Odisha Elections 2024

ମହାପ୍ରଭୁଙ୍କ ଆଶୀର୍ବାଦ ନେବାକୁ ଶ୍ରୀମନ୍ଦିରରେ ଉପାସନା

ପୁରୀ,୩।୪(ଅଜିତ୍‌ ମହାନ୍ତି): ବହୁ ଚର୍ଚ୍ଚିତ ପୁରୀର ବ୍ରହ୍ମଗିରି ନିର୍ବାଚନମଣ୍ଡଳୀରୁ ଭାଜପା ପ୍ରାର୍ଥୀ ହୋଇଛନ୍ତି ସ୍ବର୍ଗତ ଲୁଲୁ ମହାପାତ୍ରଙ୍କ ଝିଅ ଉପାସନା ମହାପାତ୍ର । ତେବେ ନିର୍ବାଚନ ରଣାଙ୍ଗନକୁ ଓହ୍ଲାଇବା ପୁର୍ବରୁ ଉପାସନା ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ନିକଟରେ ନିଜକୁ ସମର୍ପି ଦେଇଛନ୍ତି। ବୁଧବାର ସେ ପୁରୀ ଆସି ଶ୍ରୀମନ୍ଦିରରେ ମହାପ୍ରଭୁଙ୍କ ଦର୍ଶନ କରିଛନ୍ତି।

ଏହି ଅବସରରେ ଉପାସନା କହିଛନ୍ତି, ମହାପ୍ରଭୁଙ୍କୁ ସେ ପ୍ରାର୍ଥନା କରିଛନ୍ତି ତାଙ୍କୁ ଶକ୍ତି ପ୍ରଦାନ କରନ୍ତୁ। ଯେମିତି ସେ ନିର୍ବାଚନ ଜିତି ବ୍ରହ୍ମଗିରି ନିର୍ବାଚନମଣ୍ଡଳୀ ବାସିନ୍ଦାଙ୍କ ସେବା କରିପାରିବେ। ମହାପ୍ରଭୁଙ୍କୁ ଦର୍ଶନ କରିବା ପରେ ତାଙ୍କର ଦୃଢ଼ ବିଶ୍ବାସ ଉପୁଜିଛି ଯେ ତାଙ୍କ ସହ ବ୍ରହ୍ମଗିରି ନିର୍ବାଚନମଣ୍ଡଳୀବାସିନ୍ଦାଙ୍କ ଆଶୀର୍ବାଦରେ ସେ ନିଶ୍ଚିତ ନିର୍ବାଚନ ଜିତିିବେ। ତେବେ ଜଣେ ଯୁବ ନେତୃତ୍ୱକୁ ଦଳ ସୁଯୋଗ ଦେଇଥିବାରୁ ଉପାସନା ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି, ଭାଜପା ରାଷ୍ଟ୍ରୀୟ ଅଧ୍ୟକ୍ଷ ଜେ. ପି. ନଡ଼ା, କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ, ରାଜ୍ୟ ଭାଜପା ସଭାପତି ମନ ମୋହନ ସାମଲ ଓ ସମସ୍ତ ନେତୃବୃନ୍ଦଙ୍କୁ କୃତଜ୍ଞତା ଜ୍ଞାପନ କରିଛନ୍ତି।

ଏହାଛଡ଼ା ଗ୍ରାସ ରୁଟ୍‌କୁ ଯାଇ ଲୋକଙ୍କ ସହ ମିଶି ଲୋକଙ୍କ ସୁଖଦୁଃଖରେ ଛିଡ଼ା ହୋଇଛନ୍ତି। ତାଙ୍କ ବାପା ତଥା ପ୍ରିୟ ଲୁଲୁ ଭାଇଙ୍କୁ ସମସ୍ତେ ଭଲ ପାଆନ୍ତି। ଏଣୁ ସେ ନିଶ୍ଚିତ ବ୍ରହ୍ମଗିରୀ ନିର୍ବାଚନମଣ୍ଡଳୀର ଲୋକଙ୍କ ଆଶୀର୍ବାଦ ହାସଲ କରିବେ ବୋଲି ଉପାସନା କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ବିଜେଡି ଏମ୍‌ପି ପ୍ରାର୍ଥୀ ସୁଦାମ ମାରାଣ୍ଡିଙ୍କୁ ବଡ଼ ଝଟକା

ଭୁବନେଶ୍ୱର,୨୦।୫: ବିଜେଡି ଏମ୍‌ପି ପ୍ରାର୍ଥୀ ସୁଦାମ ମାରାଣ୍ଡିଙ୍କୁ ଝଟକା। ସୋମବାର ବାଙ୍ଗିରିପୋଷି ନିର୍ବାଚନମଣ୍ଡଳୀର ଶତାଧିକ ମୁଣ୍ଡା ସମ୍ପ୍ରଦାୟର ଲୋକ ଭାଜପାରେ ସାମିଲ ହୋଇଛନ୍ତି। ଆଜି ବାଙ୍ଗିରିପୋଷିରେ...

ଭାଜପାରୁ ବହିଷ୍କୃତ ହେଲେ ପୂର୍ବତନ ଏମ୍‌ପି ଐର ଖାରବେଳଙ୍କ ସମେତ ୫ ନେତା

ଭୁବନେଶ୍ୱର,୨୦।୫: ପୂର୍ବତନ ଏମ୍‌ପି ଖାରବେଳ ସ୍ବାଇଁଙ୍କୁ ଦଳବିରୋଧୀ କାର୍ଯ୍ୟ ପାଇଁ ଭାଜପା ସୋମବାର ଦଳରୁ ବହିଷ୍କାର କରିଛି । ଖାରବେଳଙ୍କ ସମେତ ରେମୁଣାର ବିଜୟ କୁମାର...

ସମୀର ଦାଶଙ୍କୁ ବଡ଼ ଦାୟିତ୍ୱ ଦେଲା ଭାଜପା

ଭୁବନେଶ୍ୱର,୨୦।୫: ବିଜେଡି ଛାଡି ଭାଜପାରେ ସାମିଲ ହୋଇଥିବା ବରିଷ୍ଠ ନେତା ସମୀର ରଞ୍ଜନ ଦାଶଙ୍କୁ ଦଳ ସୋମବାର ଗୁରୁତ୍ୱପୂର୍ଣ୍ଣ ଦାୟିତ୍ୱ ଦେଇଛି। ଦଳ ସମୀରଙ୍କୁ ରାଜ୍ୟ...

କଙ୍ଗାରୁ କୋର୍ଟରେ ଯୁବକଙ୍କୁ ନିସ୍ତୁକ ମାଡ଼

ପଡ଼ିଆ,୨୦ା୫(ଭାସ୍କର ରାଓ)- ଗୁଣିଗାରେଡ଼ି ସନ୍ଦେହରେ ଗାଁ କଙ୍ଗାରୁ କୋର୍ଟରେ ଯୁବକଙ୍କୁ ନିସ୍ତୁକ ମାଡ଼ ମରାଯାଇଛି। ସ୍ବାସ୍ଥ୍ୟକେନ୍ଦ୍ରକୁ କିମ୍ବା ଥାନାରେ ଅଭିଯୋଗ କଲେ ପରିବାରର ସମସ୍ତଙ୍କୁ ଜୀବନରୁ...

ପୋଲିଂ କର୍ମଚାରୀଙ୍କୁ ତାଲା ପକାଇଦେଲେ ଗ୍ରାମବାସୀ

ଭୁବନେଶ୍ୱର,୨୦।୫: ରାଜ୍ୟରେ ଆଜି ଦ୍ୱିତୀୟ ପର୍ଯ୍ୟାୟ ନିର୍ବାଚନ ଅନୁଷ୍ଠିତ ହୋଇଯାଇଛି। ଏହି ସମୟରେ କେତେକ ସ୍ଥାନରେ ବିଶୃଙ୍ଖଳା ଘଟିଥିବା ଦେଖିବାକୁ ମିଳିଛି। ସୁନ୍ଦରଗଡ ନିର୍ବାଚନ ମଣ୍ଡଳୀର...

ଡ୍ୟୁଟି ସାରି ଘରକୁ ଫେରୁଥିଲେ: ହାଇୱା ଧକ୍କାରେ ଚାଳିଗଲା ଜୀବନ

ଭବାନୀପାଟଣା,୨୦।୫(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ଭବାନୀପାଟଣା ସହର ଏମ୍‌ଏସ୍‌ଏ ଛକରେ ସୋମବାର ଏକ ଦୁର୍ଘଟଣା ଘଟିଛି। ଏକ ହାଇୱା ଧକ୍କାରେ ଜଣେ ମହିଳାଙ୍କ ମୃତ୍ୟୁ...

ପ୍ରଦୀପ ପାଣିଗ୍ରାହୀଙ୍କ ଆକ୍ରମଣ ଘଟଣା: ଶିବଶଙ୍କରଙ୍କୁ ମିଳିଲାନି ଜାମିନ

ଭୁବନେଶ୍ୱର,୨୦।୫: ବ୍ରହ୍ମପୁର ଲୋକ ସଭା ଆସନର ଭାଜପା ପ୍ରାର୍ଥୀ ପ୍ରଦୀପ ପାଣିଗ୍ରାହୀଙ୍କୁ ଆକ୍ରମଣ ଘଟଣାରେ ଅଭିଯୁକ୍ତ ତଥା ସ୍ବାଧୀନ ବିଧାୟକ ପ୍ରାର୍ଥୀ ଶିବଶଙ୍କର ଦାସଙ୍କୁ ଝଟକା...

ଆମ୍ବ ତୋଳିବାକୁ ଯାଇଥିଲେ: ହେଲା ବଜ୍ରପାତ

ଟିକିରି/ରାୟଗଡ଼ା,୨୦।୫(ପ୍ରଫୁଲ୍ଲ କୁମାର ବେହେରା/ଆଶିଷ ରଞ୍ଜନ ପଣ୍ଡା): ରାୟଗଡ଼ା ଜିଲା କାଶୀପୁର ବ୍ଲକ ନକଟିଗୁଡା ପଞ୍ଚାୟତ ସାନମାଟିକଣା ଗାଁରେ ସୋମବାର ଅପରାହ୍ନରେ ବଜ୍ରପାତ ଘଟି ଜଣେ ମହିଳାଙ୍କ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri