Posted inଖେଳ

ରୋମାଞ୍ଚକର ମୁକାବିଲାରେ ପଞ୍ଜାବକୁ ୩ ୱିକେଟରେ ପରାସ୍ତ କଲା ରାଜସ୍ଥାନ

ଚଣ୍ଡୀଗଡ଼,୧୩ା୪: ଇଣ୍ଡିଆନ୍‌ ପ୍ରିମିୟର ଲିଗ୍‌(ଆଇପିଏଲ୍‌)ରେ ଶନିବାର ଏକ ଲୋ ସ୍କୋରିଂ ମ୍ୟାଚ୍‌ରେ ପଞ୍ଜାବ କିଙ୍ଗ୍ସକୁ ୩ ଉଇକେଟରେ ହରାଇ ପଞ୍ଚମ ବିଜୟ ହାସଲ କରିଛି ରାଜସ୍ଥାନ ରୟାଲ୍ସ। ପ୍ରଥମେ ବ୍ୟାଟିଂ କରି ପଞ୍ଜାବ ୮ ଉଇକେଟରେ ୧୪୭ ରନ୍‌ କରିଥିଲା। ଜବାବରେ ରାଜସ୍ଥାନ ୧୯.୫ ଓଭରରେ ୭ ଉଇକେଟ ହରାଇ ୧୫୨ ରନ୍‌ କରିଥିଲା।

ମୁଲାନପୁରର ଧୀମା ପିଚ୍‌ରେ ରାଜସ୍ଥାନ ଟସ୍‌ ଜିତି ପ୍ରଥମେ ଫିଲ୍ଡିଂ ନେଇଥିଲା। ରୟାଲ୍ସ ସ୍ପିନର ମାନେ ମ୍ୟାଚ୍‌କୁ ନିୟନ୍ତ୍ରଣରେ ରଖିଥିଲେ। କେଶବ ମହାରାଜ ୨ ଉଇକେଟ ନେଇଥିବା ବେଳେ ପଞ୍ଜାବ ୫୨ ରନ୍‌ରେ ୪ ଉଇକେଟ ହରାଇଥିଲା। ଜୀତେଶ ଶର୍ମା ୨୯ ଓ ଲିଆମ୍‌ ଲିଭିଙ୍ଗଷ୍ଟୋନ ୨୧ ରନ୍‌ କରି ଇନିଂସ ସମ୍ଭାଳିଥିଲେ। ଶେଷ ଭାଗରେ ଇମ୍ପାକ୍ଟ ସବଷ୍ଟିଚ୍ୟୁଟ୍‌ ଆସିଥିବା ଆଶୁତୋଷ ଶର୍ମା ୧୬ ବଲରୁ ୩୧ ରନ କରିଥିଲେ। ଆଶୁତୋଷଙ୍କ ଇନିଂସରେ ୧ ଚୌକା ଓ ୩ ଛକା ସାମିଲ ଥିଲା।

ରାଜସ୍ଥାନ ପକ୍ଷରୁ କେଶବ ମହାରାଜ ଓ ଆଭେଶ ଖାନ୍‌ ୨ଟି ଲେଖାଏ, ଟ୍ରେଣ୍ଟ ବୋଲ୍ଟ, କୁଲଦୀପ ସେନ ଓ ୟୁଜବେନ୍ଦ୍ର ଚହଲ ଗୋଟିଏ ଲେଖାଏ ଉଇକେଟ ନେଇଥିଲେ। ୧୪୯ ରନ୍‌ ଜବାବରେ ରାଜସ୍ଥାନ ପ୍ରଥମ ଉଇକେଟରେ ୫୬ ରନ୍‌ ଯୋଡିଥିଲା। ଯଶସ୍ବୀ ଜୟସ୍ବାଲ ୩୯, ତନୁଷ କୋଟିଆନ ୨୪, ସଞ୍ଜୁ ସାମସନ୍‌ ୧୮ ଓ ରିୟାନ ପରାଗ୨୩ ରନ୍‌ କରିଥିଲେ।

ଅନ୍ତିମ ୨ ଓଭରରେ ବିଜୟ ପାଇଁ ୨୦ ରନ୍‌ ଆବଶ୍ୟକ ଥିବା ବେଳେ ରୋଭମାନ ପାଓ୍ବେଲ ୫ ବଲ୍‌ ୧୧ ଓ ସିମରନ୍‌ ହେଟମେୟର ୧୦ ବଲରୁ ଅପରାଜିତ୨୭ ରନ୍‌ କରି ଜିତାଇଥିଲେ। ହେଟମେୟଙ୍କେ ଇନିଂସରେ ୧ ଚୌକା ଓ ୩ ଛକା ସାମିଲ ଥିଲା। ପଞ୍ଜାବ କିଙ୍ଗ୍ସ ପକ୍ଷରୁ କାଗିସୋ ରାବାଡା, ସାମ୍‌ କୁରାନ୍‌ ୨ଟି ଲେଖାଏ ହର୍ଷଲ ପଟେଲ, ଲିଆମ୍‌ ଲିଭିଙ୍ଗଷ୍ଟୋନ ଓ ଅର୍ଶଦୀପ ସିଂ ଗୋଟିଏ ଲେଖାଏ ଉଇକେଟ ନେଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଏହି ଦେଶ ଆମେରିକାକୁ ଦେଲା ଝଟକା, ହକ୍ ବଦଳରେ ଭାରତରୁ ଆକାଶ କ୍ଷେପଣାସ୍ତ୍ର କିଣିବ

ନୂଆଦିଲ୍ଲୀ,୭ା୧୨: ଫିଲିପାଇନ୍ସ ଭାରତ ସହିତ ମଧ୍ୟମ ଦୂରଗାମୀ ସର୍ଫେସ ଟୁ ଏୟାର ମିସାଇଲ (SAM) ସିଷ୍ଟମ୍ କିଣିବାକୁ ଆନୁଷ୍ଠାନିକ ଆଲୋଚନା ଆରମ୍ଭ କରିଛି। ଏହି କ୍ଷେପଣାସ୍ତ୍ର...

ସଡ଼କ ଦୁର୍ଘଟଣାରେ ଯାତ୍ରା କଳାକାର ଗୁରୁ ପୃଷ୍ଟିଙ୍କ ପରଲୋକ

ଭଦ୍ରକ,୭ା୧୨: ଓଡ଼ିଶାର ଜଣାଶୁଣା ଯାତ୍ରା କଳାକାର ଗୁରୁ ପୃଷ୍ଟିଙ୍କର ଆଜି ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣାରେ ପରଲୋକ ଘଟିଛି। ମିଳିଥିବା ସୂଚନା ଅନୁଯାୟୀ, ଗୁରୁ ପୃଷ୍ଟି...

ଏହି ୪ ଜିଲାରେ ଶୀତଲହରୀ ସମ୍ଭାବନା; ଭୁବନେଶ୍ୱର ପାଇଁ ଆସନ୍ତା ୨୪ ଘଣ୍ଟା ଗୁରୁତ୍ୱପୂର୍ଣ୍ଣ

ଭୁବନେଶ୍ୱର,୭ା୧୨: ରାଜ୍ୟକୁ ବିଳମ୍ବରେ ଶୀତ ଆସିଥିଲେ ମଧ୍ୟ ରହି ରହିକା ବିଭିନ୍ନ ଜିଲାରେ ଶୀତର ଲହରୀ ଦେଖିବାକୁ ମିଳୁଛି। ଡିସେମ୍ବର ୯ ତାରିଖ ପର୍ଯ୍ୟନ୍ତ ରାଜ୍ୟର...

F1: ଲାଣ୍ଡୋ ନରିସ୍ ବିଶ୍ୱ ଚାମ୍ପିଅନ୍, ମ୍ୟାକ୍‌ଲାରେନ୍‌ର ୧୭ ବର୍ଷର ଅପେକ୍ଷା ଶେଷ

ଆବୁଧାବି,୭ା୧୨: ଫର୍ମୁଲା ୱାନ୍‌ର ରୋମାଞ୍ଚକର ଶେଷ ରେସ୍‌ରେ ମ୍ୟାକ୍‌ଲାରେନ୍‌ର ଡ୍ରାଇଭର୍ ଲାଣ୍ଡୋ ନରିସ୍ (୨୬) ପ୍ରଥମ ଥର ପାଇଁ ବିଶ୍ୱ ଚାମ୍ପିଅନ୍ ଟାଇଟଲ୍ ଜିତିଛନ୍ତି ।...

ବାରବାଟୀରେ ଏକାକୀ ପ୍ରାକ୍ଟିସ କଲେ ହାର୍ଦ୍ଦିକ ପାଣ୍ଡ୍ୟା

କଟକ,୭ା୧୨: ଆସନ୍ତା ୯ ତାରିଖରେ କଟକର ବାରବାଟୀ ଷ୍ଟାଡିୟମ୍‌ରେ ଭାରତ ଓ ଦକ୍ଷିଣ ଆଫ୍ରିକା ମଧ୍ୟରେ ଖେଳାଯିବାକୁ ଥିବା ପ୍ରଥମ ଟି-୨୦ ମ୍ୟାଚ ପାଇଁ କ୍ରିକେଟ୍‌...

ପୁତ୍ର ବିଚ୍ଛେଦରୁ ମୁକୁଳି ପାରୁନାହାନ୍ତି ହ୍ୟୁମାନଙ୍କ ମାଆ, ସ୍ତ୍ରୀ କହିଲେ ”ମୁଁ ୩୦ ବର୍ଷରେ ସ୍ବାମୀ ହରାଇଲି”

ବଲାଙ୍ଗୀର,୭ା୧୨: ଲୋକପ୍ରିୟ ଗାୟକ ହ୍ୟୁମାନ ସାଗରଙ୍କ ଶ୍ରଦ୍ଧାଞ୍ଜଳି ସଭାରେ ପୁଣି ଥରେ ପୁଅର ମୃତ୍ୟୁ ପାଇଁ ପୂର୍ବରୁ କରିଥିବା ଅଭିଯୋଗକୁ ଦୋହରାଇଛନ୍ତି ତାଙ୍କ ମାଆ ।...

ପୁଟିନ୍‌ଙ୍କ ପାଇଁ ଭୋଜିରେ ଥିଲା ୪୦,୦୦୦ ଟଙ୍କା କେଜିର ଛତୁ, ଜାଣନ୍ତୁ ଏହାର ବିଶେଷତ୍ୱ

ନୂଆଦିଲ୍ଲୀ,୭ା୧୨: ରୁଷିଆ ରାଷ୍ଟ୍ରପତି ଭ୍ଲାଦିମିର ପୁଟିନ୍ ତାଙ୍କ ଭାରତ-ରୁଷିଆ ଶିଖର ସମ୍ମିଳନୀ ପାଇଁ ନୂଆଦିଲ୍ଲୀରେ ପହଞ୍ଚିଥିଲେ। ରାଷ୍ଟ୍ରପତି ଭବନରେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ଆୟୋଜନ କରିଥିବା...

ପ୍ରାକ୍ଟିସ ପାଇଁ ବାରବାଟୀରେ ପହଞ୍ଚିଲେ ହାର୍ଦ୍ଦିକ

କଟକ,୭ା୧୨: ଆସନ୍ତା ୯ ତାରିଖରେ କଟକର ବାରବାଟୀ ଷ୍ଟାଡିୟମରେ ଭାରତ ଓ ଦକ୍ଷିଣ ଆଫ୍ରିକା ମଧ୍ୟରେ ପ୍ରଥମ ଟି୨୦ ମ୍ୟାଚ ଖେଳାଯିବ। ଏନେଇ ଦୁଇ ଦଳର...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri