Posted inଜାତୀୟ

ରାଜନୀତିରେ ଅଜବ ଦୃଶ୍ୟ, ଟିକେଟ୍‌ ନ ମିଳିବାରୁ ଭୋ ଭୋ ହୋଇ କାନ୍ଦିଲେ ନେତା

ପାଟନା,୧୩।୫: ଟିକେଟ୍‌ କଟିବାର ଦୁଖ ନେତାଙ୍କ ଠାରୁ ଅଧିକ ଅବା କିଏ ବୁଝି ପାରିବ। ଟିକେଟ୍‌ କଟିଲେ ନେତାଏ ପାର୍ଟି ଛାଡି ଦିଅନ୍ତି ତ କେହି ନିଜ ଦଳୀୟ ସମର୍ଥକଙ୍କୁ ନେଇ ଗୋଷ୍ଠୀ କନ୍ଦଳ ଆରମ୍ଭ କରି ଦିଅନ୍ତି। କିନ୍ତୁ ଟିକେଟ୍‌ କଟିବାରୁ କେଉଁ ନେତାଙ୍କୁ ମଞ୍ଚ ଉପରେ କାନ୍ଦିବାର ଦେଖିଛନ୍ତି କି? ନେତା ଜଣକ ମଞ୍ଚ ଉପରେ ଜନ ସମାବେଶଙ୍କୁ ସମ୍ବୋଧିତ କରିବା ସମୟରେ ଭୋ ଭୋ ହୋଇ କାନ୍ଦିଛନ୍ତି। ହଠାତ୍‌ ଏପରି ଦୃଶ୍ୟ ସଭାକୁ ଆର୍ଶ୍ଚଯ୍ୟ ପରିସ୍ଥିତିରେ ପକାଇ ଦେଇଥିଲା। କାନ୍ଦି କାନ୍ଦି ନେତା ଜଣକ ଟିକେଟ୍‌ ନ ଦେବାରୁ ଦଳର ହାଇକମାଣ୍ଡଙ୍କ ଉପରେ ବିରକ୍ତି ପ୍ରକାଶ କରିଥିଲେ। ପରିସ୍ଥିତିକୁ ସମ୍ଭାଳିବା ପାଇଁ ନେତାଙ୍କୁ ତାଙ୍କ ସମର୍ଥକମାନେ ସମ୍ଭାଳି ନେଇଥିଲେ।

 

ଏପରି ଦୃଶ୍ୟ ଦେଖିବାକୁ ମିଳିଛି ବିହାରରେ। ପୂର୍ବତନ ଆରଜେଡି ଏମପି ସରଫରାଜ ଆଲମ ଟିକେଟ୍‌ କଟି ଥିବାରୁ ମଞ୍ଚ ଉପରେ କାନ୍ଦି ପକାଇଛନ୍ତି। ମଞ୍ଚ ଉପରେ ସେ ନିଜ ସମର୍ଥକ ଓ ଜନତାଙ୍କୁ ସମ୍ବୋଧିତ କରିବା ସଭୟରେ ଭାବୁକ ହୋଇ ପଡିଥିଲେ। ତେବେ ତାଙ୍କୁ ତାଙ୍କ ସମର୍ଥକମାନେ ସମ୍ଭାଳିଥିଲେ। ମଞ୍ଚରେ ସେ ନିଜ ବାପା ତଥା ପୂର୍ବତନ କେନ୍ଦ୍ରୀୟ ଗୃହରାଜ୍ୟ ମନ୍ତ୍ରୀ ତସଲିମୁଦ୍ଦିନଙ୍କୁ ମନେପକାଇଥିଲେ। ଏହି ଭିତରେ ସେ ଆରଜେଡି ମୁଖ୍ୟ ଲାଲୁ ଯାଦବ ଓ ତେଜସ୍ବୀ ଯାଦବଙ୍କ ଉପରେ ଅସନ୍ତୋଷ ଝାଡିଥିଲେ। କହିରଖୁଛୁ କି, ଆରଜେଡି ସରଫରାଜଙ୍କ ସାନ ଭାଇ ଶାହନବାଜ ଆଲମଙ୍କୁ ଟିକେଟ୍‌ ଦେଇଛି। ଯାହାଯୋଗୁ ସରଫରାଜ ବିରକ୍ତି ପ୍ରକାଶ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ବାରିପଦାରେ ଲଜ୍ଜା: ୫ ବର୍ଷର ଶିଶୁ କନ୍ୟାକୁ ବିସ୍କୁଟ୍ ଲୋଭ ଦେଖାଇ ବଳାତ୍କାର

ବାରିପଦାରେ,୧୭।୧୨: ମୟୂରଭଞ୍ଜ ଜିଲା ବାରିପଦା ସହରରେ ଏକ ଅମାନବୀୟ ଘଟଣା ସାମ୍ନାକୁ ଆସିଛି। ଜଣେ ୫ ବର୍ଷର ଶିଶୁ କନ୍ୟାକୁ ଦୁଷ୍କର୍ମ କରାଯାଇଥିବା ନେଇ ସାଂଘାତିକ...

ମୋଦିଙ୍କୁ ନେଇ ଏମିତି କହିଦେଲେ ଟ୍ରମ୍ପ: ବିଶ୍ୱରେ ପଡ଼ିଗଲା ଚହଳ

ଓ୍ବାଶିଂଟନ୍‌,୧୭।୧୨: ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ପ୍ରଶଂସା କରିଛନ୍ତି। ସେ ପ୍ରଧାନମନ୍ତ୍ରୀ ମୋଦିଙ୍କୁ ତାଙ୍କର ‘ମହାନ ବନ୍ଧୁ’ ଭାବରେ ବର୍ଣ୍ଣନା କରିଛନ୍ତି।...

ଗାଁ ମଝିରେ ଛିଡ଼ିଲା ବିଦ୍ୟୁତ ତାର: ଅଳ୍ପକେ ବର୍ତ୍ତିଲେ ଜେଜେ ମା’-ନାତି

ଗଞ୍ଜାମ,୧୭।୧୨(ବିଦ୍ୟାଧର ସାହୁ): ଗଞ୍ଜାମ ବ୍ଲକ ଅନ୍ତର୍ଗତ ପାଳିବନ୍ଧ ପଞ୍ଚାୟତ ଲକ୍ଷ୍ମୀପୁର ଗାଁରେ ବୁଧବାର ସକାଳେ ଏକ ଅଭାବନୀୟ ଘଟଣା ଦେଖିବାକୁ ମିଳିଥିଲା। ଗାଁ ମଝିରେ ରାସ୍ତା...

ସୁଦାନରୁ ଫେରିଲେ ଆଦର୍ଶ; ‘ବଞ୍ଚିବି ବୋଲି ଭାବି ନଥିଲି, ଦିନେ ଖାଇଲେ ଦିନେ ଖାଉନଥିଲି’

ଭୁବନେଶ୍ୱର,୧୭।୧୨: ସୁଦାନରୁ ସୁରକ୍ଷିତ ଭାବେ ଫେରିବା ପରେ ନିଜ ଉପରେ ହୋଇଥିବା ଯନ୍ତ୍ରଣା ବଖାଣିଛନ୍ତି ଆଦର୍ଶ ବେହେରା। ସେ ସୁରକ୍ଷିତ ଫେରିଥିବାରୁ ଭାରତ ସରକାରଙ୍କୁ ଧନ୍ୟବାଦ...

ଓଡ଼ିଶାରେ ୨ ଦିନ ପାଇଁ ୟେଲୋ ଓ୍ବାର୍ନିଂ: ହୋଇଯାନ୍ତୁ ସତର୍କ

ଭୁବନେଶ୍ୱର,୧୭।୧୨(ଅନୁରାଧା ମହାରଣା):ରାଜ୍ୟରେ ଗତ କିଛିଦିନ ଧରି ଶୀତ ଲହରୀ ଜାରି ରହିଛି। ଆଭ୍ୟନ୍ତରୀଣ ଓଡ଼ିଶାର ସୁନ୍ଦରଗଡ଼, କୋରାପୁଟ ଏବଂ କନ୍ଧମାଳର ଗୋଟିଏ କିମ୍ବା ଦୁଇଟି ସ୍ଥାନରେ...

ଆଜି ଦେଶବ୍ୟାପୀ ବିକ୍ଷୋଭ: ମହାତ୍ମା ଗାନ୍ଧୀଙ୍କ ଫଟୋ ଧରି…

ନୂଆଦିଲ୍ଲୀ,୧୭ା୧୨(ପି.ଟି.):ଏମ୍‌ଜିଏନ୍‌ଆର୍‌ଇଜିଏ ନାଁ ବଦଳାଇବା ପାଇଁ କେନ୍ଦ୍ର ସରକାର ଆଣିଥିବା ଭିବି-ଜି ରାମ ଜି ବିଲ୍‌ ବିରୋଧରେ କଂଗ୍ରେସ ବୁଧବାର ଦେଶବ୍ୟାପୀ ବିକ୍ଷୋଭ କରିବାକୁ ଘୋଷଣା କରିଛି।...

ସ୍ବିଫ୍ଟ କାର୍‌ରେ ପାର୍ଟନର୍‌ଙ୍କୁ ବସାଇ ଜଙ୍ଗଲକୁ ନେଲେ ବୟଫ୍ରେଣ୍ଡ: ଆଉ ତା’ପରେ କଲେ ଏମିତି କାଣ୍ଡ

ଲକ୍ଷ୍ନୌ,୧୭ା୧୨:ଉତ୍ତରପ୍ରଦେଶରେ ଏକ ବୀଭତ୍ସ ହତ୍ୟା ଘଟଣା ଘଟିଛି। ଜଣେ ଟ୍ୟାକ୍ସି ଡ୍ରାଇଭର ତାଙ୍କ ସ୍ତ୍ରୀ ଉମା(୩୦)ଙ୍କୁ ହତ୍ୟା କରିବା ପରେ ମୃତଦେହକୁ ଜଙ୍ଗଲ ମଧ୍ୟରେ ଫିଙ୍ଗିଦେଇଥିଲେ।...

କମ୍ୟୁନିଟି ସେଣ୍ଟର ସ୍ଥାନାନ୍ତର ଉଦ୍ୟମକୁ ବିରୋଧ: ବିରୋଧ କଲା ଜିଲା ଆଦିବାସୀ କଲ୍ୟାଣ ସଂଘ

ଅମରପାଲି,୧୭/୧୨(ପୀତାମ୍ବର ସାହୁ): ସୁବର୍ଣ୍ଣପୁର ଜିଲା ବୀରମହାରାଜପୁର ବ୍ଲକ ଅନ୍ତର୍ଗତ ବହଲପଦର ପଞ୍ଚାୟତର ହୋତାପାଲି ( ସୁରଧାପାଲି) ଠାରେ ନିର୍ମାଣ ହେବାକୁ ଥିବା ଏକ କମ୍ୟୁନିଟି ସେଣ୍ଟର...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri