Posted inରାଜ୍ୟ

ରାଜ୍ୟରେ ଗ୍ରୀଷ୍ମପ୍ରବାହ ଜାରି, ଶନିବାର ପର୍ଯ୍ୟନ୍ତ କଲବଲ କରିବ ଟାଣ ଖରା

ଭୁବନେଶ୍ୱର,୪।୪: ରାଜ୍ୟରେ ଗ୍ରୀଷ୍ମପ୍ରବାହ ଜାରି ରହିଛି । ପଶ୍ଚିମ ଏବଂ ଆଭ୍ୟନ୍ତରୀଣ ଜିଲା ଗୁଡ଼ିକରେ ଅଧିକ ଗରମ ଅନୁଭୂତ ହେଉଛି। ଆସନ୍ତା ଶନିବାର ପର୍ଯ୍ୟନ୍ତ ପାଗରେ ପରିବର୍ତ୍ତନ ହେବ ନାହିଁ ଏବଂ ତାପମାତ୍ରା ୨ରୁ ୩ ଡିଗ୍ରୀ ବୃଦ୍ଧି ପାଇବାର ସମ୍ଭାବନା ଅଛି ବୋଲି ଭୁବନେଶ୍ୱରସ୍ଥିତ ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ଅନୁମାନ କରିଛି।

ନୟାଗଡ଼, ବୌଦ୍ଧ, କନ୍ଧମାଳ, କଟକ, ଯାଜପୁର ଏବଂ ଭଦ୍ରକ ଜିଲ୍ଲାରେ ଆଜି ଅଧିକ ଗ୍ରୀଷ୍ମପ୍ରବାହ ହେବ ବୋଲି ପାଣିପାଗ ବିଭାଗ ସତର୍କ ସୂଚନା ଜାରି କରିଛି । ସେହିଭଳି ବଲାଙ୍ଗିର, କଳାହାଣ୍ଡି, ବୌଦ୍ଧ, ମାଲକାନଗିରି, କେନ୍ଦୁଝର, କନ୍ଧମାଳ ଏବଂ ନୟାଗନରେ ରାତି ତାପମାତ୍ରା ବୃଦ୍ଧି ପାଇବ ବୋଲି ବିଭାଗ ପକ୍ଷରୁ କୁହାଯାଇଛି । ପାଣିପାଗ ବିଭାଗ ସୂଚନା ଅନୁସାରେ ଗତକାଲି ରାଜ୍ୟର ୧୦ଟି ସହରର ତାପମାତ୍ରା ୪୦ ଡିଗ୍ରୀ ଅତିକ୍ରମ କରିଥିଲା।

ବୌଦ୍ଧରେ ୪୧ ଦଶମିକ ୮ ଡିଗ୍ରୀ, ମାଲକାନଗରିରେ ୪୧ ଦଶମିକ ୬, ଟିଟିଲାଗଡ଼ ଓ ବଲାଙ୍ଗିରରେ ୪୧ ଦଶମିକ ୫ ଡିଗ୍ରୀ ରେକର୍ଡ଼ କରାଯାଇଥିଲା । ଗ୍ରୀଷ୍ମପ୍ରବାହର ମାତ୍ରା ବୃଦ୍ଧି ପାଉଥିବାରୁ କେନ୍ଦ୍ର ସ୍ୱାସ୍ଥ୍ୟମନ୍ତ୍ରୀ ମନସୁଖ ମାଣ୍ଡବିୟଙ୍କ ଅଧ୍ୟକ୍ଷତାରେ ଗତକାଲି ଏକ ଉଚ୍ଚସ୍ତରୀୟ ବୈଠକରେ ବିଭିନ୍ନ ରାଜ୍ୟରେ ନିଆଯାଉଥିବା ଅଂଶୁଘାତ ଏବଂ ଅନ୍ୟ ଆବଶ୍ୟକ ପଦକ୍ଷେପଗୁଡ଼ିକର ସମୀକ୍ଷା କରାଯାଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ଗାଡି ଧକ୍କାରେ ଚାଲିଗଲା ମହିଳାଙ୍କ, କ୍ଷତିପୂରଣ ଦାବିରେ ରାସ୍ତାରୋକୋ

ଲାଞ୍ଜିଗଡ଼, ୧ା୧(ରମେଶ ଚନ୍ଦ୍ର ନାୟକ): କଳାହାଣ୍ଡି ଜିଲା ଲାଞ୍ଜିଗଡ ଥାନା ଆଶ୍ରମପଡା ନିକଟରେ ଗୁରୁବାର ଏକ ଅଜଣା ଗାଡି ଧକ୍କାରେ ଜଣେ ମହିଳାଙ୍କ ମୃତ୍ୟୁ ଘଟିଛି।...

ୟୁକ୍ରେନ୍‌ର ଡ୍ରୋନ୍‌ ଆକ୍ରମଣ: ଚାଲିଗଲା ୨୪ ଜୀବନ

କିଭ୍‌,୧ା୧ରୁଷିଆ ଅଧିକୃତ ଖେର୍‌ସନ ଅଞ୍ଚଳର ଏକ ଗ୍ରାମରେ ୟୁକ୍ରେନ୍‌ର ଡ୍ରୋନ୍‌ ଆକ୍ରମଣରେ ୨୪ ଜଣଙ୍କ ମୃତ୍ୟୁ ଘଟିବା ସହ ଅନୂ୍ୟନ ୫୦ ଜଣ ଆହତ ହୋଇଛନ୍ତି।...

Self Care Routine:୨୦୨୬ରେ ନିଜର ଯତ୍ନ ନେବାକୁ କରିଛନ୍ତି କି ପ୍ରତିଜ୍ଞା? ଜାଣି ରଖନ୍ତୁ କିଛି ଟିପ୍ସ

ଆଜିର ବ୍ୟସ୍ତବହୁଳ ଜୀବନଚର୍ଯ୍ୟା ମଧ୍ୟରେ ନିଜର ଯତ୍ନ(ସେଲ୍ଫ କେୟାର) ଅତ୍ୟନ୍ତ ଜରୁରୀ। କାରଣ ଯେତେବେଳେ ଆମେ ନିଜର ଯତ୍ନ ନେଉନା, ସେତେବେଳେ ଧୀରେ ଧୀରେ ଥକାପଣ,...

ନୂଆବର୍ଷରେ IAS ସ୍ତରରେ ବଡ଼ଧରଣ ଅଦଳବଦଳ, ବଦଳାଇଲେ ଏହି ଜିଲାପାଳ

ଭୁବନେଶ୍ୱର,୧।୧: ନୂଆବର୍ଷର ପ୍ରଥମ ଦିନରେ ରାଜ୍ୟ ପ୍ରଶାସନିକ ସ୍ତରରେ ଏକ ବଡ଼ଧରଣର ଅଦଳବଦଳ କରାଯାଇଛି। ବରିଷ୍ଠ IAS ଅଧିକାରୀମାନଙ୍କୁ ନୂତନ ଦାୟିତ୍ୱ ପ୍ରଦାନ କରିଛନ୍ତି ରାଜ୍ୟ...

ଆରଡିସିଙ୍କ ଘୋଷଣା: ୫ତାରିଖ ବରଗଡ଼ ଉପଖଣ୍ଡରେ…

ମଥୁରାନଗରୀ,୧।୧(ପ୍ରେମାନନ୍ଦ ଖମାରୀ)- ବରଗଡ଼ରେ ବୃହତ୍ ମୁକ୍ତାକାଶ ରଙ୍ଗମଞ୍ଚ ବରଗଡ଼ ଧନୁଯାତ୍ରା ମହୋତ୍ସବ ଚାଲିଛି। ଏହି ମହୋତ୍ସବ ଆସନ୍ତା ୩ତାରିଖ ଶନିବାର କଂସବଧ ସହିତ ସରିବ। ତିଥି...

ନୂଆବର୍ଷରେ ସ୍ତ୍ରୀଙ୍କୁ ହତ୍ୟା କଲା ସ୍ୱାମୀ

ସୁନ୍ଦରଗଡ଼,୧।୧(ଜୟ ନାରାୟଣ ମେଣ୍ଡୁଳି): ସୁନ୍ଦରଗଡ଼ ଜିଲା ହେମଗିର ଥାନା ଅଧୀନ ଖୁଟିପାନି ଗ୍ରାମରେ ଗୁରୁବାର ନୁଆବର୍ଷ ଅବସରରେ ଏକ ଅଭାବନୀୟ ଘଟଣା ସାମ୍ନାକୁ ଆସିଛି। ସ୍ୱାମୀଙ୍କ...

ହୋଇପାରେ ସାମୀଙ୍କ ପ୍ରତ୍ୟାବର୍ତ୍ତନ, ସଙ୍କଟରେ ଏହି ଖେଳାଳିଙ୍କ ସ୍ଥାନ

ନୂଆଦିଲ୍ଲୀ,୧।୧: ଭାରତ ଏବଂ ନ୍ୟୁଜିଲାଣ୍ଡ ମଧ୍ୟରେ ଆସନ୍ତା ଜାନୁଆରୀ ୧୧ ତାରିଖରୁ ଆରମ୍ଭ ହେବ। ଏହି ତିନି ମ୍ୟାଚ୍‌ ବିଶିଷ୍ଟ ଦିନିକିଆ ସିରିଜ୍ ପାଇଁ ଭାରତୀୟ...

ଜାନୁଆରୀ ୨୦୨୬ରେ କ’ଣ କରିବେ ଏବଂ କ’ଣ ନ କରିବେ; ରାଶି ଅନୁସାରେ ଜାଣନ୍ତୁ…

ନୂଆବର୍ଷ ୨୦୨୬ ଆରମ୍ଭ ହୋଇସାରିଛି ଏବଂ ଜାନୁଆରି ମାସ ସବୁ ରାଶି ପାଇଁ ଗୁରୁତ୍ୱପୂର୍ଣ୍ଣ ସନ୍ଦେଶ ଆଣିଛି। ଜ୍ୟୋତିଷ ଶାସ୍ତ୍ର ଅନୁଯାୟୀ, ଏହି ମାସରେ ଗ୍ରହମାନଙ୍କ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri