ରୋଡ୍‌ଶୋରେ ବିଜେଡି ପ୍ରାର୍ଥୀଙ୍କ ଶକ୍ତି ପ୍ରଦର୍ଶନ

ବାଳକାଟୀ,୧୩ା୪(ମନୋଜ ମଣ୍ଡଳ): ପାଖେଇ ଆସୁଛି ସାଧାରଣ ନିର୍ବାଚନ। ଏଥିପାଇଁ ବିଭିନ୍ନ ଦଳର ପ୍ରାର୍ଥୀମାନେ ପ୍ରଚାର ଆରମ୍ଭ କରିଦେଲେଣି। ଶୁକ୍ରବାର ଭୁବନେଶ୍ୱର ଲୋକ ସଭା ବିଜେଡି ପ୍ରାର୍ଥୀ ମନ୍ମଥ ରାଉତରାୟ ଓ ଜୟଦେବ ବିଧାନସଭା ନିର୍ବାଚନମଣ୍ଡଳୀ ପ୍ରାର୍ଥୀ ନବ କିଶୋର ମଲିକ ବାଳକାଟୀରେ ରୋଡ୍‌ ଶୋ ମାଧ୍ୟମରେ ପ୍ରଚାର କରିଛନ୍ତି। ବାଳକାଟୀସ୍ଥିତ ମଦନମୋହନଙ୍କ ମନ୍ଦିରଠାରୁ ବାଇକ ଶୋଭାଯାତ୍ରାରେ ବାହାରି ଗଡ଼ଶ୍ରୀରାମପୁର ସ୍ଥିତ ଦଳୀୟ କାର୍ଯାଳୟଠାରେ ପହଞ୍ଚିଥିଲେ। ଦଳୀୟ କର୍ମକର୍ତ୍ତାଙ୍କ ସହିତ ପୂର୍ବତନ ଓ ବର୍ତ୍ତମାନର ପଞ୍ଚାୟତ ପ୍ରତିନିଧିମାନେ ସେମାନଙ୍କୁ ସମ୍ବର୍ଦ୍ଧିତ କରିଥିଲେ। ବିଧାୟକ ପ୍ରାର୍ଥୀ ମଲ୍ଲିକ ଜନସାଧାରଣଙ୍କ ସେବା କରିବା ପାଇଁ କର୍ମୀମାନଙ୍କର ସହଯୋଗ କାମନା କରିଥିଲେ। ସେହିପରି ସେବକ ହୋଇ କାମ କରିବି ବୋଲି ଲୋକ ସଭା ପ୍ରାର୍ଥୀ ରାଉତରାୟ କହିଥିଲେ। ଏହି ଅବସରରେ ଆୟୋଜିତ ସଭାରେ କମଳ କୁମାର ପାତ୍ର ସଭାପତିତ୍ତ୍ୱ କରିଥିଲେ। କାର୍ଯ୍ୟକ୍ରମକୁ ବାଲିପାଟଣା ବ୍ଲକ ବିଜେଡି ସଭାପତି କିଶୋର ଜେନା ପରିଚାଳନା କରିଥିଲେ। ନିର୍ବାଚନ ମଣ୍ଡଳୀ ପ୍ରଭାରୀ ବରଦା ପ୍ରସନ ପଟ୍ଟନାୟକ, ଖୋର୍ଦ୍ଧା ଜିଲା ସହ ପ୍ରଭାରୀ ଶୁଭ୍ରାଂଶୁ ନାରାୟଣ ମିଶ୍ର ପ୍ରମୁଖ ଉଦ୍‌ବୋଧନ ଦେଇଥିଲେ। ଏହି ଅବସରରେ ପୂର୍ବତନ ଜିଲା ପରିଷଦ ସଭ୍ୟ ଶରତ ପଟ୍ଟନାୟକ, ଅଚ୍ୟୁତାନନ୍ଦ ପାତ୍ର, ଜିଲାପରିଷଦ ସଭ୍ୟ ପବିତ୍ର ପଟେଲ, କୁନମୁନ ଲେଙ୍କା, ମଙ୍ଗରାଜ ବେହେରା, ମହେଶ୍ୱର ଦାସ, ବ୍ଲକ ଅଧକ୍ଷା ବାସନ୍ତୀ ଖଟୁଆ, ହରପ୍ରିୟା ଦାସଙ୍କ ସମେତ ବିଭିନ୍ନ ପଞ୍ଚାୟତର ସରପଞ୍ଚ, ସମିତି ସଭ୍ୟ ଏବଂ ଦଳୀୟ କର୍ମୀ ଉପସ୍ଥିତ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଭାଜପା ସରକାରର ବିଫଳତାକୁ ନେଇ ଗାଁକୁ ଯିବ ବିଜେଡି

ଭବାନୀପାଟଣା: ୨୬ା୧୨(ଉତ୍ତମ କୁମାର ଦାଶ):୨୮ ବର୍ଷ ଅତିକ୍ରମ କରି ୨୯ ବର୍ଷରେ ପାଦ ଦେଇଛି ବିଜୁ ଜନତା ଦଳ। ଏହି ଅବସରରେ ଶୁକ୍ରବାର କଳାହାଣ୍ଡି ଜିଲା...

୨ ମହିଳାଙ୍କ ସମେତ ୬ ଦାଦନ ଶ୍ରମିକ ଉଦ୍ଧାର

ନୂଆପଡ଼ା/କୋମନା,୨୬ା୧୨(ମକାରୁ ବେମାଲ/ମହେଶ ବାଗ): ନୂଆପଡ଼ା ଜିଲା କୋମନା ଅଞ୍ଚଳରେ ଦାଦନ ଦଲାଲ ସକ୍ରିୟ ରହିଛନ୍ତି। ପ୍ରତିଦିନ ଜିଲାରୁ ଶତାଧିକ ଶ୍ରମିକ ଚାଲାଣ ହେଉଥିବା ଅଭିଯୋଗ ହୋଇଆସୁଛି।...

ଭାଜପା ପକ୍ଷରୁ ବନବିହାର କାର୍ଯ୍ୟକ୍ରମ: ସାମୂହିକ ବନ୍ଦେ ମାତରମ ଗାନ

କେସିଙ୍ଗା,୨୬ା୧୨ (ତୁମେଶ୍ୱର ସାହୁ)- କଳାହାଣ୍ଡି ଜିଲା କେସିଙ୍ଗା ଭାଜପା ନଗର ମଣ୍ଡଳ କମିଟି ପକ୍ଷରୁ ଶୁକ୍ରବାର ତହସିର ଚେକ୍‌ଡ୍ୟାମ ପରିସରରେ ବନବିହାର କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଛି।...

ନିଖୋଜ ରାତ୍ର ଜଗୁଆଳିଙ୍କ ମୃତଦେହ ଜବତ : ହତ୍ୟା ଅଭିଯୋଗ କଲେ ପରିବାର ଲୋକେ

ଥୁଆମୂଳ ରାମପୁର,୨୬ା୧୨(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ କର୍ଲାପାଟ ଥାନା ଅଧୀନ ଗୁଣୁପୁର ସାଇସୁରୁଣି ଛକ ନିକଟ ପୋଲ ତଳୁ ଶୁକ୍ରବାର ନିଖୋଜ...

ସମସ୍ତଙ୍କ ଆଗରେ ଭୋ ଭୋ ହୋଇ କାନ୍ଦିଲେ ରୋହିତ, କାରଣ ଜାଣିଲେ…Video

ମୁମ୍ବାଇ,୨୬।୧୨: ଭାରତୀୟ କ୍ରିକେଟ ଦଳର ପୂର୍ବତନ ଅଧିନାୟକ ତଥା ଓପନର ବ୍ୟାଟ୍ସମ୍ୟାନ ରୋହିତ ଶର୍ମାଙ୍କ ଏକ ଭାବୁକ ଭିଡିଓ ସୋସିଆଲ ମିଡିଆରେ ଭାଇରାଲ ହେଉଛି। ଏହି...

ଖୋଲିଲା ମା’ ବାଙ୍କେଶ୍ବରୀଙ୍କ ଦାନହୁଣ୍ଡି: ମିଳିଲା ୧୧ ଲକ୍ଷ ୯୩ ହଜାର

ଦିଗପହଣ୍ଡି,୨୬।୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ବି. ତୁରୁବୁଡିି ପଞ୍ଚାୟତ କେରାଣ୍ଡିମାଳ ପର୍ବତ ଶିଖରରେ ପୂଜା ପାଉଥିବା ସମଗ୍ର ଦକ୍ଷିଣ ଓଡ଼ିଶାର ପ୍ରମୁଖ...

କଳାହାଣ୍ଡିର ଯୁବତୀଙ୍କୁ ତେଲେଙ୍ଗାନାରେ ହତ୍ୟା, ନଦୀବ୍ରିଜ ତଳୁ ମୃତଦେହ…

ଭବାନୀପାଟଣା,୨୬।୧୨(ଉତ୍ତମ କୁମାର ଦାଶ)-କଳାହାଣ୍ଡି ର ଯୁବତୀ ଙ୍କୁ ତେଲେଙ୍ଗାନା ରେ ହତ୍ୟା ଭଳି ଏକ ଦୁଃଖଦ ଘଟଣା ସାମ୍ନାକୁ ଆସିଛି। ଗତ ୩ ମାସ ତଳେ...

ଋଷିକୂଲ୍ୟା ମୁହାଣରେ ଅଲିଭ ରିଡଲେ କଇଁଛଙ୍କୁ ଜିପିଏସ ଟ୍ୟାଗିଂ: ସାଟେଲାଇଟ୍‌ ଜରିଆରେ ଜାଣିହେବ ଗତିବିଧି

ଗଞ୍ଜାମ,୨୬ା୧୨(ଅନାଥ ତରାଇ/ବିଦ୍ୟାଧର ସାହୁ): ଗଞ୍ଜାମ ଜିଲାର ଋଷିକୂଲ୍ୟା ନଦୀ ମୁହାଣର ବେଳାଭୂମିରେ ଏକ ଉଲେଖନୀୟ ପଦକ୍ଷେପ ନିଆଯାଇଛି। ଏଠାରେ ୨ଟି ଅଲିଭ ରିଡଲେ କଇଁଛଙ୍କୁ ଜିପିଏସ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri