ଭାରତକୁ ବିଶ୍ୱ ଅର୍ଥନୀତିର ଶୀର୍ଷରେ ପହଞ୍ଚାଇବାକୁ ଛାତ୍ରଶକ୍ତିର ଗୁରୁତ୍ୱପୂର୍ଣ୍ଣ ଭୂମିକା ରହିଛି: ରାଜ୍ୟପାଳ

ସମ୍ବଲପୁର,୮ା୪(ପ୍ରମୋଦ ବହିଦାର): ଇତିହାସ ଓ ପ୍ରାଚୀନ ଜ୍ଞାନକୁ ନେଇ ଜାତୀୟ ଶିକ୍ଷାନୀତି-୨୦୨୦ ପ୍ରସ୍ତୁତ ହୋଇଛି। ଏହି ମର୍ମରେ ଯୁବ ପ୍ରତିଭା ଓ ସଂସାଧନକୁ ଅଧିକରୁ ଅଧିକ ବ୍ୟବହାର କରି ଭାରତକୁ ବିଶ୍ୱ ଅର୍ଥନୀତିର ଶୀର୍ଷସ୍ତରରେ ପହଞ୍ଚାଇବା ପାଇଁ ଛାତ୍ରଶକ୍ତିର ଗୁରୁତ୍ୱପୂର୍ଣ୍ଣ ଭୂମିକା ରହିଛି ବୋଲି ସମ୍ବଲପୁର ବିଶ୍ୱବିଦ୍ୟାଳୟର ୩୩ତମ ସମାବର୍ତ୍ତନ ଉତ୍ସବରେ ପୌରୋହିତ୍ୟ କରି ରାଜ୍ୟପାଳ ରଘୁବର ଦାସ ଏହା କହିଛନ୍ତି।

ଜ୍ୟୋତିବିହାରସ୍ଥିତ ବିଜୁ ପଟ୍ଟନାୟକ ପ୍ରେକ୍ଷାଳୟରେ ସୋମବାର ଅନୁଷ୍ଠିତ ଉତ୍ସବରେ ରାଜ୍ୟପାଳ ଆହୁରି କହିଥିଲେ, ସମୟ ଓ ସ୍ରୋତ କାହାକୁ ଅପେକ୍ଷା କରି ନ ଥାଏ। ଛାତ୍ର ଜୀବନର ଅଭ୍ୟାସ ସାରା ଜୀବନ ରହିଥାଏ। ଫଳରେ ଅନୁଶାସନରେ ରହି ଶିଖିବା ପ୍ରତ୍ୟେକ ଛାତ୍ରୀଛାତ୍ରଙ୍କ ପାଇଁ ନିତାନ୍ତ ଆବଶ୍ୟକ।

କୋରାପୁଟସ୍ଥିତ ଓଡ଼ିଶା କେନ୍ଦ୍ରୀୟ ବିଶ୍ୱବିଦ୍ୟାଳୟର କୁଳପତି ପ୍ରଫେସର ଚକ୍ରଧର ତ୍ରିପାଠୀ ମୁଖ୍ୟବକ୍ତା ଭାବେ ଯୋଗଦେଇ କହିଥିଲେ, ସମ୍ବଲପୁର ବିଶ୍ୱବିଦ୍ୟାଳୟର ଇତିହାସ ଅତ୍ୟନ୍ତ ଗୌରବମୟ। ଏହି ବିଶ୍ୱବିଦ୍ୟାଳୟରୁ ଶିକ୍ଷାଲାଭ କରି ବିଭିନ୍ନ ସଂସ୍ଥା ଓ ଅନୁଷ୍ଠାନରେ ପ୍ରତିଷ୍ଠିତ ହୋଇଥିବା ବ୍ୟକ୍ତିବିଶେଷଙ୍କ ତାଲିକା ବେଶ୍‌ ଲମ୍ବା। ଏହି ଜ୍ଞାନର ଭଣ୍ଡାର ନିଜ ସାମର୍ଥ୍ୟର ଗଭୀରତା ହୀରାକୁଦ ଜଳଭଣ୍ଡାର ଭଳି ବିଶାଳ ବୋଲି ପ୍ରମାଣିତ କରିଆସିଛି।

ଉତ୍ସବରେ ସିଏସ୍‌ଆଇଆର୍‌-ଆଇଏମ୍‌ଏମ୍‌ଟିର ନିର୍ଦ୍ଦେଶକ ଡ. ରାମାନୁଜ ନାରାୟଣ ସମ୍ମାନିତ ଅତିଥି ଭାବେ ଯୋଗଦେଇଥିଲେ। ଅନ୍ୟମାନଙ୍କ ମଧ୍ୟରେ ସମ୍ବଲପୁର ବିଶ୍ୱବିଦ୍ୟାଳୟର କୁଳପତି ପ୍ରଫେସର ବିଧୁଭୂଷଣ ମିଶ୍ର, କୁଳସଚିବ ଡ. ନୃପରାଜ ସାହୁଙ୍କ ସମେତ ସିଣ୍ଡିକେଟ ସଦସ୍ୟ ଓ ଅନ୍ୟ ମାନ୍ୟଗଣ୍ୟ ବ୍ୟକ୍ତି ଉପସ୍ଥିତ ଥିଲେ। ଏହି ଅବସରରେ ୨ଜଣଙ୍କୁ ଡିଲିଟ୍‌, ୭୮ଜଣଙ୍କୁ ପିଏଚ୍‌ଡି ଡିଗ୍ରୀ ଓ ୫୬ ଜଣଙ୍କୁ ସ୍ବର୍ଣ୍ଣପଦକ ପ୍ରଦାନ କରାଯାଇଛି।

ଫଟୋ:


Enter your email to get our daily news in your inbox.

All Right Reserved By Dharitri.Com

ଗାଡି ଧକ୍କାରେ ଚାଲିଗଲା ମହିଳାଙ୍କ, କ୍ଷତିପୂରଣ ଦାବିରେ ରାସ୍ତାରୋକୋ

ଲାଞ୍ଜିଗଡ଼, ୧ା୧(ରମେଶ ଚନ୍ଦ୍ର ନାୟକ): କଳାହାଣ୍ଡି ଜିଲା ଲାଞ୍ଜିଗଡ ଥାନା ଆଶ୍ରମପଡା ନିକଟରେ ଗୁରୁବାର ଏକ ଅଜଣା ଗାଡି ଧକ୍କାରେ ଜଣେ ମହିଳାଙ୍କ ମୃତ୍ୟୁ ଘଟିଛି।...

ୟୁକ୍ରେନ୍‌ର ଡ୍ରୋନ୍‌ ଆକ୍ରମଣ: ଚାଲିଗଲା ୨୪ ଜୀବନ

କିଭ୍‌,୧ା୧ରୁଷିଆ ଅଧିକୃତ ଖେର୍‌ସନ ଅଞ୍ଚଳର ଏକ ଗ୍ରାମରେ ୟୁକ୍ରେନ୍‌ର ଡ୍ରୋନ୍‌ ଆକ୍ରମଣରେ ୨୪ ଜଣଙ୍କ ମୃତ୍ୟୁ ଘଟିବା ସହ ଅନୂ୍ୟନ ୫୦ ଜଣ ଆହତ ହୋଇଛନ୍ତି।...

Self Care Routine:୨୦୨୬ରେ ନିଜର ଯତ୍ନ ନେବାକୁ କରିଛନ୍ତି କି ପ୍ରତିଜ୍ଞା? ଜାଣି ରଖନ୍ତୁ କିଛି ଟିପ୍ସ

ଆଜିର ବ୍ୟସ୍ତବହୁଳ ଜୀବନଚର୍ଯ୍ୟା ମଧ୍ୟରେ ନିଜର ଯତ୍ନ(ସେଲ୍ଫ କେୟାର) ଅତ୍ୟନ୍ତ ଜରୁରୀ। କାରଣ ଯେତେବେଳେ ଆମେ ନିଜର ଯତ୍ନ ନେଉନା, ସେତେବେଳେ ଧୀରେ ଧୀରେ ଥକାପଣ,...

ନୂଆବର୍ଷରେ IAS ସ୍ତରରେ ବଡ଼ଧରଣ ଅଦଳବଦଳ, ବଦଳାଇଲେ ଏହି ଜିଲାପାଳ

ଭୁବନେଶ୍ୱର,୧।୧: ନୂଆବର୍ଷର ପ୍ରଥମ ଦିନରେ ରାଜ୍ୟ ପ୍ରଶାସନିକ ସ୍ତରରେ ଏକ ବଡ଼ଧରଣର ଅଦଳବଦଳ କରାଯାଇଛି। ବରିଷ୍ଠ IAS ଅଧିକାରୀମାନଙ୍କୁ ନୂତନ ଦାୟିତ୍ୱ ପ୍ରଦାନ କରିଛନ୍ତି ରାଜ୍ୟ...

ଆରଡିସିଙ୍କ ଘୋଷଣା: ୫ତାରିଖ ବରଗଡ଼ ଉପଖଣ୍ଡରେ…

ମଥୁରାନଗରୀ,୧।୧(ପ୍ରେମାନନ୍ଦ ଖମାରୀ)- ବରଗଡ଼ରେ ବୃହତ୍ ମୁକ୍ତାକାଶ ରଙ୍ଗମଞ୍ଚ ବରଗଡ଼ ଧନୁଯାତ୍ରା ମହୋତ୍ସବ ଚାଲିଛି। ଏହି ମହୋତ୍ସବ ଆସନ୍ତା ୩ତାରିଖ ଶନିବାର କଂସବଧ ସହିତ ସରିବ। ତିଥି...

ନୂଆବର୍ଷରେ ସ୍ତ୍ରୀଙ୍କୁ ହତ୍ୟା କଲା ସ୍ୱାମୀ

ସୁନ୍ଦରଗଡ଼,୧।୧(ଜୟ ନାରାୟଣ ମେଣ୍ଡୁଳି): ସୁନ୍ଦରଗଡ଼ ଜିଲା ହେମଗିର ଥାନା ଅଧୀନ ଖୁଟିପାନି ଗ୍ରାମରେ ଗୁରୁବାର ନୁଆବର୍ଷ ଅବସରରେ ଏକ ଅଭାବନୀୟ ଘଟଣା ସାମ୍ନାକୁ ଆସିଛି। ସ୍ୱାମୀଙ୍କ...

ହୋଇପାରେ ସାମୀଙ୍କ ପ୍ରତ୍ୟାବର୍ତ୍ତନ, ସଙ୍କଟରେ ଏହି ଖେଳାଳିଙ୍କ ସ୍ଥାନ

ନୂଆଦିଲ୍ଲୀ,୧।୧: ଭାରତ ଏବଂ ନ୍ୟୁଜିଲାଣ୍ଡ ମଧ୍ୟରେ ଆସନ୍ତା ଜାନୁଆରୀ ୧୧ ତାରିଖରୁ ଆରମ୍ଭ ହେବ। ଏହି ତିନି ମ୍ୟାଚ୍‌ ବିଶିଷ୍ଟ ଦିନିକିଆ ସିରିଜ୍ ପାଇଁ ଭାରତୀୟ...

ଜାନୁଆରୀ ୨୦୨୬ରେ କ’ଣ କରିବେ ଏବଂ କ’ଣ ନ କରିବେ; ରାଶି ଅନୁସାରେ ଜାଣନ୍ତୁ…

ନୂଆବର୍ଷ ୨୦୨୬ ଆରମ୍ଭ ହୋଇସାରିଛି ଏବଂ ଜାନୁଆରି ମାସ ସବୁ ରାଶି ପାଇଁ ଗୁରୁତ୍ୱପୂର୍ଣ୍ଣ ସନ୍ଦେଶ ଆଣିଛି। ଜ୍ୟୋତିଷ ଶାସ୍ତ୍ର ଅନୁଯାୟୀ, ଏହି ମାସରେ ଗ୍ରହମାନଙ୍କ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri