ୍କୃତିକ କାର୍ଯ୍ୟକ୍ରମରେ ବିଶେଷ ଆକର୍ଷଣ ଭାବେ ପ୍ରଫେସର ଗୋପବନ୍ଧୁ ମିଶ୍ରଙ୍କ ରଚିତ କ୍ଷୁଦ୍ର ସାମାଜିକ ନାଟକ ‘ପୁରୁଣା ମାଟି ନୂଆ ସପନ’ ମଞ୍ଚସ୍ଥ ହୋଇ ଦର୍ଶକଙ୍କ ହୃଦୟକୁ ଛୁଇଁଥିବାବେଳେ ଛାତ୍ରୀଛାତ୍ରଙ୍କ ଦ୍ବାରା ସମ୍ବଲପୁରୀ, ଓଡ଼ିଶୀ ନୃତ୍ୟ ଦର୍ଶକଙ୍କୁ ମନ୍ତ୍ରମୁଗ୍ଧ କରିଥିଲା। ବିଭିନ୍ନ ପ୍ରକାର ପ୍ରତିଯୋଗିତା ମଧ୍ୟରେ ଓଡ଼ିଆ ଝୋଟି ଚିତା ସହିତ ଦହିବରା ଆଳୁଦମ ମୁଖ୍ୟ ଆକର୍ଷଣ ଥିଲା। କାର୍ଯ୍ୟକ୍ରମରେ ୫୦୦ରୁ ଉର୍ଦ୍ଧ୍ୱ ପ୍ରବାସୀ ଓଡ଼ିଆ ଯୋଗଦେଇ ମାତୃଭୂମିର ଗୌରବ ସ୍ମରଣ କରିବା ସହ ଓଡ଼ିଆ ବ୍ୟଞ୍ଜନର ମଜା ଉଠାଇଥିଲେ। ସରୋଜ କୁମାର ବେହେରା ଧନ୍ୟବାଦ ଦେଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଗାଡି ଧକ୍କାରେ ଚାଲିଗଲା ମହିଳାଙ୍କ, କ୍ଷତିପୂରଣ ଦାବିରେ ରାସ୍ତାରୋକୋ

ଲାଞ୍ଜିଗଡ଼, ୧ା୧(ରମେଶ ଚନ୍ଦ୍ର ନାୟକ): କଳାହାଣ୍ଡି ଜିଲା ଲାଞ୍ଜିଗଡ ଥାନା ଆଶ୍ରମପଡା ନିକଟରେ ଗୁରୁବାର ଏକ ଅଜଣା ଗାଡି ଧକ୍କାରେ ଜଣେ ମହିଳାଙ୍କ ମୃତ୍ୟୁ ଘଟିଛି।...

ୟୁକ୍ରେନ୍‌ର ଡ୍ରୋନ୍‌ ଆକ୍ରମଣ: ଚାଲିଗଲା ୨୪ ଜୀବନ

କିଭ୍‌,୧ା୧ରୁଷିଆ ଅଧିକୃତ ଖେର୍‌ସନ ଅଞ୍ଚଳର ଏକ ଗ୍ରାମରେ ୟୁକ୍ରେନ୍‌ର ଡ୍ରୋନ୍‌ ଆକ୍ରମଣରେ ୨୪ ଜଣଙ୍କ ମୃତ୍ୟୁ ଘଟିବା ସହ ଅନୂ୍ୟନ ୫୦ ଜଣ ଆହତ ହୋଇଛନ୍ତି।...

Self Care Routine:୨୦୨୬ରେ ନିଜର ଯତ୍ନ ନେବାକୁ କରିଛନ୍ତି କି ପ୍ରତିଜ୍ଞା? ଜାଣି ରଖନ୍ତୁ କିଛି ଟିପ୍ସ

ଆଜିର ବ୍ୟସ୍ତବହୁଳ ଜୀବନଚର୍ଯ୍ୟା ମଧ୍ୟରେ ନିଜର ଯତ୍ନ(ସେଲ୍ଫ କେୟାର) ଅତ୍ୟନ୍ତ ଜରୁରୀ। କାରଣ ଯେତେବେଳେ ଆମେ ନିଜର ଯତ୍ନ ନେଉନା, ସେତେବେଳେ ଧୀରେ ଧୀରେ ଥକାପଣ,...

ନୂଆବର୍ଷରେ IAS ସ୍ତରରେ ବଡ଼ଧରଣ ଅଦଳବଦଳ, ବଦଳାଇଲେ ଏହି ଜିଲାପାଳ

ଭୁବନେଶ୍ୱର,୧।୧: ନୂଆବର୍ଷର ପ୍ରଥମ ଦିନରେ ରାଜ୍ୟ ପ୍ରଶାସନିକ ସ୍ତରରେ ଏକ ବଡ଼ଧରଣର ଅଦଳବଦଳ କରାଯାଇଛି। ବରିଷ୍ଠ IAS ଅଧିକାରୀମାନଙ୍କୁ ନୂତନ ଦାୟିତ୍ୱ ପ୍ରଦାନ କରିଛନ୍ତି ରାଜ୍ୟ...

ଆରଡିସିଙ୍କ ଘୋଷଣା: ୫ତାରିଖ ବରଗଡ଼ ଉପଖଣ୍ଡରେ…

ମଥୁରାନଗରୀ,୧।୧(ପ୍ରେମାନନ୍ଦ ଖମାରୀ)- ବରଗଡ଼ରେ ବୃହତ୍ ମୁକ୍ତାକାଶ ରଙ୍ଗମଞ୍ଚ ବରଗଡ଼ ଧନୁଯାତ୍ରା ମହୋତ୍ସବ ଚାଲିଛି। ଏହି ମହୋତ୍ସବ ଆସନ୍ତା ୩ତାରିଖ ଶନିବାର କଂସବଧ ସହିତ ସରିବ। ତିଥି...

ନୂଆବର୍ଷରେ ସ୍ତ୍ରୀଙ୍କୁ ହତ୍ୟା କଲା ସ୍ୱାମୀ

ସୁନ୍ଦରଗଡ଼,୧।୧(ଜୟ ନାରାୟଣ ମେଣ୍ଡୁଳି): ସୁନ୍ଦରଗଡ଼ ଜିଲା ହେମଗିର ଥାନା ଅଧୀନ ଖୁଟିପାନି ଗ୍ରାମରେ ଗୁରୁବାର ନୁଆବର୍ଷ ଅବସରରେ ଏକ ଅଭାବନୀୟ ଘଟଣା ସାମ୍ନାକୁ ଆସିଛି। ସ୍ୱାମୀଙ୍କ...

ହୋଇପାରେ ସାମୀଙ୍କ ପ୍ରତ୍ୟାବର୍ତ୍ତନ, ସଙ୍କଟରେ ଏହି ଖେଳାଳିଙ୍କ ସ୍ଥାନ

ନୂଆଦିଲ୍ଲୀ,୧।୧: ଭାରତ ଏବଂ ନ୍ୟୁଜିଲାଣ୍ଡ ମଧ୍ୟରେ ଆସନ୍ତା ଜାନୁଆରୀ ୧୧ ତାରିଖରୁ ଆରମ୍ଭ ହେବ। ଏହି ତିନି ମ୍ୟାଚ୍‌ ବିଶିଷ୍ଟ ଦିନିକିଆ ସିରିଜ୍ ପାଇଁ ଭାରତୀୟ...

ଜାନୁଆରୀ ୨୦୨୬ରେ କ’ଣ କରିବେ ଏବଂ କ’ଣ ନ କରିବେ; ରାଶି ଅନୁସାରେ ଜାଣନ୍ତୁ…

ନୂଆବର୍ଷ ୨୦୨୬ ଆରମ୍ଭ ହୋଇସାରିଛି ଏବଂ ଜାନୁଆରି ମାସ ସବୁ ରାଶି ପାଇଁ ଗୁରୁତ୍ୱପୂର୍ଣ୍ଣ ସନ୍ଦେଶ ଆଣିଛି। ଜ୍ୟୋତିଷ ଶାସ୍ତ୍ର ଅନୁଯାୟୀ, ଏହି ମାସରେ ଗ୍ରହମାନଙ୍କ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri