Odisha Elections 2024

ନେପାଳରେ ଚମକିଲେ ସୁବର୍ଣ୍ଣପୁରର ୩ କୁନି ମଡେଲ

ସୋନପୁର,୬ା୪(ମୃତ୍ୟୁଞ୍ଜୟ ଶତପଥୀ): ସୁବର୍ଣ୍ଣପୁର ସହରର ୩ ଝିଅ ନେପାଳର ରାଜଧାନୀ କାଠମାଣ୍ଡୁରେ ଆୟୋଜିତ ଅନ୍ତର୍ଜାତୀୟ ମଡେଲିଂ ପ୍ରତିଯୋଗିତାରେ ଭାଗ ନେଇ ନିଜର ଶ୍ରେଷ୍ଠତ୍ୱ ପ୍ରତିପାଦନ କରିଛନ୍ତି। କୁନି ମଡେଲ ବିଶ୍ୱବିଜୟିନୀ, ସୁଚିସ୍ମିତା ଓ ହର୍ଷିତା ବିଦେଶ ମାଟିରେ ଚମକିବା ସହ ଜିଲା ଓ ରାଜ୍ୟ ପାଇଁ ଗୌରବ ଆଣିଛନ୍ତି। କାଠମାଣ୍ଡୁଠାରେ ମାର୍ଚ୍ଚ ୨୮ରୁ ଏପ୍ରିଲ ୧ ତାରିଖ ପର୍ଯ୍ୟନ୍ତ ମଡେଲିଂ ପ୍ରତିଯୋଗିତା ଅନୁଷ୍ଠିତ ହୋଇଥିଲା। ଏହି ତିନି ପ୍ରତିଯୋଗୀ ବିଭିନ୍ନ ବିଭାଗରେ ଅଂଶଗ୍ରହଣ କରିଥିଲେ। ଏପ୍ରିଲ ୧ ତାରିଖରେ କାଠମାଣ୍ଡୁର ପାଲାକୋ ହୋଟେଲ୍‌ରେ ଉକ୍ତ ପ୍ରତିଯୋଗିତାର ଫାଇନାଲ ରାଉଣ୍ଡ ଅନୁଷ୍ଠିତ ହୋଇଥିଲା। ଏହି ମେଗା ଇଭେଣ୍ଟରେ ୧୦ଟି ଦେଶର ୩୦ ଜଣ ପ୍ରତିଯୋଗୀ ଭାଗ ନେଇଥିଲେ। ମୋଟ ୯ଟି ବିଭାଗ ମଧ୍ୟରୁ ୩ଟି ବିଭାଗରେ ଉତ୍ତମ ପ୍ରଦର୍ଶନ କରି ବିଶ୍ୱବିଜୟିନୀ, ସୁଚିସ୍ମିତା ଓ ହର୍ଷିତା ବିଜେତା ହୋଇଛନ୍ତି। ଅତିଥିମାନେ ସେମାନଙ୍କୁ ମୁକୁଟ ପିନ୍ଧାଇବା ସହ କ୍ରସ ଫିତା, କପ୍‌ ଓ ପ୍ରଶଂସା ପତ୍ର ପ୍ରଦାନ କରି ସମ୍ବର୍ଦ୍ଧିତ କରିଥିଲେ। ସହରର ପଟାଭାଡି ନିବାସୀ ତୃଷ୍ଣାସାଗରି ଓ ତରୁଣ ମିଶ୍ରଙ୍କ ଝିଅ ବିଶ୍ୱବିଜୟିନୀଙ୍କୁ ମିସ୍‌ ଟିନ୍‌ ଗ୍ଲୋବାଲ୍‌ ଇଣ୍ଟରନ୍ୟାଶନାଲ ତାଜ୍‌ ମିଳିଛି। ସେହିପରି ମାଣିକେଶ୍ୱରୀ ପ୍ଲଟ ନିବାସୀ ପୂଜା ଓ ମନୋରଞ୍ଜନ ବେହେରାଙ୍କ ଝିଅ ସୁଚିସ୍ମିତା ମିସ୍‌ ପ୍ରିଟିନ୍‌ ଗ୍ଲୋବାଲ୍‌ ଇଣ୍ଟରନ୍ୟାଶନାଲ-୨୦୨୪ ଘୋଷିତ ହୋଇଛନ୍ତି। କନିଷ୍ଠ ବିଭାଗରେ ବଡବଜାର ଅଞ୍ଚଳର ଶୈଳବାଳା ଓ ପ୍ରେମ ରଞ୍ଜନଙ୍କ ଝିଅ ହର୍ଷିତା ରଞ୍ଜନ ଲିଟିଲ୍‌ ମିସ୍‌ ଗ୍ଲୋବାଲ୍‌ ଇଣ୍ଟରନ୍ୟାଶନାଲ ମଡେଲ ଘୋଷିତ ହୋଇଛନ୍ତି। ଶୁକ୍ରବାର ଅପରାହ୍ନରେ ତିନି ବିଜୟିନୀ ସୁବର୍ଣ୍ଣପୁରରେ ପହଞ୍ଚତ୍ବା ପରେ ସେମାନଙ୍କୁ ବିଭିନ୍ନ ଅନୁଷ୍ଠାନ ପକ୍ଷରୁ ସମ୍ବର୍ଦ୍ଧନା ଦିଆଯାଇଛି। ପିଲାବେଳୁ ସଙ୍ଗୀତ, ନୃତ୍ୟ ଓ ମଡେଲିଂ ପ୍ରତି ରୁଚି ରଖିଥିବା ଏହି ୩ ଝିଅ ପୂର୍ବରୁ ବିଭିନ୍ନ ପ୍ରତିଯୋଗିତାରେ ଅଂଶଗ୍ରହଣ କରି ସଫଳତା ପାଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ନିର୍ବାଚନୀ ହିଂସା ହେବା ଆଶଙ୍କା ନେଇ କନ୍ଧମାଳରେ ୧୪୪ ଧାରା ଜାରି କଲା ପ୍ରଶାସନ

ଦାରିଙ୍ଗବାଡି,୧୬।୫: (ଅରୁଣ ସାହୁ): କନ୍ଧମାଳ ଜିଲାରେ କୌଣସି ନିର୍ବାଚନୀ ହିଂସା ହେବା ଆଶଙ୍କାରେ ଜିଲା ପ୍ରଶାସନ ପକ୍ଷରୁ ଧାରା ୧୪୪ ଜାରି କରାଯାଇଛି । ଏହି...

ବାଇକ୍‌ ଧକ୍କାରେ ୨ ମୃତ, ଘଟଣାସ୍ଥଳରେ ଉତ୍ତେଜନା

ରାୟଗଡ଼ା,୧୬।୬(ଆଶିଷ ରଞ୍ଜନ ପଣ୍ଡା): ରାୟଗଡ଼ା ଜିଲା କଲ୍ୟାଣସିଂହପୁର ଥାନା ଅନ୍ତର୍ଗତ କୃଷ୍ଣନଗରଠାରେ ଗୁରୁବାର ବାଇକ୍‌ ଧକ୍କାରେ ଦୁଇ ଜଣଙ୍କ ମୃତ୍ୟୁ ଘଟିଛି। ଦୁଇ ମୃତକଙ୍କ ମଧ୍ୟରୁ...

ସର୍ଚ୍ଚ ଅପରେଶନ ବେଳେ ବଡ଼ ସଫଳତା, ଧରାପଡ଼ିଲେ ୫ ମାଓବାଦୀ

ମାଲକାନଗିରି,୧୬ା୫(ଦୁର୍ଯ୍ୟୋଧନ ପାତ୍ର): ଛତିଶଗଡ଼ ଦାନ୍ତଓ୍ବୋଡା ଜିଲା ପୋଲିସ ଦ୍ୱାରା ଜଣେ ମହିଳା ମାଓବାଦୀଙ୍କ ସହ ୫ ମାଓବାଦୀଙ୍କୁ ଗୁରୁବାର ଗିରଫ କରାଯାଇଛି। ଗିରଫ ମାଓବାଦୀମାନେ ମଙ୍ଗଳୀ...

ଅନଲାଇନ୍‌ ଗେମ୍‌ ନେଲା ଯୁବକଙ୍କ ଜୀବନ

କୋରୁକୋଣ୍ଡା,୧୬।୫(ଅବିନାଶ ବେହେରା): ଅନଲାଇନ୍‌ ଗେମ୍‌ ଖେଳି ଜୀବନ ହାରିଲେ ଯୁବକ। ଏପରି ଏକ ଦୁଃଖଦ ଘଟଣା ଘଟିଛି ମାଲକାନଗିରି ଜିଲା କୋରୁକୋଣ୍ଡା ଥାନା ଅଧୀନ ଏମ୍ଭି-୨୮...

ବିଶାଳ ରୋଡ ଶୋ’ରେ ବିଜେଡି ବିଧାୟକ ପ୍ରାର୍ଥୀ ଜଗନ୍ନାଥ, ଏମ୍‌ପି ପ୍ରାର୍ଥୀ ଧନୁର୍ଜୟ

ପାଟଣା,୧୬।୫(ବୀର କିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ନିର୍ବାଚନମଣ୍ଡଳୀ ଚମ୍ପୁଆ ବ୍ଲକ ଜଜପଶି , ଝୁମ୍ପୁରା ବ୍ଲକ ଉଖୁଣ୍ଡାରୁ ଗୁରୁବାର ସକାଳୁ ବିଜେଡିର ବିଶାଳ ବାଇକ...

‘ଦେଶ ବଞ୍ଚାଇବାକୁ ହେଲେ କଂଗ୍ରେସକୁ କ୍ଷମତାକୁ ଆଣିବାକୁ ପଡ଼ିବ’

ଫୁଲବାଣୀ,୧୬।୫(ରାକେଶ କୁମାର ରାଉତ): ଦୀର୍ଘ ବର୍ଷ ହେଲା ଏଠି ଗୋଟିଏ ସରକାର ରହିଛି। ଯେଉଁ ଦଳ ଶାସନ କରୁଛି ତାହାକୁ ଭାଜପା ସୃଷ୍ଟି କରିଥିଲା। ଆଜି...

ଭୋଟରଙ୍କୁ ଏସବୁ ପ୍ରତିଶ୍ରୁତି ଦେଲେ ନଡ୍ଡା, କହିଲେ ଭାଜପା ସରକାର ଆସିଲେ…

ପଦ୍ମପୁର,୧୬ା୫(ପ୍ରଦୀପ୍ତ ଦାଶ): ସଶକ୍ତ ଭାରତ ସହିତ ସମୃଦ୍ଧ ଓଡ଼ିଶା ପାଇଁ ଡବଲ ଇଞ୍ଜିନ ସରକାର ଦରକାର ବୋଲି ଗୁରୁବାର ବରଗଡ଼ ଜିଲାର ପଦ୍ମପୁରରେ ବିଶାଳ ଜନସଭାରେ...

ପ୍ରଚାରରେ କମ୍ପୁଛି ଗାଁରୁ ସହର: ଦଳ ନୁହେଁ ପ୍ରାର୍ଥୀଙ୍କୁ ଦେଖି ଅଞ୍ଚଳର ବିକାଶ ପାଇଁ ମତଦାନ କରିବାକୁ ପ୍ରୟାସ

ବାଲିଗୁଡା:୧୬/୦୫:(ସଞ୍ଜୟ କୁମାର ପାଣିଗ୍ରାହୀ): ରାଜ୍ୟରେ ପ୍ରଥମ ପର୍ଯ୍ୟାୟ ନିର୍ବାଚନ ଶେଷ ହୋଇଥିବା ବେଳେ କନ୍ଧମାଳ ଜିଲ୍ଲାରେ ଦ୍ୱିତୀୟ ପର୍ଯ୍ୟାୟ ମଇ ୨୦ ତାରିଖରେ ହେବାକୁ ଥିବା...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri