Odisha Elections 2024

ପ୍ରକାଶ ଆର୍‌ କଟକର ନୂଆ ଡିସିପି

ଭୁବନେଶ୍ୱର,୫।୪: ରାଜ୍ୟରେ ସାଧାରଣ ନିର୍ବାଚନକୁ ଅବାଧ ଏବଂ ନିରପେକ୍ଷ କରିବା ଲାଗି ୮ ପ୍ରଶାସନିକ ଅଧିକାରୀଙ୍କୁ ନିର୍ବାଚନ ସଂକ୍ରାନ୍ତ କାର୍ଯ୍ୟରୁ ଦୂରେଇ ରହିବା ଲାଗି ବଦଳି ନିର୍ଦ୍ଦେଶ ଦେଇଥିଲେ। ସେମାନଙ୍କ ମଧ୍ୟରେ କେନ୍ଦ୍ରାଞ୍ଚଳ ରେଞ୍ଜ ପୋଲିସ ଆଇଜି ଆଶୀଷ କୁମାର ସିଂଙ୍କ ସମେତ ଜଗତସିଂହପୁର ଓ କଟକ ଜିଲ୍ଲାପାଳ ଏବଂ ୫ ପୋଲିସ ଏସ୍‌ପି ଥିଲେ। ଏହି ଖାଲି ଥିବା ପଦବୀ ମଧ୍ୟରୁ ୩ ପଦବୀ ଶୁକ୍ରବାର ପୂରଣ ହୋଇଛି। ପ୍ରକାଶ ଆର୍‌ଙ୍କୁ କଟକ ଡିସିପି ଭାବେ ନିଯୁକ୍ତି ମିଳିଥିବା ବେଳେ ବ୍ରିଜେଶ କୁମାର ରାୟ ରାଉରକେଲାର ଏସ୍‌ପି ହୋଇଛନ୍ତି। ସେହିଭଳି ଉମାଶଙ୍କର ଦାଶଙ୍କୁ ମିଳିଛି ଅନୁଗୁଳ ଏସ୍‌ପି ଦାୟିତ୍ୱ । ଆଉ ଅବଶିଷ୍ଟ ୩ ଏସ୍‌ପି ଓ କେନ୍ଦ୍ରାଞ୍ଚଳ ରେଞ୍ଜ ପୋଲିସ ଆଇଜି ପଦବୀ ଫାଙ୍କା ଥିବା ବେଳେ ଉକ୍ତ ପଦବୀରେ ଖୁବ୍‌ ଶୀଘ୍ର ନିଯୁକ୍ତି ହେବ ବୋଲି ଜଣାଯାଇଛି।

କହିରଖୁଛୁ, ବଦଳି ତାଲିକାରେ କେନ୍ଦ୍ରାଞ୍ଚଳ ପୁଲିସ ଆଇଜି ୨୦୦୪ ବ୍ୟାଚ ଆଇପିଏସ ଆଶୀଷ କୁମାର ସିଂଙ୍କ ସମେତ କଟକ ଡିସିପି କନୱର ବିଶାଳ ସିଂ, ରାଉରକେଲା ପୋଲିସ୍‌ ଏସ୍‌ପି ମିତ୍ରଭାନୁ ମହାପାତ୍ର, ଖୋର୍ଦ୍ଧା ଏସ୍‌ପି ଯୁଗଳ କିଶୋର ବାନୋଥ, ବ୍ରହ୍ମପୁର ପୋଲିସ୍‌ ଏସ୍‌ପି ସର୍ଭଣା ବିବେକ ଏମ , ଅନୁଗୁଳ ପୋଲିସ୍‌ ଏସ୍‌ପି ସୁଧାଂଶୁ ଶେଖର ମିଶ୍ରଙ୍କ ନାମ ରହିଥିଲା। ଏହାଛଡ଼ା କଟକ ଜିଲାପାଳ ଭିନିତ ଭରଦ୍ୱାଜ ଏବଂ ଜଗତସିଂହପୁର ଜିଲାପାଳ ପାରୁଲ ପଟ୍ଟୱାରିଙ୍କୁ ମଧ୍ୟ ନିର୍ବାଚନ କାର୍ଯ୍ୟରୁ ଦୂରେଇ ରଖିବାକୁ ନିର୍ବାଚନ କମିଶନ ନିର୍ଦ୍ଦେଶ ଦେଇଥିଲେ । ସେମାନଙ୍କ ବିଶ୍ୱାସନୀୟତା ଉପରେ ସନ୍ଦେହ ବ୍ୟକ୍ତ କରି ନିର୍ବାଚନ କମିଶନ ସେମାନଙ୍କୁ ତତ୍କାଳ ନିର୍ବାଚନ ସଂକ୍ରାନ୍ତ କାର୍ଯ୍ୟରୁ ବିରତ ରଖିବାକୁ ନିର୍ଦ୍ଦେଶନାମା ଜାରି କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଟ୍ରେଣ୍ଡ୍‌ କରୁଛି ‘ବାଏ ବାଏ ପାଣ୍ଡିଆନ୍‌’, ‘ଓଡ଼ିଶା ଲଭ୍‌ସ ପାଣ୍ଡିଆନ୍‌’

ଭୁବନେଶ୍ୱର, ୧୯।୫ (ବନ୍ଦନା ସେଠୀ)୨୦୨୪ ସାଧାରଣ ନିର୍ବାଚନକୁ ନେଇ ଉଭୟ ବିଜେଡି ଏବଂ ଭାଜପା ନେତା ପରସ୍ପରକୁ ଦୋଷ ଲଦିବା ସହ କାଦୁଅ ଫିଙ୍ଗାଫିଙ୍ଗି ହେବା...

ଆଜି ପୁଣି ଆସୁଛନ୍ତି ପ୍ରଧାନମନ୍ତ୍ରୀ

ଭୁବନେଶ୍ୱର, ୧୯।୫(ଅସମାପିକା ସାହୁ) ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଆଜିଠାରୁ ଦୁଇଦିନିଆ ଓଡ଼ିଶା ଗସ୍ତରେ ଆସୁଛନ୍ତି। ରବିବାର ସନ୍ଧ୍ୟାରେ ଭୁବନେଶ୍ୱରରେ ପହଞ୍ଚତ୍ ରାଜଭବନରେ ରହିବେ। ୨୦ ତାରିଖ...

ବିଜେଡି ଛାଡ଼ିଲେ ସମୀର ଦାଶ

ଭୁବନେଶ୍ୱର,୧୯।୫: ବିଜେଡିରୁ ଇସ୍ତଫା ଦେଇଛନ୍ତି ନିମାପଡ଼ା ବିଧାୟକ ସମୀର ଦାଶ । ଦଳର ପ୍ରାଥମିକ ସଦସ୍ୟ ପଦରୁ ଇସ୍ତଫା ଦେଇଥିବା ନେଇ ଭିଡିଓ ଜାରି କରି...

ସ୍ବାମୀଙ୍କ ସହ ଜାଳେଣି କାଠ ପାଇଁ ଜଙ୍ଗଲକୁ ଯାଇଥିବା ବେଳେ ସ୍ତ୍ରୀ ମୃତ, ହତ୍ୟା ଅଭିଯୋଗ ଆଣିଲେ ମହିଳାଙ୍କ ଭାଇ

ଥୁଆମୂଳରାମପୁର,୧୮ା୫(ଦୁର୍ଗା କୀର୍ତ୍ତି): ଦିନକୁଦିନ ଯୌତୁକ ନିର୍ଯାତନା ଓ ହତ୍ୟା ଘଟଣା ବୃଦ୍ଧି ପାଉଥିବା ବେଳେ କିଛି ଅଞ୍ଚଳରୁ ହୃଦୟ ବିଦାରକ ଭଳି ଘଟଣା ସାମ୍ନାକୁ ଆସୁଛି...

ବିଜେଡି ନେତାଙ୍କ ବିରୋଧରେ ମାମଲା ରୁଜୁ

କେନ୍ଦୁଝର,୧୮ା୫(ନରେଶ ଚନ୍ଦ୍ର ପଟ୍ଟନାୟକ): ଭାଜପାରେ ଯୋଗଦେଇ ଥିବା ବିଜେଡି ନେତା ପୁଣି ବିଜେଡିକୁ ଫେରିବା ଘଟଣାକୁ ନେଇ ରାଜନୀତି ସରଗରମ ହୋଇଛି। ବାଂଶପାଳ ବ୍ଲକ ଶୁଆକାଟି...

Featured Video Play Icon

ଚକଖଡିରେ ମତଦାନ ପାଇଁ ନିବେଦନ

ରାଜ୍ୟରେ ଦ୍ୱିତୀୟ ପର୍ଯ୍ୟାୟ ନିର୍ବାଚନ ଏକକାଳୀନ ଲୋକସଭା ଓ ବିଧାନସଭା ପାଇଁ ମେ ୨୦ ରେ ମତଦାନ ହେବ। ନିର୍ବାଚନର ଏହି ମହାପର୍ବରେ ସାମିଲ ହେବା...

ରାଜ୍ୟରେ କେବଳ ନବୀନ ଇଞ୍ଜିନ ହିଁ ଚାଲିବ

ମୋରଡ଼ା,୧୮ା୫(ସ୍ମାରକ ମାଜୀ): ମୟୂରଭଞ୍ଜ ଜିଲା ମୋରଡ଼ା ବ୍ଲକ ଅଧୀନ ବାରମାଇଲଠାରେ ବିଜୁ ଜନତା ଦଳ ପକ୍ଷରୁ ୩୯ ନମ୍ବର ଜୋନ୍‌ସ୍ତରୀୟ ନିର୍ବାଚନୀ ସଭା ଅନୁଷ୍ଠିତ ହୋଇଯାଇଛି।...

ଖୁଲମଖୁଲା ବୁଲୁଛନ୍ତି ଝିଅର ହତ୍ୟାକାରୀ, ଗିରଫ ଦାବିରେ ଅନଶନରେ ବସିଲେ ମା’

କେନ୍ଦୁଝର,୧୮ା୫(ନରେଶ ଚନ୍ଦ୍ର ପଟ୍ଟନାୟକ): ନିର୍ବାଚନ ସମୟରେ ସବୁ ଓ୍ବାରେଣ୍ଟ କାର୍ଯ୍ୟକାରୀ ହୁଏ ପୁରୁଣା କେସ୍‌ ଥିବା ଅପରାଧୀ ଧରା ହୁଅନ୍ତି। ତେବେ କେନ୍ଦୁଝରର ଲୋକପ୍ରିୟ ସମାଜସେବୀ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri