Odisha Elections 2024

ଶିଖରଙ୍କ ସହ ପ୍ରେମସମ୍ପର୍କକୁ ଖୋଲାଖୋଲି ସ୍ବୀକାର କଲେ ଜାହ୍ନବୀ, ଜାଣନ୍ତୁ ସେ କିଏ?

ବମ୍ବେ: ପ୍ରେମ ସମ୍ପର୍କକୁ ନେଇ ଚର୍ଚ୍ଚାରେ ଶ୍ରୀଦେବୀ ଲଳନା ତଥା ବଲିଉଡ୍‌ ଅଭିନେତ୍ରୀ ଜାହ୍ନବୀ କପୁର। ଦୀର୍ଘଦିନ ଧରି ଖୋଲାଖୋଲି ଭାବେ ଡେଟିଂକୁ ନେଇ ମୁହଁ ଖୋଲୁ ନ ଥିଲେ। ହେଲେ ଏବେ ସେ ସମ୍ପର୍କ ଉପରେ ମୋହର ମାରିଛନ୍ତି। ମଙ୍ଗଳବାର ଜାହ୍ନବୀ ଅଜୟ ଦେବଗନ ଅଭିନୀତ ଫିଲ୍ମ ‘ମୈଦାନ’ର ସ୍କ୍ରିନିଂରେ ପହଞ୍ଚିଥିଲେ। ଏଥିରେ ସେ ପ୍ରେମିକଙ୍କ ନାମର ଏକ ହୀରାର ହାର ପିନ୍ଧିଥିବା ଦେଖାଯାଇଛି। ଏହାର ଅନେକ ଫଟୋ ଭାଇରାଲ ହେଉଛି।

‘ମୈଦାନ’ର ସ୍କ୍ରିନିଂରେ ବାପା ବୋନି କପୁରଙ୍କ ସହ ପହଞ୍ଚିଥିଲେ ଜାହ୍ନବୀ। ଏହି କାର୍ଯ୍ୟକ୍ରମରେ ସେ ଧଳା ରଙ୍ଗର ଆଉଟ୍‌ଫିଟ୍‌ ପିନ୍ଧିଥିଲେ। ତାଙ୍କ ପୋଷାକ ବ୍ୟତିତ ନେକଲେସ୍‌ ସମସ୍ତଙ୍କ ଦୃଷ୍ଟି ଆକର୍ଷଣ କରିଥିଲା। କାରଣ ଏଥିରେ ତାଙ୍କ କଥିତ ପ୍ରେମିକଙ୍କ ନାମ ‘ଶିଖୁ’ ବୋଲି ଲେଖାଯାଇଥିଲା।

କହିରଖୁଛୁ, ଜାହ୍ନବୀ ଶିଖର ପାହାଡ଼ିଆଙ୍କୁ ଡେଟ୍‌ କରୁଛନ୍ତି। ସେ ମହାରାଷ୍ଟ୍ରର ପୂର୍ବତନ ମୁଖ୍ୟମନ୍ତ୍ରୀ ସୁଶିଲ କୁମାର ଶିନ୍ଦେଙ୍କ ନାତି। ନିକଟରେ ସେ ଅଭିନେତ୍ରୀଙ୍କ ସହ ତିରୁମାଳା ମନ୍ଦିର ଯାଇଥିବା ନଜର ଆସିଥିଲା। ଏହାଛଡ଼ା ଜାହ୍ନବୀଙ୍କ ଜନ୍ମଦିନରେ ଶିଖର କିଛି ଫଟୋ ନିଜର ଇନଷ୍ଟାଗ୍ରାମରେ ଶେୟାର କରିଥିଲେ। ସେଥିରୁ ଦୁହିଁଙ୍କ ସମ୍ପର୍କ ଉପରୁ ପରଦା ହଟିଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ମା’ ହେଲେ ୟାମୀ ଗୌତମ

ବଲିଉଡ୍‌ ଅଭିନେତ୍ରୀ ୟାମୀ ଗୌତମ ମା’ ହେବାର ସୌଭାଗ୍ୟ ଲାଭ କରିଛନ୍ତି। ସେ ଏକ ପୁତ୍ର ସନ୍ତାନ ଜନ୍ମ ଦେଇଛନ୍ତି। ୟାମି ଏବଂ ତାଙ୍କ ସ୍ବାମୀ...

ମତଦାନ ସାବ୍ୟସ୍ତ କଲେ ଅକ୍ଷୟ କୁମାର, କହିଲେ…

ମୁମ୍ବାଇ,୨୦ା୫: ସୋମବାର ଆଠଟି ରାଜ୍ୟ ତଥା କେନ୍ଦ୍ରଶାସିତ ଅଞ୍ଚଳର ୪୯ଟି ଆସନରେ ୨୦୨୪ ଲୋକ ସଭା ନିର୍ବାଚନର ପଞ୍ଚମ ପର୍ଯ୍ୟାୟରେ ମତଦାନ ଆରମ୍ଭ ହୋଇଛି। ପଞ୍ଚମ...

ମୁମ୍ବାଇ ନିର୍ବାଚନ ପୂର୍ବରୁ ଶାହାରୁଖଙ୍କ ବିଶେଷ ଅପିଲ

ମୁମ୍ବାଇ,୧୯।୫: ୨୦୨୪ ଲୋକ ସଭା ନିର୍ବାଚନର ପର୍ଯ୍ୟାୟ ଚାଲିଛି। ୨୦ ମେ’ ୨୦୨୪ରେ ମୁମ୍ବାଇରେ ଭୋଟିଂ ଅନୁଷ୍ଠିତ ହେବ। ଏହାପୂର୍ବରୁ ଅନେକ ସେଲିବ୍ରିଟି ଯେମିତିକି ବଲିଉଡର...

ବାହା ହେବେ ସାରା!

ମୁମ୍ବାଇ: ବଲିଉଡର ଯୁବ ତାରକାମାନଙ୍କ ମଧ୍ୟରେ ଅଛନ୍ତି ଶୈଫ ଅଲି ଖାନ ଏବଂ ତାଙ୍କ ପୂର୍ବତନ ପତ୍ନୀ ଅମୃତା ସିଂଙ୍କ ଝିଅ ସାରା ଅଲି ଖାନ...

କଣ ଏହି ‘ଗଜଗାମିନୀ’ ଚାଲି? ଅଦିତିଙ୍କ ବାସ ୧୦ ସେକେଣ୍ଡର ଝଲକ୍‌ରେ ଲୋକେ ହେଉଛନ୍ତି ଦିୱାନା

ଫ୍ୟାଶନ ଦୁନିଆରେ ‘କ୍ୟାଟୱାକ’ ବିଷୟରେ ଆପଣ ନିଶ୍ଚୟ ବହୁତ ଶୁଣିଥିବେ। କିନ୍ତୁ କେବେ ସ୍ବାନ ଓ୍ବାକ୍‌ କିମ୍ବା ଗଜ ଗାମିନୀ ବିଷୟରେ ଶୁଣିଛନ୍ତି କି? ପ୍ରାୟତ...

୨୬ ଦିନ ପରେ ଫେରିଲେ ନିଖୋଜ ତାରକ ମେହେତା ଅଭିନେତା, ଚିହ୍ନିବା ହେଉଛି ମୁସ୍କିଲ

ବମ୍ବେ: ନିଖୋଜ ହେବାର ୨୬ ଦିନ ପରେ ଘରକୁ ଫେରିଲେ ‘ତାରକ ମେହେଟ୍ଟା କା ଉଲଟା ଚଷମା’ ଷ୍ଟାର ଗୁରୁଚରଣ ସିଂ। ଏପ୍ରିଲ ୨୨ରେ ସେ...

ଗର୍ଲଫ୍ରେଣ୍ଡଙ୍କ ମୃତ୍ୟୁକୁ ସହିପାରିଲେନି ଏହି ଅଭିନେତା: ହାରିଲେ ଜୀବନ

କିଛି ଦିନ ପୂର୍ବରୁ ଅଭିନେତ୍ରୀ ପବିତ୍ରା ଜୟାରାମ ଏକ କାର ଦୁର୍ଘଟଣାରେ ମୃତ୍ୟୁବରଣ କରିଥିଲେ। ବର୍ତ୍ତମାନ ତାଙ୍କ ପ୍ରେମିକ ତଥା ସହ-ଅଭିନେତା ଚନ୍ଦ୍ରକାନ୍ତ ଆତ୍ମହତ୍ୟା କରିଥିବା...

ସମ୍ପର୍କରେ ବାଜିଲା ମୋହର! ଶିବାଙ୍ଗୀଙ୍କ ପ୍ରେମରେ ପଡ଼ିଥିବା ସ୍ବୀକାର କଲେ…

ବମ୍ବେ: ପ୍ରେମରେ ପଡ଼ିଛନ୍ତି ଅଭିନେତା କୁଶାଲ ଟଣ୍ଡନ। ଅଭିନେତ୍ରୀ ଶିବାଙ୍ଗୀ ଜୋଶୀଙ୍କୁ ଡେଟ୍‌ କରୁଛନ୍ତି ସେ। କିଛି ଦିନ ଧରି ଉଭୟ ସମ୍ପର୍କରେ ଥିବା ନେଇ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri