ଗଣତନ୍ତ୍ରକୁ ସୃଦୃଢ଼ କରିବା ପାଇଁ ଆହ୍ବାନ ଦେଲେ ଆଇକନ ଶୁଭ୍ରାଂଶୁ ସେନାପତି

କେନ୍ଦୁଝର,୧୩ା୪(ନରେଶ ଚନ୍ଦ୍ର ପଟ୍ଟନାୟକ): ଆଗାମୀ ସାଧାରଣ ନିର୍ବାଚନ ପରିପ୍ରେକ୍ଷୀରେ କେନ୍ଦୁଝର ଜିଲାର ଭୋଟରମାନଙ୍କୁ ସଚେତନ କରାଇବା ପାଇଁ କେନ୍ଦୁଝର ଜିଲା ନିର୍ବାଚନ ଅଧିକାରୀଙ୍କ ଦ୍ୱାରା ଆଇକନ ଭାବେ ନିଯୁକ୍ତ ହୋଇଥିବା ଅନ୍ତର୍ଜାତୀୟ ସୁନାମଧନ୍ୟ କ୍ରିକେଟର ଶୁଭ୍ରାଂଶୁ ସେନାପତି ଶନିବାର ବିଭିନ୍ନ ସଚେତନତାମୂଳକ କାର୍ଯ୍ୟକ୍ରମରେ ଯୋଗ ଦେଇଥିଲେ।

ଆସନ୍ତା ମେ’ ୨୫ରେ ଅନୁଷ୍ଠିତ ହେବାକୁ ଥିବା ଏକକାଳୀନ ଲୋକ ସଭା ଓ ବିଧାନସଭା ନିର୍ବାଚନରେ ଅଧିକରୁ ଅଧିକ ମତଦାନ ପାଇଁ ଭୋଟରଙ୍କୁ ସଚେତନ କରିଥିଲେ। ପ୍ରଥମେ ସ୍ଥାନୀୟ ଜନଜାତି ଗବେଷଣା କେନ୍ଦ୍ର ଗସ୍ତ କରିବା ପରେ ଶଙ୍କରପୁରସ୍ଥିତ ସ୍ପୋଟର୍‌ସ କମ୍ପ୍ଲେକ୍ସ ଯାଇଥିଲେ। ପରେ ଜିଲାପାଳଙ୍କ କାର୍ଯ୍ୟାଳୟସ୍ଥିତ ଦରବାର ହଲ୍‌ରେ ଆୟୋଜିତ ଖବରଦାତା ସମ୍ମିଳନୀରେ ଯୋଗ ଦେଇ ସେ ଜିଲାବାସୀଙ୍କ ଉଦ୍ଦେଶ୍ୟରେ ମତଦାନର ଗୁରୁତ୍ୱକୁ ନିଜ ବାର୍ତ୍ତା ମାଧ୍ୟମରେ ପ୍ରଦାନ କରିଥିଲେ ।

ନୂଆ ଦାୟିତ୍ୱ ଗ୍ରହଣ ମିଳିବା ପରେ ସେନାପତି ପ୍ରତିକ୍ରିୟା ରଖି କହିଛନ୍ତି,‘ରାଷ୍ଟ୍ର ନିର୍ମାଣରେ ଯୁବଗୋଷ୍ଠୀଙ୍କର ପ୍ରମୁଖ ଭୂମିକା ରହିଛି । ମୁଁ ଓ ମୋର ପରିବାର ସର୍ବଦା ଭୋଟ୍‌ ଦେଇଥାଉ । ଏହା ଆମର ଦାୟିତ୍ୱ ଯାହାକୁ କେବେ ଅଣଦେଖା କରିବା କଥା ନୁହେଁ । କ୍ରିକେଟ ମ୍ୟାଚ୍‌ରେ ଯେପରି ଦଳ ଜିତିବା ପାଇଁ ସମସ୍ତ ୧୧ ଜଣ ଖେଳାଳିଙ୍କୁ ନିଜ ନିଜ ଅବଦାନ ରଖିବାକୁ ପଡ଼ିଥାଏ ସେହିଭଳି ଆମ ଦେଶର ଗଣତନ୍ତ୍ରକୁ ସୁଦୃଢ଼ କରିବା ନିମନ୍ତେ ଆମ ସମସ୍ତଙ୍କୁ ନିଜ ନିଜ ଅବଦାନ ଭୋଟ ଦାନ କରି ରଖିବାକୁ ପଡ଼ିବ। ଗଣମାଧ୍ୟମ ପ୍ରତିନିଧିମାନଙ୍କ ମାଧ୍ୟମରେ ସମଗ୍ର କେନ୍ଦୁଝର ଜିଲାର ଭୋଟରମାନଙ୍କୁ ନିଜ ନିଜର ମତଦାନ ସାବ୍ୟସ୍ତ କରିବାକୁ ନିବେଦନ କରିଥିଲେ ।
ଏହି ଅବସରରେ ଅନ୍ୟମାନଙ୍କ ମଧ୍ୟରେ ଅତିରିକ୍ତ ଜିଲାପାଳ ଯଦୁମଣି ମହଲା, ଜିଲା ପରିଷଦର ମୁଖ୍ୟ ଉନ୍ନୟନ ତଥା କାର୍ଯ୍ୟନିର୍ବାହୀ ଅଧିକାରୀ ବିଷ୍ଣୁ ପ୍ରସାଦ ଆଚାର୍ଯ୍ୟ, ଉପଜିଲାପାଳ ତ୍ରିଲୋଚନ ମହାନ୍ତି, କେନ୍ଦୁଝର ସଦର ବ୍ଲକ ବିଡିଓ ତିଳୋତ୍ତମା ପୃଷ୍ଟି ଓ ଜିଲା ସୂଚନା ଓ ଲୋକସମ୍ପର୍କ ଅଧିକାରୀ ସାର୍ଥକ ରାୟ ଉପସ୍ଥିତ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଯୋଡ଼ାରେ ବାୟୁ ପ୍ରଦୂଷଣ ଗମ୍ଭୀର ସ୍ଥିତିରେ

ଯୋଡ଼ା,୬ା୧୨(ମାନସ ମହାନ୍ତି): କେନ୍ଦୁଝର ଜିଲା ଯୋଡ଼ା ଅଞ୍ଚଳରେ ବାୟୁ ପ୍ରଦୂଷଣର ଗମ୍ଭୀର ସ୍ଥିତିରେ ରହିଛି। ଯୋଡ଼ା, ଆଖପାଖ ଅଞ୍ଚଳରେ ସବୁଜିମା, ବନାଞ୍ଚଳ ଥାଇ ମଧ୍ୟ ବାୟୁ...

୨ ଡିଗ୍ରୀ ତଳେ ଶିମିଳିପାଳ: ବନ୍ୟପ୍ରାଣୀଙ୍କ ଉପରେ ପ୍ରଭାବ

ବାରିପଦା,୬ା୧୨(ନୀଳାଦ୍ରି ବିହାରୀ ଦଣ୍ଡପାଟ): ମୟୂରଭଞ୍ଜ ଜିଲାରେ ଶୀତର ଲହରୀ ବୃଦ୍ଧି ପାଉଛି। ଶିମିଳିପାଳରେ ପାରଦ ୨ ଡିଗ୍ରୀ ତଳକୁ ଖସିଆସିଛି। ତାପମାତ୍ରା ହ୍ରାସ ପାଇଥିବାରୁ ବନ୍ୟପ୍ରାଣୀଙ୍କ...

ଭୁବନେଶ୍ୱରରେ ପହଞ୍ଚିଲେ ହାର୍ଦ୍ଦିକ ପାଣ୍ଡ୍ୟା

ଭୁବନେଶ୍ୱର,୬ା୧୨: ଆସନ୍ତା ୯ ତାରିଖରେ କଟକର ବାରବାଟୀ ଷ୍ଟାଡିୟମରେ ଭାରତ ଓ ଦକ୍ଷିଣ ଆଫ୍ରିକା ମଧ୍ୟରେ ପ୍ରଥମ ଟି୨୦ ମ୍ୟାଚ୍‌ ଖେଳାଯିବ। ଏନେଇ ଦୁଇ ଦଳର...

ପୁଣି ଜନନୀ ଯନ୍ତ୍ରଣା: ରାସ୍ତା ନ ଥିବାରୁ ଗାଁକୁ ଗଲାନି ଆମ୍ବୁଲାନ୍ସ, ଶେଷରେ…

ମୋହନା,୬ା୧୨(ମନ୍ମଥ ମିଶ୍ର): ଗଜପତି ଜିଲା ମୋହନା ବ୍ଲକର ଢେପାଗୁଡ଼ା ପଞ୍ଚାୟତରେ ଜନନୀ ଯନ୍ତ୍ରଣା ଥମିବାରେ ନାଁ ଧରୁନି । ରାସ୍ତା ନ ଥିବାରୁ କେଉଁଠି ଭାର...

ଦୁଇ ପୁଅ ଭାଜପାରେ ମିଶିବା ପରେ ପ୍ରତିକ୍ରିୟା ରଖିଲେ ପ୍ରଫୁଲ୍ଲ, କହିଲେ ରାଜନୀତିରେ..

ଭୁବନେଶ୍ୱର,୬।୧୨: ଦୁଇ ପୁଅ ଏବଂ ଭଉଣୀ ଭାଜପାରେ ମିଶିବା ପରେ ବିଜେଡି ନେତା ପ୍ରଫୁଲ୍ଲ ସାମଲ ପ୍ରଥମ ଥର ପାଇଁ ପ୍ରତିକ୍ରିୟା ରଖିଛନ୍ତି। ପ୍ରଫୁଲ୍ଲ ପ୍ରତିକ୍ରିୟାରେ...

ଗୋଟିଏ ଜୁଇରେ ଜଳିଲା ସ୍ବାମୀ-ସ୍ତ୍ରୀଙ୍କ ମୃତଦେହ, କାନ୍ଦ ବୋବାଳିରେ ଫାଟୁଛି ଗାଁ

ଦିଗପହଣ୍ଡି,୬ା୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି-ବ୍ରହ୍ମପୁର ୧୭ ନଂ ରାଜ୍ୟ ରାଜପଥର ଗଣିଆନାଳ ଛକ ମା ’ କୁରେଇଶୁଣି ମନ୍ଦିର ନିକଟରେ ଶୁକ୍ରବାର ଏକ...

ଗାଁକୁ ଫେରିବା ବେଳେ ବାଇକ୍‌କୁ ଧକ୍କାଦେଲା ବୁଲେଟ୍‌, ଚାଲିଗଲା ସଳିତା ବିକାଳିଙ୍କ ଜୀବନ

ଦିଗପହଣ୍ଡି,୬ା୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ପାଟପୁର ଥାନା ଖଲିଙ୍ଗି ବାସୁଦେବପୁର ଶାସନ ଗ୍ରାମର ବାସୁ ଓରଫ ଦେବେନ୍ଦ୍ର ସାହୁ(୪୫)ଙ୍କର ଶନିବାର ସନ୍ଧ୍ୟାରେ...

ଫେରିଲେ ୩ ଯବାନ: ବାଜାବାଣ, ନାଚରେ ଦୁଲୁକିଲା ଗାଁ ଦାଣ୍ଡ

କେନ୍ଦୁଝର,୬।୧୨(ନରେଶ ଚନ୍ଦ୍ର ପଟ୍ଟନାୟକ): ଦେଶ ସେବା ପାଇଁ ଯାଇ ବିଭିନ୍ନ ସ୍ଥାନରେ ନିଯୁକ୍ତି ପାଇଥିବାକେନ୍ଦୁଝର ସଦର ବ୍ଳକ ଅଧୀନ ନରସିଂହପୁର, ବନାଯୋଡି, ସିଲିସୁଆଁ ଗ୍ରାମର ୩ଜଣ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri