Odisha Elections 2024

ବିପଦସଙ୍କୁଳ ଅବସ୍ଥାରେ ମୁକୁଳା ବିଦ୍ୟୁତ୍‌ ଟ୍ରାନ୍ସଫର୍ମର

ପଟ୍ଟାମୁଣ୍ଡାଇ,୧୩ା୪(କଳ୍ପତରୁ ନାୟକ): କେନ୍ଦ୍ରାପଡ଼ା ଜିଲା ପଟ୍ଟାମୁଣ୍ଡାଇ ଅଞ୍ଚଳର ଅନେକ ସ୍ଥାନରେ ବିପଦସଙ୍କୁଳ ତଥା ଖୋଲାମେଲା ଅବସ୍ଥାରେ ଅନେକ ଟ୍ରାନ୍ସଫର୍ମର ପଡ଼ିରହିଛି। ଖୋଲାମେଲାରେ ଟ୍ରାନ୍ସଫର୍ମର ପଡ଼ିରହିଥିବାରୁ ଏହା ବିପଦକୁ ଆମନ୍ତ୍ରଣ କରୁଥିବା ସ୍ଥାନୀୟ ଲୋକଙ୍କ ପକ୍ଷରୁ ଅଭିଯୋଗ ହୋଇଛି। ଟ୍ରାନ୍ସଫର୍ମରରେ ଉଚ୍ଚ ଶକ୍ତିସମ୍ପନ୍ନ ବିଦ୍ୟୁତ୍‌ ପ୍ରବାହିତ ହେଉଥିବା ବେଳେ ଏହା ମନୁଷ୍ୟ ଓ ବୁଲାପ୍ରାଣୀଙ୍କ ପାଇଁ କାଳ ସାଜିଛି। ପୂର୍ବରୁ ବୁଲା ଗୋରୁମାନେ ଟ୍ରାନ୍ସଫର୍ମର ପରିସରକୁ ଘାସ ଚରିବାକୁ ଆସି ମୃତ୍ୟୁ ଘଟିଥିବା ନଜିର ରହିଛି। ଉକ୍ତ ଟ୍ରାନ୍ସଫର୍ମର ଚାରିପଟେ ପାଚେରି ଅବା ତାରବାଡ଼ ଘେରାଇବା ପାଇଁ ବିଦ୍ୟୁତ୍‌ ବିଭାଗ ପାଖରେ ବାରମ୍ବାର ଅଭିଯୋଗ କରାଯାଇଥିଲେ ମଧ୍ୟ କୌଣସି ସୁଫଳ ମିଳୁନାହଁି, ଯାହାକୁ ନେଇ ଜନସାଧାରଣଙ୍କ ମଧ୍ୟରେ ଅସନ୍ତୋଷ ପ୍ରକାଶ ପାଇଛି।
ବେଲତଳ ଗ୍ରାମର ସ୍ବରୂପାନନ୍ଦ ସାମଲ କୁହନ୍ତି, ପୁରୁଣା ପୌରପରିଷଦ କାର୍ଯ୍ୟାଳୟ ନିକଟ ମଙ୍ଗଳା ମଣ୍ଡପ ପାଖ ବଜାରରେ ରହିଛି ୫୦୦ କେଭିବିଶିଷ୍ଟ ବିଦ୍ୟୁତ୍‌ ଟ୍ରାନ୍ସଫର୍ମର। ଏହି ଟ୍ରାନ୍ସଫର୍ମରରୁ ବଜାର ସମେତ ଆଖପାଖ ଗ୍ରାମକୁ ବିଦ୍ୟୁତ୍‌ ସଂଯୋଗ କରାଯାଇଛି। ଟ୍ରାନ୍ସଫର୍ମରଟି ବଜାରରେ ଥିବା ମଣ୍ଡପ ଘର ଆର୍‌ଡି ରାସ୍ତା ପାଖରେ ରହିଛି। ମାତ୍ର ଏହି ଉଚ୍ଚ ଶକ୍ତିସମ୍ପନ୍ନ ଟ୍ରାନ୍ସଫର୍ମର ଏବେ ମୁକୁଳା ପଡ଼ିଛି। ଟ୍ରାନ୍ସଫର୍ମରଠାରୁ ଟାଟା ପାୱାର କାର୍ଯ୍ୟାଳୟ ୫ ଶହ ମିଟର ଦୂରରେ ରହିଛି। ହେଲେ ଏଥିପ୍ରତି ବିଭାଗର ନିଘା ନାହିଁ। ଏ ନେଇ ସାଧାରଣରେ ପ୍ରତିକ୍ରିୟା ପ୍ରକାଶ ପାଇଛି।
ସାମାଜିକ କର୍ମୀ ଅନନ୍ତ ଦାଶ କହିଛନ୍ତି, ନିୟମାନୁଯାୟୀ ଟ୍ରାନ୍ସଫର୍ମରଗୁଡ଼ିକ ଜନବସତିଠାରୁ ଦୂରରେ ବସାଇବା ସହ ଏହାର ଚାରିପାଖ ଆବଦ୍ଧ କରାଯିବା ଦରକାର। ଫଳରେ ବାହାରର କୌଣସି ଜୀବଜନ୍ତୁ ସେହି ପରିସରକୁ ପ୍ରବେଶ କରିପାରିବେ ନାହିଁ। କିନ୍ତୁ ମଙ୍ଗଳା ମଣ୍ଡପ ପାଖ ଟ୍ରାନ୍ସଫର୍ମର ବଜାର ରାସ୍ତା ପାର୍ଶ୍ୱରୁ ମାତ୍ର ୪ରୁ ୫ ଫୁଟ ଉଚ୍ଚରେ ରହିଥିବାବେଳେ କୌଣସି ବାଡ଼ ଘେରାଯାଇନାହଁି। ଏହା ମଧ୍ୟକୁ ଗୃହପାଳିତ ପଶୁ, ବୁଲା କୁକୁର ଅବାଧରେ ପ୍ରବେଶ କରୁଛନ୍ତି। ଏପରି କି ଟ୍ରାନ୍ସଫର୍ମର ସଂସ୍ପର୍ଶରେ ଆସି ଅନେକ ପ୍ରାଣୀଙ୍କ ମୃତୂ୍ୟ ପୂର୍ବରୁ ଘଟିଛି। କିନ୍ତୁ ବିଭାଗ ପକ୍ଷରୁ କୌଣସି ପଦକ୍ଷେପ ଗ୍ରହଣ କରାଯାଉନାହିଁ। ବୁଦ୍ଧିଜୀବୀ କୃପାସିନ୍ଧୁ ନାୟକ କୁହିଛନ୍ତି, ପଟ୍ଟାମୁଣ୍ଡାଇ ପୌରପରିଷଦ ନିକଟ ବଜାରର ଏହି ଟ୍ରାନ୍ସଫର୍ମର ନୁହେଁ, ପୌରାଞ୍ଚଳର ୨୦ଟି ୱାର୍ଡରେ ଅଧିକାଂଶ ଟ୍ରାନ୍ସଫର୍ମର ଖୋଲା ପଡ଼ିଥିବା ଦେଖିବାକୁ ମିଳିଛି। ଅନ୍ୟପକ୍ଷେ ଗ୍ରାମାଞ୍ଚଳ କଥା ନ କହିବା ଭଲ। ଅଧିକାଂଶ ଗ୍ରାମରେ ଟ୍ରାନ୍ସଫର୍ମରଗୁଡିକ ମୁକୁଳା ପଡ଼ିଛି। ସେପରି ଟ୍ରାନ୍ସଫର୍ମର ସଂସ୍ପର୍ଶରେ ଆସି କେତେବେଳେ ଯେ କାହାର ଜୀବନ ଯିବ ତାହା କହି ହେବନାହିଁ। ବିଦ୍ୟୁତ୍‌ ବିଭାଗର ଖାମଖିଆଲ ମନୋଭାବ ଯୋଗୁ ଟ୍ରାନ୍ସଫର୍ମରଗୁଡିକର ରକ୍ଷଣାବେକ୍ଷଣ ଠିକ୍‌ରେ ହେଉନାହିଁ। କେଉଁଠି ଟ୍ରାନ୍ସଫର୍ମରରେ ଲତା ମାଡ଼ିଗଲାଣି ତ ଆଉ କେଉଁଠି ଘେରାଯାଇଥିବା କଣ୍ଟାତାର କଳଙ୍କି ଲାଗି ଭାଙ୍ଗିଗଲାଣି। ତେଣୁ କମ୍‌ ଉଚ୍ଚରେ ଥିବା ଟ୍ରାନ୍ସଫର୍ମର ଚତୁଃପାର୍ଶ୍ୱରେ ତୁରନ୍ତ ପାଚେରି ନିର୍ମାଣ ସହିତ ରକ୍ଷଣାବେକ୍ଷଣ କରିବାକୁ ସ୍ଥାନୀୟ ଅଞ୍ଚଳର ବୁଦ୍ଧିଜୀବୀ ଦାବି କରିଛନ୍ତି। ଏ ସମ୍ପର୍କରେ ପଟ୍ଟାମୁଣ୍ଡାଇ ବିଦ୍ୟୁତ୍‌ ବିଭାଗ ଏସ୍‌ଡିଓ ସ୍ମୃତିରଞ୍ଜନ ରଥଙ୍କୁ ପଚାରିବାରେ ପାଚେରି ନିର୍ମାଣ ହୋଇଥିଲା। ପଟ୍ଟାମୁଣ୍ଡାଇ-ତାତନା ଭାୟା ଆମ୍ବେର ନୂଆ ରାସ୍ତା ନିର୍ମାଣବେଳେ ତାହାକୁ ଗ୍ରାମ୍ୟ ଉନ୍ନୟନ ବିଭାଗ ଭାଙ୍ଗିଦେଇଥିଲା। ପରେ ସେମାନେ କରିଦେବେ ବୋଲି କହିଥିଲେ। ହେଲେ କରିଲେ ନାହିଁ। ଏବେ ଆମେ ଆଲୋଚନା କରି ଏ ଦିଗରେ ପଦକ୍ଷେପ ନେବୁ ବୋଲି ସେ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଗାଁ ଗାଁ ବୁଲି ପ୍ରାର୍ଥୀଙ୍କ ନିର୍ବାଚନ ପ୍ରଚାର

ହାଟଡିହୀ,୨୧l୫(ଶୁଭକାନ୍ତ ନାୟକ): କେନ୍ଦୁଝର ଜିଲା ଆନନ୍ଦପୁର ବିଧାନସଭା କ୍ଷେତ୍ର ଅଧୀନ ହାଟଡିହୀ ବ୍ଲକର ଢେଙ୍କା, ଓରାଳି ଏବଂ ସମଣା ପଞ୍ଚାୟତର ବିଭିନ୍ନ ଗ୍ରାମରେ ବିଜେଡି ବିଧାୟକ...

‘୧୮ ମାସରେ ଚିଟ୍‌ଫଣ୍ଡ ଦୋଷୀଙ୍କୁ ଜେଲ୍‌ରେ ପୂରାଇବୁ’

ସମ୍ବଲପୁର,୨୧।୫: କେନ୍ଦ୍ର ସ୍ବରାଷ୍ଟ୍ର ମନ୍ତ୍ରୀ ଅମିତ ଶାହା ସମ୍ବଲପୁର ସଭାରେ ଆସୁ ଆସୁ ବର୍ଷିଛନ୍ତି। ଶାହା କହିଛନ୍ତି, ଭାଜପା ସରକାର ଆସିଲେ ମେଡିକାଲ ସାଇନ୍ସ ଓଡ଼ିଆରେ...

ଓଡ଼ିଶାକୁ ଶାସନ କିଏ କରିବ, କହିଦେଲେ ଅମିତ ଶାହା

ସମ୍ବଲପୁର,୨୧।୫: ସମ୍ବଲପୁର ଅଇଁଠାପାଲି ପିଏଚ୍‌ଡି ପଡ଼ିଆରେ କେନ୍ଦ୍ର ସ୍ବରାଷ୍ଟ୍ର ମନ୍ତ୍ରୀ ଅମିତ ଶାହା ବିରାଟ ଜନସଭାକୁ ସମ୍ବୋଧିତ କରୁଛନ୍ତି। ଏହି ସମୟରେ ଶାହା ବିଜେଡି ଉପରେ...

ଶତାଧିକ କଂଗ୍ରେସ, ଭାଜପା କର୍ମୀ ବିଜେଡିରେ ସାମିଲ

ହାଟଡିହୀ,୨୧l୫(ଶୁଭକାନ୍ତ ନାୟକ):କେନ୍ଦୁଝର ଜିଲା ଆନନ୍ଦପୁର ବିଧାନସଭା କ୍ଷେତ୍ରର କାଠକଟା ପଞ୍ଚାୟତର ଶତାଧିକ କଂଗ୍ରେସ ଏବଂ ଭାଜପା କର୍ମୀ ସୁବ୍ରତ ସାମଲଙ୍କ ତତ୍ୱାବଧାନରେ ବିଜେଡିରେ ସାମିଲ ହୋଇଛନ୍ତି...

ନିର୍ବାଚନ ପାଇଁ ଜମି, ଛେଳି ବିକିଲେ ବିଧାୟକ ପ୍ରାର୍ଥୀ

କେନ୍ଦୁଝର, ୨୧ା୫ (ନରେଶ ଚନ୍ଦ୍ର ପଟ୍ଟନାୟକ):କେନ୍ଦୁଝର ଜିଲା ପାଟଣା ବିଧାନସଭା କ୍ଷେତ୍ରର ବିକାଶ ପାଇଁ ଏଥର ପ୍ରାର୍ଥୀ ହୋଇଛନ୍ତି ଦିବ୍ୟାଙ୍ଗ ଦତ ମୁଣ୍ଡା (୫୩)। ତେବେ...

ଇଲେକ୍ସନ ଡ୍ୟୁଟି ସାରି ଫେରୁଥିବା ପୋଲିସ କର୍ମଚାରୀ ଗାଡି ଦୁର୍ଘଟଣାଗ୍ରସ୍ତ

ଛତ୍ରପୁର,୨୧।୫ (ଦିଲ୍ଲୀପ ସାମଲ): ଇଲେକ୍ସନ ଡ୍ୟୁଟି ସାରି ଭଞ୍ଜନଗରରୁ ଏକ ବସ ପୋଲିସ କର୍ମଚାରୀଙ୍କୁ ଧରି ଛତ୍ରପୁର ଫେରୁଥିବାବେଳେ ଦୁର୍ଘଟଣାଗ୍ରସ୍ତ ହୋଇଛି। ଛତ୍ରପୁର ଡିଆରଡିଏ ଛକ...

ବାରିଗାଁରେ ପିଇବା ପାଣି ପାଇଁ ହାହାକାର

କେନ୍ଦୁଝର,୨୧।୫(ଦୀପକ ମିଶ୍ର/ନରେଶ ଚନ୍ଦ୍ର ପଟ୍ଟନାୟକ):କେନ୍ଦୁଝର ସଦର ବ୍ଲକ ଅନ୍ତର୍ଗତ କାଠବାରୀ ପଞ୍ଚାୟତ ବାରିଗାଁରେ ପିଇବା ପାଣି ହାହାକାର ପରିସ୍ଥିତି ସୃଷ୍ଟି ହୋଇଛି। ଗାଁରେ ବସୁଧା ଯୋଜନାରେ...

ଅରଡ଼େଇ ଜଳ ପ୍ରବାହ ରୋକିବାକୁ ଚକ୍ରାନ୍ତ

କେନ୍ଦୁଝର,୨୧ା୫ (ନରେଶ ଚନ୍ଦ୍ର ପଟ୍ଟନାୟକ):କେନ୍ଦୁଝରର ବାରାହାରାଶି ପର୍ବତରୁ ବାହାରିଥିବା ଚିରଶ୍ରୋତା ନଦୀ ଅରଡ଼େଇର ଜଳସ୍ତର ହ୍ରାସ ପାଉଛି। ପୂର୍ବରୁ ସହରର ମଇଳା ଆବର୍ଜନା ଯୁକ୍ତ ପାଣିକୁ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri