ଭାଜପାରୁ ଆସିଲେ, ବିଜେଡି ଟିକେଟ୍‌ ନେଲେ, ଜାଣନ୍ତୁ କାହାକୁ ମିଳିଲା ଏମିତି ସୁବିଧା

ଭୁବନେଶ୍ୱର,୪ା୪: ବିଜେଡି ବୁଧବାର ତା’ର ତୃତୀୟ ପର୍ଯ୍ୟାୟ ଲୋକ ସଭା ପ୍ରାର୍ଥୀ ଘୋଷଣା କରିସାରିଛି। ସବୁଠୁ ଆଶ୍ଚର୍ଯ୍ୟର କଥା ବରଗଡ଼ ଏବଂ ବ୍ରହ୍ମପୁର ଲୋକ ସଭା ଆସନ ପାଇଁ ଯେଉଁ ଦୁଇ ପ୍ରାର୍ଥୀଙ୍କୁ ଚୟନ କରାଯାଇଛି ସେମାନେ ବୁଧବାର ପୂର୍ବାହ୍ନ ପର୍ଯ୍ୟନ୍ତ ଭାଜପାରେ ଥିଲେ। ଅପରାହ୍ନରେ ବିଜେଡିକୁ ଆସି ସନ୍ଧ୍ୟାରେ ବିଜେଡି ଟିକେଟ୍‌ ନେଲେ। ଏହି ନେତ୍ରୀ ଆଉ ନେତା ହେଲେ ଭୃଗୁ ବକ୍ସପାତ୍ର ଏବଂ ପରିଣୀତା ମିଶ୍ର। ଭୃଗୁଙ୍କୁ ବିଜେଡି ବ୍ରହ୍ମପୁର ଲୋକ ସଭା ଆସନ ପାଇଁ ପ୍ରାର୍ଥୀ କରିଥିବା ବେଳେ ବରଗଡ଼ ଜିଲା ଭାଜପା ଉପସଭାପତି ସୁଶାନ୍ତ ମିଶ୍ରଙ୍କ ସ୍ତ୍ରୀ ପରିଣୀତା ବିଜେଡିରୁ ଟିକେଟ୍‌ ପାଇଛନ୍ତି।

ବ୍ରହ୍ମପୁର ଆସନରେ ୨୦୧୯ରେ ବିଜେଡିରୁ ଚନ୍ଦ୍ରଶେଖର ସାହୁ ଲଢ଼ି ବିଜୟ ଲାଭ କରିଥିଲେ। ମାତ୍ର ଏଥର ଭାଜପା ଛାଡ଼ି ଆସିଥିବା ଭୃଗୁ ବକ୍ସପାତ୍ରଙ୍କୁ ବିଜେଡି ଟିକେଟ୍‌ ଦେଇଛି। ସେହିପରି ବରଗଡ଼ ଆସନରୁ ପ୍ରସନ୍ନ ଆଚାର୍ଯ୍ୟ ନିର୍ବାଚନ ଲଢ଼ିଥିଲେ ହେଁ ଭାଜପା ପ୍ରାର୍ଥୀ ସୁରେଶ ପୂଜାରୀଙ୍କଠାରୁ ହାରି ଯାଇଥିଲେ। ବିଜେଡି ସେହି ଆସନରୁ ଏଥର ଭାଜପାରୁ ଆସିଥିବା ପରିଣୀତାଙ୍କୁ ପ୍ରାର୍ଥୀ କରିଛି। ଗୋଟିଏ ଦିନରେ ଭାଜପା ସହିତ ସମ୍ପର୍କ ତୁଟାଇ ବିଜେଡି ଟିକେଟ୍‌ ହାତେଇବା ବିରଳ କଥା। ତଥାପି ରାଜନୀତିରେ ସବୁ ସମ୍ଭବ ବୋଲି ରାଜନୈତିକ ସମୀକ୍ଷକମାନେ କହୁଛନ୍ତି। ତେବେ ଦେଖିବାକୁ ବାକି ରହିଲା କିଏ ନିର୍ବାଚନରେ ବାଜି ମାରୁଛନ୍ତି।

 


Enter your email to get our daily news in your inbox.

All Right Reserved By Dharitri.Com

ଗଟାମାହା ଜଙ୍ଗଲରେ ଅତର୍କିତ ଚଢ଼ାଉ, ଗଞ୍ଜେଇ ଗଛ ପୋଡ଼ିଦେଲା ପୋଲିସ

ଜି.ଉଦୟଗିରି,୨୮/୧୨( ଚିନ୍ମୟ କୁମାର ସେଠୀ): କନ୍ଧମାଳ ଜିଲ୍ଲା ଜି.ଉଦୟଗିରି ପୋଲିସ ଥାନା ଅନ୍ତର୍ଗତ ଗଟାମାହା ଗ୍ରାମ ନିକଟସ୍ଥ ଜଙ୍ଗଲରେ ଗଞ୍ଜେଇ ଚାଷ ହେଉଥିବା ଖବର ପାଇ...

ବାଲେଶ୍ୱରରେ କାଠ ମାଫିଆଙ୍କ ଆତଙ୍କ: ବନ ବିଭାଗ ଗାଡ଼ି ଭଙ୍ଗାରୁଜା ସହ ଜବତ ଗାଡ଼ି ଛଡ଼ାଇ ନେଲେ

ବାଲେଶ୍ୱର,୨୮ା୧୨: ନୀଳଗିରି ବନଖଣ୍ଡରେ କାଠ ମାଫିଆଙ୍କ ଦୌରାତ୍ମ୍ୟ ଚରମ ସୀମାରେ ପହଞ୍ଚିଛି। ବନବିଭାଗ କର୍ମଚାରୀଙ୍କ ଉପରେ ଆକ୍ରମଣ କରି ନେଇଗଲେ ଜବତ ହୋଇଥିବା କାଠ ବୋଝେଇ...

ପିକନିକ୍ ବେଳେ ପାଇନ୍ ବଣରେ ଦୁଇ ଯୁବ ଗୋଷ୍ଠୀ ପିଟାପିଟି, ଲାଠି ଚାଳନା କଲା ପୋଲିସ

ଦାରିଙ୍ଗବାଡି, ୨୮/୧୨ (ଅରୁଣ ସାହୁ ): ବର୍ଷର ଶେଷ ରବିବାର ରହିଥିବାରୁ ଦାରିଙ୍ଗବାଡିରେ ପର୍ଯ୍ୟଟକଙ୍କ ଭିଡ଼ ଦେଖିବାକୁ ମିଳିଛି । ତେବେ ଦାରିଙ୍ଗବାଡିର ଡ଼ୁଲୁରୀ ପାଇନ...

ସ୍କୁଟି ଆରୋହୀଙ୍କ ଉପରେ ଚଢ଼ିଗଲା ୧୦ ଚକିଆ ଟ୍ରକ, ଟାୟାର ଜାଳି ରାସ୍ତାକୁ ଓହ୍ଲାଇଲେ ଲୋକେ

ବଲାଙ୍ଗିର,୨୮ା୧୨: – ବଲାଙ୍ଗିର ୨୬ନମ୍ୱର୍ ଜାତୀୟ ରାଜପଥ ଶାସ୍ତ୍ରୀ ନଗର ଛକରେ ସଡ଼କ ଦୁର୍ଘଟଣା ହୋଇଛି ।୧୦ଚକିଆ ମାଲ ବୋଝେଇ ଟ୍ରକ ଜଣେ ସ୍କୁଟି ଆରୋହୀ...

ଜିଲା ବିଜେଡି ପାଇଁ ୫୧ କର୍ମକର୍ତ୍ତାଙ୍କ ନାଁ ଘୋଷଣା: ୧୪ ବରିଷ୍ଠ ନେତା ହେଲେ ଉପସଭାପତି

କେନ୍ଦୁଝର,୨୮ା୧୨(ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ଜିଲା ବିଜୁ ଜନତା ଦଳର ନୂତନ କର୍ମକର୍ତ୍ତାଙ୍କ ନାମ ଘୋଷିତ ହୋଇଛି। ଜିଲା ସଭାପତି ଆଶିଷ ଚକ୍ରବର୍ତ୍ତୀଙ୍କ ଅନୁମୋଦନ କ୍ରମେ...

ବୁଦ୍ଧଖୋଲ ଚଳଚଞ୍ଚଳ: ବଣଭୋଜି ପାଇଁ ଜମୁଛି ପର୍ଯ୍ୟଟକଙ୍କ ଭିଡ଼

ବୁଗୁଡ଼ା,୨୮ା୧୨(କାଳିଚରଣ ଦାଶ): ପ୍ରସିଦ୍ଧ ଐତିହାସିକ ଶୈବପୀଠ ତଥା ପର୍ଯ୍ୟଟନସ୍ଥଳୀ ବୁଦ୍ଧଖୋଲ ପାଦଦେଶ ଏବେ ବଣଭୋଜି କରିବା ପାଇଁ ପ୍ରକୃଷ୍ଟ ସ୍ଥଳ ପାଲଟି ଥିବାରୁ ଏହା ଚଳଚଞ୍ଚଳ...

ଓଡ଼ିଶାରେ ପଶ୍ଚିମବଙ୍ଗ ପୋଲିସର ତନାଘନା

ସମ୍ୱଲପୁର,୨୮।୧୨: ସମ୍ୱଲପୁର ଜିଲା ଅଇଁଠାପାଲି ଥାନାରେ ରବିବାର ପଶ୍ଚିମବଙ୍ଗ ପୋଲିସ ପହଞ୍ଚି ତଦନ୍ତ ଆରମ୍ଭ କରିଛି। ପଶ୍ଚିମବଙ୍ଗ ମୁର୍ଶିଦାବାଦ ଅଞ୍ଚଳରେ ଜଣେ ଶ୍ରମିକଙ୍କୁ ହତ୍ୟା କରାଯାଇଥିଲା।...

ଶ୍ୱଶୁର ଘରୁ ଫେରିବା ବେଳେ ବାଟରେ ବିଷ ଖାଇ ସ୍ୱାମୀ ମୃତ-ସ୍ତ୍ରୀ ଗୁରୁତର, ରାତିସାରା ଜଙ୍ଗଲରେ ଜଗି ରହିଲା ୫ ବର୍ଷର ପୁଅ

ଦେବଗଡ,୨୮|୧୨(ଶଶାଙ୍କ ଶେଖର ଝାଙ୍କର): ପାରିବାରିକ କଳହର କରୁଣ ପରିଣତି । ନିଛାଟିଆ ଜଙ୍ଗଲ ଭିତରେ ବିଷ ପିଇ ସ୍ୱାମୀର ମୃତ୍ୟୁ ହୋଇଥିବା ବେଳେ ସ୍ତ୍ରୀ ଗୁରୁତର...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri