ବିଜେଡି ଛାଡ଼ିଲେ ବୀରମହାରାଜପୁର ବ୍ଲକ ଅଧ୍ୟକ୍ଷା, ଉପାଧ୍ୟକ୍ଷ

ଅମରପାଲି,୮ା୪(ପୀତାମ୍ବର ସାହୁ): ସୋମବାର ବିଜେଡିରୁ ଇସ୍ତଫା ଦେଇଛନ୍ତି ବୀରମହାରାଜପୁର ବ୍ଲକ ଅଧ୍ୟକ୍ଷା ଶାନ୍ତି ଲୁହା ଏବଂ ବ୍ଲକ ଉପାଧ୍ୟକ୍ଷ ତଥା ବ୍ଲକ ବିଜେଡି ଯୁବ ସଭାପତି ନାରାୟଣ ଲୁହା ଓ ତାଙ୍କ ଶତାଧିକ ସମର୍ଥକ। ଏନେଇ ଏକ ଖବରଦାତା ସମ୍ମିଳନୀରେ ସୂଚନା ଦେବା ସହିତ ଦଳର ସଭାପତିଙ୍କୁ ଇସ୍ତଫାପତ୍ର ପ୍ରଦାନ କରିଥିବା ଜଣାପଡ଼ିଛି।
ସୁବର୍ଣ୍ଣପୁର ଜିଲା ବୀରମହାରାଜପୁର ବିଧାନସଭା ନିର୍ବାଚନ ମଣ୍ଡଳୀର ବିଧାୟକ ଭାବେ ଟିକେଟ ଆଶାରେ ଥିଲେ ନାରାୟଣ। ସେ ବିଜୁ ଜନତା ଦଳ ସହିତ ଦୀର୍ଘ ଦିନରୁ ଜଡ଼ିତ ଥିବାବେଳେ ବୀରମହାରାଜପୁର ବ୍ଲକ ଯୁବ ବିଜେଡି ସଭାପତି ଦାୟିତ୍ୱରେ ଥିଲେ। ତାଙ୍କ ସହ ସହ ତାଙ୍କ ସ୍ତ୍ରୀ ଶାନ୍ତି ଲୁହା ବୀରମହାରାଜପୁର ବ୍ଲକ ଅଧ୍ୟକ୍ଷା ଭାବେ ଅବସ୍ଥାପିତ ଅଛନ୍ତି ଏବଂ ନାରାୟଣ ଉପାଧ୍ୟକ୍ଷ ଭାବେ ଅଛନ୍ତି । ଆଜି ତାଙ୍କ ସମର୍ଥକଙ୍କ ସହିତ ବିଜୁ ଜନତା ଦଳରୁ ସେ ଇସ୍ତଫା ଦେଇଥିବା ବେଳେ କେତେକ ସରପଞ୍ଚ ଓ ସମିତିସଭ୍ୟା,ସଭ୍ୟ ମଧ୍ୟ ଉକ୍ତ ଲିଷ୍ଟରେ ସାମିଲ ହୋଇଛନ୍ତି। ସେହିପରି ବିଜେଡିର କର୍ମକର୍ତ୍ତାମାନେ ମଧ୍ୟ ଇସ୍ତଫା ଦେଇଛନ୍ତି। ତେବେ ଆଗାମୀ ଦିନରେ ସେ କେଉଁ ଦଳକୁ ଯିବେ ତାହା ସ୍ପଷ୍ଟ କରି ନାହାନ୍ତି। ବିଜେଡିକୁ ଆଗାମୀ ନିର୍ବାଚନରେ ଉଚିତ ଜବାବ ଦିଆଯିବ ବୋଲି ସେ ନିଜ ପ୍ରତିକ୍ରିୟାରେ କହିଛନ୍ତି। ବିଜେଡି ସଠିକ କର୍ମକର୍ତ୍ତାଙ୍କୁ ଚିହ୍ନି ପାରିଲା ନାହିଁ ବୋଲି ସେ କହିଛନ୍ତି। ନିଜ ସମର୍ଥକଙ୍କ ପରାମର୍ଶ କ୍ରମେ ପରବର୍ତ୍ତୀ ପଦକ୍ଷେପ ନିଆଯିବ ବୋଲି ସେ ପ୍ରକାଶ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଗାଡି ଧକ୍କାରେ ଚାଲିଗଲା ମହିଳାଙ୍କ, କ୍ଷତିପୂରଣ ଦାବିରେ ରାସ୍ତାରୋକୋ

ଲାଞ୍ଜିଗଡ଼, ୧ା୧(ରମେଶ ଚନ୍ଦ୍ର ନାୟକ): କଳାହାଣ୍ଡି ଜିଲା ଲାଞ୍ଜିଗଡ ଥାନା ଆଶ୍ରମପଡା ନିକଟରେ ଗୁରୁବାର ଏକ ଅଜଣା ଗାଡି ଧକ୍କାରେ ଜଣେ ମହିଳାଙ୍କ ମୃତ୍ୟୁ ଘଟିଛି।...

ୟୁକ୍ରେନ୍‌ର ଡ୍ରୋନ୍‌ ଆକ୍ରମଣ: ଚାଲିଗଲା ୨୪ ଜୀବନ

କିଭ୍‌,୧ା୧ରୁଷିଆ ଅଧିକୃତ ଖେର୍‌ସନ ଅଞ୍ଚଳର ଏକ ଗ୍ରାମରେ ୟୁକ୍ରେନ୍‌ର ଡ୍ରୋନ୍‌ ଆକ୍ରମଣରେ ୨୪ ଜଣଙ୍କ ମୃତ୍ୟୁ ଘଟିବା ସହ ଅନୂ୍ୟନ ୫୦ ଜଣ ଆହତ ହୋଇଛନ୍ତି।...

Self Care Routine:୨୦୨୬ରେ ନିଜର ଯତ୍ନ ନେବାକୁ କରିଛନ୍ତି କି ପ୍ରତିଜ୍ଞା? ଜାଣି ରଖନ୍ତୁ କିଛି ଟିପ୍ସ

ଆଜିର ବ୍ୟସ୍ତବହୁଳ ଜୀବନଚର୍ଯ୍ୟା ମଧ୍ୟରେ ନିଜର ଯତ୍ନ(ସେଲ୍ଫ କେୟାର) ଅତ୍ୟନ୍ତ ଜରୁରୀ। କାରଣ ଯେତେବେଳେ ଆମେ ନିଜର ଯତ୍ନ ନେଉନା, ସେତେବେଳେ ଧୀରେ ଧୀରେ ଥକାପଣ,...

ନୂଆବର୍ଷରେ IAS ସ୍ତରରେ ବଡ଼ଧରଣ ଅଦଳବଦଳ, ବଦଳାଇଲେ ଏହି ଜିଲାପାଳ

ଭୁବନେଶ୍ୱର,୧।୧: ନୂଆବର୍ଷର ପ୍ରଥମ ଦିନରେ ରାଜ୍ୟ ପ୍ରଶାସନିକ ସ୍ତରରେ ଏକ ବଡ଼ଧରଣର ଅଦଳବଦଳ କରାଯାଇଛି। ବରିଷ୍ଠ IAS ଅଧିକାରୀମାନଙ୍କୁ ନୂତନ ଦାୟିତ୍ୱ ପ୍ରଦାନ କରିଛନ୍ତି ରାଜ୍ୟ...

ଆରଡିସିଙ୍କ ଘୋଷଣା: ୫ତାରିଖ ବରଗଡ଼ ଉପଖଣ୍ଡରେ…

ମଥୁରାନଗରୀ,୧।୧(ପ୍ରେମାନନ୍ଦ ଖମାରୀ)- ବରଗଡ଼ରେ ବୃହତ୍ ମୁକ୍ତାକାଶ ରଙ୍ଗମଞ୍ଚ ବରଗଡ଼ ଧନୁଯାତ୍ରା ମହୋତ୍ସବ ଚାଲିଛି। ଏହି ମହୋତ୍ସବ ଆସନ୍ତା ୩ତାରିଖ ଶନିବାର କଂସବଧ ସହିତ ସରିବ। ତିଥି...

ନୂଆବର୍ଷରେ ସ୍ତ୍ରୀଙ୍କୁ ହତ୍ୟା କଲା ସ୍ୱାମୀ

ସୁନ୍ଦରଗଡ଼,୧।୧(ଜୟ ନାରାୟଣ ମେଣ୍ଡୁଳି): ସୁନ୍ଦରଗଡ଼ ଜିଲା ହେମଗିର ଥାନା ଅଧୀନ ଖୁଟିପାନି ଗ୍ରାମରେ ଗୁରୁବାର ନୁଆବର୍ଷ ଅବସରରେ ଏକ ଅଭାବନୀୟ ଘଟଣା ସାମ୍ନାକୁ ଆସିଛି। ସ୍ୱାମୀଙ୍କ...

ହୋଇପାରେ ସାମୀଙ୍କ ପ୍ରତ୍ୟାବର୍ତ୍ତନ, ସଙ୍କଟରେ ଏହି ଖେଳାଳିଙ୍କ ସ୍ଥାନ

ନୂଆଦିଲ୍ଲୀ,୧।୧: ଭାରତ ଏବଂ ନ୍ୟୁଜିଲାଣ୍ଡ ମଧ୍ୟରେ ଆସନ୍ତା ଜାନୁଆରୀ ୧୧ ତାରିଖରୁ ଆରମ୍ଭ ହେବ। ଏହି ତିନି ମ୍ୟାଚ୍‌ ବିଶିଷ୍ଟ ଦିନିକିଆ ସିରିଜ୍ ପାଇଁ ଭାରତୀୟ...

ଜାନୁଆରୀ ୨୦୨୬ରେ କ’ଣ କରିବେ ଏବଂ କ’ଣ ନ କରିବେ; ରାଶି ଅନୁସାରେ ଜାଣନ୍ତୁ…

ନୂଆବର୍ଷ ୨୦୨୬ ଆରମ୍ଭ ହୋଇସାରିଛି ଏବଂ ଜାନୁଆରି ମାସ ସବୁ ରାଶି ପାଇଁ ଗୁରୁତ୍ୱପୂର୍ଣ୍ଣ ସନ୍ଦେଶ ଆଣିଛି। ଜ୍ୟୋତିଷ ଶାସ୍ତ୍ର ଅନୁଯାୟୀ, ଏହି ମାସରେ ଗ୍ରହମାନଙ୍କ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri