Odisha Elections 2024

ତାଲା ଭାଙ୍ଗି ଦୁର୍ବୃତ୍ତ ଲୁଟିନେଲେ ଲକ୍ଷାଧିକ ଟଙ୍କାର ସୁନାଗହଣା ସହ ମୂଲ୍ୟବାନ ସାମଗ୍ରୀ

ପାରଳାଖେମୁଣ୍ଡି,୧୦ା୪(ଗିରିଧାରୀ ପରିଚ୍ଛା): ଗଜପତି ଜିଲା ସଦର ମହକୁମା ପାରଳାଖେମୁଣ୍ଡି ସହରରେ କିଛି ଦିନ ବ୍ୟବଧାନ ପରେ ପୁଣି ଚୋରି ଘଟଣା ସାମନାକୁ ଆସିଛି । ପାରଳା ସହରର ଓମ୍‌ ଶାନ୍ତି କଲୋନୀ(୪)ରେ ମଙ୍ଗଳବାର ବିଳମ୍ବିତ ରାତିରେକେଶବ ପ୍ରଧାନଙ୍କ ଘରେ ଦୁର୍ବୃତ୍ତମାନେ କଳାକନା ବୁଲାଇଛନ୍ତି।

ସୂଚନାଯୋଗ୍ୟ, କେଶବ ଓ ତାଙ୍କ ଭଉଣୀ ସେଠାରେ ଏକ ଭଡ଼ା ଘରେ ରହୁଥିଲେ। କେଶବଙ୍କ ଭଉଣୀ କୌଣସି ଏକ କାମରେ ନିଜ ଗ୍ରାମ ପୁରୁଷୋତ୍ତମପୁର ଯାଇଥିବା ବେଳେ କେଶବ ବିଳମ୍ବିତ ରାତିରେ ଦଣ୍ଡକାଳୀ ନାଟ ଦେଖିବା ପାଇଁ ସ୍ଥାନୀୟ ହାଟପଦା ଯାଇଥିଲେ। ନାଟ ସରିବା ପରେ ସେ ଭୋର୍‌ ସମୟରେ ଘରକୁ ଫେରିବା ବେଳେ ଦେଖିବାକୁ ପାଇଲେ ଯେ, ଘର କବାଟ ବାହାର ପଟୁ ଖୋଲା ହୋଇ କୌଣସି ଦୁର୍ବୁତ୍ତ ତାଙ୍କ ଘରେ ଥିବା ୭ ଭରି ସୁନା ଗହଣା ସହ ବହୁ ମୂଲ୍ୟବାନ ସାମଗ୍ରୀ ଚୋରି କରିନେଇଛନ୍ତି। ଘରର ତାଲା ଭାଙ୍ଗି ଆଲମାରୀ ତାଡ଼ି ଦୁର୍ବୃତ୍ତମାନେ ଚୋରି କରିଥିବା ଜଣାପଡ଼ିଛି।
ସଙ୍ଗେ ସଙ୍ଗେ ପାରଳାଖେମୁଣ୍ଡି ଆଦର୍ଶ ଥାନାରେ ଏକ ଲିଖିତ ଅଭିଯୋଗ କରିବା ପରେ ଘଟଣାସ୍ଥଳରେ ପୋଲିସ୍‌ ଓ ସାଇଣ୍ଟିଫିକ ଟିମ୍‌ ପହଞ୍ଚି ସିସିଟିଭି ଫୁଟେଜ୍‌କୁ ଆଧାର କରି ତଦନ୍ତ ଆରମ୍ଭ କରିଛି।


Enter your email to get our daily news in your inbox.

All Right Reserved By Dharitri.Com

ଗାଁ ଗାଁ ବୁଲି ପ୍ରାର୍ଥୀଙ୍କ ନିର୍ବାଚନ ପ୍ରଚାର

ହାଟଡିହୀ,୨୧l୫(ଶୁଭକାନ୍ତ ନାୟକ): କେନ୍ଦୁଝର ଜିଲା ଆନନ୍ଦପୁର ବିଧାନସଭା କ୍ଷେତ୍ର ଅଧୀନ ହାଟଡିହୀ ବ୍ଲକର ଢେଙ୍କା, ଓରାଳି ଏବଂ ସମଣା ପଞ୍ଚାୟତର ବିଭିନ୍ନ ଗ୍ରାମରେ ବିଜେଡି ବିଧାୟକ...

‘୧୮ ମାସରେ ଚିଟ୍‌ଫଣ୍ଡ ଦୋଷୀଙ୍କୁ ଜେଲ୍‌ରେ ପୂରାଇବୁ’

ସମ୍ବଲପୁର,୨୧।୫: କେନ୍ଦ୍ର ସ୍ବରାଷ୍ଟ୍ର ମନ୍ତ୍ରୀ ଅମିତ ଶାହା ସମ୍ବଲପୁର ସଭାରେ ଆସୁ ଆସୁ ବର୍ଷିଛନ୍ତି। ଶାହା କହିଛନ୍ତି, ଭାଜପା ସରକାର ଆସିଲେ ମେଡିକାଲ ସାଇନ୍ସ ଓଡ଼ିଆରେ...

ଓଡ଼ିଶାକୁ ଶାସନ କିଏ କରିବ, କହିଦେଲେ ଅମିତ ଶାହା

ସମ୍ବଲପୁର,୨୧।୫: ସମ୍ବଲପୁର ଅଇଁଠାପାଲି ପିଏଚ୍‌ଡି ପଡ଼ିଆରେ କେନ୍ଦ୍ର ସ୍ବରାଷ୍ଟ୍ର ମନ୍ତ୍ରୀ ଅମିତ ଶାହା ବିରାଟ ଜନସଭାକୁ ସମ୍ବୋଧିତ କରୁଛନ୍ତି। ଏହି ସମୟରେ ଶାହା ବିଜେଡି ଉପରେ...

ଶତାଧିକ କଂଗ୍ରେସ, ଭାଜପା କର୍ମୀ ବିଜେଡିରେ ସାମିଲ

ହାଟଡିହୀ,୨୧l୫(ଶୁଭକାନ୍ତ ନାୟକ):କେନ୍ଦୁଝର ଜିଲା ଆନନ୍ଦପୁର ବିଧାନସଭା କ୍ଷେତ୍ରର କାଠକଟା ପଞ୍ଚାୟତର ଶତାଧିକ କଂଗ୍ରେସ ଏବଂ ଭାଜପା କର୍ମୀ ସୁବ୍ରତ ସାମଲଙ୍କ ତତ୍ୱାବଧାନରେ ବିଜେଡିରେ ସାମିଲ ହୋଇଛନ୍ତି...

ନିର୍ବାଚନ ପାଇଁ ଜମି, ଛେଳି ବିକିଲେ ବିଧାୟକ ପ୍ରାର୍ଥୀ

କେନ୍ଦୁଝର, ୨୧ା୫ (ନରେଶ ଚନ୍ଦ୍ର ପଟ୍ଟନାୟକ):କେନ୍ଦୁଝର ଜିଲା ପାଟଣା ବିଧାନସଭା କ୍ଷେତ୍ରର ବିକାଶ ପାଇଁ ଏଥର ପ୍ରାର୍ଥୀ ହୋଇଛନ୍ତି ଦିବ୍ୟାଙ୍ଗ ଦତ ମୁଣ୍ଡା (୫୩)। ତେବେ...

ଇଲେକ୍ସନ ଡ୍ୟୁଟି ସାରି ଫେରୁଥିବା ପୋଲିସ କର୍ମଚାରୀ ଗାଡି ଦୁର୍ଘଟଣାଗ୍ରସ୍ତ

ଛତ୍ରପୁର,୨୧।୫ (ଦିଲ୍ଲୀପ ସାମଲ): ଇଲେକ୍ସନ ଡ୍ୟୁଟି ସାରି ଭଞ୍ଜନଗରରୁ ଏକ ବସ ପୋଲିସ କର୍ମଚାରୀଙ୍କୁ ଧରି ଛତ୍ରପୁର ଫେରୁଥିବାବେଳେ ଦୁର୍ଘଟଣାଗ୍ରସ୍ତ ହୋଇଛି। ଛତ୍ରପୁର ଡିଆରଡିଏ ଛକ...

ବାରିଗାଁରେ ପିଇବା ପାଣି ପାଇଁ ହାହାକାର

କେନ୍ଦୁଝର,୨୧।୫(ଦୀପକ ମିଶ୍ର/ନରେଶ ଚନ୍ଦ୍ର ପଟ୍ଟନାୟକ):କେନ୍ଦୁଝର ସଦର ବ୍ଲକ ଅନ୍ତର୍ଗତ କାଠବାରୀ ପଞ୍ଚାୟତ ବାରିଗାଁରେ ପିଇବା ପାଣି ହାହାକାର ପରିସ୍ଥିତି ସୃଷ୍ଟି ହୋଇଛି। ଗାଁରେ ବସୁଧା ଯୋଜନାରେ...

ଅରଡ଼େଇ ଜଳ ପ୍ରବାହ ରୋକିବାକୁ ଚକ୍ରାନ୍ତ

କେନ୍ଦୁଝର,୨୧ା୫ (ନରେଶ ଚନ୍ଦ୍ର ପଟ୍ଟନାୟକ):କେନ୍ଦୁଝରର ବାରାହାରାଶି ପର୍ବତରୁ ବାହାରିଥିବା ଚିରଶ୍ରୋତା ନଦୀ ଅରଡ଼େଇର ଜଳସ୍ତର ହ୍ରାସ ପାଉଛି। ପୂର୍ବରୁ ସହରର ମଇଳା ଆବର୍ଜନା ଯୁକ୍ତ ପାଣିକୁ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri